Posted inଜାତୀୟ

ଉଗ୍ରବାଦୀ ସଂଗଠନକୁ ସହାୟତା ଯୋଗାଉଛି ଚାଇନା: କୁନ୍‌ମିଙ୍ଗ ସହରରୁ ଟ୍ରେନ୍‌ରେ ଆସୁଛି ଅସ୍ତ୍ରଶସ୍ତ୍ର

ନୂଆଦିଲ୍ଲୀ, ୭।୧୨: ଭାରତ ମ୍ୟାନ୍‌ମାର ସୀମାରେ ଚାଇନା ଜାଣିଶୁଣି ଉଗ୍ରବାଦୀ କାର୍ଯ୍ୟ କଳାକଳାପକୁ ପ୍ରୋତ୍ସାହିତ କରୁଛି। ଏଠାରେ ସକ୍ରିୟ ଥିବା ଉଗ୍ରବାଦୀ ସଂଗଠନକୁ ଚାଇନା ଆବଶ୍ୟକ ସହାୟତା ଯୋଗାଇଦେବା ସହିତ ସୀମାପାର ଅସ୍ତ୍ରଶସ୍ତ୍ର ଚୋରା ଚାଲାଣ କରୁଥିବା ଭାରତୀୟ ଗୋଇନ୍ଦା ବିଭାଗ ପକ୍ଷରୁ ପ୍ରକାଶିତ ଏକ ରିପୋର୍ଟରେ ଉଲ୍ଲେଖ କରାଯାଇଛି। ଏସମ୍ପର୍କରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ମଧ୍ୟ ସୂଚିତ କରାଯାଇଛି। ମ୍ୟାନମାର୍‌ରେ ସକ୍ରିୟ ରହିଥିବା ୟୁନାଇଟେଡ୍‌ ଓ୍ବା ଷ୍ଟେଟ୍‌ ଆର୍ମି ଏବଂ ଆରାକାନ୍‌ ଆର୍ମି ଉଗ୍ରବାଦୀ ସଂଗଠନକୁ ଦକ୍ଷିଣ ଚାଇନାର କୁନ୍‌ମିଙ୍ଗ ସହରରୁ ଟ୍ରେନ୍‌ରେ ଅସ୍ତ୍ରଶସ୍ତ୍ର ଯୋଗାଣ କରାଯାଉଛି। ଅକ୍ଟୋବରରେ ୪ ଉଗ୍ରବାଦୀ ନେତା ଚାଇନାର ଏହି ସହରରେ ଲୁଚି ବସିଥିବା ଗୋଇନ୍ଦା ରିପୋର୍ଟରେ ଦର୍ଶଯାଇଛି। ସୀମାରେ ୩ ନାଗା ଉଗ୍ରବାଦୀ ସଂଗଠନ ସକ୍ରିୟ ରହିଛି। ଏହି ସଂଗଠନଗୁଡ଼ିକ ଭାରତ ଏବଂ ମ୍ୟାନମାର ସୀମାରେ ସ୍ବତନ୍ତ୍ର ରାଜ୍ୟ ଗଠନ ପାଇଁ ଷଡ଼ଯନ୍ତ୍ର ରଚିଥିବା ରିପୋର୍ଟ ପ୍ରକାଶ ପାଇଛି। ଉଗ୍ରବାଦୀ ସଂଗଠନର ନେତା ଚାଇନାର ଅବସରପ୍ରାପ୍ତ ମିଲିଟାରୀ ଅଧିକାରୀ ତଥା କାର୍ଯ୍ୟରତ ଅଧିକାରୀଙ୍କ ସହିତ ଯୋଗାଯୋଗରେ ରହିବା ସହିତ ଗୁପ୍ତ ସୂଚନା ପ୍ରଦାନ କାର୍ଯ୍ୟ ଜାରି ରଖିଛନ୍ତି। ଏହି ରିପୋର୍ଟକୁ ଚାଇନା ପକ୍ଷରୁ ବିଭିନ୍ନ ସମୟରେ ଖଣ୍ଡନ କରାଯାଉଛି। ମାତ୍ର ଏଭଳି କାର୍ଯ୍ୟ ଦ୍ୱାରା ଚାଇନା ଭାରତ ବିରୋଧରେ ଛାୟା ଯୁଦ୍ଧ ଜାରି ରଖିଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ଟାର୍ଗେଟରେ ଭାଜପା ଅଫିସ୍: ପାର୍କିଂରେ ଥିବା ସ୍କୁଟିରେ ହେଲା ବୋମା ବିସ୍ଫୋରଣ, ହାଇ ଆଲର୍ଟରେ…

ଚଣ୍ଡିଗଡ଼,୧।୪: ଭାଜପା କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ। ଚଣ୍ଡିଗଡ଼ର ସେକ୍ଟର-୩୭ ସ୍ଥିତ ପଞ୍ଜାବ ଭାଜପା କାର୍ଯ୍ୟାଳୟ ବାହାରେ ଥିବା ପାର୍କିଂ ଅଞ୍ଚଳରେ ଏକ ବୋମା ବିସ୍ଫୋରଣ ଘଟିଛି। ଏହି…

ବନ୍ଦ ହୋଇଯିବ କି ଯୁଦ୍ଧ? ବଡ଼ ଦାବି କଲେ ଟ୍ରମ୍ପ, ଯୁଦ୍ଧବିରତି ଲାଗି….

ନୂଆଦିଲ୍ଲୀ,୧।୪:  ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଚାଲିଥିବା ସଂଘର୍ଷ ମଧ୍ୟରେ ଏକ ବଡ଼ ଦାବି କରିଛନ୍ତି । ସେ କହିଛନ୍ତି ଯେ ଇରାନର ନୂତନ ରାଷ୍ଟ୍ରପତି ତାଙ୍କ…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri