ଚିଲି ଜଙ୍ଗଲରେ ନିଆଁ: ୧୩ ମୃତ, ୩୫ ହଜାର ଏକର ଜଙ୍ଗଲ ପୋଡି ପାଉଁଶ

ସାଣ୍ଟିଆଗୋ,୪ ।୨: ଦକ୍ଷିଣ ଆମେରିକା ଦେଶ ଚିଲି ଜଙ୍ଗଲରେ ଭୟଙ୍କର ନିଆଁ ଲାଗିଛି । ଏବେ ପର୍ଯ୍ୟନ୍ତ ଏହି ଜଙ୍ଗଲ ନିଆଁରେ ୧୩ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ଏହାସହ ପ୍ରାୟ ୩୫ ହଜାର ଏକର ଜଙ୍ଗଲ ପୋଡି ପାଉଁଶ ହୋଇଗଲାଣି । ଏଭଳି ସ୍ଥିତିକୁ ଦେଖି ଚିଲି ସରକାର ଏହାକୁ ରାଷ୍ଟ୍ରୀୟ ବିପତ୍ତି ଘୋଷଣା କରିଛନ୍ତି । ଜଙ୍ଗଲରେ ଲାଗିଥିବା ଏହି ଭୟଙ୍କର ନିଆଁ ଯୋଗୁ ସାରା ଦେଶର ତାପମାତ୍ରା ବୃଦ୍ଧି ପାଇଛି । ରାଜଧାନୀ ସାଣ୍ଟିଆଗୋରୁ ପ୍ରାୟ ୫୦୦ କିଲୋମିଟର ଦକ୍ଷିଣରେ ସ୍ଥିତ ବାୟୋବିୟୋ ଅଞ୍ଚଳରେ ସହର ସେଣ୍ଟା ଜୁଆନାରେ ଜଣେ ଫାୟାରଫାଇଟର ସମେତ ୧୧ ଜଣଙ୍କ ମୃତ୍ୟୁ ହୋଇଛି ।
ଚିଲିର ଦକ୍ଷିଣରେ ଓରେକେନିୟାରେ ଉଦ୍ଧାର କାର୍ଯ୍ୟ ଜାରି ରହିଛି । ଏଥିରେ ନିୟୋଜିତ ଥିବା ଏକ ହେଲିକପ୍ଟର କ୍ରାସ ହେବା ଫଳରେ ଜଣେ ପାଇଲଟ ଓ ଜଣେ ମେକାନିକଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି । ସରକାର ବାୟୋବିୟୋ ଓ ନୁବଲ ଅଞ୍ଚଳରେ ଏମରଜେନ୍ସି ଘୋଷଣା କରିଛନ୍ତି, ପରେ ଏଠାରେ ସେନା ମୁତୟନ କରାଯାଇଛି । ଚିଲିର ପ୍ରାୟ ୧୨ଟି ସ୍ଥାନରେ ନିଆଁ ଲାଗିଛି । ଆଉ ଏହି ଜଙ୍ଗଲ ନିଆଁରେ ପ୍ରାୟ ଶହ ଶହ ଘର ପୋଡି ପାଉଁଶ ହୋଇଗଲାଣି । ଆଗାମୀ ଦିନରେ ଏହା ଆହୁରି ଭୟାବହ ହେବ ବୋଲି ଅନୁମାନ କରାଯାଉଛି ।


Enter your email to get our daily news in your inbox.

All Right Reserved By Dharitri.Com

ମନ୍ତ୍ରୀଙ୍କ ବଡ଼ ଚେତାବନୀ, ସାର କଳାବଜାରୀ କଲେ ହେବ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୨୫।୮: ସମବାୟ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ ମଙ୍ଗଳବାର ଏକ ବଡ଼ ଚେତାବନୀ ଦେଇଛନ୍ତି। ସାର କଳାବଜାରୀ କଲେ ଅଭିଯୁକ୍ତଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି…

ମମତାଙ୍କ ସନ୍ନ୍ୟାସ ବୟାନକୁ ନେଇ ଭାଜପାର ତୀବ୍ର ଟାର୍ଗେଟ୍‌, କହିଲା- ‘ତାଙ୍କ ବୟସ ମଧ୍ୟ…’

କୋଲକାତା,୨୫।୮: ଟିଏମସି ପ୍ରମୁଖ ମମତା ବାନାର୍ଜୀଙ୍କ ପକ୍ଷରୁ ‘ରାଜନୀତିରୁ ସନ୍ନ୍ୟାସ’ ନେବା ସମ୍ପର୍କରେ ଦିଆଯାଇଥିବା ବୟାନ ଉପରେ ଭାଜପା ପକ୍ଷରୁ ପାଲଟା ଜବାବ ଦିଆଯାଇଛି। ପଶ୍ଚିମବଙ୍ଗର ସ୍ବାସ୍ଥ୍ୟମନ୍ତ୍ରୀ…

ବଡ଼ କାର୍ଯ୍ୟାନୁଷ୍ଠାନ: ନିଲମ୍ବିତ ହେଲେ ୨ ପୋଲିସ କର୍ମଚାରୀ

ବୌଦ୍ଧ,୨୫।୮: ବୌଦ୍ଧ ପୋଲିସ ପକ୍ଷରୁ ମଙ୍ଗଳବାର ଏକ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। କାର୍ଯ୍ୟରେ ଅବହେଳା ପାଇଁ ୨ଜଣ ପୋଲିସ କର୍ମଚାରୀଙ୍କୁ କାର୍ଯ୍ୟରୁ ନିଲମ୍ବିତ କରାଯାଇଛି। ଠିକ୍‌…

ଭାରତରେ ଅଲଗା-ୟୁରୋପରେ ଅଲଗା କାହିଁକି? ଫାଣ୍ଟା ଠାରୁ ମ୍ୟାଗି ପର୍ଯ୍ୟନ୍ତ ପ୍ୟାକେଜ ହୋଇଥିବା ଖାଦ୍ୟ ପାଇଁ ଦ୍ୱୈତ ମାନଦଣ୍ଡ ଉପରେ ପ୍ରଶ୍ନ

ନୂଆଦିଲ୍ଲୀ,୨୫।୮: ଭାରତରେ ୟୁରୋପ ତୁଳନାରେ ପ୍ୟାକେଜ ହୋଇଥିବା ଖାଦ୍ୟ ଏବଂ ପାନୀୟର ସମାନ ବିଶ୍ୱ ବ୍ରାଣ୍ଡ ପାଇଁ ଭିନ୍ନ ରଚନା, ପୁଷ୍ଟିକର ସୂଚନା ଏବଂ ଚେତାବନୀ ଲେବଲର…

ଉତ୍ତରାଷାଢ଼ା ନକ୍ଷତ୍ର ସହ ଆୟୁଷ୍ମାନ ଯୋଗ: ଆଜିଠୁ ଏହି ୫ ରାଶିଙ୍କ ଭଲ ଦିନ ଆରମ୍ଭ, ଚାକିରିରେ ପ୍ରମୋସନ ସହ ଧନବର୍ଷା!

୨୫ ଅଗଷ୍ଟ ୨୦୨୬ ଦିନଟି ପଞ୍ଚାଙ୍ଗ ଓ ଜ୍ୟୋତିଷ ଦୃଷ୍ଟିରୁ ବେଶ ଖାସ୍‌ ରହିପାରେ। ଏହି ଦିନ ଶ୍ରାବଣ ଶୁକ୍ଳ ପକ୍ଷର ଦ୍ୱାଦଶୀ ତିଥି ଏବଂ ମଙ୍ଗଳବାର।…

କାର୍‌କୁ ୧୦୦ ମିଟର ଘୋଷାଡ଼ି ନେଲା ଟ୍ରକ, ଆଉ ତା’ପରେ…

ଭୁବନେଶ୍ୱର,୨୫।୮: ରାଜଧାନୀ ଭୁବନେଶ୍ୱର ପାହାଳ ନିକଟରେ ମଙ୍ଗଳବାର ଏକ ଦୁର୍ଘଟଣା ଘଟିଛି। ଏକ ଟ୍ରକ୍‌ ଭାରସାମ୍ୟ ହରାଇ ଏକ କାର୍‌କୁ ଧକ୍କା ଦେଇ ୧୦୦ ମିଟର ପର୍ଯ୍ୟନ୍ତ…

ଚନ୍ଦନ କଳସ ଯାତ୍ରାକୁ କୋରାପୁଟରେ ଭବ୍ୟ ସ୍ବାଗତ

କୋରାପୁଟ,୨୫।୮(ଅମିତାଭ ବେହେରା): ସନ୍ଥ ଶିରୋମଣି ଗୁରୁ ରବିଦାସଜୀଙ୍କ ୬୫୦ତମ ଜୟନ୍ତୀ ଅବସରରେ ସାମାଜିକ ସମରସତା ଓ ଭାଇଚାରାର ବାର୍ତ୍ତା ନେଇ ଆୟୋଜିତ ‘ସମରସ ସଂକଳ୍ପ ଅଭିଯାନ’ର ପବିତ୍ର…

ଦୁର୍ନୀତି ମାମଲାରେ ପୂର୍ବତନ ପଞ୍ଚାୟତ ନିର୍ବାହୀ ଅଧିକାରୀଙ୍କୁ ୪ବର୍ଷ ସଶ୍ରମ କାରାଦଣ୍ଡ

ବରଗଡ଼,୨୫।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଭିଜିଲାନ୍ସର ସ୍ୱତନ୍ତ୍ର ବିଚାରପତି ପଦମପୁର ବ୍ଲକ ଅଧୀନ ପୁରେନା ଗ୍ରାମପଞ୍ଚାୟତର ପୂର୍ବତନ ପଞ୍ଚାୟତ ନିର୍ବାହୀ ଅଧିକାରୀ (PEO) ଛବିଳ ବାରିହାଙ୍କୁ ଦୁର୍ନୀତି ମାମଲାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri