ମା’ ତାରାତାରିଣୀଙ୍କ ହୁଣ୍ଡିରୁ ମିଳିଲା କୁନି ପୁଅର ଚିଠି; ଦୁଃଖ ଶୁଣିବାକୁ ମା’ଙ୍କ ପାଖେ ଆକୁଳ ନିବେଦନ

ପୁରୁଷୋତ୍ତମପୁର,୮।୨(ସବିତା ମିଶ୍ର): ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ମନ୍ଦିର ହୁଣ୍ଡିରୁ ମିଳିଥିବା ଏକ ଚିଠି ଏବେ ଶ୍ରଦ୍ଧାଳୁଙ୍କ ମନକୁ ଆନ୍ଦୋଳିତ କରିଛି। ଜଣେ କୁନି ପୁଅ ନିଜ ପରିବାରର ଦୁଃଖ ଜଣାଇ ମା’ଙ୍କ ନିକଟକୁ ଲେଖିଥିବା ଏହି ଭାବପୂର୍ଣ୍ଣ ଚିଠିଟି ଏବେ ସବୁଠି ଚର୍ଚ୍ଚାର ବିଷୟ ପାଲଟିଛି।

ମନ୍ଦିର ପ୍ରଶାସନ ଓ ପୋଲିସ ଉପସ୍ଥିତିରେ ହୁଣ୍ଡି ଟଙ୍କା ଗଣତି ଚାଲିଥିବା ବେଳେ ଏହି ହାତଲେଖା ଚିଠିଟି ମିଳିଥିଲା। ଟଙ୍କା ଓ ସୁନା-ରୂପା ଅଳଙ୍କାର ଗହଣରେ ଧଳା କାଗଜରେ ନୀଳ କାଳିରେ ଲେଖାଯାଇଥିବା ଏହି ଚିଠିଟି ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିଲା।

ଶିଶୁଟି ନିଜ ପାଇଁ ବିଦ୍ୟା ଓ ବୁଦ୍ଧି ମାଗିବା ସହ ନିଜ ମା’, ଜେଜେବାପା, ଜେଜେମା’ ଏବଂ ବଡ଼ ଭାଇଙ୍କ ଶୁଭ ମନାସିଛି। ପରିବାରକୁ କେହି ଜଣେ ଶତ୍ରୁ ହଇରାଣ କରୁଥିବା କଥା ଉଲ୍ଲେଖ କରି ସେହି ବିପଦରୁ ରକ୍ଷା କରିବାକୁ ସେ ମା’ଙ୍କୁ ଗୁହାରି କରିଛି।

ନିଜକୁ ଛୋଟ ପିଲାଟିଏ ବୋଲି କହିବା ସହ ତାର ଅନେକ ସ୍ୱପ୍ନ ରହିଛି ଏବଂ ମା’ ତାରାତାରିଣୀ ନିଶ୍ଚୟ ତା’ର ମନସ୍କାମନା ପୂରଣ କରିବେ ବୋଲି ସେ ଦୃଢ଼ ବିଶ୍ୱାସ ପ୍ରକଟ କରିଛି।

ଏହି ଘଟଣାଟି ଭକ୍ତ ଓ ଭଗବାନଙ୍କ ମଧ୍ୟରେ ଥିବା ନିବିଡ଼ ସମ୍ପର୍କକୁ ପୁଣିଥରେ ପ୍ରମାଣିତ କରିଛି। ଶିଶୁଟିର ଏହି ସରଳ ଓ ନିଷ୍ପାପ ନିବେଦନ ସେଠାରେ ଉପସ୍ଥିତ ସମସ୍ତଙ୍କୁ ଭାବବିହ୍ୱଳ କରି ଦେଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବହୁଚର୍ଚ୍ଚିତ ପ୍ରକାଶ ପ୍ରଧାନ ହତ୍ୟା ମାମଲା; ୫ବର୍ଷ ପରେ ମିଳିଲା ନ୍ୟାୟ, ଏକକାଳୀନ ୭ ଅଭିଯୁକ୍ତଙ୍କୁ…..

ସମ୍ବଲପୁର,୨୬।୩(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା କତରବଗା ଥାନା ଅନ୍ତର୍ଗତ ଗୁଲାମାଲ ଗ୍ରାମରେ ଗତ ୨୦୨୧ ମସିହାରେ ସଂଘଟିତ ବହୁ ଚର୍ଚ୍ଚିତ ପ୍ରକାଶ ପ୍ରଧାନ ହତ୍ୟା ମାମଲାରେ ଜିଲା…

ଯୁବକଙ୍କ ଗୀତରେ ହଠାତ୍‌ ମୁଣ୍ଡ ହଲାଇ ନାଚି ଉଠିଲା ଦନ୍ତା ହାତୀ, Video ଦେଖିଲେ…..

କେନ୍ଦୁଝର,୨୬ା୩ (ନରେଶ ଚନ୍ଦ୍ର ପଟ୍ଟନାୟକ): ଦନ୍ତା ହାତୀର ଜଳ କ୍ରୀଡ଼ା ଏବଂ ଉଗ୍ରରୂପ ସମସ୍ତେ ଦେଖିଛନ୍ତି । ତେବେ ହାତୀର ମଜାଳିଆ ଢଙ୍ଗ ବହୁତ୍ କମ ଦେଖିବାକୁ…

କଟକ ବାରବାଟୀରେ ମୁହାଁମୁହିଁ ହେବେ ଭାରତ-ଶ୍ରୀଲଙ୍କା, ଏହି ଦିନ ହେବ ମ୍ୟାଚ୍

କଟକ,୨୬ା୩: ବିସିସିଆଇ ୨୦୨୬-୨୭ ଘରୋଇ ସିଜିନ୍ ପାଇଁ ଟିମ୍ ଇଣ୍ଡିଆର କାର୍ଯ୍ୟସୂଚୀ ଘୋଷଣା କରିଛି। ଏହି ସିଜିନ୍ ମଧ୍ୟରେ, ଭାରତୀୟ ଦଳ ମୋଟ ୨୨ଟି ମ୍ୟାଚ୍ ଖେଳିବ,…

ପଞ୍ଚାୟତ ନିର୍ବାଚିତ ପ୍ରତିନିଧିଙ୍କୁ ଅଣଦେଖାର ପ୍ରତିବାଦ, ମୁଖ୍ୟ ଫାଟକ ସାମ୍ନାରେ ଧାରଣା ଦେଇ…

ପଟ୍ଟାଙ୍ଗି,୨୬ା୩(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ପଞ୍ଚାୟତ ନିର୍ବାଚିତ ଜନପ୍ରତିନିଧିଙ୍କୁ ଅଣଦେଖା ପ୍ରତିବାଦ କରି ବ୍ଲକ ମୁଖ୍ୟ ଫାଟକ ସମ୍ମୁଖରେ ଜିଲାପରିଷଦ…

ଫରେଷ୍ଟଗାର୍ଡଙ୍କୁ ନିର୍ଦ୍ଧୁମ ପିଟିଲେ କୁଲଡିହା ACF, କାରଣ ଜାଣିଲେ……

ନୀଳଗିରି,୨୬ା୩,(ପ୍ରଶାନ୍ତ କୁମାର ବିଶ୍ବାଳ): ବାଲେଶ୍ବର ଜିଲା ନୀଳଗିରି ଉପଖଣ୍ଡ ଅଧିନ କୁଲଡିହା ଏ.ସି.ଏଫଙ୍କ ମାଡ଼ରେ ଫରେଷ୍ଟଗାର୍ଡ ଗୁରୁତର ହୋଇଛନ୍ତି । ଗୁରୁତର ବନ କର୍ମଚାରୀଙ୍କୁ ଉଦ୍ଧାର କରାଯାଇ…

ଏହିସବୁ ବ୍ୟକ୍ତିଙ୍କୁ ମିଳିବ ମାଗଣା ରେଳ ସେବା: ରେଳ ବିଭାଗର ବଡ଼ ଘୋଷଣା

ନୂଆଦିଲ୍ଲୀ,୨୬।୩: ପ୍ରତିରକ୍ଷା ସାହସିକତା ପୁରସ୍କାର ବିଜେତା ଓ ପରିବାରଙ୍କ ପାଇଁ ଖୁସିଖବର। ରେଳ ବିଭାଗ ପକ୍ଷରୁ ଗୁରୁବାର ଏକ ବଡ଼ ଘୋଷଣା କରାଯାଇଛି। ସାହସିକତା ପୁରସ୍କାର ପ୍ରାପ୍ତଙ୍କୁ…

ଜଳଖିଆ ହେଲା କାଳ! ଝାଡାବାନ୍ତି ପରେ ହସ୍ପିଟାଲରେ ୧୯ଛାତ୍ରୀଛାତ୍ର

ସୁନ୍ଦରଗଡ,୨୬।୩(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ସଦର ବ୍ଲକ ଅନ୍ତର୍ଗତ ଲହଣ୍ଡାବୁଡ ପଞ୍ଚାୟତ ହାଇସ୍କୁଲ ର ୧୯ଜଣ ଛାତ୍ରୀଛାତ୍ର ଝାଡାବାନ୍ତିରେ ଆକ୍ରାନ୍ତହୋଇ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି । ଅସୁସ୍ଥଙ୍କ…

ସାଇକେଲରେ ବିଦ୍ୟାଳୟ ଯାଉଥିଲେ ଦୁଇ ଛାତ୍ର, ପାଚେରିରେ ପିଟି ହୋଇ…

ମୋହନା,୨୬ା୩(ମନ୍ମଥ ମିଶ୍ର): ସାଇକେଲରେ ବିଦ୍ୟାଳୟକୁ ଯିବା ବେଳେ ପାଚେରିରେ ପିଟି ହୋଇ ଦୁଇ ଛାତ୍ର ଗୁରୁତର ହୋଇଛନ୍ତି। ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଗଜପତି ଜିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri