ପିଲା ପଢ଼ିବେ ଜଳବାୟୁ ପରିବର୍ତ୍ତନ, କୋଭିଡ୍‌ ପାଠ

ଭୁବନେଶ୍ୱର, (ବ୍ୟୁରୋ)/କଟକ ଅଫିସ, ୧୧।୭: ଏଣିକି ସ୍କୁଲରେ କୋଭିଡ୍‌ ସଂକ୍ରାନ୍ତ ପାଠ ପଢ଼ାଯିବ। ୨୦୨୨-୨୩ ଶିକ୍ଷାବର୍ଷରୁ ଜଳବାୟୁ ପରିବର୍ତ୍ତନ ଓ କୋଭିଡ୍‌ ପରିଚାଳନା ସଂକ୍ରାନ୍ତ ବିଷୟବସ୍ତୁ ସ୍କୁଲ ପାଠ୍ୟକ୍ରମରେ ସାମିଲ କରାଯିବ ବୋଲି ରବିବାର ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ କହିଛନ୍ତି। ମନ୍ତ୍ରୀ କହିଛନ୍ତି, ମାଟ୍ରିକ ସିଲାବସ୍‌ରେ ଏହି ବିଷୟ ପଢ଼ାଯିବ। ସେହିପରି ଚଳିତବର୍ଷ ଶିକ୍ଷାବର୍ଷରୁ ମାଟ୍ରିକର ଶତ ପ୍ରତିଶତ ସିଲାବସ୍‌ ପାଠ ପଢ଼ାଯିବ ଓ ପରୀକ୍ଷା ମଧ୍ୟ ସେହି ଅନୁସାରେ ହେବ। ସ୍କୁଲ ଆସୁଥିବା ପିଲାଙ୍କ ପାଇଁ ସ୍ବାସ୍ଥ୍ୟ ବିଭାଗ ଏକ ଗାଇଡ୍‌ଲାଇନ୍‌ ଜାରି କରିଛି, ତାହା ପାଳନ କରାଯାଉଛି ବୋଲି ମନ୍ତ୍ରୀ ଦାଶ କହିଛନ୍ତି।
ସୂଚନାଯୋଗ୍ୟ, ଗତ ଦୁଇବର୍ଷ ମହାମାରୀ କରୋନା ଯୋଗୁ ସ୍କୁଲ ବନ୍ଦ ରହିଥିଲା। ଫଳରେ ପାଠପଢ଼ା ବାଧାପ୍ରାପ୍ତ ହୋଇଥିଲା। ଏହାକୁ ଦୃଷ୍ଟିରେ ରଖି ଗତବର୍ଷ ମାଟ୍ରିକ ପରୀକ୍ଷା ମଧ୍ୟ ହୋଇ ନ ଥିଲା। ବିକଳ୍ପ ପଦ୍ଧତିରେ ମୂଲ୍ୟାୟନ କରାଯାଇ ପରୀକ୍ଷା ଫଳ ଘୋଷଣା କରାଯାଇଥିଲା। ଚଳିତବର୍ଷ ଯଦିଓ ପରୀକ୍ଷା ହୋଇଥିଲା କିନ୍ତୁ ସିଲାବସ୍‌ କମାଇ ଦିଆଯାଇଥିଲା। ଏବେ ପୂର୍ବାପେକ୍ଷା କରୋନା ହ୍ରାସ ପାଇଥିବାରୁ ଆସନ୍ତା ବର୍ଷରୁ ଶତ ପ୍ରତିଶତ ବିଷୟରେ ପରୀକ୍ଷା ହେବ ବୋଲି ମନ୍ତ୍ରୀ କହିଛନ୍ତି। କରୋନା ଆମକୁ ବହୁତ କିଛି ଶିଖାଇଛି। କରୋନାର ଭୟାବହତା ଲୋକେ ଜାଣିଲେ। ତେଣୁ ଏହି ବିଷୟକୁ ପାଠ୍ୟକ୍ରମରେ ସାମିଲ କରାଯିବ। ଆସନ୍ତା ଶିକ୍ଷାବର୍ଷରୁ ମାଟ୍ରିକ ପିଲାମାନେ ଜଳବାୟୁ ପରିବର୍ତ୍ତନ ସହିତ କରୋନା ବିଷୟରେ ପାଠ ପଢ଼ିବେ ବୋଲି ମନ୍ତ୍ରୀ ପ୍ରକାଶ କରିଛନ୍ତି। ସେହିପରି ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଉପସଭାପତି ନିହାର ରଞ୍ଜନ ମହାନ୍ତି କହିଛନ୍ତି, ଚଳିତ ବର୍ଷ ଦଶମ ଶ୍ରେଣୀ ଛାତ୍ରୀଛାତ୍ରମାନେ ଜୀବ ବିଜ୍ଞାନରେ ୧୧ଟି ଅଧ୍ୟାୟ ପଢ଼ି ପରୀକ୍ଷା ଦେବେ। ଜୀବ ବିଜ୍ଞାନ ବହିରେ ପୂର୍ବରୁ ୧୦ଟି ବିଷୟ ରହିଥିବାବେଳେ ଏବେ ମହାମାରୀ କୋଭିଡ୍‌-୧୯ ଓ ତାହାର ପରିଚାଳନା ନାମକ ନୂତନ ଅଧ୍ୟାୟ ଯୋଡ଼ା ହୋଇଛି। ଭୂଗୋଳ ବହିରେ ମଧ୍ୟ ଜଳବାୟୁଜନିତ ବିପତ୍ତି ଏବଂ ପରିଚାଳନା ସଂକ୍ରାନ୍ତ ନୂତନ ଅଧ୍ୟାୟ ସାମିଲ କରାଯାଇଛି। ସଂସ୍କୃତ ବହିରେ ଥିବା ‘ଶୃଗାଳ ଶିଶୁ କଥା’ ଅଧ୍ୟାୟ ପୂର୍ବରୁ ପଢ଼ାଯାଉ ନ ଥିବାବେଳେ ଚଳିତ ଶିକ୍ଷାବର୍ଷରେ ସଂସ୍କୃତ ଇଚ୍ଛାଧୀନ ବିଷୟ ରଖିଥିବା ଛାତ୍ରୀଛାତ୍ର ଏହା ପଢ଼ିବେ ବୋଲି ସୂଚନା ମିଳିଛି ା


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡି-ଭାଜପା-କଂଗ୍ରେସକୁ ମୟୂରଭଞ୍ଜରେ ଟକ୍କର ଦେବ ଏହି ଦଳ, ଘୋଷଣା କଲା ପ୍ରାର୍ଥୀ

ମୟୂରଭଞ୍ଜ,୨୯।୩: ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବୁ ସୋରେନଙ୍କ ଝିଅ ପୁଣିଥରେ ଚଳିତ ନିର୍ବାଚନରେ ମଇଦାନକୁ ଓହ୍ଲାଇଛନ୍ତି। ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚା(JMM) ଶିବୁ ସୋରେନଙ୍କ ଝିଅ ଅଞ୍ଜନି...

ପୈତୃକ ଗାଁରୁ ପ୍ରଚାର ମଇଦାନକୁ ଓହ୍ଲାଇଲେ ପ୍ରଦୀପ

ବରଗଡ଼,୨୯।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଲୋକସଭା ଆସନ ପାଇଁ ଭାଜପା ପ୍ରଦୀପ ପୁରୋହିତଙ୍କୁ ପ୍ରାର୍ଥୀ କରିଛି। ବରଗଡ଼ ଲୋକସଭା କ୍ଷେତ୍ର ଅଧୀନ ବିଜେପୁର ନିର୍ବାଚନ ମଣ୍ଡଳି ପୈତୃକ...

ନବବିବାହିତ ଯୁବକଙ୍କୁ ଗଳାକାଟି ହତ୍ୟା

ଗଜପତି,୨୯।୩(ଗିରିଧାରୀ ପରିଛା): ଗଜପତି ଜିଲା ଗୋସାଣି ବ୍ଲକ ଗୁରାଣ୍ଡି ଥାନା ଅଧୀନ ତୋଟାଗୁମ୍ବୁଡା ଗାଁରେ ଏକ ଅଘଟଣ ଘଟିଛି। ଜଣେ ନବବିବାହିତ ଯୁବକଙ୍କୁ ଗଳାକାଟି ଅତି...

ମୁଖ୍ୟମନ୍ତ୍ରୀଙ୍କୁ ଭେଟି ଆଶୀର୍ବାଦ କାମନା କଲେ ଦେବେଶ ଆଚାର୍ଯ୍ୟ

ବରଗଡ଼,୨୯ା୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ବିଧାନସଭା ନିର୍ବାଚନ ମଣ୍ଡଳୀ ପାଇଁ ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କ୍ରମାଗତ ତୃତୀୟଥର ପାଇଁ ଦେବେଶ ଆଚାର୍ଯ୍ୟଙ୍କ ନାମ...

ଗୁଡ୍‌ ଫ୍ରାଇଡେରେ ପ୍ରାର୍ଥନା କରି ନିର୍ବାଚନ ପ୍ରଚାର ଆରମ୍ଭ କଲେ ଦିଲୀପ ତିର୍କୀ

ସୁନ୍ଦରଗଡ,୨୭ା୩(ଜୟ ନାରାୟଣ ମେଣ୍ଡୁଳି): ଚର୍ଚ୍ଚରେ ପ୍ରାର୍ଥନା କରି ପ୍ରଚାର ଆରମ୍ଭ କରିଛନ୍ତି ବିଜେଡି ଲୋକସଭା ପ୍ରାର୍ଥୀ ଦିଲୀପ ତିର୍କୀ। ପ୍ରାର୍ଥୀ ଘୋଷଣା ହେବା ପରେ ଶୁକ୍ରବାର...

ଭାଜପା ଛାଡ଼ିବା କାରଣ କହିଲେ ପ୍ରକାଶ

ଭୁବନେଶ୍ୱର,୨୯।୩: ଭାଜପା ଛାଡ଼ିବା ପରେ ମୁହଁ ଖୋଲିଛନ୍ତି ସାଲେପୁରର ପୂର୍ବତନ ବିଧାୟକ ପ୍ରକାଶ ବେହେରା। ସେ କହିଛନ୍ତି, ଲୋକଙ୍କ ସେବା କରିବା ସହ ସଙ୍ଗଠନକୁ ମଜଭୁତ...

ଭାଜପା ଛାଡ଼ିଲେ ନୀଳଗିରି ବିଧାୟକ ସୁକାନ୍ତ ନାୟକ, ବିଜେଡିରେ ହୋଇପାରନ୍ତି ସାମିଲ

ନୀଳଗିରି, ୨୯।୩(ପ୍ରଶାନ୍ତ କୁମାର ବିଶ୍ବାଳ): ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟାଇ ଭାରତୀୟ ଜନତା ପାର୍ଟି(ଭାଜପା)ରୁ ଇସ୍ତଫା ଦେଇଛନ୍ତି ନୀଳଗିରି ବିଧାୟକ ଛାଡିଲେ ସୁକାନ୍ତ। ଶୁକ୍ରବାର...

ନିର୍ବାଚନ ପୂର୍ବରୁ ବିବାଦୀୟ କୋଟିଆରେ ଡିଜିଟାଲ ମିଟର ବଣ୍ଟନ ଆରମ୍ଭ କଲା ଆନ୍ଧ୍ର

ଭୁବନେଶ୍ୱର,୨୯।୩: ଓଡ଼ିଶାର କୋରାପୁଟ ଜିଲାର ପଟାଙ୍ଗୀ ବ୍ଲକ ଅନ୍ତର୍ଗତ କୋଟିଆ ଅଂଚଳରେ ଆନ୍ଧ୍ରପ୍ରଦେଶ ବିବାଦୀୟ ଅଞ୍ଚଳରେ କ୍ରମାଗତ ଭାବରେ ଅନୁପ୍ରବେଶ କରୁଛି ଏବଂ ସ୍ଥାନୀୟ ବାସିନ୍ଦାଙ୍କୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri