ପିଲାଙ୍କ କଳିରୁ ଗୋଷ୍ଠୀ ସଂଘର୍ଷ: ୮ ଆହତ

ରାୟଗଡ଼ା,୧୨ା୧୨(ସ୍ବ.ପ୍ର.): ରାୟଗଡ଼ା ଜିଲା ଚାନ୍ଦିଲି ଥାନା ଅନ୍ତର୍ଗତ ଜେକେପୁରଠାରେ ଘଟିଛି ଗୋଷ୍ଠୀ ସଂଘର୍ଷ। ଏହି ସଂଘର୍ଷରେ ୮ ଜଣ ଆହତ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ଦୁଇ ଜଣଙ୍କ ଅବସ୍ଥା ଗୁରୁତର ହେବାରୁ ବ୍ରହ୍ମପୁର ବଡ଼ ମେଡିକାଲ ସ୍ଥାନାନ୍ତର କରାଯାଇଛି। ନ୍ୟାୟ ଦାବି କରି ଜେକେପୁରଠାରେ ସୋମବାର ରାସ୍ତାରୋକୋ କରାଯାଇଛି। ଫଳରେ ପ୍ରବଳ ଉତ୍ତେଜନା ପ୍ରକାଶ ପାଇଛି। ସାମାନ୍ୟ ବଚସାକୁ କେନ୍ଦ୍ର କରି ରବିବାର ରାତିରେ ଦେବଦଳା ଓ ନୂଆପଡ଼ା ଗାଁ ମଧ୍ୟରେ ଗୋଷ୍ଠୀ ସଂଘର୍ଷ ହୋଇଥିଲା। ଦେବଦଳା ସମେତ ନିକଟସ୍ଥ ଅନ୍ୟ ଗାଁର ଲୋକମାନେ ମିଳିତ ଭାବେ ଜେକେପୁର ଠାରେ ୩୨୬ ନମ୍ବର ଜାତୀୟ ରାଜପଥ ଅବରୋଧ କରିଛନ୍ତି। ଫଳରେ ଯାନବାହନ ଚଳାଚଳ ବନ୍ଦ ରହିଛି। ଏଥିରେ ସମ୍ପୃକ୍ତ ବ୍ୟକ୍ତିମାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି କରି ଚାନ୍ଦିଲି ଥାନାରେ ଅଭିଯୋଗ ହୋଇଛି। ସେଠାରେ ପୋଲିସ ଗାଳିଗୁଲଜ କରିବା ସହିତ ଲାଠିଚାର୍ଜ କରିଥିବା ଅଭିଯୋଗ ହୋଇଛି। ଏହି ଗୋଷ୍ଠୀ ସଂଘର୍ଷ ପରେ ଦେବଦଳା, ନୂଆପଡ଼ା ଓ ଜେକେପୁରଠାରେ ବ୍ୟାପକ ପୋଲିସ ମୁତୟନ ହୋଇଛନ୍ତି। ଏକ ଶାନ୍ତି କମିଟି ଗଠନ କରି ଘଟଣାର ସମାଧାନ କରାଯିବ ବୋଲି ଅତିରିକ୍ତ ଏସ୍‌ପି କହିଛନ୍ତି। ତେବେ ୩ ଜଣ ଆହତ ହୋଇଥିବା ସେ ସୂଚନା ଦେଇଛନ୍ତି। ହେଲେ ଲାଠିଚାର୍ଜ ଘଟଣାକୁ ପୋଲିସ ଖଣ୍ଡନ କରିଛି। ଏହି ଗୋଷ୍ଠୀ ସଂଘର୍ଷ ଏକ ପ୍ରକାର ସାମ୍ପ୍ରଦାୟିକ ସଂଘର୍ଷ ଆଡ଼କୁ ଗତି କରୁଥିବା ବେଳେ ନିୟନ୍ତ୍ରଣ କରିବା ଜରୁରୀ। ଶେଷରେ ପୋଲିସ ଡିଏସ୍‌ପି, ଏସ୍‌ଡିପିଓ ଏବଂ ପୋଲିସ ଫୋର୍ସ ଆସି ବୁଝାଶୁଝା କରିବାରୁ ରାସ୍ତା ଅବରୋଧ ହଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆନ୍ଦୋଳନରେ ସୁଇପର, ଅଳିଆ ଆବର୍ଜନାରେ ପୂରିଛି ସହର

ଗଞ୍ଜାମ,୨ା୪(ବିଦ୍ୟାଧର ସାହୁ): ୧୨ଟି ଓ୍ବାର୍ଡକୁ ନେଇ ଗଠିତ ଗଞ୍ଜାମ ଏନ୍‌ଏସି ବିଭିନ୍ନ ସମସ୍ୟା ଦେଇ ଗତି କରୁଥିବା ବେଳେ ୩ ଦିନରୁ ଊର୍ଦ୍ଧ୍ୱ ହେବ ସଫେଇ କାର୍ଯ୍ୟ…

କୋଲକାତାରୁ ଭୁବନେଶ୍ୱର ଯାଉଥିଲା ବସ୍‌, ରାସ୍ତାରେ ଫାଟିଲା ଚକା, ଆଉ ତା’ ପରେ…

ବାଲେଶ୍ୱର,୨ା୪(ବାଞ୍ଛାନିଧି ଦେ): ବାଲେଶ୍ୱର ୧୬ ନଂ ଜାତୀୟ ରାଜପଥରେ ହଳଦିପଦା ବାଇପାସ୍‌ ନିକଟରେ ଏକ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। କୋଲକାତାରୁ ସାରା ନାମକ ଏକ ଯାତ୍ରୀବାହୀ ବସ୍‌…

ଖରାଦିନେ ଆବଶ୍ୟକତାଠୁ ଅଧିକ ପାଣି ପିଉଛନ୍ତି କି? ହୋଇପାରେ ଗୁରୁତର ସମସ୍ୟା

ନୂଆଦିଲ୍ଲୀ,୨।୪: ପ୍ରଚୁର ପାଣି ପିଇବା ସ୍ୱାସ୍ଥ୍ୟ ପାଇଁ ଲାଭଦାୟକ । କାରଣ ଏହା ଶରୀରକୁ ହାଇଡ୍ରେଟ୍ ରଖେ, ଚର୍ମର ରଙ୍ଗକୁ ଉନ୍ନତ କରେ ଏବଂ ବିଷାକ୍ତ ପଦାର୍ଥ…

IPL ମଧ୍ୟରେ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କଲେ ଏହି ଷ୍ଟାର ବ୍ୟାଟସ୍‌ମ୍ୟାନ, ୩୭ ବର୍ଷ ବୟସରେ…

ନୂଆଦିଲ୍ଲୀ,୨।୪: କ୍ରିକେଟ ଜଗତ ବର୍ତ୍ତମାନ IPL ୨୦୨୬ ଉପରେ ଧ୍ୟାନ ଦେଇଛି। ଇଣ୍ଡିଆନ ପ୍ରିମିୟର ଲିଗ ୨୮ ମାର୍ଚ୍ଚରୁ ଆରମ୍ଭ ହୋଇଛି ଏବଂ ପ୍ରତିଦିନ ପ୍ରମୁଖ ମ୍ୟାଚ…

ବୋର୍ଡ ସଭାପତିଙ୍କ ବଡ଼ ଘୋଷଣା; ଆଜି ସରିବ ମାଟ୍ରିକ ପରୀକ୍ଷା ଖାତା ଦେଖା, କେବେ ରେଜଲ୍ଚ ବାହାରିବ ଜାଣନ୍ତୁ

ଭୁବନେଶ୍ବର,୨।୪: ମେ’ ପ୍ରଥମ କିମ୍ବା ଦ୍ବିତୀୟ ସପ୍ତାହରେ ବାହାରିବ ମାଟ୍ରିକ ରେଜଲ୍ଟ । ଏନେଇ ସୂଚନା ଦେଲେ ବୋର୍ଡ ସଭାପତି ଶ୍ରୀକାନ୍ତ ତରାଇ ।  ଆଜି ମାଟ୍ରିକ…

ଆଜିଠୁ ପୁଣି କଡ଼ାକଡ଼ି PUCC ଯାଞ୍ଚ: ପ୍ରଦୂଷଣ ପ୍ରମାଣପତ୍ର ନଥିଲେ ୧୦ ହଜାର ଫାଇନ

ଭୁବନେଶ୍ୱର,୨।୪: ଆଜିଠୁ ପୁଣି କଡ଼ାକଡ଼ି ହେବ PUCC ଯାଞ୍ଚ। ପଲ୍ୟୁଶନ ସାର୍ଟିଫିକେଟ ନଥିଲେ ଫାଇନ ଦେବାକୁ ପଡ଼ିବ। PUCC ଯାଞ୍ଚ ପାଇଁ ଦିଆଯାଇଥିବା ଡେଡଲାଇନ ଶେଷ ହୋଇଛି।…

ଭାରତକୁ ବନ୍ଧୁତାର ହାତ ବଢାଇଲା ଏହି ଦେଶ: ପାକିସ୍ତାନ ଛାନିଆ

ନୂଆଦିଲ୍ଲୀ,୨।୪: ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଆରମ୍ଭ ହୋଇଛି। ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଯୁଦ୍ଧ ଆରମ୍ଭ ହେବାର ୩୦ ଦିନରୁ ଅଧିକ ସମୟ ବିତିଗଲାଣି। କୌଣସି ପକ୍ଷ…

ସୁନା-ରୂପା ମୂଲ୍ୟରେ ବଡ଼ ହ୍ରାସ; ୧୩୦୦୦ କମିଲା….

ନୂଆଦିଲ୍ଲୀ,୨।୪: ଆଜି ସୁନା ଏବଂ ରୂପା ବଜାରରେ ଏକ ବଡ଼ ହ୍ରାସ ଦେଖିବାକୁ ମିଳିଛି । ଯାହା ନିବେଶକ ଏବଂ କ୍ରେତା ଉଭୟଙ୍କ ମଧ୍ୟରେ ଉତ୍ସାହ ସୃଷ୍ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri