ଜୈବିକ ଅସ୍ତ୍ରଶସ୍ତ୍ର ମାମଲାରେ ରୁଷିଆକୁ ସମର୍ଥନ କଲା ଚାଇନା…

ମସ୍କୋ/ବେଜିଂ,୩।୧୧ : ରୁଷିଆ-ୟୁକ୍ରେନ ଯୁଦ୍ଧ ମଧ୍ୟରେ ଭାରତ ୟୁଏନଏସସିରେ ପାରିତ ହୋଇଥିବା ଅନ୍ୟ ଏକ ପ୍ରସ୍ତାବରୁ ନିଜକୁ ଦୂରେଇ ରଖିଛି। ଜୈବିକ ଅସ୍ତ୍ରଶସ୍ତ୍ର ବ୍ୟବହାରକୁ ନେଇ ୟୁକ୍ରେନ ଏକ ବଡ ଦାବି କରିଥିଲା। ମିଳିତ ଜାତିସଂଘ ସୁରକ୍ଷା ପରିଷଦରେ ରୁଷିଆ ଦାବି କରିଛି ଯେ ଆମେରିକାର ସାହାଯ୍ୟରେ ୟୁକ୍ରେନ ସେଅନିକମାନେ ଜୈବିକ ଅସ୍ତ୍ର ବ୍ୟବହାର କରୁଛନ୍ତି।

ଏହି ପ୍ରସଙ୍ଗରେ ୟୁଏନଏସସି ଦ୍ୱାରା ଯାଞ୍ଚ୍‌ କରିବାକୁ ରୁଷିଆ ଏକ ପ୍ରସ୍ତାବ ପାରିତ କରିଥିଲା। ୟୁକ୍ରେନର ଲାବୋରେଟୋରୀରେ ଜୈବିକ ଅସ୍ତ୍ରଶସ୍ତ୍ରର ବ୍ୟବହାର ଯାଞ୍ଚ ପାଇଁ ଏକ କମିଶନ ଗଠନ କରାଯିବା ଉଚିତ ବୋଲି ଏଥିରେ କୁହାଯାଇଥିଲା। ତେବେ ରୁଷିଆର ଏହି ପ୍ରସ୍ତାବଠାରୁ ଭାରତ ନିଜକୁ ସମ୍ପୂର୍ଣ୍ଣ ଦୂରେଇ ରଖିଛି।

ରୁଷିଆର ଏହି ପ୍ରସ୍ତାବ ଉପରେ ମତଦାନ କରାଯାଇଥିଲା। ଯେଉଁଥିରେ ରୁଷିଆ କେବଳ ଚାଇନାର ସମର୍ଥନ ପାଇଥିଲା । ଏହି ପ୍ରସ୍ତାବ ବିରୋଧରେ ଆମେରିକା, ବ୍ରିଟେନ ଏବଂ ଫ୍ରାନ୍ସ ଭୋଟ ଦେଇଛନ୍ତି। ଏହି ଭୋଟିଂରେ ଭାରତ ସମେତ ଅନ୍ୟ ଦେଶ ଅଂଶଗ୍ରହଣ କରି ନ ଥିଲେ।

ଗତ ସପ୍ତାହରେ ରୁଷିଆ ଅଭିଯୋଗ କରିଥିଲା ଯେ ଆମେରିକାର ପ୍ରତିରକ୍ଷା ମନ୍ତ୍ରଣାଳୟର ସହାୟତାରେ ୟୁକ୍ରେନରେ ଜୈବିକ ଅସ୍ତ୍ର ବ୍ୟବହାର କରାଯାଉଛି। ଦାବିଗୁଡିକର ଯାଞ୍ଚ ପାଇଁ ୧୫ ସଦସ୍ୟ ବିଶିଷ୍ଟ ପରିଷଦ ଗଠନ କରିବାକୁ ରୁଷିଆ ଦାବି କରିଥିଲା। ମିଳିତ ଜାତିସଂଘରେ ରୁଷିଆର ରାଷ୍ଟ୍ରଦୂତ ଭାସିଲି ନେବେଞ୍ଜିୟା ଗତ ସପ୍ତାହରେ କହିଥିଲେ ଯେ ଦୁଇ ଦେଶ ଜୈବିକ ଅସ୍ତ୍ରଶସ୍ତ୍ର ବ୍ୟବହାର ଉପରେ ନିଷେଧାଦେଶ ଜାରି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସନ୍ଧିକ୍ଷଣରେ ସବୁଜିମା ସ୍ବାସ୍ଥ୍ୟ

ର୍ତ୍ତମାନ ସମୟର ସବୁଠାରୁ ଉଦ୍‌ବେଗଜନକ ଚିତ୍ରଟି ଜାତିସଂଘର ଜିଏଫ୍‌ଆର୍‌ଏ ରିପୋର୍ଟରୁ ଜଣାପଡ଼ିଛି, ତାହା ହେଉଛି ଆମ ପୃଥିବୀର ବିଶେଷକରି ଜଙ୍ଗଲର ସ୍ବାସ୍ଥ୍ୟ ଓ ସ୍ଥିତି ଭଲ ନାହିଁ।…

ଆମେରିକାର ବିଶ୍ୱ ଅଭିଯାନ

ଚଳିତ ବର୍ଷ ଫେବୃଆରୀ ୨୮ରେ ଆମେରିକା ଓ ଇସ୍ରାଏଲ ଯୋଡ଼ି ଅଚାନକ ଇରାନ୍‌ ଉପରେ ବୋମାବର୍ଷଣ କରି ଇରାନର ଶୀର୍ଷନେତା ଆୟାତୋଲ୍ଲା ଖାମନେଇ ଓ ତାଙ୍କ ପରିବାର…

ମଞ୍ଚରେ ପାକିସ୍ତାନ

ଭାରତ ସମେତ ବିଶ୍ୱର ଅଳ୍ପ କେତେକ ଦେଶ ପାକିସ୍ତାନକୁ ଏକ ଦୁର୍ଜନ ରାଷ୍ଟ୍ର ଭାବେ ଦେଖିଥାଆନ୍ତି। ଆତଙ୍କବାଦୀଙ୍କ ପାଇଁ ଏହି ଦେଶ ପରିଚିତ ଓ ତା’ର ରାଜନୈତିକ…

‘ଭଲ ଉତ୍ପାଦ ଏହାର ଗୁଣବତ୍ତା ଦ୍ୱାରା ଆଦୃତ ହୁଏ’

ଭୁବନେଶ୍ୱରସ୍ଥିତ ଜୟବାବା ଅଟୋମୋବାଇଲ୍ସର ମ୍ୟାନେଜିଂ ପାର୍ଟନର ହର୍ଷିତ ଲୋଧା ଜଣେ ସଫଳ ଉଦ୍ୟୋଗୀ ଭାବେ ନିଜର ପରିଚୟ ସୃଷ୍ଟି କରିଛନ୍ତି। ୨୦୨୩ରେ ପ୍ରତିଷ୍ଠିତ ‘ଜୟବାବା ଟ୍ରାଇବ୍‌’ର ପ୍ରତିଷ୍ଠାତା…

ଗ୍ରୀଡ୍‌ ଉପରେ ବୋମାମାଡ଼: ତେହରାନ୍‌ ଅନ୍ଧାରରେ

ତେହରାନ୍‌,୩୦ା୩: ତେହରାନ୍‌ ଏବଂ ଏହାର ଆଖପାଖ ଅଞ୍ଚଳର ବିଦ୍ୟୁତ୍‌ ଗ୍ରୀଡ୍‌ ଉପରେ ଇସ୍ରାଏଲ୍‌ ଶନିବାର ବୋମାମାଡ଼ କରିଛି। ଫଳରେ ତେହରାନ୍‌ ସମେତ ଅନେକ ସହରରେ ବିଦ୍ୟୁତ୍‌ ସେବା…

ଯୁଦ୍ଧକୁ ନେଇ କଂଗ୍ରେସର ରାଜନୀତି ପ୍ରବାସୀ ଭାରତୀୟଙ୍କ ପାଇଁ ବିପଦ: ମୋଦି

ନୂଆଦିଲ୍ଲୀ ,୩୦ା୩: ମଧ୍ୟପ୍ରାଚ୍ୟ ଯୁଦ୍ଧକୁ ନେଇ ଏବେ ସାରା ବିଶ୍ୱରେ ସଙ୍କଟ ସୃଷ୍ଟି ହୋଇଛି। ଏଥିରେ ଭାରତ ମଧ୍ୟ ପ୍ରଭାବିତ ହୋଇଛି। କିନ୍ତୁ ଯୁଦ୍ଧକୁ ନେଇ କଂଗ୍ରେସ ଯେଭଳି…

୧୦ ବର୍ଷରେ ୧୦,୦୦୦ ମାଓବାଦୀଙ୍କ ଆତ୍ମସମର୍ପଣ

ନୂଆଦିଲ୍ଲୀ,୩୦ା୩(ପି.ଟି.) ମାର୍ଚ୍ଚ ୩୧ ସୁଦ୍ଧା ଭାରତକୁ ମାଓବାଦୀ ମୁକ୍ତ କରିବା ଲାଗି ସରକାର ସମୟସୀମା ଧାର୍ଯ୍ୟ କରିଥିଲେ। ଏହା ଶେଷ ହେବାକୁ ଆଉ ମାତ୍ର ଗୋଟିଏ ଦିନ…

ସାବଧାନ! ଜଣଙ୍କ ପରେ ଜଣଙ୍କୁ ଟାଣି ନେଉଛି କୁମ୍ଭୀର, ଏବେ ବି ନଦୀରେ ଘୂରି ବୁଲୁଛି

ମହାକାଳପଡ଼ା,୩୦ା୩(ପ୍ରତାପ ଚନ୍ଦ୍ର ସ୍ବାଇଁ): ମହାକାଳପଡ଼ା ବ୍ଲକ ଗୋବରୀ ନଦୀର କାଉସପାଳ ଫେରୁଘାଟଠାରେ ଏକ ୨୦ ଫୁଟ ଲମ୍ବର ବଉଳ କୁମ୍ଭୀର ଘୂରି ବୁଲୁଛି। ଏହାକୁ ନେଇ ନଦୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri