Posted inଖେଳ

ନକ୍‌ଆଉଟ ପର୍ଯ୍ୟାୟରେ ଚିଲି

କୁଇବା, ୨୩।୬: କୋପା ଆମେରିକା ଫୁଟ୍‌ବଲ ଟୁର୍ନାମେଣ୍ଟରେ ଗ୍ରୁପ୍‌ ଏ’ରେ ଖେଳାଯାଇଥିବା ମ୍ୟାଚ୍‌ରେ ଚିଲି ଓ ଲୁଇସ ସୁଆରେଜଙ୍କ ଉରୁଗୁଏ ଦଳ ମୁହାଁମୁହିଁ ହୋଇଥିଲେ। ସ୍ଥାନୀୟ ଏରିନା ପଣ୍ଟାନାଲରେ ମଙ୍ଗଳବାର ଅନୁଷ୍ଠିତ ଏହି ସଂଘର୍ଷପୂର୍ଣ୍ଣ ମ୍ୟାଚ୍‌ ୧-୧ ଗୋଲରେ ଅମୀମାଂସିତ ରହିଥିଲା। ଏଥିସହ ଉରୁଗଏ ପଏଣ୍ଟ ତାଲିକାରେ ଖାତା ଖୋଲିଛି। ୨ଟି ଲେଖାଏ ମ୍ୟାଚ୍‌ ଖେଳି ଗୋଟିଏ ଲେଖାଏ ଡ୍ର ଓ ପରାଜୟ ସହ ୧ ପଏଣ୍ଟ ହାସଲ କରି ଉରୁଗୁଏ ଗ୍ରୁପ ଏ’ରେ ଚତୁର୍ଥ ସ୍ଥାନରେ ରହିଛି। ଏବେ ଗ୍ରୁପ୍‌ ଏ’ରେ ଚିଲି ୩ ମ୍ୟାଚ୍‌ ଖେଳି ଗୋଟିଏ ବିଜୟ ଓ ୨ଟି ଡ୍ର ସହ ୫ ପଏଣ୍ଟ ହାସଲ କରି ଦ୍ୱିତୀୟ ସ୍ଥାନରେ ରହିଛି। ଏଥିସହ ଚିଲି ନକ୍‌ଆଉଟ୍‌ ପର୍ଯ୍ୟାୟରେ ପ୍ରବେଶ କରିଛି। ମ୍ୟାଚ୍‌ରେ ଉରୁଗୁଏ ଅପେକ୍ଷାକୃତ ଭଲ ପ୍ରଦର୍ଶନ କରିଥିଲେ ମଧ୍ୟ ଗୋଲ ଦେବାକୁ ସକ୍ଷମ ହୋଇ ନ ଥିଲା।
ଚିଲି ତରଫରୁ ୨୬ତମ ମିନିଟ୍‌ରେ ଏଡୁଆର୍ଡୋ ଭାର୍ଗାସ ଗୋଲ ଦେଇ ଦଳକୁ ଅଗ୍ରଣୀ କରାଇଥିଲେ। ଏହାପରେ ଦ୍ୱିତୀୟାର୍ଦ୍ଧରେ ଚିଲିର ଅର୍ଟୁରୋ ଭିଡାଲଙ୍କ ଦ୍ୱାରା ଏକ ଆତ୍ମଘାତୀ ଗୋଲ ସ୍କୋର ହୋଇଥିଲା। ଫଳରେ ମ୍ୟାଚ୍‌ ଡ୍ର ରହିଥିଲା। ଚିଲି ଗୋଲକିପର କ୍ଲାଉଡିଓ ବ୍ରାଭୋ ପ୍ରଥମ ୧୦ ମିନିଟ୍‌ରେ ଦୁଇଟି ଗୋଲରୁ ଦଳକୁ ରକ୍ଷା କରିଥିଲେ। ଏହି ଦୁଇଟି ଶଟ୍‌ ଉରୁଗୁଏର ଜିଓରଜିଆନ ଡି ଆରାସ୍କାଟ ମାରିଥିଲେ। ଉରୁଗୁଏ ଏବେ ତା’ର ତୃତୀୟ ମ୍ୟାଚ୍‌ରେ ଗୁରୁବାର ବଲିଭିଆକୁ ଭେଟିବ। ସେହିପରି ଗ୍ରୁପ୍‌ ପର୍ଯ୍ୟାୟରେ ଚିଲି ତା’ର ଅନ୍ତିମ ମ୍ୟାଚ୍‌ରେ ପାରାଗୁଏକୁ ଭେଟିବ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

୧୫ ବର୍ଷ କ୍ୟାରିଅରର ଅନ୍ତ, 30 ବର୍ଷ ବୟସରେ ଅବସର ଘୋଷଣା କଲେ ଏହି ଖୋଳାଳି

ନୂଆଦିଲ୍ଲୀ,୧୯ା୨: ନ୍ୟୁଜିଲାଣ୍ଡ ମହିଳା କ୍ରିକେଟରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି । ନ୍ୟୁଜିଲାଣ୍ଡ ମହିଳା କ୍ରିକେଟ ଦଳର ଜଣେ ନିର୍ଭରଯୋଗ୍ୟ ବ୍ୟାଟ୍ସମ୍ୟାନ୍ ଲରେନ୍ ଡାଉନ୍ କ୍ରିକେଟରୁ…

ଲଜ୍ଜାଜନକ ରେକର୍ଡ କଲେ ଅଭିଷେକ ଶର୍ମା: ପ୍ରଥମ ଭାରତୀୟ ଭାବେ…

ନୂଆଦିଲ୍ଲୀ,୧୯/୨: ଅଭିଷେକ ଶର୍ମା ଏକ ଲଜ୍ଜାଜନକ ରେକର୍ଡ ସୃଷ୍ଟି କରିଛନ୍ତି। ସେ ଟି-୨୦ ବିଶ୍ୱକପ ଇତିହାସରେ ପ୍ରଥମ ଭାରତୀୟ ବ୍ୟାଟ୍ସମ୍ୟାନ ଭାବେ ତାଙ୍କର ପ୍ରଥମ ତିନୋଟି ଇନିଂସରେ…

ଶେଷ ଓଭରରେ ଭାରତର ରୋମାଞ୍ଚକର ବିଜୟ, ଶେଷ ଯାଏ ଲଢ଼ିଲା ନେଦରଲ୍ୟାଣ୍ଡ

ଅହମ୍ମଦାବାଦ,୧୮।୨: ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯାଇଥିବା ଟି-୨୦ ବିଶ୍ୱକପ୍‌ର ଏକ ରୋମାଞ୍ଚକର ମୁକାବିଲାରେ ଭାରତ ୧୭ ରନରେ ନେଦରଲ୍ୟାଣ୍ଡକୁ ପରାସ୍ତ କରିଛି। ଏହି ବିଜୟ ସହ ଭାରତ…

T20 ବିଶ୍ୱକପ୍‌ ୨୦୨୬: ଶିବମ ଦୁବେଙ୍କ ବିସ୍ଫୋରକ ଅର୍ଦ୍ଧଶତକ, ନେଦରଲାଣ୍ଡ ଆଗରେ ୧୯୪ ରନ୍‌ର ଲକ୍ଷ୍ୟ

ଅହମ୍ମଦାବାଦ,୧୮।୨: T20 ବିଶ୍ୱକପ୍‌ ୨୦୨୬ର ଶେଷ ଗ୍ରୁପ୍‌ ମ୍ୟାଚ୍‌ରେ ଭାରତୀୟ ଦଳ ନେଦରଲାଣ୍ଡ ବିପକ୍ଷରେ ୬ ୱିକେଟ୍ ହରାଇ ୧୯୩ ରନ୍‌ର ଏକ ବଡ ସ୍କୋର ଛିଡ଼ା…

ଶାନଦାର ବିଜୟ ସହ ସୁପର-୮ରେ ପାକିସ୍ତାନ, ପୁଣି ଭାରତ ସହ…

ନୂଆଦିଲ୍ଲୀ,୧୮।୨: କର ବା ମର ମୁକାବିଲାରେ ନାମ୍ବିୟାକୁ ୧୦୨ ରନ୍‌ର ବିଶାଳ ବ୍ୟବଧାନରେ ପରାସ୍ତ କରି ପାକିସ୍ତାନ ସୁପର-୮ରେ ନିଜର ସ୍ଥାନ ପକ୍କା କରିଛି। ଏହି ବିଜୟ…

T20 ବିଶ୍ୱକପ୍‌ ୨୦୨୬: ନେଦରଲାଣ୍ଡ ବିପକ୍ଷରେ ଟସ୍‌ ଜିତି ଭାରତର ବ୍ୟାଟିଂ ନିଷ୍ପତ୍ତି

ଅହମ୍ମଦାବାଦ,୧୮।୨: ଟି-୨୦ ବିଶ୍ୱକପ୍‌ ୨୦୨୬ର ଗ୍ରୁପ୍‌-ଏ ମୁକାବିଲାରେ ଭାରତ ଓ ନେଦରଲାଣ୍ଡ ମଧ୍ୟରେ ଲଢ଼େଇ ଆରମ୍ଭ ହୋଇଛି। ଅଧିନାୟକ ସୂର୍ଯ୍ୟକୁମାର ଯାଦବ ଟସ୍‌ ଜିତି ପ୍ରଥମେ ବ୍ୟାଟିଂ…

୧୭ ଜଣଙ୍କୁ ପଛରେ ପକାଇ ଉପରକୁ ଉଠିଲେ ଇଶାନ କିଷାନ

ନୂଆଦିଲ୍ଲୀ,୧୮।୨: ICC ଟି-୨୦ ରାଙ୍କିଙ୍ଗ ପ୍ରକାଶ ପାଇଛି। ଏଥିରେ ପ୍ରଭାବଶାଳୀ ପ୍ରଦର୍ଶନ କରିଥିବା ଇଶାନ କିଷାନଙ୍କ ତାଙ୍କୁ ଶ୍ରେଷ୍ଠ ୧୦ରେ ସ୍ଥାନ ମିଳିଛି। ସେ ୧୭ ବ୍ୟାଟସମ୍ୟାନଙ୍କୁ…

ବାସନ ଧୋଇଲେ ପାକିସ୍ତାନ ଖେଳାଳି: ହୋଟେଲରେ ହେଲେ ହଟହଟା

ଇସଲାମାବାଦ୍‌,୧୮।୨: ପାକିସ୍ତାନ ଜାତୀୟ ହକି ଦଳର ସାମ୍ପ୍ରତିକ ଅଷ୍ଟ୍ରେଲିଆ ଗସ୍ତ ପୁଣି ଥରେ ଦେଶର କ୍ରୀଡ଼ା ପ୍ରଶାସନ ପୋଲ ଖୋଲିଛି। FIH ପ୍ରୋ ଲିଗର ଦ୍ୱିତୀୟ ପର୍ଯ୍ୟାୟକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri