୭ ସେକେଣ୍ଡ୍‌ରେ ଭାଙ୍ଗିଲା ବିଶାଳକାୟ ଚିମିନି

ଢେଙ୍କାନାଳ ଅଫିସ,୧୯ା୧୨: ଢେଙ୍କାନାଳ ଜିଲା ଓଡ଼ାପଡ଼ା ବ୍ଲକ ମୋଟଙ୍ଗା ଥାନା କୁରୁଣ୍ଟି ଗ୍ରାମ ନିକଟରେ ପରିଚାଳନାଗତ ତ୍ରୁଟି ପାଇଁ ପ୍ରତିଷ୍ଠିତ ଲାନ୍‌କୋ କମ୍ପାନୀ ବନ୍ଦ ହୋଇଯାଇଥିଲା। ଏହାର ସ୍ରାପଗୁଡିକ ମଧ୍ୟ ବିକ୍ରି ହୋଇଯାଇଥିଲା। କେବଳ କମ୍ପାନୀ ପରିସରରେ ବ୍ୟବହାର ନ ହୋଇ ରହିଥିଲା ୨୫୬ ମିଟର ଉଚ୍ଚତାର ଏକ ବିଶାଳ ଚିମିନି। ଏହି ଚିମିନି ସ୍ଥାନୀୟ ଗ୍ରାମବାସୀଙ୍କ ପାଇଁ ବିପଦ ସୃଷ୍ଟି କରିଥିଲା। ଗ୍ରାମବାସୀଙ୍କ ବାରମ୍ବାର ଦାବି ପରେ ଚିମିନିଟିକୁ ବିଶେଷଜ୍ଞମାନେ ୨ଥର ଡିନାମାଇଟ୍‌ ଲଗାଇ ଭାଙ୍ଗିବା ପାଇଁ ଉଦ୍ୟମ କରିଥିଲେ ହେଁ ଏଥିରେ ବିଫଳ ହେବାରୁ ଅଞ୍ଚଳବାସୀଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଥିଲା।

ଶେଷରେ ପୋଲିସ, ମାଜିଷ୍ଟ୍ରେଟଙ୍କ ଉପସ୍ଥିତିରେ ସୋମବାର ପ୍ରାୟ ୭ ସେକେଣ୍ଡରେ ଡିନାମାଇଟ ଲଗାଇ ବିସ୍ଫୋରଣ କରିବାରୁ ଚିମିନିଟି ଭାଙ୍ଗି ମାଟିରେ ମିଶି ଯାଇଥିଲା। ଏକ୍‌ଜିକ୍ୟୁଡ୍‌ ଏକ୍ସକ୍ଲ୍ୟୁସିଭ୍‌ ପ୍ରାଇମେଟ ଲିମିଟେଡ୍‌ ରାଜସ୍ଥାନର ଏକ ସଂସ୍ଥା ପକ୍ଷରୁ ଇଂ. ଆନନ୍ଦ ଶର୍ମାଙ୍କ ନେତୃତ୍ୱରେ ଏକ ୨୦ ଜଣିଆ ଦଳ ଚିମିନିଟିକୁ ଭାଙ୍ଗି ମାଟିରେ ମିଶାଇ ଦେଇଥିଲେ। ୭୫୦ କେଜି ଡିନାମାଇଟ ଏଥିପାଇଁ ବ୍ୟବହାର ହୋଇଥିଲା। ୨୦୧୦ରେ ଲାନ୍‌କୋ କମ୍ପାନୀ ଏହାକୁ ତିଆରି କରିଥିଲା। ଦେଶ ଓ ରାଜ୍ୟର ବିଭିନ୍ନ କଳ କାରଖାନାରେ ଥିବା ଚିମିନିଗୁଡ଼ିକ ମଧ୍ୟରେ ଏହା ଏକ ମଧ୍ୟ ବିଶାଳ ଚିମିନି ଥିଲା ବୋଲି ଏହାକୁ ଭାଙ୍ଗିବା ପାଇଁ ଆସିଥିବା ବିଶେଷଜ୍ଞମାନେ କୁହନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିକାଶ ବାଟବଣା: ବସଷ୍ଟାଣ୍ଡରେ ଲହଡ଼ି ମାରୁଛି ବର୍ଷାଜଳ

ବରଗଡ଼,୨।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ବିକାଶ ବାଟବଣା ହୋଇ ପଡ଼ିଛି। ଏଠାରେ ଡ୍ରେନେଜ ବ୍ୟବସ୍ଥା ଭୁଷୁଡି ପଡିଛି। ସାମାନ୍ୟ ବର୍ଷାରେ ବରଗଡ ସହର କେନ୍ଦ୍ରସ୍ଥଳୀରେ ରହିଥିବା ସରକାରୀ…

ଇନଷ୍ଟାଗ୍ରାମ ପ୍ରେମର ଭୟଙ୍କର ଅନ୍ତ; ପ୍ରେମିକାଙ୍କୁ ହତ୍ୟା ପରେ କବର ଦେଲେ ପ୍ରେମିକ, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଲକ୍ଷ୍ନୌ,୨ା୭: ଉତ୍ତର ପ୍ରଦେଶର ପ୍ରୟାଗରାଜରୁ ଏକ ଅଜବ ଏବଂ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଇନଷ୍ଟାଗ୍ରାମରୁ ହୋଇଥିବା ପ୍ରେମ ମୃତ୍ୟୁର କାରଣ ସାଜିଛି । ଘଟଣାଟି ପ୍ରୟାଗରାଜର…

ଓଡ଼ିଶା ପାଇଁ ଗୌରବ ଆଣିଲେ ଓମପ୍ରକାଶ: ଅନ୍ତର୍ଜାତୀୟ ବାଳୁକା କଳା ପ୍ରଦର୍ଶନୀରେ…

କର୍ଲାମୁଣ୍ଡା,୨।୭(ପ୍ରଦୀପ କୁମାର ସାହୁ):ଆସନ୍ତା ୪ରୁ ୧୦ ଜୁଲାଇ ପର୍ଯ୍ୟନ୍ତ ତାଇୱାନରେ ଅନୁଷ୍ଠିତ ହେବାକୁ ଥିବା ଟଙ୍ଗସାଇଓ ବାଲୁକା ଭାସ୍କର୍ଯ୍ୟ କଳା ପ୍ରଦର୍ଶନରେ ଭାଗନେବା ପାଇଁ ପୁଣିଥରେ ନିମନ୍ତ୍ରିତ…

୫୦ହଜାର ଖସିଲାଣି ସୁନାଦର! ଏକ୍ସପର୍ଟ କହିଲେ ଆଗକୁ ଲକ୍ଷେ ତଳକୁ…

ନୂଆଦିଲ୍ଲୀ, ୨ା୭: ସୁନା ବଜାରରେ ଜାରି ରହିଥିବା ଦ୍ରୁତ ଅଭିବୃଦ୍ଧି ଏବେ ଓଲଟା ମୋଡ଼ ନେଇଛି। ଚଳିତ ବର୍ଷ ପ୍ରାରମ୍ଭରେ ମଲ୍ଟି କମୋଡିଟି ଏକ୍ସଚେଞ୍ଜ (MCX)ରେ ପ୍ରତି…

ହ୍ବାଟ୍ସଆପ୍‌ ‘ୟୁଜରନେମ’କୁ ନେଇ ମେଟାର ସ୍ପଷ୍ଟୀକରଣ, ନମ୍ବର ଓ ବ୍ୟକ୍ତିଗତ ତଥ୍ୟକୁ…

ନୂଆଦିଲ୍ଲୀ, ୨ା୭: ହ୍ୱାଟସଆପର ନୂତନ ୟୁଜରନେମ୍ ଫିଚରକୁ ନେଇ ବିବାଦ ଦେଖାଯାଇଥିବା ବେଳେ ମେଟା ସ୍ପଷ୍ଟୀକରଣ ଦେଇଛି । କମ୍ପାନୀ କହିଛି ଯେ ସରକାରଙ୍କ ଦ୍ୱାରା ଉଠାଯାଇଥିବା…

ଡାକ୍ତରଙ୍କ କାର୍ଯ୍ୟ ବନ୍ଦ ଆନ୍ଦୋଳନ ଜାରି: ରୋଗୀସେବା ବ୍ୟାହତ

ରାଇକିଆ,୨।୭(ପ୍ରଦୀପ ବେହେରା): ଓମସାର ଆହ୍ବାନ କ୍ରମେ ଡାକ୍ତରମାନେ ରାଜ୍ୟବ୍ୟାପୀ ଅନିର୍ଦ୍ଦିଷ୍ଟ କାଳ ପାର୍ଯ୍ୟନ୍ତ କାର୍ଯ୍ୟବନ୍ଦ ଆନ୍ଦୋଳନ ଦ୍ୱିତୀୟ ଦିନରେ ପହଞ୍ଚିଛି। ୧୦ ଦଫା ଦାବି ପୂରଣ ନ…

ଚାଇନାକୁ ଅଲ୍ଟିମେଟମ ଦେଲା ଆମେରିକା: ଟ୍ରମ୍ପ କହିଲେ, ନଜର ପକାଇଲେ ଛାଡ଼ିବୁନି

ଓ୍ବାଶିଂଟନ୍‌,୨।୭: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ପାନାମା କେନାଲ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବୟାନ ଦେଇଛନ୍ତି। ସେ ମନ୍ତବ୍ୟ ଦେଇଛନ୍ତି ଯେ, ଆମେରିକା କେବେବି…

ବାପା ହେବା ପରେ ନିଜକୁ ‘ଗେ’ ବୋଲି କହିଲେ ସ୍ୱାମୀ, ତାଜୁବ ହୋଇଗଲେ ସ୍ତ୍ରୀ…

ନୂଆଦିଲ୍ଲୀ, ୨ା୭: ସୋସିଆଲ ମିଡିଆରେ ବେଶ୍ ଭାଇରାଲ ହେଉଥିବା ଏକ ଭିଡିଓ ଏବେ ଚର୍ଚ୍ଚାର ବିଷୟ ପାଲଟିଛି। ଏହି ଭିଡିଓରେ ଜଣେ ମହିଳା ନିଜ ବୈବାହିକ ଜୀବନର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri