ସ୍କୁଲରେ ପାଳନ ହେବନି ଶିଶୁଦିବସ, ଗୁରୁଦିବସ! ସରକାରଙ୍କୁ ଏପରି ଦାବି କଲେ ଶିକ୍ଷକ

ଭୁବନେଶ୍ୱର,୧୯ା୧୨: ୨୦୨୬ ମସିହା ପାଇଁ ପ୍ରକାଶ ପାଇଥିବା ବିଦ୍ୟାଳୟର ବାର୍ଷିକ ଛୁଟି ତାଲିକାରେ ଗୁରୁ ଦିବସ ଏବଂ ଶିଶୁ ଦିବସକୁ ‘ପାଳନୀୟ ଦିବସ’ ଭାବେ ସ୍ଥାନ ଦିଆଯାଇ ନଥିବାରୁ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ମାଧ୍ୟମିକ ଓ ପ୍ରାଥମିକ ଶିକ୍ଷା ନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ତରଫରୁ ଜାରି କରାଯାଇଥିବା ଏହି ତାଲିକା ଅନୁଯାୟୀ, ଉଭୟ ଦିବସରେ ପିଲାମାନେ ସ୍କୁଲ ଆସିବେ ଓ ଅନ୍ୟ ଦିନ ପରି ସାଧାରଣ ପାଠପଢ଼ା ହେବ। କୌଣସି କାର୍ଯ୍ୟକ୍ରମ ପାଳନ କରାଯିବ ନାହିଁ।

ଦେଶର ଦୁଇ ମହାନ ବରପୁତ୍ରଙ୍କ (ସର୍ବପଲ୍ଲୀ ରାଧାକ୍ରିଷ୍ଣନ୍ ଓ ଜବାହରଲାଲ ନେହେରୁ) ଜୟନ୍ତୀକୁ ପାଳନ ନ କରିବାକୁ ନିଆଯାଇଥିବା ନିଷ୍ପତ୍ତି ଛାତ୍ରଛାତ୍ରୀ, ଶିକ୍ଷକ ଏବଂ ଅଭିଭାବକ ମହଲରେ ଗଭୀର ରେଖାପାତ କରିଛି।

ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ ସଂଘର ସଭାପତି ବ୍ରହ୍ମାନନ୍ଦ ମହାରଣା କହିଛନ୍ତି ଯେ, ଏହି ଦିବସ ପାଳନ ଦ୍ୱାରା ପିଲାମାନେ ଉକ୍ତ ମହାନ ନେତାଙ୍କ ସ୍ୱାଧୀନତା ଆନ୍ଦୋଳନ ତଥା ଇତିହାସ ବିଷୟରେ ଜାଣିଥା’ନ୍ତି। ନାମ ବାଦ୍ ଦେବା ରାଜ୍ୟ ସରକାରଙ୍କ ‘ଗୁରୁଶିଷ୍ୟ ପରମ୍ପରାକୁ ବିଲୋପ’ କରିବାର ଉଦ୍ୟମ।

ଜାରି ହୋଇଥିବା ତାଲିକାରେ ମୋଟ ୮୨ଟି ଛୁଟି ଦିବସ ଓ ୬ଟି ପାଳନୀୟ ଦିବସ ରହିଛି। ତେବେ ଗୁରୁ ଦିବସ ଓ ଶିଶୁ ଦିବସକୁ ପାଳନୀୟ ଦିବସ ଭାବେ ଘୋଷଣା ନ କରିବାକୁ ଓଡ଼ିଶା ସରକାରୀ ହାଇସ୍କୁଲ୍ (ମାଧ୍ୟମିକ) ଏନ୍‌ପିଏସ୍ ଶିକ୍ଷକ ସଂଘ ପ୍ରତିବାଦ କରିଛି।

ନୂଆ ସରକାର ଆସିବା ପରେ ମାର୍ଚ୍ଚ ୫ରେ ପଞ୍ଚାୟତରାଜ ଦିବସ ଛୁଟିକୁ ମଧ୍ୟ ତାଲିକାରୁ ବାଦ୍ ଦିଆଯାଇଛି। ଶିକ୍ଷକ ସଂଘଗୁଡ଼ିକ ତୁରନ୍ତ ଏହି ଛୁଟି ତାଲିକାକୁ ସଂଶୋଧନ କରି ଗୁରୁ ଦିବସ ଓ ଶିଶୁ ଦିବସକୁ ପାଳନୀୟ ଦିବସ ଭାବେ ଘୋଷଣା କରିବାକୁ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଝରାଫୁଲ ହତ୍ୟା ଘଟଣା: ୫ ବର୍ଷ ପରେ ଅଭିଯୁକ୍ତଙ୍କୁ ମିଳିଲା ଏମିତି ଦଣ୍ଡ

ଭୁବନେଶ୍ୱର,୨୯।୬: ବହୁଚର୍ଚ୍ଚିତ ଝରାଫୁଲ ହତ୍ୟାକାଣ୍ଡ ଘଟଣାର ରାୟ ଆସିଛି। ଦୋଷୀ ରାକେଶ ସ୍ବାଇଁଙ୍କୁ ଆଜୀବନ କାରାଦଣ୍ଡ ଦିଆଯାଇଛି। ଏହାସହ ରାକେଶଙ୍କ ସହଯୋଗୀ ଅମରେଶ ରାଉତକୁ ୫ ବର୍ଷ…

ବାଇକକୁ ପିଟିଲା ୩୦ ଛାତ୍ରୀଛାତ୍ରଙ୍କୁ ନେଇ ଯାଉଥିବା ସ୍କୁଲ ଭ୍ୟାନ, ଜଣେ ମୃତ

କେସିଙ୍ଗା,୨୯।୬(ତୁମେଶ୍ୱର ସାହୁ ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ୍ ଅନ୍ତର୍ଗତ ଉତ୍କେଲା ଗ୍ରାମରୁ କୋକୋଡମାଲକୁ ସଂଯୋଗ କରୁଥିବା ପିବ୍ଲୁଡି ରାସ୍ତା ପାର୍ଶ୍ଵରେ ଅବସ୍ଥିତ ମେର୍ଶି ଇଂରାଜୀ ବିଦ୍ୟାଳୟ…

ବିବାହିତା ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ: ମହୁଲ ଗଛରେ ଝୁଲୁଛି…

ପାଟଣା, ୨୯/୬ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ ଡାଳପକା ପଞ୍ଚାୟତର କେନ୍ଦୁଯୋଡା ଗ୍ରାମରେ ଜଣେ ୧୮ ବର୍ଷୀୟା ବିବାହିତା ମହିଳାଙ୍କ ସନ୍ଦେହଜନକ…

୩ ଜିଲାର ସୀମାରେ ପହଞ୍ଚିଲେ ଭାଜପାର ନେତା, ବିଧାୟକ ଉଦଘାଟନ କଲେ …

ଦାରିଙ୍ଗବାଡି,୨୯।୬(ଅରୁଣ ସାହୁ): କନ୍ଧମାଳ ଜିଲା ଭାଜପା ସଂଗଠନକୁ ସୁଦୃଢ଼ କରିବା ପାଇଁ ନେତା ଏବଂ କର୍ମୀମାନେ ଅଣ୍ଟା ଭିଡିଛନ୍ତି । ସମସ୍ତ ବୁଥ ସ୍ତରରେ କର୍ମୀମାନେ ପ୍ରତେକ…

ରାଜଧାନୀରେ ଯୁବକଙ୍କୁ ବୀଭତ୍ସ ହତ୍ୟା: ପରିବାର ଲୋକଙ୍କ ଆଗରେ ପିଟିପିଟି …

ଭୁବନେଶ୍ୱର,୨୯।୬: ରାଜଧାନୀ ଭୁବନେଶ୍ୱରରେ ଘଟିଛି ଏକ ଲୋମହର୍ଷଣକାରୀ ହତ୍ୟାକାଣ୍ଡ। ଖଣ୍ଡଗିରି ଥାନା ଅନ୍ତର୍ଗତ କୋଳଥିଆ ଛକ ନିକଟରେ ବିଳମ୍ବିତ ରାତିରେ ତିନିଜଣ ମୁଖାପିନ୍ଧା ଦୁର୍ବୃତ୍ତ ଜଣେ ଯୁବକଙ୍କୁ…

ଟ୍ରାକ୍ଟର ଧକ୍କାରେ ଶ୍ରମିକ ମୃତ, କ୍ଷତିପୂରଣ ଦାବିରେ ଉତ୍ୟକ୍ତ ଲୋକଙ୍କ ରାସ୍ତା ଅବରୋଧ

ଦିଗପହଣ୍ଡି,୨୯।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ହସ୍ପିଟାଲ ଛକ ମୁଖ୍ୟରାସ୍ତାରେ ସୋମବାର ପୂର୍ବାହ୍ନ  ପ୍ରାୟ ୧୦ ଟାରେ ଏକ ବାଲି ବୋଝେଇ ଟ୍ରାକ୍ଟର (ନଂ. ଓଡ଼ି୦୭…

୧୩ ଜୁଆଙ୍ଗଙ୍କ ମୃତ୍ୟୁ, କେନ୍ଦୁଝରରେ କଂଗ୍ରେସର ପ୍ରତିବାଦ

କେନ୍ଦୁଝର,୨୯ା୬(ନରେଶ ଚନ୍ଦ୍ର ପଟ୍ଟନାୟକ): ଦାଦନ ଖଟିବାକୁ ତାମିଲନାଡୁ ଯାଇ କେନ୍ଦୁଝର ଜିଲାର ୧୩ ଜଣ ଆଦିମ ଜନଜାତି ଜୁଆଙ୍ଗ ସମ୍ପ୍ରଦାୟର ଯୁବତୀଙ୍କ ମୃତ୍ୟୁ ଘଟଣାକୁ କଂଗ୍ରେସ ପକ୍ଷରୁ…

ଜି ଉଦୟଗିରିରେ ମହାପ୍ରଭୁଙ୍କ ହାତୀବେଶ, ଜୟ ଜଗନ୍ନାଥ ଧ୍ବନିରେ ପ୍ରକମ୍ପିତ…

ଜି ଉଦୟଗିରି, ୨୯ା୬(ଶିଶିର ପଟ୍ଟନାୟକ /ଚିନ୍ମୟ କୁମାର ସେଠୀ ): ଆଜି ଅର୍ଥାତ୍‌ ସୋମବାର ହେଉଛି ପବିତ୍ର ସ୍ନାନ ପୂର୍ଣ୍ଣିମା।  ସୋମବାର ଦିନ ସ୍ନାନ ପୂର୍ଣ୍ଣିମା ଉପଲକ୍ଷେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri