କରୋନା ନେଇ ପୂର୍ବରୁ ଜାଣିଥିଲା ଚାଇନା

ହଂକଂ,୧୨ା୭: କରୋନା ମହାମାରୀ ସାରା ବିଶ୍ୱରେ ୧୨ ନିୟୁତରୁ ଅଧିକ ଲୋକଙ୍କୁ ସଂକ୍ରମିତ ହେଲାଣି। ଚାଇନା ଯେଉଁ ସମୟରେ ସଂକ୍ରମଣ ନେଇ ସୂଚନା ଦେଲା ତାହାର ବହୁ ପୂର୍ବରୁ ଜାଣିଥିଲା ବୋଲି ହଂକଂର ଜଣେ ଭୂତାଣୁ ବିଜ୍ଞାନୀ କହିଛନ୍ତି। ସରକାରଙ୍କ ଉଚ୍ଚ ସ୍ତରରେ କରୋନା ତଥ୍ୟକୁ ଲୁଚାଇ ରଖାଯାଇଥିଲା ବୋଲି ହଂକଂ ସ୍କୁଲ୍‌ ଅଫ୍‌ ପବ୍ଲିକ୍‌ ହେଲ୍‌ଥରେ ଭାଇରୋଲୋଜି ବିଶେଷଜ୍ଞ ଥିବା ଲି-ମେଙ୍ଗ୍‌ ୟାନ୍‌ ଶୁକ୍ରବାର ଗଣମାଧ୍ୟମକୁ ସାକ୍ଷାତକାର ଦେଇ କହିଛନ୍ତି। ସେ ହଂକଂରୁ ପଳାଇଯାଇ ଏବେ ଆମେରିକାରେ ରହୁଛନ୍ତି। ମାରାତ୍ମକ ଭୂତାଣୁ ମଣିଷ ଦେହକୁ ସଂକ୍ରମଣ ହେଉଥିବା ସମ୍ପର୍କରେ ଚାଇନା ସମଗ୍ର ବିଶ୍ୱକୁ ଜଣାଇବାର ଥିଲା। ସଂକ୍ରମଣ ଆରମ୍ଭ ବେଳେ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ (ଡବ୍ଲ୍ୟୁଏଚ୍‌ଓ) ସ୍ବୀକୃତିପ୍ରାପ୍ତ ଲାବରେଟୋରି ଇନ୍‌ଫ୍ଲୁଏଞ୍ଜା ଭୂତାଣୁ ଏବଂ ମହାମାରୀ ଉପରେ ଗବେଷଣା ଚଳାଇଥିଲା। ୟାନ୍‌ ଏହା ଉପରେ ଗବେଷଣା ଆରମ୍ଭ କରିଥିଲେ ହଁ ତାଙ୍କର ସୁପରଭାଇଜର ତଥା ବିଶେଷଜ୍ଞମାନେ ଏହାକୁ ଅଣଦେଖା କରିଥିଲେ। ସେ ବିଶ୍ୱର ପ୍ରଥମ ବୈଜ୍ଞାନିକ ଯିଏ କୋଭିଡ୍‌-୧୯ ଉପରେ ଅଧ୍ୟୟନ କରିଥିଲେ ମଧ୍ୟ ତାଙ୍କର ସୁପରଭାଇଜର ଡ. ଲିଓ ପୁନ୍‌ ଏହାକୁ ଚାଇନା ମୁଖ୍ୟ ଭୂଖଣ୍ଡରୁ ଗତବର୍ଷ ଡିସେମ୍ବରରେ ଆସିଥିବା ସାର୍ସ ଭଳି ଭୂତାଣୁ ବୋଲି କହିଥିଲେ। ହଂକଂ କିମ୍ବା ଅନ୍ୟ ଦେଶର ଗବେଷକ ଚାଇନାରେ ଭୂତାଣୁ ଉପରେ ଗବେଷଣା କରିବାକୁ ବେଜିଂ ଚାହୁଁ ନ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମାରିଦେବ AI!

ଓ୍ବାଶିଂଟନ,୧୪ା୯: କୃତ୍ରିମ ବୁଦ୍ଧିମତ୍ତା (ଏଆଇ)ର ଦୁରୁପଯୋଗ ହୋଇପାରେ ବୋଲି ଆନ୍ଥ୍ରୋପିକ୍‌ ସିଇଓ ଡାରିଓ ଆମୋଦେଇ ଆଶଙ୍କା ବ୍ୟକ୍ତ କରିଛନ୍ତି। ତେଣୁ ଏଆଇର କ୍ଷମତା ବୃଦ୍ଧି ହାର କମାଇବା…

ପୁଣି ସର୍ବସାଧାରଣରେ ଅପମାନ ପାଇଲା ପାକିସ୍ତାନ, ଟିମ ଇଣ୍ଡିଆ କଲା ଏମିତି କାମ

ନୂଆଦିଲ୍ଲୀ,୧୪।୯: ଭାରତୀୟ ଦଳ ଶ୍ରୀଲଙ୍କାକୁ ପରାସ୍ତ କରି ମହିଳା ଏସିଆ କପ ୨୦୨୬ର ଟାଇଟଲ ଜିତିଛି। ଫାଇନାଲ ମ୍ୟାଚରେ ଭାରତୀୟ ଦଳ ୭୨ ରନରେ ବିଜୟୀ ହୋଇଥିଲା,…

ମାଡ଼ ମାରି ଭାଉଜଙ୍କ ହାତ ଭାଙ୍ଗିଦେଲେ ଦିଅର, ଆଉ ତା’ପରେ…

ଦିଗପହଣ୍ଡି,୧୩।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଣ୍ଡଦେଉଳି ଗ୍ରାମର ବନିତା ପ୍ରଧାନଙ୍କୁ ରବିବାର ତାଙ୍କ ଦିଅର ପଦ୍ମ ଲୋଚନ ପ୍ରଧାନ ଆକ୍ରମଣ କରି ବାମ…

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭେଟିଲେ ବାଲ୍ୟବନ୍ଧୁ, BJP ବିଧାୟକଙ୍କୁ ନେଇ ଆଣିଲେ ବଡ଼ ଅଭିଯୋଗ! ଛାନିଆ ହୋଇଗଲେ….

ମୁମ୍ବାଇ,୧୩।୯: ମହାରାଷ୍ଟ୍ରର ଭାୟନ୍ଦରରେ ଜମି ବିବାଦକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବାଲ୍ୟବନ୍ଧୁ ଅସଗରଅଲି ଭୋରା ତାଙ୍କୁ ଭେଟିଛନ୍ତି । ୮ ସେପ୍ଟେମ୍ବରରେ ୮୧ ବର୍ଷୀୟ ଭୋରା…

ପଶ୍ଚିମବଙ୍ଗରେ ବନ୍ଦ ହେଲା ୨୫୨ ମଦ୍ରାସା

କୋଲକାତା,୧୩ା୯: ପଶ୍ଚିମବଙ୍ଗ ସରକାର ରାଜ୍ୟରେ ଚାଲୁଥିବା ଇସ୍‌ଲାମୀୟ ଶିକ୍ଷାନୁଷ୍ଠାନଗୁଡ଼ିକର ସମୀକ୍ଷା କରିବା ପରେ ୨୫୨ ମଦ୍ରାସାକୁ ବନ୍ଦ କରିବା ପାଇଁ ନୋଟିସ ଜାରି କରିଛନ୍ତି। ଯାଞ୍ଚ ପ୍ରକ୍ରିୟାର…

ବ୍ୟବସାୟିକ ଜାହାଜ ଉପରେ ଆକ୍ରମଣ: ଭାରତୀୟ ନାବିକ ନିଖୋଜ

ନୂଆଦିଲ୍ଲୀ,୧୩ା୯: ଓମାନ ଉପକୂଳରେ ବ୍ୟବସାୟିକ ଜାହାଜ ଏମ୍‌ଟି ଏଲ୍‌ ଗାଇଆ ଉପରେ ଆକ୍ରମଣ ହେବାରୁ ଜଣେ ଭାରତୀୟ ନାବିକ ନିଖୋଜ ହୋଇଥିବା ବହିର୍ବ୍ୟାପାର ମନ୍ତ୍ରଣାଳୟ ରବିବାର ସ୍ପଷ୍ଟ…

ଖଟିଆରେ ଗର୍ଭବତୀଙ୍କୁ ବୁହାହେବା ଘଟଣା, ନବଜାତ ଶିଶୁ-ମା’ଙ୍କୁ ଭେଟିଲେ ସିଡିପିଓ

ଗୁଡାରି,୧୩।୯(ପ୍ରମୋଦ କୁମାର ପତି): ଶନିବାର ଦିନ ବ୍ଳକର ଶିରିଗୁଡା ଗ୍ରାମପଂଚାୟତ ଅନ୍ତର୍ଗତ ସାଡାକଣା ଗ୍ରାମର ଗର୍ଭବତୀ ମହିଳାଙ୍କୁ ଖଟିଆରେ ୩ କିଲୋମିଟର ବୋହିବା ପରେ ଆମ୍ବୁଲାନ୍ସ ଯୋଗେ…

ତାତିଲେ ମହିଳା, ଭାଙ୍ଗିଲେ ମଦ ଭାଟି

ମୋହନ,୧୩।୯(ମନ୍ମଥ ମିଶ୍ର): ଗାଁରେ ଚାଲିଥିଲା ମଦ ଭାଟି। ଏନେଇ ଗାଁରେ ଅଶାନ୍ତ ପରିବେଶ ସୃଷ୍ଟି ହେବା ଯୁବପିଢୀ ପଥଭ୍ରଷ୍ଟ ହେଉଥିଲେ। ବାରମ୍ବାର ଅଭିଯୋଗ ପରେ ବି କାହାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?