ପାକିସ୍ତାନକୁ ପୁଣି ସମର୍ଥନ ଘୋଷଣା କଲା ଚାଇନା: ଆମେରିକା କହିଦେଲା ବଡ଼ କଥା

ନୂଆଦିଲ୍ଲୀ/ ୱାଶିଂଟନ,୨/୫: ପହଲଗାମ ଆତଙ୍କବାଦୀ ଆକ୍ରମଣକୁ ନେଇ ପାକିସ୍ତାନକୁ ସମର୍ଥନ ଘୋଷଣା କରିଛି ଚାଇନା। ଅନ୍ୟପକ୍ଷରେ, ଭାରତ ଓ ପାକିସ୍ତାନ ମଧ୍ୟରେ ବୃଦ୍ଧି ପାଉଥିବା ବିବାଦ ମଧ୍ୟରେ ଆମେରିକାର ପ୍ରତିରକ୍ଷା ମନ୍ତ୍ରୀ ପିଟ ହେଗସେଥ ଭାରତୀୟ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂଙ୍କ ସହ ଫୋନରେ ଆଲୋଚନା କରି କହିଛନ୍ତି ଯେ, ତାଙ୍କ ଦେଶ ଭାରତର ଆତ୍ମରକ୍ଷା ଅଧିକାର ଏବଂ ଆତଙ୍କବାଦ ବିରୋଧରେ ଲଢ଼େଇକୁ ସମର୍ଥନ କରୁଛି। ରାଜନାଥ ସିଂ ହେଗସେଥଙ୍କୁ କହିଛନ୍ତି ଯେ ପାକିସ୍ତାନ ଏକ ଆତଙ୍କବାଦୀ ଦେଶ ଭାବେ ପ୍ରମାଣିତ ହୋଇଛି, ଯିଏ ବିଶ୍ୱବ୍ୟାପୀ ଆତଙ୍କବାଦକୁ ପ୍ରୋତ୍ସାହନ ଦେଉଛି ଏବଂ ଅଞ୍ଚଳକୁ ଅସ୍ଥିର କରୁଛି। ବିଶ୍ୱ ଏବେ ଆତଙ୍କବାଦ ପ୍ରତି ଆଖି ବନ୍ଦ କରି ରହିପାରିବ ନାହିଁ।

 

ରାଜନାଥ ସିଂଙ୍କ କାର୍ଯ୍ୟାଳୟ ସୋସିଆଲ ମିଡିଆରେ ଏକ ପୋଷ୍ଟରେ କହିଛି, ଆମେରିକା ଭାରତ ସହ ଏକତା ସହ ଠିଆ ହୋଇଛି ଏବଂ ଭାରତର ଆତ୍ମରକ୍ଷା ଅଧିକାରକୁ ସମର୍ଥନ କରୁଛି। ଏଥିରେ କୁହାଯାଇଛି ଯେ ହେଗସେଥ ଆତଙ୍କବାଦ ବିରୋଧରେ ଭାରତର ଲଢ଼େଇରେ ଆମେରିକୀୟ ସରକାରଙ୍କ ଦୃଢ଼ ସମର୍ଥନକୁ ପୁନର୍ବାର ଦୋହରାଇଛନ୍ତି।

 

ପ୍ରତିରକ୍ଷା ମନ୍ତ୍ରଣାଳୟ ପକ୍ଷରୁ ଜାରି ବିବୃତିରେ କୁହାଯାଇଛି ଯେ, ରାଜନାଥ ସିଂ ଆମେରିକୀୟ ପ୍ରତିରକ୍ଷା ମନ୍ତ୍ରୀଙ୍କୁ କହିଛନ୍ତି ଯେ ପାକିସ୍ତାନର ଆତଙ୍କବାଦୀ ସଂଗଠନମାନଙ୍କୁ ସମର୍ଥନ, ପ୍ରଶିକ୍ଷଣ ଏବଂ ଆର୍ଥିକ ସହାୟତା ପ୍ରଦାନର ଇତିହାସ ରହିଛି। ବିଶ୍ୱ ସମୁଦାୟ ପାଇଁ ଏହା ଗୁରୁତ୍ୱପୂର୍ଣ୍ଣ ଯେ ଆତଙ୍କବାଦର ଏଭଳି ନୃଶଂସ କାର୍ଯ୍ୟର ସ୍ପଷ୍ଟ ଭାବେ ଏବଂ ଏକ ସ୍ୱରରେ ନିନ୍ଦା କରାଯାଉ ଓ ବିରୋଧ କରାଯାଉ।

 

ଗୁରୁବାର ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଶେହବାଜ ଶରିଫଙ୍କ ସହ ଚାଇନା ରାଜଦୂତ ଜିୟାଙ୍ଗ ଜେଡୋଙ୍ଗଙ୍କ ସାକ୍ଷାତ ହୋଇଥିଲା। ଏହି ସମୟରେ ଚାଇନା ପାକିସ୍ତାନକୁ ସମର୍ଥନ କରିବା କଥା କହିଛି। ଏହା ପୂର୍ବରୁ ମଧ୍ୟ ଶେହବାଜ ଶରିଫଙ୍କ ବୟାନକୁ ସମର୍ଥନ କରି ଚାଇନା ପହଲଗାମ ଆକ୍ରମଣର ସ୍ୱାଧୀନ ତଦନ୍ତକୁ ସମର୍ଥନ କରିଥିଲା। ଚାଇନା ସର୍ବଦା ପାକିସ୍ତାନୀ ଆତଙ୍କବାଦୀମାନଙ୍କୁ ସୁରକ୍ଷା ଦେଇ ଆସୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଟିମ୍ ଇଣ୍ଡିଆକୁ ବଡ଼ ଝଟ୍‌କା: ନ୍ୟୁଜିଲ୍ୟାଣ୍ଡ ସିରିଜ୍ ପୂର୍ବରୁ ଆହତ ହେଲେ ଷ୍ଟାର୍ ବୋଲର, CoEରେ ଚାଲିଛି…

ନୂଆଦିଲ୍ଲୀ,୬।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍ ପରେ ଭାରତୀୟ କ୍ରିକେଟ୍ ଦଳ ନ୍ୟୁଜିଲ୍ୟାଣ୍ଡ ଗସ୍ତ କରିବ, ଯେଉଁଠାରେ ତିନୋଟିଯାକ ଫର୍ମାଟ୍‌ରେ ସିରିଜ୍ ଖେଳାଯିବ। ତେବେ ଏହି ଗୁରୁତ୍ୱପୂର୍ଣ୍ଣ…

IPL 2027: ଦିଲ୍ଲୀ କ୍ୟାପିଟାଲ୍ସର ନୂଆ ହେଡ୍ କୋଚ୍ ହେଲେ ସୌରଭ ଗାଙ୍ଗୁଲି, ହେମାଙ୍ଗ ବଦାନୀଙ୍କ ସ୍ଥାନ ନେଲେ ଦାଦା

ନୂଆଦିଲ୍ଲୀ,୬।୧୦: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ୨୦୨୭ ସିଜନ୍ ପାଇଁ ଦିଲ୍ଲୀ କ୍ୟାପିଟାଲ୍ସ (DC) ସୌରଭ ଗାଙ୍ଗୁଲିଙ୍କୁ ଟିମ୍‌ର ନୂଆ ହେଡ୍ କୋଚ୍ ଭାବେ ନିଯୁକ୍ତ କରିଛି।…

କ୍ୟାପଟେନ୍ ସ୍ମିତ ମଚ୍ଚାରଙ୍କର ମାସିକ ଦରମା କେତେ? ସିନିୟର କ୍ୟାପଟେନଙ୍କୁ ମିଳେ ଏସବୁ ସୁବିଧା…

ନୂଆଦିଲ୍ଲୀ,୬।୧୦: ଦୁବାଇରୁ ତେଲ ଆଭିଭ ଯାଉଥିବା ବିମାନରେ ଜଣେ ଓମାନୀ ସହ-ପାଇଲଟ (କୋ-ପାଇଲଟ) ଭାରତୀୟ ପାଇଲଟ ସ୍ମିତ ମଚ୍ଚାରଙ୍କ ଉପରେ ଆକ୍ରମଣ କରି ବିମାନକୁ କ୍ରାସ କରାଇବାକୁ…

ଆଶା ଦିଦିଙ୍କ ପାଇଁ ଖୁସି ଖବର; ମାସିକ ପ୍ରୋତ୍ସାହନ ରାଶି ୬ ହଜାରକୁ ବୃଦ୍ଧି, ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ,୬।୧୦: ଆଶା କର୍ମୀଙ୍କ ପାଇଁ ଖୁସି ଖବର। ମୁଖ୍ୟମନ୍ତ୍ରୀ ଆଶା ଦିଦିମାନଙ୍କ ନିଷ୍ଠା ଓ ଦିନରାତିର କଠିନ ପରିଶ୍ରମକୁ ସମ୍ମାନ ଜଣାଇ ସେମାନଙ୍କ ମାସିକ ପ୍ରୋତ୍ସାହନ ରାଶିକୁ…

ଫ୍ରାନ୍ସିସ ହାଲଜେନ୍‌ଙ୍କୁ ପଦାର୍ଥ ବିଜ୍ଞାନରେ ନୋବେଲ ପୁରସ୍କାର

ଷ୍ଟକହୋମ,୬।୧୦: ଫ୍ରାନ୍ସିସ ହାଲଜେନ୍‌ଙ୍କୁ ପଦାର୍ଥ ବିଜ୍ଞାନରେ ନୋବେଲ ପୁରସ୍କାର ପ୍ରଦାନ କରାଯାଇଛି; ମଙ୍ଗଳବାର ଏହି ଘୋଷଣା କରାଯାଇଥିଲା। ରୟାଲ ସ୍ବିଡିସ ଏକାଡେମୀ ଅଫ ସାଇନ୍ସେସ ଫ୍ରାନ୍ସିସ ହାଲଜେନ୍‌…

Gyanesh Kumar Net Worth: ମୁଖ୍ୟ ନିର୍ବାଚନ କମିଶନରଙ୍କ ମାସକୁ ଦରମା କେତେ? ଜାଣନ୍ତୁ ବଙ୍ଗଳା, ଗାଡ଼ିଠାରୁ ପେନସନ ଯାଏ ମିଳୁଥିବା ସବୁ ସୁବିଧା…

ନୂଆଦିଲ୍ଲୀ,୬।୧୦: ଦେଶରେ ଯେତେବେଳେ ବି ନିର୍ୱାଚନ ମାହୋଲ ସୃଷ୍ଟି ହୁଏ କିମ୍ୱା ଭୋଟର ତାଲିକାକୁ ନେଇ ବିବାଦ ଉପୁଜେ, ସେତେବେଳେ ଭାରତୀୟ ନିର୍ୱାଚନ ଆୟୋଗ (ECI) ଏବଂ…

ପ୍ରେମାନନ୍ଦ ମହାରାଜଙ୍କ ଆଶ୍ରମ ପରିଦର୍ଶନ କରିବା ପାଇଁ ବିରାଟ କୋହଲି ୫ କୋଟି ଟଙ୍କା ପାଇଥିଲେ? ଜାଣନ୍ତୁ ଏହା ପଛର ସତ୍ୟତା

ନୂଆଦିଲ୍ଲୀ,୬।୧୦: ଭାରତୀୟ କ୍ରିକେଟ ତାରକା ବିରାଟ କୋହଲି ଏବଂ ତାଙ୍କ ପତ୍ନୀ ଅନୁଷ୍କା ଶର୍ମାଙ୍କୁ ବୃନ୍ଦାବନରେ ପ୍ରେମାନନ୍ଦ ମହାରାଜଙ୍କୁ ଭେଟିବା ଓ ତାଙ୍କ ସହ ଆଲୋଚନା କରିବାର…

ଶୀର୍ଷରେ ହରମନପ୍ରୀତ; ଧୋନି, ବିରାଟ, ରୋହିତ ଏହାର ପାଖାପାଖି ମଧ୍ୟ ନାହାନ୍ତି, ଲିଷ୍ଟ ଦେଖିଲେ ଆଶ୍ଚର୍ଯ୍ୟ ହେବେ

ନୂଆଦିଲ୍ଲୀ,୬।୧୦: ହରମନପ୍ରୀତ କୌର ଭାରତୀୟ ଦଳର ଅଧିନାୟକ ପଦରୁ ଓହରି ଯାଇଛନ୍ତି। T20 କ୍ରିକେଟ ଇତିହାସରେ ସବୁଠାରୁ ସଫଳ ଅଧିନାୟକ ହେବା ପରେ ସେ ଏହି ନିଷ୍ପତ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?