ଗିରଫ ହେବେ ଚିଲିକା ବିଧାୟକ; ଲାଗିଲା ହତ୍ୟା ଉଦ୍ୟମ ଦଫା

ଭୁବନେଶ୍ୱର, ୧୨।୩(ବ୍ୟୁରୋ): ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ ଲୋକଙ୍କ ଉପରେ ଗାଡ଼ି ମଡ଼ାଇବା ଘଟଣାରେ ଗିରଫ ହେବେ। ତାଙ୍କ ବିରୋଧରେ ହତ୍ୟା ଉଦ୍ୟମ ଦଫା ଲଗାଯାଇଥିବା ନେଇ ଶନିବାର କେନ୍ଦ୍ରାଞ୍ଚଳ ଆଇଜି ନରସିଂହ ଭୋଳ ସୂଚନା ଦେଇଛନ୍ତି। ଅପରପକ୍ଷେ ଘଟଣାପରେ ଅଞ୍ଚଳରେ ଶାନ୍ତି ବଜାୟ ରଖିବାକୁ ବାଣପୁରରେ ୧୪୪ ଧାରା ଜାରି କରାଯାଇଛି।

ଆଇଜି କହିଛନ୍ତି, ବିଧାୟକ ଜଗଦ୍ଦେବଙ୍କୁ ଆଗକୁ ଯିବାକୁ ପୋଲିସ ବାରଣ କରିଥିଲା। ବାଣପୁର ଆଇଆଇସି ତାଙ୍କ ଗାଡ଼ି ସମ୍ମୁଖରେ ଛିଡ଼ା ହୋଇଥିଲେ। ହେଲେ ପୋଲିସ କଥା ମାନି ନ ଥିଲେ ବିଧାୟକ। ସେ ପୋଲିସ ଏବଂ ଉପସ୍ଥିତ ଜନସାଧାରଣଙ୍କ ଉପରେ ଗାଡ଼ି ଚଢ଼ାଇବାକୁ ଉଦ୍ୟମ କରିଥିଲେ। ଏବେ ବିଧାୟକ ନିଜେ ମଧ୍ୟ ଆହତ ହୋଇ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି। ସୁସ୍ଥ ହେବା ପରେ ତାଙ୍କୁ ଗିରଫ କରାଯିବ। ଯେତେ ଶୀଘ୍ର ସେ ସୁସ୍ଥ ହେବେ ସେତେ ଶୀଘ୍ର ତାଙ୍କୁ ଗିରଫ କରାଯିବ। ତାଙ୍କ ବିରୋଧରେ ଯଥେଷ୍ଟ ପ୍ରମାଣ ରହିଛି। ବହୁ ଲୋକ ଏହି ଦୃଶ୍ୟର ରେକର୍ଡିଂ କରିଛନ୍ତି। ସେଗୁଡ଼ିକ ତଦନ୍ତ ପରିସରଭୁକ୍ତ କରାଯିବ। ଜଣେ ଡିଏସ୍‌ପିସ୍ତରର ଅଧିକାରୀ ଘଟଣାର ତଦନ୍ତ କରିବେ।

ଏହାଛଡ଼ା ଜଗଦ୍ଦେବଙ୍କ ବିରୋଧରେ ହତ୍ୟା ଉଦ୍ୟମ ଦଫା ଲଗାଯାଇଛି। ସେ ତାଙ୍କ କାରକୁ ଅସ୍ତ୍ର ଭାବେ ବ୍ୟବହାର କରିଥିଲେ। ସେହିଭଳି ପୁଲିସ ଓ ଜନସାଧାରଣଙ୍କୁ ଆଘାତ ଦେବା ଦଫା ବି ଲଗାଯାଇଛି। ଏହି ଘଟଣାରେ ୬ ସାଧାରଣ ଲୋକ ଆହତ ହୋଇଥିବା ବେଳେ ୧୦ ପୋଲିସ କର୍ମଚାରୀ ଓ ୨ ଖବରଦାତା ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ଦୁଇ ଜଣଙ୍କ ଅବସ୍ଥା ଗୁରୁତର ରହିଛି। ଘଟଣା ପରେ ବାଣପୁର ସହରରେ ୧୪୪ ଧାରା ଜାରି କରାଯାଇଛି। ସା ୬ଟା ପରଠାରୁ ସହରର କୌଣସି ସ୍ଥାନରେ ୫ରୁ ଅଧିକ ଲୋକ ଏକାଠି ହୋଇପାରିବେ ନାହିଁ ବୋଲି ନିର୍ଦ୍ଦେଶ ଦିଆଯାଇଛି।

ସୂଚନାଯୋଗ୍ୟ, ଖୋର୍ଦ୍ଧା ଜିଲା ବାଣପୁର ବ୍ଲକ କାର୍ଯ୍ୟାଳୟରେ ଶନିବାର ଅଧ୍ୟକ୍ଷ ନିର୍ବାଚନ ଥିବା ଯୋଗୁ ଭାଜପାର କର୍ମୀମାନେ ଏକ ବଡ଼ ଶୋଭାଯାତ୍ରା କରୁଥିଲେ। ବ୍ଲକ ସମ୍ମୁଖରେ ଭାଜପାର ହଜାରରୁ ଊର୍ଦ୍ଧ୍ୱ କର୍ମୀ ପହଞ୍ଚିଥିବା ବେଳେ ଜଗଦ୍ଦେବ ସେହି ଶୋଭାଯାତ୍ରାରେ ପ୍ରବେଶ କରିବାକୁ ପ୍ରୟାସ କରୁଥିଲେ। କର୍ମୀମାନେ ତାଙ୍କୁ ନ ଛାଡ଼ିବାରୁ ସେ ନିଜ ଗାଡ଼ିକୁ ଜୋର୍‌ରେ ଗଡ଼ାଇଦେଇଥିଲେ। ଏଥିରେ ବାଣପୁର ଆଇଆଇସିଙ୍କ ସମେତ ଅନେକ ଲୋକ ଆହତ ହୋଇଥିଲେ। ଏହା ପରେ ଲୋକେ ବିଧାୟକଙ୍କୁ ଗାଡ଼ିରୁ ଟାଣି ଆଣି ନିସ୍ତୁକ ମାଡ଼ ମାରି ଲହୁଲୁହାଣ କରି ଦେଇଥିଲେ। ଏପରିକି ତାଙ୍କ ଗାଡ଼ିକୁ ଉତ୍ତ୍ୟକ୍ତ ଲୋକେ ଭାଙ୍ଗିରୁଜି ସେଥିରେ ନିଆଁ ଲଗାଇ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ହୋମ୍‌ଷ୍ଟେରୁ ମିଳିଲା ପ୍ରେମିକାଙ୍କ ମୃତଦେହ, ପ୍ରେମିକଙ୍କୁ ଅଟକ ରଖି…

ଗୁଆହାଟି,୨୮।୯: ଗୌହାଟୀ ବିଶ୍ୱବିଦ୍ୟାଳୟର ସମାଜଶାସ୍ତ୍ର ବିଭାଗର ଜଣେ ୨୧ ବର୍ଷୀୟା ଛାତ୍ରୀ ନିମିଷା ଠାକୁରିଆଙ୍କୁ ଗାରାଲ-ଧାରାପୁର ଅଞ୍ଚଳର ଏକ ହୋମ୍‌ଷ୍ଟେରୁ ମୃତ ଅବସ୍ଥାରେ ଉଦ୍ଧାର କରାଯାଇଛି। ଏହି…

ଦକ୍ଷିଣ ଆଫ୍ରିକାରେ ଗୁଳିକାଣ୍ଡ: ୨୭ ମୃତ

କେପ୍‌ ଟାଉନ୍‌,୨୮ା୯: ଦକ୍ଷିଣ ଆଫ୍ରିକୀୟ ସହରରେ ୨ଟି ଗୁଳିକାଣ୍ଡ ଘଟଣାରେ ଅନୂ୍ୟନ ୨୭ ଜଣଙ୍କ ମୃତ୍ୟୁ ହୋଇଛି। ପ୍ରଥମ ଘଟଣା ଶନିବାର ରାତିରେ ଜୋହାନ୍ସବର୍ଗ ନିକଟରେ ଥିବା…

ୟୁଏନ୍‌ଜିଏରେ ପାକିସ୍ତାନକୁ ନିନ୍ଦାକଲେ ଜୟଶଙ୍କର, କହିଲେ କ୍ରମାଗତ ଆତଙ୍କବାଦ ଚଳାଉଥିବା ଦେଶର…

ଜାତିସଂଘ,୨୮ା୯(ପି.ଟି.): ଜାତିସଂଘ ସାଧାରଣ ସଭା (ୟୁଏନ୍‌ଜିଏ)ରେ ଶନିବାର ଭାରତ ପାକିସ୍ତାନକୁ କଡ଼ା ସମାଲୋଚନା କରିଛି। ଆତଙ୍କବାଦକୁ ସ୍ବାଭାବିକ ରୂପ ଦେବା ଏବଂ ଏହାର ପ୍ରଭାବରୁ ରକ୍ଷା ପାଇବା…

ବାରଣ୍ଡାରେ ଚାଲିଛି ରୋଷେଇ, ମଧ୍ୟାହ୍ନଭୋଜନ ପାଇଁ ରାସ୍ତା ପାର ହେଉଛନ୍ତି ପିଲା

ନୟାଗଡ଼,୨୮ା୯(ଲୋକନାଥ ମିଶ୍ର): ଗୁଣାତ୍ମକ ଶିକ୍ଷାଦାନ ପାଇଁ ସରକାର ବିପୁଳ ଅର୍ଥ ଖର୍ଚ୍ଚ କରୁଥିଲେ ମଧ୍ୟ ଅନେକ ସ୍ଥାନରେ ଅସଜଡା ଭିତ୍ତିଭୂମିରେ ପରିବର୍ତ୍ତନ ଆସୁନାହିଁ। ଏପରି କି ଶୈକ୍ଷିକ…

କିଡ୍‌ନୀ ଖରାପ ହେଲେ ଆରମ୍ଭରୁ ଦେଖାଦିଏ ଏସବୁ ଲକ୍ଷଣ…

ଆମ ଶରୀରର ଏକ ମୁଖ୍ୟ ଓ ଦରକାରୀ ଅଙ୍ଗ ହେଉଛି କିଡ୍‌ନୀ। ଶରୀରରେ ପ୍ରଭାବିତ ହେଉଥିବା ରକ୍ତକୁ ଏହା ବିଶୋଧନ କରି, ଅଦରକାରୀ ତତ୍ତ୍ୱକୁ ନିଷ୍କାସନ କରିଥାଏ।…

ସାବାଡ଼ ହେବେ ଅମାନିଆ: ଗାଜଲବାଡ଼ି ଘାଟିରେ ଲାଗିବ ଓଭରହେଡ୍‌ ବ୍ୟାରିଅର, ଭାରୀଯାନ ଚଳାଚଳ କଲେ…

ଦାରିଙ୍ଗବାଡ଼ି,୨୮ା୯(ଅରୁଣ ସାହୁ): କନ୍ଧମାଳ ଓ ଗଞ୍ଜାମ ଜିଲାକୁ ସଂଯୋଗ କରୁଥିବା ଗାଜଲବାଡ଼ି ଘାଟି ରାସ୍ତାର କନ୍ଧମାଳ ଜିଲା ସୀମାନ୍ତ ବାଇମାଲା ଏବଂ ଗଞ୍ଜାମ ଜିଲା ସୋରଡ଼ା ବ୍ଲକ…

ଏଇ ଭାରତରେ

ଝାଡ଼ଖଣ୍ଡର ଚିତ୍ରଶିଳ୍ପୀ ପ୍ରକାଶ ଶାହ ମେଟାଲ, ପ୍ଲାଷ୍ଟିକ ଏବଂ ଶିଳ୍ପଜାତ ବର୍ଜ୍ୟକୁ ଆକର୍ଷଣୀୟ ପବ୍ଲିକ ଆର୍ଟରେ ପରିଣତ କରୁଛନ୍ତି। ସେ ସାହିବଗଞ୍ଜରେ ଓ୍ବେଷ୍ଟ ଟୁ ଓ୍ବଣ୍ଡର ପାର୍କ…

ରକ୍ତତୀର୍ଥ ଇରମ

ସାରା ଦେଶରେ ସ୍ବାଧୀନତା ପାଇଁ ଯେଉଁ ଆନ୍ଦୋଳନ ଆରମ୍ଭ ହେଲା ସେଥିରେ ଅନେକ ହଜାର କ୍ରାନ୍ତିକାରୀ ଯୋଗଦେଇ କାରାବରଣ କରିଥିଲେ। ଓଡ଼ିଶାରେ ଏହି ଆନ୍ଦୋଳନର ନେତୃତ୍ୱ ନେଇଥିଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?