ପୁଣି ଘନଉଛି ବିପଦ: ରାୱଲପିଣ୍ଡିର ସିକ୍ରେଟ ଲ୍ୟାବ୍‌ରେ ତିଆରି ହେଉଛି ‘ବାୟୋ ଓ୍ବିପନ୍‌’

ଇସ୍‌ଲାମାବାଦ୍‌/ବେଜିଂ,୧୦।୧୧: କରୋନା ସଙ୍କଟରୁ ସାରା ବିଶ୍ୱ ଏପର୍ଯ୍ୟନ୍ତ ମୁକୁଳି ନ ଥିବା ବେଳେ ଆଉ ଏକ ଖବର ସମସ୍ତଙ୍କ ନିଦ ଏବେ ହଜାଇଦେଇଛି। ଚାଇନାରୁ ଆସିଥିବା କରୋନା ବିଶ୍ୱକୁ ଦୋହଲାଇ ଦେଇଥିବା ବେଳେ ଏବେ ପୁଣି ବେଜିଂ ପାକିସ୍ତାନ ସହ ମିଶି ରାୱଲପିଣ୍ଡିର ଏକ ରିସର୍ଚ୍ଚ ଲ୍ୟାବରେ କରୋନାଠାରୁ ଅଧିକ ବିପଜ୍ଜନକ ଭାଇରସ୍‌ ପ୍ରସ୍ତୁତ କରିବାକୁ ଯୋଜନା କରୁଥିବା ଏକ ତଥ୍ୟ ପ୍ରକାଶ ପାଇଛି। ଜାତୀୟ ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ, ଭୟଙ୍କର ଭାଇରସ୍‌ ତିଆରି କରିବା ପାଇଁ ଚାଇନାର କୁଖ୍ୟାତ ଉହାନ ଇନ୍‌ଷ୍ଟିଚ୍ୟୁଟ ଅଫ୍‌ ଭାଇରୋଲୋଜି ଏବଂ ପାକିସ୍ତାନୀ ସେନାର ଡିଫେନ୍ସ ସାଇନ୍ସ ଆଣ୍ଡ ଟେକ୍ନୋଲୋଜି ଅର୍ଗାନାଇଜେସନ୍‌(ଡେଷ୍ଟୋ) ଏକ ଉନ୍ନତ ବୈଜ୍ଞାନିକ ଭିତ୍ତିଭୂମି ପ୍ରସ୍ତୁତ କରିଛି। ରିପୋର୍ଟରେ ଦର୍ଶାଯାଇଛି ଯେ, ଚାଇନା ପାକିସ୍ତାନର ରାଓ୍ବଲପିଣ୍ଡି ସ୍ଥିତ ରିସର୍ଚ୍ଚ ସେଣ୍ଟରରେ ଏକ ମାରାତ୍ମକ ଭାଇରସ୍‌ ରୂପେ ‘ବାୟୋ ଓ୍ବିପନ’ ପ୍ରସ୍ତୁତ କରୁଛି। ଏଥିସହ ବିଶ୍ୱକୁ ଯେପରି ଜଣା ନ ପଡ଼େ ଉକ୍ତ ସ୍ଥାନକୁ ଲୁଚାଇ ରଖାଯାଇଛି। ବିଶ୍ୱସ୍ତରୀୟ ରିପୋର୍ଟ ଅନୁଯାୟୀ, ଏହା ଏଭଳି ଏକ ବିପଜ୍ଜନକ ଭାଇରସ୍‌ ଯାହା କରୋନାଠାରୁ ବି ଅଧିକ ଭୟଙ୍କର।


Enter your email to get our daily news in your inbox.

All Right Reserved By Dharitri.Com

ବିଜୟ ସହିତ ମୁମ୍ବାଇର ଅଭିଯାନ ଆରମ୍ଭ

ମୁମ୍ବାଇ,୨୯ା୩: ରୋହିତ ଶର୍ମା ଓ ରିୟାନ ରିକଲଟନଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ମୁମ୍ବାଇ ଇଣ୍ଡିଆନ୍ସ (ଏମ୍‌ଆଇ) ରବିବାର ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ କୋଲକାତା ନାଇଟ୍‌ ରାଇଡର୍ସ(କେକେଆର୍‌)କୁ ୬…

ପାକିସ୍ତାନରେ ହେବ ଲକ୍‌ଡାଉନ୍‌

ଇସ୍‌ଲାମାବାଦ,୨୯ା୩: ମଧ୍ୟପ୍ରାଚ୍ୟ ଯୁଦ୍ଧ ଯୋଗୁ ପାକିସ୍ତାନରେ ଇନ୍ଧନ ସଙ୍କଟ ଗୁରୁତର ହୋଇପଡିଛି। ଦେଶରେ ଶକ୍ତି ଏବଂ ଇନ୍ଧନ ବ୍ୟବହାର କମାଇବା ଉଦ୍ୟମ ସ୍ବରୂପ ପାକ୍‌ ସରକାର ପ୍ରତି…

ଇସ୍ରାଏଲ ଉପରେ ବଡ଼ ଆକ୍ରମଣ କଲା ଇରାନ; କେମିକାଲ୍ ଲିକ୍ ନେଇ ଚେତାବନୀ, ଝରକା ବନ୍ଦ ରଖିବାକୁ…

ନୂଆଦିଲ୍ଲୀ,୨୯।୩: ଇରାନ ଇସ୍ରାଏଲର ଏକ ପ୍ରମୁଖ ରାସାୟନିକ କେନ୍ଦ୍ର ଉପରେ ବାଲିଷ୍ଟିକ୍ ମିଶାଇଲ୍ ହମଲା କରିଛି । ଏହା ଫଳରେ ସେହି ସ୍ଥାନରେ ଏକ ବଡ଼ ଅଗ୍ନିକାଣ୍ଡ ଘଟିଛି…

ଅଭିଯୋଗର ୧୨ ଘଣ୍ଟା ମଧ୍ୟରେ ନିଖୋଜ ନାବାଳିକାଙ୍କୁ ଖୋଜିଲା ପାଟପୁର ପୋଲିସ, ଗାଁରୁ….

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ଉଦ୍ଧାର କଲା…

ଆମେରିକାକୁ ଧମକ ଦେଲା ତେହେରାନ, ‘ସାର୍କର ଖାଦ୍ୟ ହେବେ…..’

ନୂଆଦିଲ୍ଲୀ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ଅନ୍ତ ପାଇଁ ପ୍ରୟାସ ଚାଲିଥିବା ବେଳେ ଉଭୟ ପକ୍ଷ ପରସ୍ପର ଉପରେ ନିରନ୍ତର ଆକ୍ରମଣ ଜାରି ରଖିଛନ୍ତି । ଆମେରିକାର ସ୍ଥଳ…

ବରଗଡ଼ରେ ଟମାଟୋର ଅଭାବୀ ବିକ୍ରି, ମିଳୁନି ମୂଲ

ବରଗଡ଼,୨୯।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଧାନ ଭଳି ବିଭିନ୍ନ ପନିପରିବାରେ ମଧ୍ୟ ଅଭାବୀ ବିକ୍ରି ସ୍ଥିତି ଉପୁଜିଛି । ଫଳରେ ଚାଷୀଙ୍କୁ କ୍ଷତି ସହିବାକୁ ପଡୁଛି ।…

ହୁମା ସାପ୍ତାହିକ ଶୁଖୁଆ ହାଟରୁ ଚୋରି, ୩ ମୋବାଇଲ….

ଗଞ୍ଜାମ,୨୯।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମ୍ମା ହାଟରୁ ରବିବାର ୩ଟି ମୋବାଇଲ ଚୋରି ହୋଇଥିବା ଅଭିଯୋଗ ହୋଇଛି । ଯାହାକୁ ନେଇ ହାଟ ଆସୁଥିବା…

ପାକିସ୍ତାନର ସ୍ଥିତି ସାଂଘାତିକ, LPG-ଡିଜେଲ-ପେଟ୍ରୋଲ ପରେ ଏବେ ବଢ଼ିଲା ଔଷଧ ଦାମ୍

ଇସଲାମାବାଦ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ପ୍ରଭାବ ପଡ଼ୋଶୀ ପାକିସ୍ତାନ ଉପରେ ପଡୁଛି । ଏଲପିଜି, ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ବୃଦ୍ଧି ପରେ, ଔଷଧର ମୂଲ୍ୟରେ ମଧ୍ୟ ଏବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri