Posted inଖେଳ

ଆମେରିକାକୁ ହରାଇଲା ଚାଇନା

ଭୁବନେଶ୍ୱର, ୮।୨ (ତପନ ସ୍ବାଇଁ): କଳିଙ୍ଗ ଷ୍ଟାଡିୟମରେ ଚାଲିଥିବା ଏଫ୍‌ଆଇଏଚ୍‌ ମହିଳା ହକି ପ୍ରୋ ଲିଗ୍‌ରେ ବୁଧବାର ଚାଇନା ୩-୧ ଗୋଲରେ ଆମେରିକାକୁ ପରାସ୍ତ କରିଛି। ଚଳିତ ଲିଗ୍‌ରେ ଚାଇନାର ଏହାଥିଲା ୪ ମ୍ୟାଚରୁ ତୃତୀୟ ବିଜୟ। ଏଥିସହ ଦଳ ଏହାର ଭୁବନେଶ୍ୱର ଚରଣ ଶେଷ କରିଛି। ଭାରତକୁ ୨-୧ ଗୋଲରେ ହରାଇ ଅଭିଯାନ ଆରମ୍ଭ କରିଥିବା ଚାଇନା ପରବର୍ତ୍ତୀ ମ୍ୟାଚରେ ଅଷ୍ଟ୍ରେଲିଆକୁ ୩-୦ରେ ପରାସ୍ତ କରିଥିଲା। ପରବର୍ତ୍ତୀ ମ୍ୟାଚରେ ଦଳ ନେଦରଲାଣ୍ଡ୍ସଠାରୁ ୧-୩ ଗୋଲରେ ପରାଜିତ ହୋଇଥିବାବେଳେ ଏବେ ଆମେରିକାକୁ ହରାଇ ସଫଳ ପ୍ରତ୍ୟାବର୍ତ୍ତନ କରିଛି। ଚାଇନା ୯ ପଏଣ୍ଟ ସହିତ ଟେବୁଲର ଦ୍ୱିତୀୟ ସ୍ଥାନରେ ରହିଛି। ବୁଧବାର ମ୍ୟାଚରେ ଚାଇନା ପକ୍ଷରୁ ଜୋଉ ମେରଙ୍ଗ ୮ମ ମିନିଟରେ ଗୋଟିଏ ଏବଂ ଡାନ୍‌ ଓ୍ବେଙ୍ଗ୍‌ ୨୬ ଓ ୪୭ତମ ମିନିଟରେ ୨ଟି ଫିଲ୍ଡ ଗୋଲ ଦେଇଥିଲେ। ଆମେରିକା ପକ୍ଷରୁ ସୁମଫେଷ୍ଟ ଜ୍ୟାକଲିନ୍‌ ୫୮ତମ ମିନିଟରେ ଗୋଟିଏ ଗୋଲ ପରିଶୋଧ କରିଥିଲେ।
ମ୍ୟାଚର ୪ଟି ଯାକ କ୍ୱାର୍ଟରରେ ଚାଇନା ପ୍ରାଧାନ୍ୟ ବିସ୍ତାର କରି ଖେଳିଥିଲା। ଟୁର୍ନାମେଣ୍ଟରେ ଏପର୍ଯ୍ୟନ୍ତ ଆକ୍ରମଣାତ୍ମକ ରଣନୀତିରେ ଖେଳି ଆସିଥିବା ଏହି ଦଳ ଏଠାରେ ମଧ୍ୟ ସମାନ ଯୋଜନାରେ ସଫଳ ହୋଇଥିଲା। ପ୍ରଥମ କ୍ୱାର୍ଟରରେ ମେରଙ୍ଗ୍‌ଙ୍କ ଗୋଲ ଆମେରିକା ଉପରେ ଚାପ ପ୍ରୟୋଗ କରିଥିଲା। ଦ୍ୱିତୀୟ କ୍ୱାର୍ଟରରେ ମଧ୍ୟ ଅନୁରୂପ ଅବସ୍ଥା। ୨୬ତମ ମିନିଟରେ ଓ୍ବେଙ୍ଗ୍‌ ନିଜ ପ୍ରଥମ ଗୋଲ ଦେଇ ପ୍ରଥମାର୍ଦ୍ଧ ଶେଷ ବେଳକୁ ଚାଇନାର ଅଗ୍ରଣୀ ବ୍ୟବଧାନକୁ ୨-୦ରେ ପହଞ୍ଚାଇ ଦେଇଥିଲେ। ତୃତୀୟ କ୍ୱାର୍ଟରରେ ଗୋଲ ହୋଇ ନ ଥିବାବେଳେ ୪ର୍ଥ ତଥା ଅନ୍ତିମ କ୍ୱାର୍ଟରରେ ଗୋଲ ପରିଶୋଧ ପାଇଁ ଆମେରିକା ଭରପୂର ପ୍ରୟାସ କରିଥିଲା। ତେବେ ୪୭ତମ ମିନିଟରେ ଓ୍ବେଙ୍ଗ୍‌ଙ୍କ ବ୍ୟକ୍ତିଗତ ଦ୍ୱିତୀୟ ଗୋଲ ଚାଇନାକୁ ଡ୍ରାଇଭର ଶିଟ୍‌ରେ ବସାଇ ଦେଇଥିଲା। କେବଳ ଏହି କ୍ୱାର୍ଟରରେ ଆମେରିକା ୭ଟି ପେନାଲ୍ଟି କର୍ନର ପାଇଥିଲା। ତେବେ ଏଥିରୁ ଗୋଟିଏକୁ କେବଳ ଗୋଲରେ ପରିଣତ କରି ପାରିଥିଲା। ଓଭରଅଲ୍‌ ଦେଖିବାକୁ ଗଲେ ପୂରା ମ୍ୟାଚରେ ଚାଇନା ୫ଟି ଓ ଆମେରିକା ୧୦ଟି ପେନାଲ୍ଟି କର୍ନର ପାଇଥିଲା। ମାତ୍ର ଚାଇନାର କୌଶଳ ଆଗରେ ଆମେରିକା ହାର ମାନିବାକୁ ବାଧ୍ୟ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଢାବା କର୍ମଚାରୀଙ୍କୁ ମରଣାନ୍ତକ ଆକ୍ରମଣ

ବୈଶିଙ୍ଗା,୧୨।୯(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅଧୀନ ୧୮ ନମ୍ବର ଜାତୀୟ ରାଜପଥ ଗଡଦେଉଳିଆ ସ୍ଥିତ ଏକ ଢ଼ାବାରେ ଶନିବାର ସନ୍ଧ୍ୟାରେ ୪ଜଣ ଦୁର୍ବୃତ୍ତ ପଶି…

ଝିଅ ଘରକୁ ବୁଲିବାକୁ ଯାଇଥିଲେ, କଳାକନା ବୁଲାଇଲେ ଦୁର୍ବୃତ୍ତ

ବୈଶିଙ୍ଗା,୧୨।୯(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ଗଡଦେଉଳିଆ ଗ୍ରାମର ଜନୈକ ବ୍ୟକ୍ତି ତାଙ୍କ ଝିଅ ଘରକୁ ବୁଲିବାକୁ ଯାଇଥିବା ବେଳେ ଦୁର୍ବୃତ୍ତମାନେ ଘରେ ପଶି…

ବାଇକ୍‌କୁ ପିଟିଲା ବାଇକ୍‌: ୨ ଛାତ୍ରଙ୍କ ସମେତ ୪ ଗୁରୁତର

ଦିଗପହଣ୍ଡି,୧୨।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି କଲେଜ ନିକଟରେ ଶନିବାର ଘଟିଥିବା ଏକ ସଡ଼କ ଦୁର୍ଘଟଣାରେ ଯୁକ୍ତ ୩ରେ ପଢୁଥିବା ୨ ଛାତ୍ରଙ୍କ ସମେତ…

ଦୁର୍ଘଟଣାରେ ଆହତ ବୃଦ୍ଧଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ, ଆଜି ମୃତଦେହ ଜବତ କରି…

ଦିଗପହଣ୍ଡି,୧୨ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ପଞ୍ଚାୟତ ଅନଙ୍ଗପୁର ଗ୍ରାମ ନିକଟ ମୁଖ୍ୟରାସ୍ତାରେ ଏକ ବାଇକ୍‌ ଧକ୍କାରେ ସାନଖେମୁଣ୍ଡି ବ୍ଲକ ଗୌତମୀ ଗ୍ରାମର…

ଗୁଣିଆ ସନ୍ଦେହରେ ବାନ୍ଧିକି ରଖିଲେ, ଭିଡିଓ ଭାଇରାଲ

ପାତ୍ରପୁର,୧୨।୯(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ବି ନୂଆଗାଁ ଗ୍ରାମରେ ଶନିବାର ସନ୍ଧ୍ୟାରେ ଏକ ଅଭାବନୀୟ ପରିସ୍ଥିତି ଦେଖିବାକୁ ମିଳିଛି l ଗ୍ରାମର କେଉଟ…

ଭଦ୍ରକରୁ ଅପହରଣ କରି ୫ ଲକ୍ଷ ଟଙ୍କାର ମୁଣ୍ଡ ଜାମିନ ରଖିଥିଲେ ଅପହରଣକାରୀ, ଆଉ ତା’ ପରେ…

ହାଟଡିହୀ,୧୨ା୯(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ପୋଲିସ ପାଇଁ ଅପହରଣର ଶିକାର ହୋଇଥିବା ୩ ଜଣଙ୍କ ଜୀବନ ବଞ୍ଚିଯାଇଛି। ପୋଲିସର ହସ୍ତକ୍ଷେପ ପରେ ଅପହରଣ ଶିକାର ହୋଇ ୫…

ଜୀବନ ସଂଘର୍ଷରେ ହାରିଗଲେ ଚାଷୀ

ଦିଗପହଣ୍ଡି,୧୨।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷାନିମଖଣ୍ଡି ଗ୍ରାମର ଜଣେ ଚାଷୀ ସାପ କାମୁଡ଼ାରେ ଗୁରୁତର ହୋଇ ବ୍ରହ୍ମପୁର ବଡ଼ ଡାକ୍ତରଖାନାରେ ଚିକିତ୍ସାଧୀନ ଥିବା…

କାର୍‌ରେ ଚାଲାଣ ହେଉଥିଲା ଗଞ୍ଜେଇ, ଯାଞ୍ଚ ସମୟରେ ମହାରାଷ୍ଟ୍ରର ୨ ଅଭିଯୁକ୍ତଙ୍କୁ ଧରି…

ଦାରିଙ୍ଗବାଡ଼ି,୧୨ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ସିମନବାଡ଼ି ପଞ୍ଚାୟତ ଟୋଲଗେଟ ନିକଟରେ ପୋଲିସ ବ୍ଲକିଂ କରି ଯାଞ୍ଚ କରିବା ସମୟରେ ଗୋଟିଏ କାର୍‌ରୁ ୪୨ କେଜି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?