ନିଆରା ଢଙ୍ଗରେ ଶିଶୁ ଦିବସ ପାଳିତ

ତୁମୁଡିବନ୍ଧ,୧୪।୧୧: (ଦୀପକ କୁମାର ପରାସେଠ)-ଆଜି ପଲ୍ଲୀରୁ ସହର ସବୁ ଠାରେ ପୂର୍ବତନ ପ୍ରଧାନମନ୍ତ୍ରୀ ଜବାହରଲାଲ ନେହେରୁଙ୍କ ଜନ୍ମ ଜୟନ୍ତୀ ଦିବସକୁ ଶିଶୁ ଦିବସ ଭାବେ ପାଳନ କରାଯାଉଛି। ସେହିପରି କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକର ଭିତର ଅଂଚଳ ଭାବେ ପରିଚିତ ଝିରିପାଣି ଉନ୍ନୀତ ଉଚ୍ଚ ବିଦ୍ୟାଳୟ ଠାରେ ଆଜି ଶୁକ୍ରବାର ନିଆରା ଢଙ୍ଗରେ ଶିଶୁ ଦିବସ ପାଳନ କରାଯାଇଛି। ପୁରାତନ ଛାତ୍ରୀଛାତ୍ର, ପୁରାତନ ଶିକ୍ଷୟିତ୍ରୀଶିକ୍ଷକ ମାନଙ୍କୁ ନେଇ ଶିଶୁ ଦିବସ ପାଳନ କରାଯାଇଛି।
ଏହି କାର୍ଯ୍ୟକ୍ରମରେ ବିଦ୍ୟାଳୟର ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ କୃଷ୍ଣଚନ୍ଦ୍ର ନାୟକ ସଭାପତିତ୍ୱ କରିଥିଲେ। ପ୍ରଥମେ ପୂର୍ବତନ ପ୍ରଧାନମନ୍ତ୍ରୀ ନେହେରୁଙ୍କ ଫୋଟରେ ପୁଷ୍ପମାଲ୍ୟ ଅର୍ପଣ କରାଯାଇଥିଲା। ମୁଖ୍ୟ ଅତିଥି ଭାବରେ ପ୍ରକାନ୍ତ ପ୍ରଧାନ ଶିକ୍ଷକ ସୂର୍ଯ୍ୟ ନାରାୟଣ ଷଡଙ୍ଗୀ, ମୁଖ୍ୟ ବକ୍ତା ଭାବେ ଝିରିପାଣି ସିଆରସିସି ଭାସ୍କର ଚନ୍ଦ୍ର ସଂଗ୍ରାମ ସିଂ,ସମ୍ମାନିତ ଅତିଥି ଭାବେ ଶିକ୍ଷକ ପୁରେନ୍ଦ୍ର କୁମାର ସିଂ,ଗୌରୀ ଶଙ୍କର ନାୟକ, ଗୋପାଳ ନାୟକ, ମୋହନ ମୁରାରୀ ସିଂ, ଜଳେନ୍ଦ୍ର ପରାସେଠ, ବିଜୟ କୁମାର ଦାସ ଏବଂ ସ୍କୁଲ ପରିଚାଳନା କମିଟିର ପୂର୍ବତନ ସଭାପତି ବଳିନ୍ଦ୍ର ପାତ୍ର, ପ୍ରମୁଖ ଉପସ୍ଥିତ ଥିଲେ।
ମୁଖ୍ୟବକ୍ତା ଷଡଙ୍ଗୀ କହିଥିଲେ, ଯେତେବେଳେ ଏହି ଅଞ୍ଚଳକୁ ରାସ୍ତ ନ ଥିଲା, ଯାନ ବାହାନ ତ ସ୍ବପ୍ନ ପାଲଟି ଥିଲା ସେ ସମୟରେ ବହୁ କଷ୍ଟରେ ଆସି ପିଲାମାନଙ୍କୁ ପାଠ ପଢ଼ାଇଛୁ। ସେହି ଦିନଟି ସ୍ମୁତି ହୋଇ ରହିଛି। ଯାହା ହେଉ ଆଜି ମୋର ଛାତ୍ରୀଛାତ୍ରମାନେ ଭଲ ପାଠ ପଢି ଭଲ ମଣିଷ ହେବା ଓ ଅଞ୍ଚଳର ବିକାଶ ପାଇଁ ଆଗେଇ ଆସିଛନ୍ତି। ଏଠି ଉପସ୍ଥିତ ଥିବା କୁନି କୁନି ପିଲାମାନଙ୍କୁ ମୋର ଉପଦେଶ ଯେ, ଭଲ ମଣିଷ ହେବା ପାଇଁ ସ୍ବପ୍ନ ଦେଖ ଓ ସାକାର କର। ତାହାହେଲ ଲକ୍ଷ୍ୟସ୍ଥଳରେ ପହଞ୍ଚିପାରିବ। ସେହିପରି ମୁଖ୍ୟବକ୍ତା ସିଂ କହିଛନ୍ତି ଯେ. ଏହି କାର୍ଯ୍ୟକ୍ରମ ତୁମୁଡିବନ୍ଧ ବ୍ଲକ ଅଞ୍ଚଳରେ ନୂଆ ଭାବେ କରାଯାଇଛି। ଏହି ଶିଶୁ ଦିବସରେ ଏହି କୁନି କୁନି ପିଲାମାନଙ୍କୁ ଆଗାମୀ ଦିନର ଆଶା ଓ ଆକାଂକ୍ଷା ପୂରଣର ବାର୍ତ୍ତା ବହ ହେବ ବୋଲି କହିଛନ୍ତି। ଏହି କାର୍ଯ୍ୟକ୍ରମରେ ଉକ୍ତ ବିଦ୍ୟାଳୟର ସମସ୍ତ ଶିକ୍ଷୟିତ୍ରୀ ଶିକ୍ଷକ ଓ କର୍ମଚାରୀ ଉପସ୍ଥିତ ଥିଲେ। ଶେଷରେ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରି କାର୍ଯ୍ୟକ୍ରମ ଶେଷ କରିଥିଲେ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଦକ୍ଷିଣମୋଡ଼ ହେଲା ଦର୍ପଦଳନ, ଅଧାରେ ଅଟକିଲା ତାଳଧ୍ୱଜ: ନନ୍ଦିଘୋଷ… 

ପୁରୀ,୨୧ା୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଆସି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ରଥଯାତ୍ରାର…

କୋର୍ଟରେ ହୋଇ ନ ଥିଲେ ହାଜର, ୩ ୱାରେଣ୍ଟିଙ୍କୁ ବାନ୍ଧିଲା ପାଟପୁର ପୋଲିସ 

ଦିଗପହଣ୍ଡି,,୨୧।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ପୋଲିସ ବିଭିନ୍ନ ମାମଲାରେ ଫେରାର ଥିବା ୩ ଜଣ ଜାମିନବିହୀନ ୱାରେଣ୍ଟିଙ୍କୁ ଗିରଫ କରି…

ଜାଗିରି ସମ୍ପତ୍ତିକୁ ନେଇ ବିବାଦ, ଚାରି କୋର୍ଟ ଚାଲାଣ

ବାଲିପାଟଣା ୨୨।୭(ଅଭିମନ୍ୟୁ ନାୟକ): ବାଲିପାଟଣା ଥାନା ଅନ୍ତର୍ଗତ ଗାରେଡିପାଞ୍ଚଣ ଗ୍ରାମରେ ଏକ ଜାଗିରି ଜମି ଦଖଲକୁ ନେଇ ଦୁଇ ପରିବାର ମଧ୍ୟରେ ଗଣ୍ଡଗୋଳ ହୋଇଛି। ଯେଉଁଥିରେ ଜଣେ…

ଦିଗପହଣ୍ଡିରେ ଖେମୁଣ୍ଡି ଲୋକ ମହୋତ୍ସବ ଉଦଯାପିତ: ଜିଲାପାଳ କହିଲେ- ସହରରେ ନିର୍ମାଣ ହେବ ସଂସ୍କୃତି ଭବନ

ଦିଗପହଣ୍ଡି,୨୧।୭(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବଜାର ଗାନ୍ଧୀ ଛକଠାରେ ସୋମବାରଠାରୁ ଦୁଇ ଦିନ ଧରି ଚାଲିଥିବା ଖେମୁଣ୍ଡି ଲୋକ କଳା ମହୋତ୍ସବ ମଙ୍ଗଳବାର ରାତିରେ ସଫଳତାର ସହ…

ପୂଜା ସାରି ଫେରୁଥିବା ବେଳେ ମହିଳାଙ୍କୁ ମାଡ଼, ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ, ଥାନାରେ ମାମଲା

ଧାମନଗର,୨୧।୭(କାଳନ୍ଦି ବେହେରା): ଭଦ୍ରକ ଜିଲା ଧାମନଗର ଥାନା ଅନ୍ତର୍ଗତ ବରଗଡ଼ା ଗ୍ରାମରେ ପୂଜା ସାରି ଘରକୁ ଫେରୁଥିବା ଜଣେ ମହିଳାଙ୍କୁ ଆକ୍ରମଣ କରାଯିବା ଏବଂ ଚିକିତ୍ସାଧୀନ ଅବସ୍ଥାରେ…

ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଆଧାର ନିଷ୍କ୍ରିୟ; ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ…

ମୋହନା,୨୧।୭(ମନ୍ମଥ ମିଶ୍ର): ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଏଭଳି ଏକ ଆଶ୍ଚର୍ଯ୍ୟଜନକ ଘଟଣା ଗଜପତି ଜିଲା ଆର୍. ଉଦୟଗିରି ବ୍ଲକ ରଣାଲଇ ଗ୍ରାମରେ ଦେଖିବାକୁ…

ଦ୍ୱିତୀୟ ପ୍ରଚେଷ୍ଟାରେ NEETରେ ଚମକିଲେ ଅରୋଶିଷ: ପୂରଣ ହେବ ଡାକ୍ତର ହେବାର ସ୍ବପ୍ନ

ଅମରପାଲି,୨୧।୭(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ଉଲୁଣ୍ଡା ବ୍ଲକର ଯାଲୋଏ ଗ୍ରାମର ମେଧାବୀ ଛାତ୍ର ଅରୋଶିଷ ପଣ୍ଡା ଚଳିତ ବର୍ଷର ଏନଇଇଟି (NEET UG) ପ୍ରବେଶିକା ପରୀକ୍ଷାରେ ଉଲ୍ଲେଖନୀୟ…

ପେ-ଲେଭଲ୍ ବୃଦ୍ଧି ଓ କ୍ୟାଡ଼ର ପୁନର୍ଗଠନ ଦାବି: ଏଓବିଏସଏସଓଏ ପକ୍ଷରୁ କଳାହାଣ୍ଡି ଜିଲାପାଳଙ୍କୁ ଦାବିପତ୍ର

ଭବାନୀପାଟଣା,୨୧।୭(ଉତ୍ତମ କୁମାର ଦାଶ): ଅଲ ଓଡ଼ିଶା ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ ପରିଷଦ (ଏଓବିଏସଏସଓଏ) ପକ୍ଷରୁ ମଙ୍ଗଳବାର କଳାହାଣ୍ଡି ଜିଲାପାଳ ପାୱାର ସଚିନ ପ୍ରକାଶଙ୍କୁ ଏକ ୮…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri