ଶିଶୁମାନେ ହିଁ ରାଷ୍ଟ୍ର ନିର୍ମାଣର ମୁଖ୍ୟ ଆଧାର: କେସିଙ୍ଗା ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଉତ୍ସାହର ସହ ପାଳିତ ହେଲା ଶିଶୁ ଦିବସ

କେସିଙ୍ଗା, ୧୪।୧୧(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହରସ୍ଥିତ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ପରିସରରେ ମହାନ ଶିଶୁପ୍ରେମୀ ତଥା ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ ପଣ୍ଡିତ ଜବାହରଲାଲ ନେହେରୁଙ୍କ ଜନ୍ମଜୟନ୍ତୀ ଅବସରରେ ଶନିବାର ଦିନ ଶିଶୁ ଦିବସ-୨୦୨୬ ଆନନ୍ଦ ଉଲ୍ଲାସ ଓ ଉତ୍ସାହର ସହ ପାଳିତ ହୋଇଯାଇଛି। ବିଦ୍ୟାଳୟର ଭାରପ୍ରାପ୍ତ ପ୍ରଧାନଶିକ୍ଷକ ସୁଶାନ୍ତ କୁମାର ମେହେରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଶିଶୁମାନେ ଦେଶର ଭବିଷ୍ୟତ ଓ ରାଷ୍ଟ୍ର ନିର୍ମାଣର ମୁଖ୍ୟ ଆଧାର ବୋଲି ମତବ୍ୟକ୍ତ କରାଯାଇଥିଲା। ପାଳନ ସମାରୋହର ସଭାପତି କହ୍ନେଇଲାଲ ସାହୁ ପଣ୍ଡିତ ନେହେରୁଙ୍କ ଜୀବନୀ, ଆଦର୍ଶ ଏବଂ ଶିଶୁମାନଙ୍କ ପ୍ରତି ତାଙ୍କର ଅଗାଧ ସ୍ନେହ ଓ ଭଲପାଇବା ସମ୍ପର୍କରେ ଆଲୋକପାତ କରିବା ସହ ଛାତ୍ରୀମାନଙ୍କୁ ଶୃଙ୍ଖଳା, ନିଷ୍ଠା ଓ ଆତ୍ମବିଶ୍ୱାସ ସହ ଜୀବନରେ ଆଗକୁ ବଢ଼ିବାକୁ ଆହ୍ୱାନ ଦେଇଥିଲେ।

ଏହି କାର୍ଯ୍ୟକ୍ରମ ଅବସରରେ ଛାତ୍ରୀମାନଙ୍କ ମଧ୍ୟରେ ଲୁକ୍କାୟିତ ପ୍ରତିଭାର ବିକାଶ ଓ ସୃଜନଶୀଳତାର ପରିପ୍ରକାଶ ନିମନ୍ତେ ବିଭିନ୍ନ ପ୍ରତିଯୋଗିତା ଆୟୋଜିତ ହୋଇଥିଲା। କନିଷ୍ଠ ବିଭାଗର ଡ୍ରଇଂ ପ୍ରତିଯୋଗିତାରେ ନିର୍ମିତ ବିଶି, କୁନ୍ତଳା ସାହୁ, ପଦ୍ମିନୀ ମହାନନ୍ଦ ଓ ଆଦ୍ୟାଶା ଦାସ ଏବଂ ମ୍ୟୁଜିକ୍ ଚେୟାର ପ୍ରତିଯୋଗିତାରେ ଓମିନା ମହାନନ୍ଦ, ଉର୍ମିଳା ଭୂଏ ଓ ଖୁସବୁ ମାଝୀ କୃତିତ୍ୱ ଅର୍ଜନ କରିଥିଲେ। ସେହିପରି ବରିଷ୍ଠ ବିଭାଗର ସାଧାରଣ ଜ୍ଞାନ ପ୍ରତିଯୋଗିତାରେ ଦିବ୍ୟାଙ୍କା ବର୍ମା, ନିଭା ସ୍ୱାଇଁ ଓ ଜନନୀ ସେଠୀ ଏବଂ ମ୍ୟୁଜିକ୍ ଚେୟାରରେ ଚିନ୍ମୟୀ ଭୋଇ, ଅଞ୍ଜୁ ସାହୁ ଓ ବୈଷ୍ଣବୀ ନାଏକ ବିଜୟୀ ହୋଇଥିଲେ। ସମସ୍ତ କୃତୀ ପ୍ରତିଯୋଗୀଙ୍କୁ ଅତିଥିମାନଙ୍କ ଦ୍ୱାରା ପୁରସ୍କାର ଓ ପ୍ରମାଣପତ୍ର ପ୍ରଦାନ କରାଯାଇ ଉତ୍ସାହିତ କରାଯାଇଥିଲା। ସପ୍ତମ ଶ୍ରେଣୀ ଛାତ୍ରୀ ସୋନାକ୍ଷୀ ଠାକୁର ଏହି ସମଗ୍ର କାର୍ଯ୍ୟକ୍ରମକୁ ଅତ୍ୟନ୍ତ ସଫଳତାର ସହ ସଂଯୋଜନା କରିଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବିର୍ସା ମୁଣ୍ଡାଙ୍କ ୧୫୧ତମ ଜନ୍ମ ଜୟନ୍ତୀ: ଏକାଠି ହେଲେ କନ୍ଧମାଳ,ଗଜପତିର ଆଦିବାସୀ ସମାଜ

ବ୍ରାହ୍ମଣୀଗାଁ,୧୫।୧୧(ମନୋରଞ୍ଜନ ରଣା): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅନ୍ତର୍ଗତ ବ୍ରାହ୍ମଣୀଗାଁ ଶିବ ମନ୍ଦିର ପଡ଼ିଆରେ ରବିବାର ଭଗବାନ ବିର୍ସା ମୁଣ୍ଡାଙ୍କ ୧୫୧ତମ ଜନ୍ମ ଜୟନ୍ତୀ ପାଳିତ ହୋଇଯାଇଛି।…

ଗୁଣପୁରରେ ମହିଳାଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ

ଗୁଣପୁର,୧୫।୧୧(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ଥାନା ଅନ୍ତର୍ଗତ ହାଉସିଂ ବୋର୍ଡ କଲୋନୀରେ ଜଣେ ମହିଳାଙ୍କୁ ମରଣାନ୍ତକ ଆକ୍ରମଣ ହୋଇଥିବା ଘଟଣା ସାମ୍ନାକୁ ଆସିଛି। ମିଳିଥିବା ସୂଚନା…

ଠେଙ୍ଗାରେ ଆକ୍ରମଣ କରି ହତ୍ୟା ଉଦ୍ୟମ, ଜେଲ ଗଲେ ଅଭିଯୁକ୍ତ

ଦିଗପହଣ୍ଡି,୧୫।୧୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଶ୍ରୀଚନ୍ଦନପୁର ଗ୍ରାମର ବିରୁପାକ୍ଷ ମହାପାତ୍ରଙ୍କୁ ଗ୍ରାମର ହିନ ଗଉଡ଼(୫୦) ଶନିବାର ଅପରାହ୍ନରେ ଏକ ଠେଙ୍ଗାରେ ଆକ୍ରମଣ କରି…

ମାଡ଼ି ଆସୁଛି ବାତ୍ୟା: ମୁକାବିଲା ପାଇଁ ଗଞ୍ଜାମ ପ୍ରଶାସନର ଆଗୁଆ ପ୍ରସ୍ତୁତି

ପୁରୁଷୋତ୍ତମପୁର,୧୫।୧୧(ସବିତା ମିଶ୍ର): ପୁଣି ଏକ ସାମ୍ଭାବ୍ୟ ବାତ୍ୟାର ମୁକାବିଲା ପାଇଁ ପୁରୁଷୋତ୍ତମପୁର ପ୍ରଶାସନ ପକ୍ଷରୁ ଆଗୁଆ ପ୍ରସ୍ତୁତି ସହ ବ୍ୟାପକ ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରାଯାଇଛି। ଏନେଇ…

ଏକଲବ୍ୟ ଆଦର୍ଶ ଆବାସିକ ବିଦ୍ୟାଳୟର ଉଦ୍‌ଘାଟନ କଲେ ପ୍ରଧାନମନ୍ତ୍ରୀ , ବିଧାୟକ କହିଲେ…

ତୁମୁଡ଼ିବନ୍ଧ,୧୫।୧୧(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡ଼ିବନ୍ଧ ବ୍ଲକ୍‌ ତୁଟୁଲୁବାଠାରେ ନୂତନ ଭାବେ ନିର୍ମିତ ହୋଇଥିବା ଏକଲବ୍ୟ ଆଦର୍ଶ ଆବାସିକ ବିଦ୍ୟାଳୟକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଭାଷୀ…

ଦାଦନ ଖଟିବାକୁ ବେଙ୍ଗାଲୁରୁ ଯାଇଥିଲେ, ଘରକୁ ଫେରିବା ବେଳେ ଚାଲିଗଲା ଜୀବନ

କୋକସରା,୧୫ା୧୧(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କାମ ଅନ୍ବେଷଣରେ ବାହାର ରାଜ୍ୟକୁ ଦାଦନ ଖଟିବାକୁ ଯାଇଥିବା କୋକସରା ଅଞ୍ଚଳର ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି । ମୃତ ଯୁବକ ମୁଷାପାଲି…

ସମ୍ଭାବ୍ୟ ବାତ୍ୟାକୁ ନେଇ ଭଞ୍ଜନଗର ପ୍ରଶାସନର ତତ୍ପରତା, ଜଳଭଣ୍ଡାରରୁ ଆଜି ରାତି ୯ଟାରୁ ଛଡ଼ାଯିବ ପାଣି

ଭଞ୍ଜନଗର,୧୫ା୧୧(ବାବୁଲା ପ୍ରଧାନ): ଆସନ୍ତା ୧୮ ଓ ୧୯ ତାରିଖରେ ଗଞ୍ଜାମ ଜିଲାରେ ପୁଣି ସମ୍ଭାବ୍ୟ ବାତ୍ୟା ଆଶଙ୍କା ଦେଖାଦେଇଛି । ଗତ ୨୯ ତାରିଖରେ ବାତ୍ୟା ଓ…

୨୫ ବର୍ଷର ଯାତ୍ରାକୁ ନେଇ ଭବ୍ୟ ଉତ୍ସବ, ଉଦ୍‌ଯାପନୀରେ ଯୋଗଦେଲେ ଉପମୁଖ୍ୟମନ୍ତ୍ରୀ

ରିଷିଡା,୧୫ା୧୧(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡା ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ପରିସରରେ ଗତ ତିନିଦିନ ଧରି ଚାଲିଥିବା ଏହି ଉତ୍ସବରେ ଶିକ୍ଷା, ସଂସ୍କୃତି, ପରମ୍ପରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?