Posted inଜାତୀୟ

ଚାଇନା ସୀମା ବିବାଦକୁ ନେଇ ହୋଇପାରେ ତୃତୀୟ କମାଣ୍ଡରସ୍ତରୀୟ ବୈଠକ

ଲେହ,୨୯।୬: ଗତ କିଛି ଦିନରୁ ଲଦାଖ ଏଲ୍‌ଏସିରେ ଭାରତ ଓ ଚାଇନା ମଧ୍ୟରେ ଉତ୍ତେଜନା ପରିସ୍ଥିତି ସୃଷ୍ଟି ହୋଇଛି। ନିକଟରେ ଲଦାଖ ଗଲଓ୍ବାନ ଘାଟିରେ ଭାରତ ଓ ଚାଇନା ସୈନ୍ୟଙ୍କ ମଧ୍ୟରେ ସଂଘର୍ଷ ହେବା ପରେ ଦୁଇ ଦେଶ ଭିତରେ ଉତ୍ତେଜନା ଜାରି ରହିଛି। ଏହି ଉତ୍ତେଜନାକୁ କମ୍‌ କରିବା ପାଇଁ ପୂର୍ବରୁ ଦୁଇ ଦେଶର କୋର କମାଣ୍ଡର ସ୍ତରରେ ବାର୍ତ୍ତାଳାପ ଚାଲିଥିବା ବେଳେ ଏହାର କୌଣସି ନିଷ୍କର୍ସ ବାହାରି ପାରିନାହିଁ। ଫଳରେ ମଙ୍ଗଳବାର କିମ୍ବା ବୁଧବାର ପୁଣି କୋର କମାଣ୍ଡର ସ୍ତରରେ ତୃତୀୟ ପର୍ଯ୍ୟାୟ ବୈଠକ ଅନୁଷ୍ଠିତ ହୋଇପାରେ ବୋଲି ବିଶ୍ୱସ୍ତ ସୂତ୍ରରୁ ସୂଚନା ମିଳିଛି। ଏହି ବୈଠକ ଭାରତୀୟ ପକ୍ଷ ଚୁସୁଲରେ ଆୟୋଜିତ ହେବ ବୋଲି ଜଣାପଡ଼ିଛି। ଏହା ପୂର୍ବରୁ ଆୟୋଜିତ ହୋଇଥିବା ୨ଟି ବୈଠକ ଚାଇନା ପକ୍ଷ ମୋଲଡୋରେ ଅନୁଷ୍ଠିତ ହୋଇଥିଲା।

 


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭାଇ ବୋଲି କହିଲେ ନେତାନ୍ୟାହୁ, ସଂସଦରେ କହିଲେ ‘ଭାରତ ଆମର ମହାନ ବନ୍ଧୁ…’

ନୂଆଦିଲ୍ଲୀ,୨୫।୨:  ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଇସ୍ରାଏଲରେ ପହଞ୍ଚିଛନ୍ତି । ବିମାନବନ୍ଦରରେ ଭବ୍ୟ ସ୍ୱାଗତ ପରେ, ପ୍ରଧାନମନ୍ତ୍ରୀ ମୋଦି ଇସ୍ରାଏଲୀ ସଂସଦକୁ ସମ୍ବୋଧିତ କରିବାର କାର୍ଯ୍ୟକ୍ରମ ଅଛି ।…

ବରିଷ୍ଠ  ଆଇନଜୀବୀଙ୍କ ବିୟୋଗ, ଅଞ୍ଚଳରେ ଶୋକର ଛାୟା

ଦିଗପହଣ୍ଡି,୨୫।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିର ବରିଷ୍ଠ ଆଇନଜୀବୀ ଦିବାକର ପାଢ଼ୀ(୭୫) ଙ୍କ ବ୍ରହ୍ମପୁର ସ୍ଥିତ ବାସଭବନରେ ପରଲୋକ ହୋଇଛି । ସେ ଦୀର୍ଘବର୍ଷ ହେଲା…

ଜୀବନ-ମୃତ୍ୟୁ ସହ ସଂଘର୍ଷ କରୁଛନ୍ତି ରିଙ୍କୁ ସିଂଙ୍କ ବାପା, ଆଗକୁ ଖେଳିବେ କି ନାହିଁ ଜାଣନ୍ତୁ

ନୂଆଦିଲ୍ଲୀ,୨୫।୨: ଭାରତର ଷ୍ଟାର କ୍ରିକେଟର ରିଙ୍କୁ ସିଂହ ସମ୍ପ୍ରତି ଟିମ୍ ଇଣ୍ଡିଆ ଛାଡି ଘରକୁ ଫେରିଥିଲେ । ତାଙ୍କ ବାପାଙ୍କ ସ୍ୱାସ୍ଥ୍ୟାବସ୍ଥା ଖରାପ ହେବା ତାଙ୍କ ଫେରିବାର…

ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂଜାରି, ୨୪ ଘଣ୍ଟା ମଧ୍ୟରେ ଏହି ଜିଲାରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା

ଭୁବନେଶ୍ବର,୨୫।୨: ୨୩ ଜିଲାରେ ବର୍ଷା ସମ୍ଭାବନା । ବିଜୁଳି ଘଡ଼ଘଡ଼ି ସହିତ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ସୂଚନା ଦେଲେ ଆଞ୍ଚଳିକ…

କ’ଣ ଗୋଟିଏ ପୁଅ ନାଁରେ ସବୁ ସମ୍ପତ୍ତି କରିପାରିବେ ବାପା? ଜାଣନ୍ତୁ କ’ଣ ରହିଛି ନିୟମ

ପରିବାରରେ ସମ୍ପତ୍ତି ବିବାଦ କିଛି ନୂଆ ନୁହେଁ। ଗ୍ରାମାଞ୍ଚଳ ହେଉ କି ସହରାଞ୍ଚଳ, ପ୍ରାୟତଃ ଏହି ପ୍ରଶ୍ନ ଉଠେ: ଜଣେ ପିତା କ’ଣ ତାଙ୍କର ସମସ୍ତ ଜମି…

୫ ଦିନ ପରେ ମିଳିଲା ପ୍ରଧାନଶିକ୍ଷକଙ୍କ ଝୁଲନ୍ତା ମୃତଦେହ, ପାଖରୁ ମିଳିଲା…

ଝରିଗାଁ,୨୫ା୨(କିଶୋର ଚନ୍ଦ୍ର ମଣ୍ଡଳ): ନିଖୋଜ ହେବାର ୫ ଦିନ ପରେ ମିଳିଲା ଭାରପ୍ରାପ୍ତ ପ୍ରଧାନଶିକ୍ଷକଙ୍କ ମୃତଦେହ। ଯାହାକି ପରିବାର ଏବଂ ବିଦ୍ୟାଳୟରେ ଶୋକାକୁଳ ପରିବେଶ ସୃଷ୍ଟି କରିଛି।…

ସ୍ତ୍ରୀକୁ ମାରିବାକୁ ଉଦ୍ୟମ ବେଳେ ମଝିରେ ଆସିଲେ ଶ୍ବଶୁର, ପେଟ୍ରୋଲ ଢାଳି ମାରିଦେଲେ ଜ୍ବାଇଁ

ବାଲିଆପାଳ,୨୫।୨(ଗୋପାଳ ଚନ୍ଦ୍ର ସାହୁ/ରାଜଶ୍ରୀ ପାଣିଗ୍ରାହୀ) ପ୍ରେମ ବିବାହର କରୁଣ ପରିଣତି । ଜ୍ବାଇଁ ସାଜିଲେ ନରରାକ୍ଷସ। ପେଟ୍ରୋଲ ଢ଼ାଳି ଜୀବନରୁ ସ୍ତ୍ରୀଙ୍କୁ ମାରିବା ଉଦ୍ୟମ କରୁଥିବା ବେଳେ…

ମର୍ଡର ଘଟଣା ଉପରୁ ପର୍ଦ୍ଦା ହଟାଇଲେ କୋରାପୁଟ ଏସ୍‌ପି, ପ୍ରେମିକକୁ ପାଇବା ପାଇଁ ହତ୍ୟା କରିଥିଲେ ଝିଅ

ବୋରିଗୁମ୍ମା,୨୫।୨(ବିଜୟ ନାରାୟଣ ସାହୁ): ପ୍ରେମ ପାଇଁ ଜଣେ ନାବାଳିକା ତାଙ୍କ ପ୍ରେମିକ ସହ ମିଶି ମା’ ଓ ନାବାଳକ ଭାଇଙ୍କୁ ହତ୍ୟାକାଣ୍ଡ ମାମଲାରେ ପୋଲିସର ବଡ଼ ଖୁଲାସା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri