Posted inଜାତୀୟ

ଉଗ୍ରବାଦୀ ସଂଗଠନକୁ ସହାୟତା ଯୋଗାଉଛି ଚାଇନା: କୁନ୍‌ମିଙ୍ଗ ସହରରୁ ଟ୍ରେନ୍‌ରେ ଆସୁଛି ଅସ୍ତ୍ରଶସ୍ତ୍ର

ନୂଆଦିଲ୍ଲୀ, ୭।୧୨: ଭାରତ ମ୍ୟାନ୍‌ମାର ସୀମାରେ ଚାଇନା ଜାଣିଶୁଣି ଉଗ୍ରବାଦୀ କାର୍ଯ୍ୟ କଳାକଳାପକୁ ପ୍ରୋତ୍ସାହିତ କରୁଛି। ଏଠାରେ ସକ୍ରିୟ ଥିବା ଉଗ୍ରବାଦୀ ସଂଗଠନକୁ ଚାଇନା ଆବଶ୍ୟକ ସହାୟତା ଯୋଗାଇଦେବା ସହିତ ସୀମାପାର ଅସ୍ତ୍ରଶସ୍ତ୍ର ଚୋରା ଚାଲାଣ କରୁଥିବା ଭାରତୀୟ ଗୋଇନ୍ଦା ବିଭାଗ ପକ୍ଷରୁ ପ୍ରକାଶିତ ଏକ ରିପୋର୍ଟରେ ଉଲ୍ଲେଖ କରାଯାଇଛି। ଏସମ୍ପର୍କରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ମଧ୍ୟ ସୂଚିତ କରାଯାଇଛି। ମ୍ୟାନମାର୍‌ରେ ସକ୍ରିୟ ରହିଥିବା ୟୁନାଇଟେଡ୍‌ ଓ୍ବା ଷ୍ଟେଟ୍‌ ଆର୍ମି ଏବଂ ଆରାକାନ୍‌ ଆର୍ମି ଉଗ୍ରବାଦୀ ସଂଗଠନକୁ ଦକ୍ଷିଣ ଚାଇନାର କୁନ୍‌ମିଙ୍ଗ ସହରରୁ ଟ୍ରେନ୍‌ରେ ଅସ୍ତ୍ରଶସ୍ତ୍ର ଯୋଗାଣ କରାଯାଉଛି। ଅକ୍ଟୋବରରେ ୪ ଉଗ୍ରବାଦୀ ନେତା ଚାଇନାର ଏହି ସହରରେ ଲୁଚି ବସିଥିବା ଗୋଇନ୍ଦା ରିପୋର୍ଟରେ ଦର୍ଶଯାଇଛି। ସୀମାରେ ୩ ନାଗା ଉଗ୍ରବାଦୀ ସଂଗଠନ ସକ୍ରିୟ ରହିଛି। ଏହି ସଂଗଠନଗୁଡ଼ିକ ଭାରତ ଏବଂ ମ୍ୟାନମାର ସୀମାରେ ସ୍ବତନ୍ତ୍ର ରାଜ୍ୟ ଗଠନ ପାଇଁ ଷଡ଼ଯନ୍ତ୍ର ରଚିଥିବା ରିପୋର୍ଟ ପ୍ରକାଶ ପାଇଛି। ଉଗ୍ରବାଦୀ ସଂଗଠନର ନେତା ଚାଇନାର ଅବସରପ୍ରାପ୍ତ ମିଲିଟାରୀ ଅଧିକାରୀ ତଥା କାର୍ଯ୍ୟରତ ଅଧିକାରୀଙ୍କ ସହିତ ଯୋଗାଯୋଗରେ ରହିବା ସହିତ ଗୁପ୍ତ ସୂଚନା ପ୍ରଦାନ କାର୍ଯ୍ୟ ଜାରି ରଖିଛନ୍ତି। ଏହି ରିପୋର୍ଟକୁ ଚାଇନା ପକ୍ଷରୁ ବିଭିନ୍ନ ସମୟରେ ଖଣ୍ଡନ କରାଯାଉଛି। ମାତ୍ର ଏଭଳି କାର୍ଯ୍ୟ ଦ୍ୱାରା ଚାଇନା ଭାରତ ବିରୋଧରେ ଛାୟା ଯୁଦ୍ଧ ଜାରି ରଖିଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ମହାରାଷ୍ଟ୍ର ପୌର ନିର୍ବାଚନ: ମହାମେଣ୍ଟର ବଡ଼ ବିଜୟ

ମୁମ୍ବାଇ,୨୧ା୧୨: ମହାରାଷ୍ଟ୍ର ନଗର ପରିଷଦ ଓ ପଞ୍ଚାୟତ ନିର୍ବାଚନରେ ଶାସକ ମହାମେଣ୍ଟ ବିପୁଳ ବିଜୟ ଲାଭ କରିଥିବା ବେଳେ ଭାଜପା ଏକକ ସଂଖ୍ୟାଗରିଷ୍ଠ ଦଳ ହୋଇଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

ମୁହାଁମୁହିଁ ଧକ୍କା ହେଲା ବୋଲେରୋ-କାର୍, ରାସ୍ତାରେ ଦେଖାଗଲା…

ବଲାଙ୍ଗିର,୨୧/୧୨ (ସୁନିଲ ମହାନ୍ତି): ବଲାଙ୍ଗିର ସହର ସଦର ବ୍ଳକ ଛକ ନିକଟରେ ଏକ ବୋଲେରୋ ଓ କାର୍ ମୁହାଁ ମୁହଁ ଧକ୍କା ହୋଇଥଲା । ଦୁଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri