ଡବ୍ଲୁଏଚ୍‌ଓ ଟିମ୍‌କୁ ଭେଟିବାକୁ ଚାହୁଁଛନ୍ତି ଜଣେ ଚାଇନା ଯୁବକ

ବେଜିଂ,୨୭।୧: କରୋନା ସଂକ୍ରମଣରେ ପ୍ରାଣ ହରାଇଥିବା ଜଣେ ବ୍ୟକ୍ତିଙ୍କ ପୁଅ ଚାଇନାର ଉହାନ ସହରରେ ପହଞ୍ଚିଥିବା ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ (ଡବ୍ଲୁଏଚ୍‌ଓ) ଦଳକୁ ଭେଟିବାକୁ ଚେଷ୍ଟା କରିଛନ୍ତି। ଏହି ବ୍ୟକ୍ତି ଜଣକ କହିଛନ୍ତି ଯେ, ଡବ୍ଲୁଏଚ୍‌ଓ ବିଶେଷଜ୍ଞ ଦଳ ପ୍ରଭାବିତ ପରିବାରକୁ ଭେଟିବା ଉଚିତ। କାରଣ ଚାଇନା ସରକାର କରୋନା ପ୍ରଭାବିତଙ୍କ ସ୍ବରକୁ ଦମନ କରିବାକୁ ପ୍ରୟାସ କରୁଛନ୍ତି। ମାସେ ଧରି ବୁଝାମଣା ପରେ ଚାଇନା ଡବ୍ଲୁଏଚ୍‌ଓ ଦଳକୁ ଉହାନ ସହର ପରିଦର୍ଶନ କରିବାକୁ ଅନୁମତି ଦେଇଛି। ଉହାନ ସହରରେ କରୋନା ଭୂତାଣୁ ସଂକ୍ରମଣ ହୋଇଥିଲା। ସୂଚନାଯୋଗ୍ୟ ଯେ, ଡବ୍ଲୁଏଚ୍‌ଓ ବିଶେଷଜ୍ଞମାନଙ୍କୁ ପ୍ରମାଣ ସଂଗ୍ରହ କରିବାକୁ କିମ୍ବା ପ୍ରଭାବିତ ପରିବାରକୁ ଦେଖା କରିବାକୁ ଅନୁମତି ଦିଆଯିବ କି ନାହିଁ ଏପର୍ଯ୍ୟନ୍ତ ଚାଇନା ସରକାର ସ୍ପଷ୍ଟ କରିଛନ୍ତି। ଡବ୍ଲୁଏଚ୍‌ଓ ଦଳକୁ ଭେଟିବାକୁ ଚାହୁଁଥିବା ଝାଙ୍ଗ ହାଇ କହିଛନ୍ତି ଯେ ମୁଁ ଆଶା କରୁଛି ଯେ ବିଶେଷଜ୍ଞମାନେ ମିଥ୍ୟା ପ୍ରଚାର କରିବାର ମାଧ୍ୟମ ହେବେ ନାହିଁ। ଫେବୃଆରୀ ୧, ୨୦୨୦ରେ ଝାଙ୍ଗଙ୍କ ପିତା କରୋନା ସଂକ୍ରମଣରେ ମୃତ୍ୟୁବରଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ...

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ନୋରା ଫତେହିଙ୍କ କାର ଦୁର୍ଘଟଣା: ମଦ୍ୟପ ଚାଳକଙ୍କ ଧକ୍କାରେ…

ମୁମ୍ବାଇ,୨୦।୧୨: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ନୋରା ଫତେହି ଶନିବାର ମୁମ୍ବାଇରେ ଏକ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ବିଶ୍ୱପ୍ରସିଦ୍ଧ ମ୍ୟୁଜିକ୍ ପ୍ରୋଗ୍ରାମ ‘ସୁନବର୍ଣ୍ଣ...

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଟ୍ୟୁଶନରୁ ଫେରୁଥିବା ବେଳେ ନାବାଳିକାଙ୍କୁ ଟେକିନେଇ ବଳାତ୍କାର ପରେ ଫିଙ୍ଗି ଚାଲିଯାଇଥିଲେ, ଅଭିଯୁକ୍ତଙ୍କୁ ୨୦ ବର୍ଷ…

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏକ ଅପହରଣ ଓ ବଳାତ୍କାର ମାମଲାର ବିଚାର କରି ଅତିରିକ୍ତ ଜିଲ୍ଲା ସେସନ ଜର୍ଜ ବିଭୁ ପ୍ରସାଦ ପଣ୍ଡା ପୋକ୍ସୋ ଆକ୍ଟର ଧାରା...

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri