Posted inଜାତୀୟ

ଭାରତର କୂଟନୀତି ଆଗରେ ମୁଣ୍ଡ ନୋଇଲା ଚାଇନା: ୫ ବନ୍ଧକ ଯୁବକଙ୍କ ଘରବାହୁଡ଼ା

ନୂଆଦିଲ୍ଲୀ, ୧୨।୯: ଭାରତର କୂଟନୀତି ଆଗରେ ଶେଷରେ ଚାଇନା ମୁଣ୍ଡ ନୋଇଛି। ସେପ୍ଟେମ୍ବର ୪ରେ ଅରୁଣାଚଳ ପ୍ରଦେଶର ୫ ଯୁବକଙ୍କୁ ଚାଇନା ସୈନ୍ୟ ଉଠାଇନେଇଥିଲେ। ଶେଷରେ ୮ ଦିନ ପରେ ଯୁବକମାନେ ଘରକୁ ଫେରିଛନ୍ତି। ଶନିବାର ଚାଇନା ସୈନ୍ୟ ସେମାନଙ୍କୁ କିବିତୁ ସୀମା ନିକଟରେ ଥିବା ଓ୍ବାଛାଠାରେ ଭାରତୀୟ ଯବାନଙ୍କୁ ହସ୍ତାନ୍ତର କରିଛନ୍ତି। ଏସମ୍ପର୍କରେ କେନ୍ଦ୍ରୀୟ ଯୁବ ବ୍ୟାପାର ଏବଂ କ୍ରୀଡ଼ା ରାଷ୍ଟ୍ରମନ୍ତ୍ରୀ କିରେନ୍‌ ରିଜିଜୁ ଟୁଇଟ୍‌ କରି ସୂଚନା ଦେଇଛନ୍ତି। କରୋନା ମାର୍ଗଦର୍ଶିକା ଅନୁସାରେ ସେମାନଙ୍କୁ ୧୪ ଦିନ କ୍ୱାରାଣ୍ଟାଇନ୍‌ରେ ରଖାଯିବ ବୋଲି ଭାରତୀୟ ସେନା ପକ୍ଷରୁ କୁହାଯାଇଛି। ଯୁବକମାନଙ୍କୁ ଚାଇନା ସୈନ୍ୟ ଅପହରଣ କରି ନେଇଥିବା ସମ୍ପର୍କରେ କଂଗ୍ରେସ ବିଧାୟକ ନନୋଙ୍ଗ୍‌ ଏରିଙ୍ଗ୍‌ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଟୁଇଟ୍‌ କରି ଜଣାଇଥିଲେ। ରାଜ୍ୟର ସୀମାବର୍ତ୍ତୀ ଉପର ସୁବନସିରି ଜିଲାରୁ ଯୁବକମାନଙ୍କୁ ଉଠାଇ ନିଆଯାଇଥିଲା। ତନୁ ବାକାର, ପ୍ରଶାତ ରିଙ୍ଗ୍‌ଲିଙ୍ଗ୍‌, ନଗାରୁ ଦିରି, ଡୋଙ୍ଗତୁ ଇବିୟା ଏବଂ ତୋଚ୍‌ ଇଙ୍ଗକାମ୍‌ ଆଦି ଯୁବକଙ୍କୁ ମାଛ ଧରୁଥିବାବେଳେ ଅପହରଣ କରାଯାଇଥିଲା। ଚାଇନା ସୀମାରେ ଯୁବକମାନେ ପ୍ରବେଶ କରିଥିବାରୁ ଏଭଳି କରାଯାଇଥିବା ଚାଇନା ସୈନ୍ୟ କହିଥିଲେ। ଚାଇନା ଗଣମାଧ୍ୟମ ସଂସ୍ଥା ସମ୍ପୃକ୍ତ ଯୁବକଙ୍କୁ ଗୁପ୍ତଚର ବୋଲି କହିଛି। ତେବେ ଏନେଇ ଚାଇନା ସେନା ପକ୍ଷରୁ କୌଣସି ମନ୍ତବ୍ୟ ଦିଆଯାଇନାହିଁ। ସୂଚନାଯୋଗ୍ୟ, ଏହା ପୂର୍ବରୁ ମାର୍ଚ୍ଚରେ ଜଣେ ଯୁବକଙ୍କୁ ଚାଇନା ସୈନ୍ୟ ଅପହରଣ କରି ନେଇଥିଲେ। ସେ ୧୯ ଦିନ ପରେ ଘରକୁ ଫେରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦୁଇ ମୋଟରସାଇକେଲ ମୁହାଁମୁହିଁ, ଶିକ୍ଷକ ଗୁରୁତର ହୋଇ…

ପଟ୍ଟାଙ୍ଗି,୧୯ା୯(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଥାନା ଅନ୍ତର୍ଗତ ପଡାଲଗୁଡ଼ା ଛକ ନିକଟରେ ଦୁଇ ମୋଟରସାଇକେଲ ମୁହାଁମୁହିଁ ଧକ୍କା ହେବା ଫଳରେ ବିଦ୍ୟାଳୟକୁ ଯାଉଥିବା ଶିକ୍ଷକ…

ଅକ୍ଟୋବର ୧୫ରୁ ବଦଳିଯିବ UPI ପେମେଣ୍ଟ କରିବାର ପଦ୍ଧତି; ଗ୍ୟାସ ସିଲିଣ୍ଡର ପାଇଁ ନଗଦ ଟଙ୍କା ଦେବାକୁ ପଡ଼ିବ ନା ନାହିଁ? ଜାଣନ୍ତୁ…

ନୂଆଦିଲ୍ଲୀ,୧୯।୯: ସାରା ଦେଶରେ LPG ସିଲିଣ୍ଡରର ବହୁଳ ବ୍ୟବହାର ହୋଇଥାଏ; ତେଣୁ, ଯଦି ଆପଣ ମଧ୍ୟ ଘରେ LPG ସିଲିଣ୍ଡର ବ୍ୟବହାର କରନ୍ତି, ତେବେ ଏହି ସୂଚନା…

ଘରେ ଶୋଇଥିଲେ ମହିଳା, ଚୋଟ ମାରିଲା ସାପ, ଆଉ ତା’ ପରେ…

ପୁରୁଷୋତ୍ତମପୁର,୧୯ା୯(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ କେଏନପୁର ଗ୍ରାମରେ ଶନିବାର ସାପ କାମୁଡ଼ି ଜଣେ ମହିଳାଙ୍କର ମୃତ୍ୟୁ ଘଟିଛି। ସେ ହେଲେ ଭାସି ବେହେରା…

ଚର୍ଚ୍ଚାରେ ନୀତା ଅମ୍ବାନୀଙ୍କ ହାର, ତିଆରି କରିବାକୁ ଲାଗିଥିଲା ୩ ବର୍ଷ, ଗଢ଼ିଛନ୍ତି ୧୪ କାରିଗର, ଦାମ୍‌ ଜାଣିଲେ…

ମୁମ୍ବାଇ,୧୯ା୯: ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍‌ ମାଲିକ ମୁକେଶ ଅମ୍ବାନୀଙ୍କ ସ୍ତ୍ରୀ ନୀତା ଅମ୍ବାନୀଙ୍କୁ କୌଣସି ପରିଚୟର ଆବଶ୍ୟକତା ନାହିଁ। ୬୦ ବର୍ଷ ବୟସରେ ନୀତା ଅମ୍ବାନୀ ତାଙ୍କର ପ୍ରତ୍ୟେକ…

ମଧ୍ୟପ୍ରଦେଶ ବୁଲିବାକୁ ଯାଇ ୭ ଓଡ଼ିଆ ମୃତ, ଦୁଃଖ ପ୍ରକାଶ କରି ନବୀନ କହିଲେ…

ଭୁବନେଶ୍ୱର,୧୯ା୯: ମଧ୍ୟପ୍ରଦେଶ ବୁଲିବାକୁ ଯାଇ ୭ ଓଡ଼ିଆଙ୍କ ମୃତ୍ୟୁ ଘଟିଥିବା ନେଇ ବିରୋଧୀଦଳ ନେତା ନବୀନ ପଟ୍ଟନାୟକ ଦୁଃଖ ପ୍ରକାଶ କରିଛନ୍ତି। ନବୀନ ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କ…

ମଧ୍ୟପ୍ରଦେଶରେ ୭ ଓଡ଼ିଆଙ୍କ ମୃତ୍ୟୁ, ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୯ା୯: ମଧ୍ୟପ୍ରଦେଶରେ ୭ ଓଡ଼ିଆ ପର୍ଯ୍ୟଟକଙ୍କ ମୃତ୍ୟୁ ଘଟିଛି। ଏନେଇ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମୁଖ୍ୟମନ୍ତ୍ରୀ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଇ…

୨୦୦୦ରୁ ଅଧିକ UPI ପେମେଣ୍ଟ ବନ୍ଦ? ପେଟ୍ରୋଲ ପମ୍ପ ଆଗରେ ଝୁଲିଲା ନୋଟିସ, ବଢ଼ିଲା ହଟଚମଟ!

ନୂଆଦିଲ୍ଲୀ,୧୯।୯: ଯଦି ଆପଣଙ୍କ ପକେଟରେ ମଧ୍ୟ କ୍ୟାସ (ନଗଦ ଟଙ୍କା) ରହୁନାହିଁ ଏବଂ ଆପଣ ୫ ଟଙ୍କାର ଚା’ଠାରୁ ଆରମ୍ଭ କରି ୫୦୦୦ ଟଙ୍କାର ସପିଂ କିମ୍ୱା…

‘ସଚେତନତା ବଢ଼ିଲେ ରୋକି ହେବ ଏଡ୍‌ସ ମହାମାରୀ’

ଭଞ୍ଜନଗର,୧୯ା୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ଶନିବାର ଏଡ୍‌ସ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଜାତୀୟ ସେବା ଯୋଜନା (ଏନ୍‌ଏସ୍‌ଏସ୍‌)…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?