ନନ୍ଦନକାନନରେ ଚାଲିଲା ଶିଶୁ ରେଳଗାଡ଼ି

ବାରଙ୍ଗ,୧୭।୧୧(ଡି.ଏନ୍‌.ଏ.):ପ୍ରାଣୀ ଉଦ୍ୟାନ ନନ୍ଦନକାନନରେ ପର୍ଯ୍ୟଟକମାନଙ୍କର ଅନ୍ୟତମ ଆକର୍ଷଣ ଶିଶୁ ରେଳଗାଡ଼ି ମଙ୍ଗଳବାରଠାରୁ ବିଧିବଦ୍ଧଭାବେ ଚାଲିଛି। ପର୍ଯ୍ୟଟକଙ୍କୁ ଆକୃଷ୍ଟ କରିବା ସହ ସେମାନଙ୍କୁ ସୁଲଭ ମୂଲ୍ୟ ଓ ସୁବିଧାରେ ନନ୍ଦନକାନନ ବୁଲିବା ସୁଯୋଗ ଦେବା ଲକ୍ଷ୍ୟରେ ଏହି ଯୋଜନା ଆରମ୍ଭ କରାଯାଇଛି। ଏହି ଶିଶୁରେଳଗାଡିରେ ବୁଲିବାକୁ ହେଲେ ଜଣେ ଶିଶୁ ପର୍ଯ୍ୟଟକଙ୍କୁ ୩୦ଟଙ୍କା ଓ ବୟସ୍କ ପର୍ଯ୍ୟଟକ ଜଣକ ପିଛା ୫୦ଟଙ୍କା ଟିକେଟ ବାବଦରେ ଦେବାକୁ ପଡ଼ିବ। ପର୍ଯ୍ୟଟକଙ୍କ ସୁବିଧା ପାଇଁ ଦିନକୁ ୬ ଟ୍ରିପ କରିବା ସହିତ ପୂର୍ବାହ୍ନ ୧୦ଟାରୁ ଅପରାହ୍ନ ୪ଟା ଯାଏ ଶିଶୁ ରେଳଗାଡ଼ି ଚାଲିବ। ଟ୍ରେନ ଛାଡ଼ିବାର ଅଧାଘଣ୍ଟା ପୂର୍ବରୁ ପର୍ଯ୍ୟଟକମାନେ ଟିକଟ ସଂଗ୍ରହ କରିପାରିବେ। ମଙ୍ଗଳବାର ପ୍ରଥମ ଦିନରେ ୬ଟ୍ରିପରେ ମୋଟ ୨୨୨ଜଣ ପର୍ଯ୍ୟଟକ ଟିକେଟ କାଟି ଶିଶୁ ରେଳଗାଡିରେ ବସି ମଜା ଉଠାଇଥିଲେ। ସେମାନଙ୍କ ମଧ୍ୟରେ ୪୭ଜଣ ଶିଶୁ ଥିବାବେଳେ ୧୭୫ ଜଣ ବୟସ୍କ ପର୍ଯ୍ୟଟକ ଥିଲେ ବୋଲି ନନ୍ଦନକାନନ ଉପନିର୍ଦ୍ଦେଶକ ସଞ୍ଜିତ କୁମାର ସୂଚନା ଦେଇଛନ୍ତି। ଉଲ୍ଲେଖଥାଉକି, ଗତ ୧୪ତାରିଖରେ ଏହି ଶିଶୁ ରେଳଗାଡ଼ି ସେବା ଆରମ୍ଭ ହୋଇଥିବା ବେଳେ ୧୫ତାରିଖରେ ଯାନ୍ତ୍ରିକ ତ୍ରୁଟି ଯୋଗୁ ବନ୍ଦ ରହିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଗିଲ୍‌ଙ୍କୁ ମିଳିଲା ଏତିକି ଟଙ୍କାର ପୁରସ୍କାର: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଗୁଆହାଟୀ,୧।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତୀୟ ଅଧିନାୟକ ଶୁବମନ ଗିଲ ଧମାକାଦାର ଦ୍ୱିଶତକ ହାସଲ କରି ଦଳକୁ ଐତିହାସିକ ବିଜୟ ଦେବାରେ ବଡ଼ ଭୂମିକା ନେଇଛନ୍ତି।…

ଐତିହାସିକ ରେକର୍ଡ ହାସଲ କଲେ ହିଟ୍‌ମ୍ୟାନ୍‌: ଏମିତି ମାଇଲଷ୍ଟୋନ କରିବାରେ ବିଶ୍ୱର…

ଗୁଆହାଟୀ,୧।୧୦: ଭାରତୀୟ କ୍ରିକେଟ୍‌ର ଷ୍ଟାର୍‌ ବ୍ୟାଟର୍‌ ରୋହିତ ଶର୍ମା ଦିନିକିଆ ଅନ୍ତର୍ଜାତୀୟ କ୍ରିକେଟ୍‌ରେ ଆଉ ଏକ ବଡ଼ ମାଇଲଷ୍ଟୋନ ହାସଲ କରିଛନ୍ତି। ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ…

ରାଜସ୍ବ ମନ୍ତ୍ରୀଙ୍କ ବଡ଼ ଘୋଷଣା: ଦଶହରା ପୂର୍ବରୁ ମିଳିବ…

ଭୁବନେଶ୍ୱର,୧।୧୦(ସୁନିତ୍‌ ମିଶ୍ର):ରାଜୀବ ଭବନଠାରେ ବୁଧବାର ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଗଜପତି,…

ଘୂର୍ଣ୍ଣିବଳୟ ସକ୍ରିୟ: ଘଡ଼ଘଡି ସହ ବର୍ଷା ସମ୍ଭାବନା, ୟେଲୋ ୱାର୍ନିଂ

ଭୁବନେଶ୍ୱର,୧।୧୦(ସୌମ୍ୟରଞ୍ଜନ ରାଉତ):ଉତ୍ତର ମ୍ୟାନ୍‌ମାର, ବାଂଲାଦେଶ ଓ ବଙ୍ଗୋପସାଗର ଉପରେ ରହିଥିବା ସୁସ୍ପଷ୍ଟ ଲଘୁଚାପ କ୍ଷେତ୍ର ମିଜୋରାମ, ତ୍ରିପୁରା ଓ ଦକ୍ଷିଣ-ପୂର୍ବ ବାଂଲାଦେଶ ଆଡ଼କୁ ଗତି କରିବା ସହ…

ମଇଁଷି ଚରାଇବାକୁ ଯାଇ ଆଉ ଫେରିଲେନି: କେନାଲରୁ ନିଖୋଜ ବୃଦ୍ଧଙ୍କ ମୃତଦେହ ଉଦ୍ଧାର, ଗାଁରେ ଶୋକର ଛାୟା

ଦିଗପହଣ୍ଡି, ୩୦ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପ୍ରଥମ ଢେପାଗୁଡ଼ା ଗ୍ରାମର ରଘୁ ମଲ୍ଲିକ (୬୩) ନାମକ ଜଣେ ବୃଦ୍ଧଙ୍କ ମୃତଦେହ କେନାଲ ପାଣିରୁ…

ଫ୍ଲାଇଦୁବାଇ ବିମାନରେ ଆକ୍ରମଣ: ନିଜେ ଆହାତ ହୋଇ ମଧ୍ୟ ବଞ୍ଚାଇଲେ ୧୮୦ ଯାତ୍ରୀଙ୍କ ଜୀବନ, କିଏ ଏହି ପାଇଲଟ୍?

ନୂଆଦିଲ୍ଲୀ,୩୦ା୯: ଦୁବାଇରୁ ତେଲ ଅଭିଭ ଯାଉଥିବା ଫ୍ଲାଇଦୁବାଇର FZ1073 ବିମାନରେ ବୁଧବାର ଘଟିଥିବା ଘଟଣାକୁ ନେଇ ଭାରତୀୟ ପାଇଲଟ୍ ସ୍ମିତ ମଚ୍ଛରଙ୍କ ନାଁ ଚର୍ଚ୍ଚାରେ ରହିଛି। ରିପୋର୍ଟ…

ଦିଗପହଣ୍ଡି ଗଞ୍ଜେଇ ଚୋରା ଚାଲାଣ ଘଟଣା: ଗିରଫ ହେଲେ ଅଭିଯୁକ୍ତ ୨ ଭାଇ, କାରବାର ପଛର ଗୁମର ଖୋଲିଲା…

ଦିଗପହଣ୍ଡି, ୩୦ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ପୋଲିସ ଗଞ୍ଜେଇ ଚୋରା ଚାଲାଣ ମାମଲାରେ ଏକ ବଡ଼ ସଫଳତା ହାସଲ କରିଛି। ଗଞ୍ଜେଇ କାରବାର…

ଗିଲ୍‌ଙ୍କ ଦ୍ୱିଶତକ, ରୋହିତଙ୍କ ଶତକ: ୱେଷ୍ଟଇଣ୍ଡିଜକୁ ଧୂଳି ଚଟାଇଲା ଭାରତ

ଗୁଆହାଟୀ,୩୦ା୯: ଶୁବମନ ଗିଲଙ୍କ ଦ୍ୱିଶତକ ଏବଂ ରୋହିତ ଶର୍ମାଙ୍କ ଧମାକାଦାର ଶତକ ବଳରେ ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତ ୮ ୱିକେଟ୍‌ରେ ବଡ଼ ବିଜୟ ହାସଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?