ପିକ୍‌ଅପ୍‌ ଧକ୍କାରେ ଶିଶୁ ମୃତ୍ୟୁ ଘଟଣା: ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ପୁରୁଷୋତ୍ତମପୁର,୨୭।୯(ସବିତା ମିଶ୍ର): ଏକ ପିକ୍‌ଅପ୍‌ ଭ୍ୟାନ୍‌ ଧକ୍କାରେ ୪ ବର୍ଷର ଶିଶୁର ମୃତ୍ୟୁ ଘଟିଥିଲା। ଏନେଇ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରରେ ରବିବାର ସନ୍ଧ୍ୟାରେ ଉତ୍ତେଜନା ପରିସ୍ଥିତି ସୃଷ୍ଟି ହୋଇଥିଲା। ଚାଙ୍ଗୁଡ଼ିଆପଦର ସାହିର ବିଦେଶୀ ବେହେରାଙ୍କ ଶିଶୁପୁତ୍ର ଶଙ୍କର ବେହେରା(୪)ଙ୍କ ମୃତ୍ୟୁ ପରେ କ୍ଷତିପୁରଣ ଦାବିରେ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ୟରାସ୍ତା ଅବରୋଧ କରି ଟାୟାର ଜାଳି ଲୋକେ ଆନ୍ଦୋଳନ କରିଥିଲେ।

ଖବରପାଇ ପୁରୁଷୋତ୍ତମପୁର ତହସିଲଦାର ବିନୋଦ କୁମାର ବେହେରା ଓ ଏସ୍‌ଡିପିଓ ସୁଜିତ କୁମାର ନାୟକ, ଆଇଆଇସି କୁଳମଣି ସେଠୀ ଘଟଣାସ୍ଥଳରେ ପହଞ୍ଚି ଆନ୍ଦୋଳନକାରୀଙ୍କୁ ବୁଝାଶୁଝା କରିଥିଲେ । ଏହାକୁ ନେଇ ତହସିଲଦାର ଜିଲ୍ଲାପାଳଙ୍କୁ ଜଣାଇବା ସହ ରେଡକ୍ରସରୁ ୩୦ ହଜାର ଟଙ୍କା ସହାୟତା ପ୍ରଦାନ କରିଥିଲେ। ଘଟଣା ସମ୍ପର୍କରେ ଖବର ପାଇ ମୁଖ୍ୟମନ୍ତ୍ରୀ ଗଭରା ଶୋକ ପ୍ରକାଶ କରି ପରିବାରକୁ ସମବେଦନା ଜଣାଇବା ସହ ୪ ଲକ୍ଷ ଟଙ୍କାର ସହାୟତା ଘୋଷଣା କରିଛନ୍ତି ।

ସୂଚନା ଯୋଗ୍ୟ, ଓଡି-୦୭-ଏଏକ୍ସ-୭୨୩୩ ନମ୍ବର ବିଶିଷ୍ଟ ଏକ ପିକ୍‌ଅପ୍‌ ଭ୍ୟାନ ବ୍ରହ୍ମପୁର ପଟୁ ପୁରୁଷୋତ୍ତମପୁର ସହର ଅଭିମୁଖେ ଆସୁଥିଲା। ହେଲେ ଶଙ୍କର ଘର ନିକଟରେ ଖେଳୁଥିବା ବେଳେ ହଠାତ୍‌ ଗାଡ଼ି ଆଗକୁ ଚାଲିଆସିବାରୁ ଧକ୍କା ହୋଇଥିଲା। ଦୁର୍ଘଟଣାରେ ଶିଶୁଙ୍କ ମୃତ୍ୟୁ ଘଟିଥିଲା। ଅନ୍ୟପକ୍ଷେ ସ୍ଥାନୀୟ ଲୋକେ ମୃତକଙ୍କ ପରିବାର ଲୋକଙ୍କ କ୍ଷତିପୂରଣ ଦାବିରେ ୩ ଘଣ୍ଟା ଧରି ଆନ୍ଦୋଳନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମହାନଦୀରୁ ମୃତଦେହ ଉଦ୍ଧାର ଘଟଣା: ମିଳିଲା ଜଣଙ୍କର ପରିଚୟ, ଅନ୍ୟଜଣଙ୍କ ଅନ୍ତିମ ସଂସ୍କାର କଲା ପୋଲିସ

ଅମରପାଲି,୨୭।୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଉପଖଣ୍ଡ ଅନ୍ତର୍ଗତ ସୁବଳୟା ମହାନଦୀ ଫେରିଘାଟ ନିକଟରୁ ମଙ୍ଗଳବାର ଉଦ୍ଧାର ହୋଇଥିବା ୨ ଅଜଣା ମୃତଦେହ ମଧ୍ୟରୁ ଜଣଙ୍କର ପରିଚୟ…

ଗୁଣିଗାରେଡ଼ି ସନ୍ଦେହରେ ମୋହନାରେ ବିଭତ୍ସ ହତ୍ୟାକାଣ୍ଡ: ପାହାଡ଼ ଉପରେ କୁଡ଼ିଆରେ ହାଣି ପୋଡ଼ିଦେଲେ!

ମୋହନା,୨୭।୯( ମନ୍ମଥ ମିଶ୍ର ): ଗୁଣିଗାରେଡ଼ି ସନ୍ଦେହରେ ଗାଁଠାରୁ ଅଢ଼େଇ କିଲୋମିଟର ଦୂର ପାହାଡ଼ ଉପରେ କୁଡ଼ିଆ ଘରେ ରହୁଥିବା ଜଣେ ବ୍ୟକ୍ତିଙ୍କୁ ଧାରୁଆ ଅସ୍ତ୍ରରେ ହତ୍ୟା…

ଚିଖିଲିକୁ ପଶିଲା ଜଳଭଣ୍ଡାରର ବନ୍ୟା ପାଣି, ଶହ ଶହ ଏକର ଚାଷଜମି ଜଳମଗ୍ନ

ବରଗଡ଼,୨୭।୯(ପ୍ରେମାନନ୍ଦ ଖମାରୀ): ଛତିଶଗଡ଼ ରାଜ୍ୟର ବିଭିନ୍ନ ଅଞ୍ଚଳରେ ଲଗାଣ ବର୍ଷା ହୋଇଛି। ଏହାର ପ୍ରଭାବ ସୀମାବର୍ତ୍ତୀ ବରଗଡ଼ ଜିଲାର ଅମ୍ବାଭୋନା ବ୍ଲକ ଅଞ୍ଚଳରେ ଦେଖିବାକୁ ମିଳିଛି। ଉପରମୁଣ୍ଡରେ…

ଚାଷୀଙ୍କୁ ଆଶ୍ବସ୍ତି, ବିଧାୟକଙ୍କ ହସ୍ତକ୍ଷେପ ପରେ ପୋଡ଼ାପଦର ଚାଷଜମିରୁ ଜଳ ନିଷ୍କାସନ ଆରମ୍ଭ

ଛତ୍ରପୁର,୨୭।୯(ଦିଲ୍ଲୀପ ସାମଲ /ଦ୍ଵାରିକା ପଟନାୟକ): ଲଗାଣ ବର୍ଷା ଯୋଗୁଁ ଛତ୍ରପୁର ପୌର ପରିଷଦ ଅନ୍ତର୍ଗତ ପୋଡ଼ାପଦର ଅଞ୍ଚଳର ବ୍ୟାପକ ଚାଷଜମି ଜଳମଗ୍ନ ହୋଇପଡ଼ିଥିଲା। ଚାଷଜମିରେ ଦୀର୍ଘ ସମୟ…

ବନ୍ଧକ ସୁନା ମାଗିବାରୁ ମରଣାନ୍ତକ ଆକ୍ରମଣ, ୩ ମାସ ପରେ ତାମିଲନାଡୁରୁ ଅଭିଯୁକ୍ତ ଗିରଫ

କେନ୍ଦୁଝର/ହାଟଡିହୀ/ଛେନାପଦୀ,୨୭।୯(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ନନ୍ଦିପଦା ଥାନା ନୂଆରମ୍ପାସ ଗ୍ରାମରେ ଗତ ଜୁନ ୨୩ ମଙ୍ଗଳବାର ବନ୍ଧକ ସୁନା ଫେରସ୍ତ ମାଗି ମରଣାନ୍ତକ…

କ୍ୟାଣ୍ଡଲ ଜାଳି ଶିକ୍ଷକ ସୁନୀଲଙ୍କୁ ଶ୍ରଦ୍ଧାଞ୍ଜଳି

ଗଞ୍ଜାମ,୨୭।୯(ଅନାଥ ତରାଇ): ଗଞ୍ଜାମ ସହରର ଜଣାଶୁଣା ଶିକ୍ଷକ ସ୍ବର୍ଗତ ସୁନୀଲ ସାମଲଙ୍କ ଦ୍ୱାଦଶ ଅବସରରେ ରବିବାର କ୍ୟାଣ୍ଡଲ ଯାତ୍ରା ସହ ଏକ ଶୋକସଭା ଅନୁଷ୍ଠିତ ହୋଇଯାଇଛି। ଜୟଶ୍ରୀ…

ସଚିନଙ୍କ ବଡ଼ ରେକର୍ଡ ଭାଙ୍ଗିଲେ ବିରାଟ କୋହଲି, ଦିନିକିଆ କ୍ରିକେଟରେ କଲେ….

ତିରୁଭାନନ୍ତପୁରମ,୨୭।୯: ବିରାଟ କୋହଲି ଦିନିକିଆ କ୍ରିକେଟ୍‌ରେ ଆଉ ଏକ ବଡ଼ କୀର୍ତ୍ତିମାନ ସ୍ଥାପନ କରିଛନ୍ତି। ବିରାଟ କୋହଲି ଦିନିକିଆ ଆନ୍ତର୍ଜାତୀୟ କ୍ରିକେଟରେ ୧୫,୦୦୦ ରନ୍ ପୂରଣ କରିଛନ୍ତି।ଏହା…

ସ୍କୁଟିକୁ ଧକ୍କା ଦେଲା ଟ୍ରକ: ଚାଲିଗଲା ମତ୍ସ୍ୟଜୀବୀଙ୍କ ଜୀବନ, ଉତ୍ତେଜନା

ଛତ୍ରପୁର,୨୭।୯:(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ଡିଆର୍‌ଡିଏ ଛକ ନିକଟ ୧୬ ନମ୍ବର ଜାତୀୟ ରାଜପଥରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?