ଲଙ୍କା କେଜି ୭୦୦, ଟମାଟୋ ୨୦୦

କଲମ୍ବୋ,୧୨ା୧: ଭାରତର ପଡ଼ୋଶୀ ଦେଶ ଶ୍ରୀଲଙ୍କା ଏବେ ଦେବାଳିଆ ସ୍ଥିତିରେ ପହଞ୍ଚିଛି। ଶ୍ରୀଲଙ୍କାରେ ଦୈନନ୍ଦିନ ସାମଗ୍ରୀର ମୂଲ୍ୟ ଅହେତୁକ ଭାବରେ ବୃଦ୍ଧି ପାଇଛି। ଏଠାରେ ଖାଦ୍ୟ ଏବଂ ପାନୀୟ ଏକ ମାସରେ ୧୫ ପ୍ରତିଶତ ମହଙ୍ଗା ହୋଇଛି। ୧୦୦ ଗ୍ରାମ ଲଙ୍କାର ମୂଲ୍ୟ ୭୧ ଟଙ୍କାକୁ ବୃଦ୍ଧି ପାଇଛି। ଅର୍ଥାତ୍‌ ବର୍ତ୍ତମାନ ୧ କିଲୋଗ୍ରାମ ଲଙ୍କାର ଦାମ୍‌ ୭୦୦ ଟଙ୍କାରୁ ଅଧିକ ମୂଲ୍ୟରେ ବିକ୍ରି ହେଉଛି। ମାସକ ମଧ୍ୟରେ ଲଙ୍କାର ମୂଲ୍ୟ ୨୫୦ ପ୍ରତିଶତରୁ ଅଧିକ ବୃଦ୍ଧି ପାଇଛି। ସେହିପରି ଟମାଟୋ କେଜି ୨୦୦ରୁ ଅଧିକ ଟଙ୍କାରେ ବିକ୍ରି ହେଉଛି। ଫଳରେ ଖାଉଟି ହନ୍ତସନ୍ତ ହେଉଛନ୍ତି।

ପନିପରିବା ମୂଲ୍ୟ ବୃଦ୍ଧି ସାଧାରଣ ଲୋକଙ୍କ ଜୀବନରେ ବହୁତ ପ୍ରଭାବ ପକାଇଛ। ପ୍ରାୟ ୨୨ ନିୟୁତ ଜନସଂଖ୍ୟା ବିଶିଷ୍ଟ ଶ୍ରୀଲଙ୍କା ବର୍ତ୍ତମାନ ଇତିହାସରେ ସବୁଠାରୁ ବଡ଼ ଅର୍ଥନୈତିକ ସଙ୍କଟ ଦେଇ ଗତି କରୁଛି। ନଭେମ୍ବର ଶେଷ ସୁଦ୍ଧା ଏହାର ବୈଦେଶିକ ମୁଦ୍ରା ଭଣ୍ଡାର ପ୍ରାୟ ୧.୬ ବିଲିୟନ ଡଲାରକୁ ଖସି ଆସିଛି। ଯାହା ଆମଦାନୀ ପାଇଁ ମାତ୍ର କିଛି ସପ୍ତାହ ମୂଲ୍ୟ ଦେବାକୁ ପଡ଼ିବ ।

ଯେଉଁଥିପାଇଁ ସରକାର ଅନେକ ଜରୁରୀ ଜିନିଷ ଆମଦାନୀ ଉପରେ ପ୍ରତିବନ୍ଧକ ଲଗାଇବାକୁ ବାଧ୍ୟ ହୋଇଥିଲେ। ଯେଉଁଥିପାଇଁ ଶ୍ରୀଲଙ୍କାରେ ଖାଦ୍ୟ ଏବଂ ଅତ୍ୟାବଶ୍ୟକ ସାମଗ୍ରୀର ଅଭାବ ବଢ଼ି ଚାଲିଥିଲା। ଫଳରେ ଅତ୍ୟାବଶ୍ୟକ ସାମଗ୍ରୀର ଦର ବୃଦ୍ଧି ପାଇଚାଲିଲା।

ଶ୍ରୀଲଙ୍କାରେ ଗତ ଚାରି ମାସ ମଧ୍ୟରେ ଏକ ଷ୍ଟାଣ୍ଡାର୍ଡ ଏଲପିଜି ସିଲିଣ୍ଡରର ମୂଲ୍ୟ ପ୍ରାୟ ୮୫ ବୃଦ୍ଧି ପାଇଥିବା ଅନୁମାନ କରାଯାଉଛି। ଶ୍ରୀଲଙ୍କାରେ ଆମଦାନୀ ହୋଇ ନ ଥିବାରୁ ଦୁଗ୍ଧ ମୂଲ୍ୟ ମଧ୍ୟ ବହୁତ ବୃଦ୍ଧି ଘଟିଛି।

ଏକ ରିପୋର୍ଟ ଅନୁଯାୟୀ, ଶ୍ରୀଲଙ୍କା ନିଜ ଦେଶରେ ବହୁ ପରିମାଣର ଖାଦ୍ୟ ଶସ୍ୟ ଆମଦାନୀ ଉପରେ ନିର୍ଭର କରେ, କିନ୍ତୁ ବର୍ତ୍ତମାନ ଶ୍ରୀଲଙ୍କା ବୈଦେଶିକ ମୁଦ୍ରା ଅଭାବର ସମ୍ମୁଖୀନ ହେଉଛି। ଯାହା ଏହି ଦେଶର ଖାଦ୍ୟ ଆବଶ୍ୟକତା ଉପରେ ସିଧାସଳଖ ପ୍ରଭାବ ପକାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ମୁନିରଙ୍କୁ ଫୋନ କଲେ ଟ୍ରମ୍ପ: ଯୁଦ୍ଧ ସମ୍ପର୍କରେ ହେଲା ଏମିତି ଆଲୋଚନା

ଓ୍ବାଶିଂଟନ୍‌,୨୪।୮: ଆମେରିକା ଏବଂ ଇରାନ ମଧ୍ୟରେ ବଢ଼ୁଥିବା ସାମରିକ ଏବଂ ରାଜନୈତିକ ଉତ୍ତେଜନା ମଧ୍ୟରେ ପାକିସ୍ତାନର ସେନା ମୁଖ୍ୟ ଫିଲ୍ଡ ମାର୍ଶାଲ ଅସୀମ ମୁନିର ସୋମବାର ତେହେରାନ…

ଏୟାର ବ୍ୟାଗରେ ଗଞ୍ଜେଇ: ବଲାଙ୍ଗୀର ରେଲୱେ ଷ୍ଟେଶନରେ ଅପେକ୍ଷା କରିଥିବା ଯୁବକଙ୍କୁ…

ବଲାଙ୍ଗୀର, ୨୪/୭ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ରେଲୱେ ଷ୍ଟେଶନରୁ ୧୦ କେଜି ଗଞ୍ଜେଇ ରେଲୱେ ସୁରକ୍ଷା ବଳ (ଆରପିଏଫ) ଜବତ କରିଛି। ଏହି ଘଟଣାରେ ଜଣେ…

SIM ବ୍ୟବହାରକାରୀଙ୍କ ପାଇଁ ବଡ଼ ଖବର, ବଦଳିଲା ନିୟମ; ପାଖରେ ଏତିକି ସିମ୍‌ ଥିଲେ ମିଳିବନି…

ନୂଆଦିଲ୍ଲୀ,୨୪।୮: ମୋବାଇଲ ସିମ କାର୍ଡ ନେବା, ବଦଳାଇବା, ଟ୍ରାନ୍ସଫର କରିବା କିମ୍ବା ବନ୍ଦ କରିବାର ନିୟମ ଏବେ ଆହୁରି କଡ଼ା ହୋଇଛି। ନକଲି ସିମ କାର୍ଡ ଓ…

ଚନ୍ଦ୍ରିକାଙ୍କ ପଦଚ୍ୟୁତ ପରେ ସରପଞ୍ଚ ଦାୟିତ୍ୱ ନେଲେ ଦୀପକ: ମୌଳିକ ସମସ୍ୟା ସମାଧାନ ପାଇଁ ଦେଲେ ପ୍ରତିଶ୍ରୁତି

ଦାରିଙ୍ଗବାଡି, ୨୪।୮ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ପଞ୍ଚାୟତର ସରପଞ୍ଚ ସୁଶ୍ରୀ ଚନ୍ଦ୍ରିକା ମଲ୍ଲିକଙ୍କ ଅନାସ୍ଥା ପରେ ନିଜ ପଦ ହରାଇ ବସିଥିଲେ। ତାଙ୍କ ସ୍ଥାନରେ ସୋମବାର…

ରାଜନୀତିରେ ହଲଚଲ! ସନ୍ନ୍ୟାସ ନେବେ କି ଗଡ଼କରୀ? ଏଭଳି ବୟାନକୁ ନେଇ ବଢ଼ିଲା ଚର୍ଚ୍ଚା

ନୂଆଦିଲ୍ଲୀ,୨୪।୮: କେନ୍ଦ୍ର ସଡ଼କ ପରିବହନ ଓ ରାଜପଥ ମନ୍ତ୍ରୀ ନିତିନ ଗଡକରୀଙ୍କ ଏକ ବୟାନକୁ ନେଇ ରାଜନୈତିକ ମହଲରେ ନୂଆ ଚର୍ଚ୍ଚା ଆରମ୍ଭ ହୋଇଛି । ନାଗପୁରର…

କର୍ଲାମୁଣ୍ଡାରେ ଯୁଗ୍ମ ଜନଶୁଣାଣି: ଜିଲାପାଳ ସଚିନ୍ ପାୱାରଙ୍କ ଅଧ୍ୟକ୍ଷତାରେ ୮୨ଟି ଅଭିଯୋଗ

କର୍ଲାମୁଣ୍ଡା, ୨୪।୮ (ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ପରିସରସ୍ଥିତ ରାଜୀବ ଗାନ୍ଧୀ ସେବା ଭବନରେ ସୋମବାର ଏକ ଯୁଗ୍ମ ଜନଶୁଣାଣି ଶିବିର ଅନୁଷ୍ଠିତ…

୨ ମାସ ହେବ ବଲକି ଗାଁ ଅନ୍ଧାର: ବିଦ୍ୟୁତ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ତୁମୁଡ଼ିବନ୍ଧ, ୨୪।୮ (ଦୀପକ କୁମାର ପରାସେଠ): ଦୁଇ ମାସ ହେବ ବଲକି ଗାଁ ଅନ୍ଧାରରେ। ଟ୍ରାନ୍ସଫର୍ମର ଖରାପ ହୋଇଯିବା ପରେ ଆଜି ପର୍ଯ୍ୟନ୍ତ ବିଦ୍ୟୁତ ସେବା ସ୍ୱାଭାବିକ…

ଧୋନୀଙ୍କ ଐତିହାସିକ ରେକର୍ଡ ଭାଙ୍ଗିଲେ ରିଷଭ ପନ୍ତ: ଭାରତର ସବୁଠୁ ସଫଳ…

ନୂଆଦିଲ୍ଲୀ,୨୪।୮: ଭାରତର ଉଇକେଟକିପର-ବ୍ୟାଟସମ୍ୟାନ ରିଷଭ ପନ୍ତ ଏବେ ଚମତ୍କାର ଫର୍ମରେ ଅଛନ୍ତି। ତାଙ୍କର ଶେଷ ଚାରୋଟି ଟେଷ୍ଟ ଇନିଂସରେ ତିନୋଟି ଅର୍ଦ୍ଧଶତକ ମାରିଛନ୍ତି। ସେ କଲମ୍ବୋ ଟେଷ୍ଟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri