ଶୀର୍ଷ ସଂକ୍ରମଣଠାରୁ ୧୦ ଦିନ ଦୂରରେ ଚାଇନା: ଦିନକୁ ୨୫ ହଜାର ମୃତ୍ୟୁ ହେବା ଆଶଙ୍କା…

ବେଜିଂ,୨।୧ : ଚାଇନାରେ କରୋନା ମହାମାରୀ ସ୍ଥିତି ଅଣାୟତ୍ତ ହେବାରେ ଲାଗିଛି। ଡାକ୍ତରଖାନାଗୁଡ଼ିକରେ ସ୍ଥାନ ନାହିଁ ଏବଂ ଶ୍ମଶାନରେ ଅନ୍ତିମ ସଂସ୍କାର ପାଇଁ ଧାଡି ଲାଗି ରହିଛି। ବ୍ରିଟେନର ରିସର୍ଫ ଫାର୍ମ ଏୟାରଫିନିଟି ଅନୁଯାୟୀ କରୋନାର ଏହି ଲହର ଏପର୍ଯ୍ୟନ୍ତ ଚାଇନାରେ ଶୀର୍ଷରେ ପହଞ୍ଚି ନାହିଁ।

ଜାନୁଆରୀ ୧୩ ରେ ପ୍ରଥମ ଶୀର୍ଷ ସ୍ଥିତି ଆସିବାର ଆଶଙ୍କା ରହିଛି। ସେତେବେଳେ ଚାଇନାରେ ଅତି କମରେ ୩୭ ଲକ୍ଷ ଲୋକ ଗୋଟିଏ ଦିନରେ ସଂକ୍ରମିତ ହେବେ। ଏହା ବ୍ୟତୀତ ଗୋଟିଏ ଦିନରେ ପ୍ରାୟ ୨୫ ହଜାର ଲୋକ ମରିବେ। କମ୍ପାନୀର ବିଶ୍ଳେଷଣ ଅନୁଯାୟୀ ୨୦୨୨ ଡିସେମ୍ବରରୁ ୨୦୨୩ ଜାନୁୟାରୀ ମଧ୍ୟରେ ମୃତ୍ୟୁ ସଂଖ୍ୟା ୫ ଲକ୍ଷ ୮୪ ହଜାର ହେବ। ଏଥି ସହିତ, ଏପ୍ରିଲ ଶେଷ ସୁଦ୍ଧା ଏହା ୧୭ଲକ୍ଷକୁ ବୃଦ୍ଧି ପାଇବ।

ଯଦି କମ୍ପାନୀର ତଥ୍ୟକୁ ବିଶ୍ୱାସ କରାଯାଏ ତେବେ ଏହା ଅତ୍ୟନ୍ତ ଭୟଙ୍କର ସ୍ଥିତ ସୃଷ୍ଟି କରିବ।ଏୟାରଫିନିଟିର ମଡେଲ ଆଧାର ତଥ୍ୟ ଅନୁଯାୟୀ, ଶୂନ କୋଭିଡ ନୀତି କୋହଳ ହେବା ପରେ ଚାଇନାରେ ସଂକ୍ରମଣ ଦ୍ରୁତ ଗତିରେ ବୃଦ୍ଧି ପାଇଛି। କୁହାଯାଇଛି ଯେ ଏହି ଲହରର ଦ୍ୱିତୀୟ ଶୀର୍ଷ ମାର୍ଚ୍ଚ ୩ ସୁଦ୍ଧା ଆସିପାରେ। ମେ ମାସରେ ପରିସ୍ଥିତି ନିୟନ୍ତ୍ରଣକୁ ଆସିବ। କମ୍ପାନୀ କହିଛି ଯେ କରୋନା ସଂକ୍ରମଣର ଶୀର୍ଷ ଚାଇନାର ରାଜଧାନୀ ବେଜିଂରେ ପହଞ୍ଚିଛି। ଆସନ୍ତା କିଛି ଦିନ ମଧ୍ୟରେ ଏଠାରେ ସର୍ବାଧିକ ମୃତ୍ୟୁ ଘଟିବାକୁ ଯାଉଛି। ଏବେ ଦେଶରେ ସ୍ଥିତି ଅଣାୟତ୍ତ ହେବାରେ ଲାଗିଛି। ପ୍ରତିଦିନ ମୃତ୍ୟୁ ସଂଖ୍ୟା ୯,୦୦୦ ଛୁଇଁଛି।


Enter your email to get our daily news in your inbox.

All Right Reserved By Dharitri.Com

ଚା’ ପିଇ କଲେଜକୁ ଫେରୁଥିଲେ, ଧକ୍କା ଦେଲା ସ୍ପିଡ ବାଇକ୍‌; ଡାକ୍ତରୀ ଛାତ୍ରୀ ଗୁରୁତର

ବଲାଙ୍ଗୀର,୧୪।୨ -( ସୁନିଲ କୁମାର ମହାନ୍ତି) ବଲାଙ୍ଗୀର ସହର ଭିଆଇପି ରାସ୍ତା ତଥା ଭାଗିରଥି ଛକରୁ ସର୍କିଟ ହାଉସ୍ ରାସ୍ତାରେ ଜଣେ ସ୍ପିଡ ବାଇକ ଆରୋହୀଙ୍କ ଧକ୍କାରେ…

୩ ଦିନ ବ୍ୟବଧାନରେ ପୁଣି ବୁଲିଲା ଖଣ୍ଡା, ଫୁଟିଲା ଗୁଳି; ବୈଶିଙ୍ଗାରେ ବଢୁଛି ଅସମାଜିକ ବ୍ୟକ୍ତିଙ୍କ ଦୌରାତ୍ମ୍ୟ 

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲ୍ଲାର ବୈଶିଙ୍ଗା ଥାନା ଅଞ୍ଚଳ ଅଶାନ୍ତ ହୋଇଉଠିଛି। ଶୁକ୍ରବାର ୮  ଜଣ କୁଖ୍ୟାତ ଆନ୍ତଃରାଜ୍ୟ ଡ଼କାୟତଙ୍କୁ ବିଭିନ୍ନ ମାରଣାସ୍ତ୍ର ସହ ଧରି କୋର୍ଟ…

ବୁଲାଣି ରାସ୍ତାରେ ଅଘଟଣ: ଓଭରଟେକ୍‌ କରିବା ବେଳେ ଓଲଟି ପଡ଼ିଲା ବସ୍‌, ୧୪ ଯାତ୍ରୀ…

ଗଜପତି/ମୋହନା,୧୪।୨(ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର )): ଗଜପତି ଜିଲା ଚାନ୍ଦିପୁଟ କଲେଜ ନିକଟରେ ଥିବା ବୁଲାଣି ରାସ୍ତାରେ ଶନିବାର ବଡ଼ ଦୁର୍ଘଟଣା ଘଟିଛି। ରାସ୍ତାକଡ଼ରେ ଥିବା ମାଟି ଅତଡ଼ାରେ…

ଟ୍ରାକ୍‌ରୁ ଖସିଲା ଟ୍ରେନ୍‌, ଯୁଦ୍ଧକାଳୀନ ଭିତ୍ତିରେ ଚାଲିଛି…

କୋରାପୁଟ,୧୪ା୨(ଅମିତାଭ ବେହେରା): କୋରାପୁଟ ନିକଟରେ ଏକ ମାଲବାହୀ ଟ୍ରେନର ଗୋଟିଏ ଓ୍ବାଗନ ଲାଇନଚ୍ୟୁତ ହୋଇଥିବା ଜଣାଯାଇଛି। କେ କେ ଲାଇନର ଦୟାନିଧିଗୁଡ଼ା-ମାନବାର ମଧ୍ୟରେ ଏହି ଓ୍ବାଗନ ଲାଇନଚ୍ୟୁତ…

ପ୍ରେମ ସପ୍ତାହରେ ପଢ଼ାଉଥିଲେ ପ୍ରେମପାଠ, ଛାତ୍ରୀଙ୍କୁ ଗୁଲଗୁଲା-ସିଙ୍ଗଡ଼ା ଡାକି ବନ୍ଧାହେଲେ ବିଜ୍ଞାନ ଶିକ୍ଷକ

ଦେବଗଡ଼,୧୪ା୨(ଶଶାଙ୍କ ଶେଖର ଝାଙ୍କର): ପ୍ରେମ ସପ୍ତାହରେ ବିଜ୍ଞାନ ଶିକ୍ଷକ ସ୍କୁଲ ଛାତ୍ରୀଙ୍କୁ ପ୍ରେମର ପାଠ ପଢ଼ାଉଥିବା ଘଟଣାରେ ଶନିବାର ଗିରଫ ହେଇଥିବା ଜଣାପଡ଼ିଛି। ଖବର ମୁତାବକ କୁଣ୍ଢେଇଗୋଳା…

ବିଧାୟକଙ୍କ ବଡ଼ ବୟାନ: ଏଣିକି ତଡ଼ିପାର୍‌ ହେବେ ସହରର…

ବରଗଡ଼,୧୪ା୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ବିକାଶ ଆଡ଼କୁ ମୁହାଁଉଛି। ମାତ୍ର ଏଠାରେ ଆଇନଶୃଙ୍ଖଳା ତଥା ସୁରକ୍ଷା ବ୍ୟବସ୍ଥା ହୁଗୁଳା ହୋଇପଡ଼ିଛି। ସ୍ଥାନୀୟ ଯୁବପିଢ଼ି ନିଶାଖୋର୍‌ ହୋଇ ପଥଭ୍ରଷ୍ଟ…

ଜୀବିତ ବୃଦ୍ଧାଙ୍କୁ ମୃତ ସଜାଇ ୪ ବର୍ଷ ହେଲା ମୁହଁରୁ ଦାନା ଛଡ଼ାଇ ନେଇଛନ୍ତି, ଏଯାଏ ମିଳିନି ଆବାସ କି…

ଥୁଆମୂଳ ରାମପୁର,୧୪ା୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ଅଡ୍ରି ପଞ୍ଚାୟତସ୍ଥିତ ଦୋଲଗୁଡ଼ା (ଟଟା ପଡ଼ା) ଗ୍ରାମରେ ଯେଉଁ ଦୃଶ୍ୟ ଦେଖିବାକୁ ମିଳିଛି, ତାହା ବିକାଶର…

ମହାମୁକାବିଲା ପୂର୍ବରୁ ଭାରତକୁ ଖୋଲା ଚ୍ୟାଲେଞ୍ଜ୍‌ ଦେଲେ ପାକିସ୍ତାନ ଅଧିନାୟକ

କଲମ୍ବୋ,୧୪।୨:ଭାରତ-ପାକିସ୍ତାନ ମହାମୁକାବିଲା ପୂର୍ବରୁ ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଗା ଟିମ୍‌ଇଣ୍ଡିଆକୁ ଖୋଲା ଚ୍ୟାଲେଞ୍ଜ ଦେଇଛନ୍ତି। ଟି୨୦ ବିଶ୍ୱକପରେ ସମସ୍ତେ ଏହି ମ୍ୟାଚକୁ ଉତ୍ସାହର ସହିତ ଅପେକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri