Posted inଖେଳ

ଭାରତୀୟ ଖେଳାଳିଙ୍କ ମାଲିସ୍‌ କଲେ ପାକିସ୍ତାନ କ୍ରିକେଟର୍‌

ଦୁବାଇ,୧୮।୧୦: ଆଗାମୀ ଆଇସିସି ଟି-୨୦ ବିଶ୍ୱକପରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ହାଇଭୋଲଟେଜ ମ୍ୟାଚ ପାଇଁ ପ୍ରଶଂସକ ଉତ୍ସାହର ସହିତ ଅପେକ୍ଷା କରିଛନ୍ତି। ଏଥି ସହିତ ଉଭୟ ଦେଶର ଖେଳାଳିମାନେ ପରସ୍ପର ଏହି ମ୍ୟାଚ୍‌କୁ ନେଇ ପ୍ରତିକ୍ରିୟ ଦେବାରେ ଲାଗିଛନ୍ତି। କିନ୍ତୁ ନିକଟରେ ଉଭୟ ଦେଶର ପୂର୍ବତନ ଖେଳାଳିମାନେ ଥଟ୍ଟା ପରିହାସ କରୁଥିବାର ଦେଖାଯାଇଥିଲା। ଟି -୨୦ ବିଶ୍ୱକପରେ ଟିମ ଇଣ୍ଡିଆ ୨୪ ଅକ୍ଟୋବର ୨୦୨୧ ରେ ଦୁବାଇରେ ପାକିସ୍ତାନ ବିପକ୍ଷରେ ପ୍ରଥମ ମ୍ୟାଚ ଖେଳିବ। ଦୁଇ ଦଳ ମଧ୍ୟରେ ଏହି ମ୍ୟାଚ୍‌ ରୋମାଞ୍ଚକ ହେବ।
ଭାରତ ଏବଂ ପାକିସ୍ତାନ ମଧ୍ୟରେ ମ୍ୟାଚ ପୂର୍ବରୁ ପୂର୍ବତନ ଭାରତୀୟ କ୍ରିକେଟର୍‌ ସୁନୀଲ ଗାଭାସ୍କର, କପିଲ ଦେବ, ପୂର୍ବତନ ପାକିସ୍ତାନ କ୍ରିକେଟର୍‌ ଶୋଏବ ଅଖତର, ଜାହିର ଆବ୍ବାସଙ୍କୁ ଗୋଟିଏ ଛାତ ତଳେ ଦେଖିବାକୁ ମିଳିଥିଲା। ଶୋଏବ ଅଖତର ଏହି କ୍ରିକେଟ କିମ୍ବଦନ୍ତୀ ଗାଭାସ୍କର କାନ୍ଧରେ ମାଲିସ କରୁଥିବା ଦେଖିବାକୁ ମିଳିଥିଲା। ଏହି ସମୟର ଫଟୋ ନିଜ ଟୁଇଟର ଆକାଉଣ୍ଟରେ ଶେୟାର କରିଛନ୍ତି ଅଖତର। ସେ କ୍ୟାପସନରେ ଲେଖିଛନ୍ତି, କ୍ରିକେଟର ମହାମୁକାବିଲା ପାଇଁ ପ୍ରସ୍ତୁତ, ଶ୍ରେଷ୍ଠମାନଙ୍କ ସହିତ ଚିଲିଂ। ଆଇସିସି ଟି -୨୦ ବିଶ୍ୱକପରେ ପାକିସ୍ତାନ ଟିମ ଇଣ୍ଡିଆକୁ କେବେ ପରାସ୍ତ କରିପାରି ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri