ଚିଲିକା ବିଧାୟକଙ୍କ ସ୍ବାସ୍ଥ୍ୟ ପରୀକ୍ଷା, ରିପୋର୍ଟ ଯାଞ୍ଚ

ଖୋର୍ଦ୍ଧା ଅଫିସ,୯ା୫: ବାଣପୁର ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ଲୋକଙ୍କ ଉପରକୁ ଗାଡ଼ି ମଡ଼ାଇଦେବା ଘଟଣାରେ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ ଗିରଫ ପରେ ଅନ୍ତରୀଣ ଜାମିନରେ ଆସିଛନ୍ତି। ରବିବାର ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ କ୍ରମେ ଖୋର୍ଦ୍ଧା ଜିଲା ମୁଖ୍ୟ ଚିକିତ୍ସାଳୟରେ ବିଧାୟକ ଜଗଦ୍ଦେବଙ୍କ ସ୍ବାସ୍ଥ୍ୟ ପରୀକ୍ଷା କରାଯାଇଛି। ସିଡିଏମ୍‌ଓ ଡା. ଆର୍ତ୍ତବନ୍ଧୁ ନାୟକଙ୍କ ତତ୍ତ୍ୱାବଧାନରେ ଏକ ୫ଜଣିଆ ଡାକ୍ତରୀ ଟିମ୍‌ ତାଙ୍କ ସ୍ବାସ୍ଥ୍ୟ ପରୀକ୍ଷା କରିଛନ୍ତି। ପୂର୍ବାହ୍ନରେ ଜଗଦ୍ଦେବ ବାଣପୁର ପୋଲିସର କଡ଼ା ସୁରକ୍ଷା ବଳୟ ମଧ୍ୟରେ ଆସି ମୁଖ୍ୟ ଚିିକତ୍ସାଳୟରେ ପହଞ୍ଚିଥିଲେ। ସେଠାରେ ସିଡିଏମ୍‌ଓଙ୍କ ଦ୍ୱାରା ଗଠିତ ସ୍ବତନ୍ତ୍ର ମେଡିକାଲ ଟିମ୍‌ ତାଙ୍କ ସ୍ବାସ୍ଥ୍ୟ ପରୀକ୍ଷା କରିଥିଲେ। ଏଥିସହ ପୂର୍ବରୁ ବିଭିନ୍ନ ଘରୋଇ ଚିକିତ୍ସାଳୟରେ ତାଙ୍କର ଚିକିତ୍ସା ସଂକ୍ରାନ୍ତ ରିପୋର୍ଟ, ଡିସ୍‌ଚାର୍ଜ ରେକର୍ଡପତ୍ର ପ୍ରଭୃତି ତନ୍ନତନ୍ନ କରି ଯାଞ୍ଚ କରାଯାଇଥିଲା।
ପ୍ରକାଶ ଯେ, ଲୋକଙ୍କ ଉପରକୁ ଗାଡ଼ି ମଡ଼ାଇ ଦେବା ଘଟଣାରେ ବିଧାୟକ ଜଗଦ୍ଦେବ ଗିରଫ ହୋଇ ବାଣପୁର ଜେଲରେ ରହିଥିଲେ। ପରେ ସ୍ବାସ୍ଥ୍ୟଜନିତ ସମସ୍ୟା କାରଣରୁ ତାଙ୍କୁ ଅନ୍ତରୀଣ ଜାମିନ ମିଳିଥିଲା। ଗତ ବୁଧବାର ଜଗଦ୍ଦେବଙ୍କ ଅନ୍ତରୀଣ ଜାମିନ ଅବଧି ସରୁଥିବାରୁ ତାଙ୍କୁ ବାଣପୁର କୋର୍ଟରେ ଆତ୍ମସମର୍ପଣ କରିବାକୁ କୋର୍ଟ ନିର୍ଦ୍ଦେଶ ରହିଥିଲା। ତେବେ ଚିକିତ୍ସା ଜାରି ରହିଥିବାରୁ ଜଗଦ୍ଦେବ ପୁଣି ଥରେ ଜାମିନ ଅବଧି ବୃଦ୍ଧି ଲାଗି ତାଙ୍କ ଓକିଲଙ୍କ ଜରିଆରେ ହାଇକୋର୍ଟରେ ପିଟିଶନ ଦାଖଲ କରିଥିଲେ। ହାଇକୋର୍ଟ ତାଙ୍କୁ ଆଉ ଏକ ସପ୍ତାହ ଅନ୍ତରୀଣ ଜାମିନ ପ୍ରଦାନ କରିଥିଲେ। ଅର୍ଥାତ ମେ ୧୦ ତାରିଖ ପର୍ଯ୍ୟନ୍ତ ଏହି ଜାମିନ ଅବଧି ରହିଛି। ତେବେ ଜଗଦ୍ଦେବ ବାରମ୍ବାର ସ୍ବାସ୍ଥ୍ୟଜନିତ ସମସ୍ୟା ଦର୍ଶାଇ ହାଇକୋର୍ଟରେ ପିଟିଶନ ଦାଖଲ କରିବା ଘଟଣାକୁ କୋର୍ଟ ଗୁରୁତ୍ୱର ସହ ନେଇଛନ୍ତି। ବିଧାୟକଙ୍କ ସ୍ବାସ୍ଥ୍ୟବସ୍ଥା ଠିକ୍‌ ଅଛି କି ନାହିଁ, ସେ ସମ୍ପର୍କରେ ରିପୋର୍ଟ ଦାଖଲ କରିବାକୁ ହାଇକୋର୍ଟ ବାଣପୁର ଥାନାକୁ ନିର୍ଦ୍ଦେଶ ଦେଇଥିଲେ। ହାଇକୋର୍ଟଙ୍କ ନିର୍ଦ୍ଦେଶ କ୍ରମେ ବାଣପୁର ଥାନା ପକ୍ଷରୁ ସିଡିଏମ୍‌ଓଙ୍କୁ ସ୍ବତନ୍ତ୍ର ମେଡିକାଲ ଟିମ୍‌ ଦ୍ୱାରା ସ୍ବାସ୍ଥ୍ୟ ପରୀକ୍ଷା କରିବା ଲାଗି ଅନୁରୋଧ କରାଯାଇଥିଲା। ଏନେଇ ସିଡିଏମ୍‌ଓ ନାୟକ କହିଛନ୍ତି, ବାଣପୁର ପୋଲିସର ଅନୁରୋଧ କ୍ରମେ ଏକ ସ୍ବତନ୍ତ୍ର ଟିମ୍‌ ବିଧାୟକ ଜଗଦ୍ଦେବଙ୍କ ସ୍ବାସ୍ଥ୍ୟ ପରୀକ୍ଷା କରିଛନ୍ତି। ବିଗତ ଦିନରେ ସେ ଯେଉଁ ସବୁ ଚିକିତ୍ସାଳୟରେ ଚିକିତ୍ସିତ ହୋଇଥିଲେ, ତାହାର ସବିଶେଷ ତଦନ୍ତ କରାଯାଇଛି। ବିଧାୟକଙ୍କ କେଉଁ ରୋଗ ପାଇଁ ଚିକିତ୍ସା କରାଯାଇଛି, ତାହାର ଯାଞ୍ଚ ହୋଇଛି। ଏ ସଂକ୍ରାନ୍ତ ରିପୋର୍ଟ ବାଣପୁର ଥାନାକୁ ଦିଆଯିବ ବୋଲି ସେ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଲିଉଡରେ ହଇଚଇ: ରଣବୀର ସିଂଙ୍କୁୁ ମିଳିଲା ଧମକ, କୋଟି କୋଟି ଟଙ୍କା ଦାବି; ସୁରକ୍ଷା ବଢ଼ାଇଲା… 

ମୁମ୍ବାଇ: ଅଭିନେତା ରଣବୀର ସିଂଙ୍କୁ ଧମକ। ଘର ବାହାରେ ବଢ଼ାଗଲା ସୁରକ୍ଷା। କିଛି ଏଭଳି ଖବରକୁ ନେଇ ବଲିଉଡରେ ହଇଚଇ ସୃଷ୍ଟି ହୋଇଛି। ସୂଚନା ପ୍ରକାରେ ଅଭିନେତାଙ୍କୁ…

ଅନ୍ୟ ରାଜ୍ୟରେ ପ୍ରେମକରି ବିବାହ ପଡ଼ିଲା ମହଙ୍ଗା: ସ୍ତ୍ରୀ ଦୁଇ ଛୁଆଙ୍କୁ ନେଇ ପଳାଇଲେ, ଅନ୍ତିମ ସତ୍କାର ପାଇଁ ବି ଆସିଲେନି…

ଭଞ୍ଜନଗର,୧୦।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ କୁଲାଡ ଗ୍ରାମର କାହ୍ନୁ ଡାକୁଆ (୪୦) ସୋମବାର ଭଞ୍ଜନଗର ମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁବରଣ କରିଛନ୍ତି। ମତ୍ୟୁପରେ…

ବଢିଗଲା ଦାମ୍‌! ସିଗାରେଟ ପ୍ୟାକେଟର ଦାମ ୪୦୦, ପାନ ମସଲାର ଦାମ ହେଲା ୨୦୦ଟଙ୍କା?

ନୂଆଦିଲ୍ଲୀ,୧୦।୨: ଏହା ସତ୍ୟ ଯେ, ଫେବୃଆରୀ ୧, ୨୦୨୬ ରୁ ସରକାର ପାପ ସାମଗ୍ରୀ ଉପରେ ସମ୍ପୂର୍ଣ୍ଣ ଟିକସ ଢାଞ୍ଚାକୁ ପରିବର୍ତ୍ତନ କରିଛନ୍ତି, ଯାହା ଫଳରେ ମୂଲ୍ୟ…

ସୋସିଆଲ ମିଡିଆ କ୍ରିଏଟର୍ସଙ୍କ ପାଇଁ ବଡ଼ ସୁଯୋଗ: DD Newsରେ ଦେଖାଇପାରିବେ ଆପଣଙ୍କ କଣ୍ଟେଟ୍‌, ମିଳିବ ଟଙ୍କା…

ନୂଆଦିଲ୍ଲୀ,୧୦।୨: ଯଦି ଆପଣ ଜଣେ କଣ୍ଟେଣ୍ଟ କ୍ରିଏଟର, ତେବେ ଆପଣଙ୍କ ପାଇଁ ପ୍ରତିଭା ପ୍ରଦର୍ଶନ କରିବା ଏବଂ ଟଙ୍କା ରୋଜଗାର କରିବାର ଏକ ମହାନ ସୁଯୋଗ ଆସିଛି।…

କ୍ୟାନସର ହସପିଟାଲକୁ ପୂର୍ଣ୍ଣ କାର୍ଯ୍ୟକ୍ଷମ କରାଯାଉ: ସାଂସଦ ପ୍ରଦୀପ ପୁରୋହିତ

ବରଗଡ,୧୦।୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ କ୍ୟାନସର ରୋଗୀଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଏହି ଦୃଷ୍ଟିରୁ ବରଗଡ଼ କ୍ୟାନସର ହସପିଟାଲକୁ ଶୀଘ୍ର ପୂର୍ଣ୍ଣ କାର୍ଯ୍ୟକ୍ଷମ କରିବା ଦିଗରେ…

ଓଡ଼ିଶାରେ ୪,୧୦୦ କୋଟିର ପୁଞ୍ଜିନିବେଶକୁ ମଞ୍ଜୁରୀ; ସୃଷ୍ଟି ହେବ ୧୦,୦୦୦ ନିଯୁକ୍ତି

ଭୁବନେଶ୍ୱର,୧୦।୨: ଓଡ଼ିଶା ଶିଳ୍ପାୟନ କ୍ଷେତ୍ରରେ ଆଉ ଏକ ବଡ଼ ସଫଳତା ହାସଲ କରିଛି। ମଙ୍ଗଳବାର ସିଙ୍ଗଲ୍ ୱିଣ୍ଡୋ କ୍ଲିୟରାନ୍ସ ଅଥରିଟି (SLSWCA) ରାଜ୍ୟ ସରକାର ୪,୧୧୧.୮୦ କୋଟି…

ବଡ ନିର୍ଦେଶ ଦେଲେ ଓଡିଶା ହାଇକୋର୍ଟ, ପେଣ୍ଡିଂ ଚାଲାଣ କାଟିବା ବାଧ୍ୟତାମୂଳକ

ଭୁବନେଶ୍ୱର,୧୦।୨: ଗାଡି ଚଳାଉଥିବା ଲୋକମାନଙ୍କ ପାଇଁ ଏକ ବଡ଼ ଖବର। ଏଣିକି ଗାଡ଼ିର ପ୍ରଦୂଷଣ ନିୟନ୍ତ୍ରଣ ପ୍ରମାଣପତ୍ର ବା PUCC ପାଇବାକୁ ହେଲେ, ସମସ୍ତ ପେଣ୍ଡିଂ ଟ୍ରାଫିକ…

ଦିଲ୍ଲୀ କର୍ତ୍ତବ୍ୟ ପଥ ପରେଡରେ ଭାଗ ନେଇ ଫେରିଲେ ରାଜ୍ୟର ଗୌରବ ରାକେଶ

ଭଞ୍ଜନଗର,୧୦।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ଏନ୍‌ସିସି ଆର୍ମି ୱିଂଗର କ୍ୟାଡେଟ ରାକେଶ ଭୂୟାଁଙ୍କୁ ମଙ୍ଗଳବାର କଲେଜ ପକ୍ଷରୁ ସମ୍ବର୍ଦ୍ଧନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri