ସେନାଙ୍କୁ ସ୍ୱତନ୍ତ୍ର ପୋଷାକ, ଜୋତା, ଟେଣ୍ଟ ଯୋଗଇ ଦେଲେ ଜିନପିଙ୍ଗ ସରକାର

ବେଜିଂ,୩୦ ।୧୦: ଗୋଟିଏ ପଟେ ଭାରତ ସହ ଶାନ୍ତି କଥାବାର୍ତ୍ତା କରୁଥିବା ଚାଇନା କିନ୍ତୁ ଲଦ୍ଦାଖ ସୀମାରେ ସେନାକୁ ମଜଭୁତ କରିବାରେ ଲାଗିଛି । ଆଗକୁ ପ୍ରବଳ ଥଣ୍ଡାକୁ ଲକ୍ଷ୍ୟ କରି ଚାଇନାର ଜିନପିଙ୍ଗ ସରକାର ଏବେ ଳଦ୍ଦାଖ ଓ ସେହିଭଳି ହାଇ ଅଲଟିଚ୍ୟୁଡ ଅଞ୍ଚଳରେ ଥିବା ସେନାଙ୍କ ପାଇଁ ସ୍ୱତନ୍ତ୍ର ଉପକରଣ ଯେପରିକି ଜୋତା, ପୋଷାକ, ଟେଣ୍ଟ ଆଦି ଯୋଗାଇ ଦେଇଥିବା ଜଣାପଡିଛି । ଏହା ମିଳିବା ପରେ ଚାଇନା ସେନା କେବଳ ଯେ ଥଣ୍ଡା ଦାଉରୁ ରକ୍ଷା ପାଇବେ ତା’ନୁହେଁ ବରଂ ଯୁଦ୍ଧ ପାଇଁ ମଧ୍ୟ ପ୍ରସ୍ତୁତ ହୋଇ ପାରିବେ ବୋଲି କୁହାଯାଉଛି । ଚାଇନାର ପ୍ରତିରକ୍ଷା ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି କି ହାଇ ଅଲଟିଚ୍ୟୁଡରେ ରହିଥିବା ସେନାଙ୍କ ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି । ଆହୁରି ମଧ୍ୟ କୁହାଯାଉଛି କି ଚାଇନା କମ୍ୟୁନିଷ୍ଟ ପାର୍ଟିର ନିର୍ଦ୍ଦେଶ ରହିଛି ଯେ ଲଦ୍ଦାଖ ସୀମାରେ ଥିବା ସେନା ଇଞ୍ଚେ ବି ପଛକୁ ଯେମିତି ନ ଘୁଞ୍ଚନ୍ତି । ଚାଇନା ମାଇନସ୍ ୪୦ ଡିଗ୍ରୀ ତାପମାତ୍ରାରେ ବି ପଛକୁ ନ ହଟିବାକୁ କହିଥିବା ସୂଚନା ରହିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ବଡ଼ ସୂଚନା, ସକାଳ ସାଢେ ୯ଟାରେ ପୁଣି ଟଣା ହେବ ରଥ

ପୁରୀ,୬।୭: ଭକ୍ତି, ହର୍ଷଉଲ୍ଲାସରେ ଆରମ୍ଭ ହୋଇଛି ବିଶ୍ୱପ୍ରସିଦ୍ଧ ରଥଯାତ୍ରା। ଘଣ୍ଟ, ଘଣ୍ଟା ଏବଂ ହରିବୋଲ ହୁଳହୁଳିରେ ଭକ୍ତ ଶ୍ରଦ୍ଧାର ସହିତ ଟାଣିଥିଲେ ୩ ରଥ। ସନ୍ଧ୍ୟା ପ୍ରାୟ…

ଦିଗପହଣ୍ଡିରେ ନିଆରା ପରମ୍ପରା: ଆଜି ଶେଷ ହେଲା ଶ୍ରୀଜୀଉଙ୍କ ପହଣ୍ଡି, କାଲି ଟଣା ହେବ ରଥ

ଦିଗପହଣ୍ଡି, ୧୬।୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଗଡ଼ଜାତ ଅଞ୍ଚଳ ଦିଗପହଣ୍ଡିରେ ପବିତ୍ର ଘୋଷଯାତ୍ରା ଅବସରରେ ଏକ ନିଆରା ପରମ୍ପରା ଦେଖିବାକୁ ମିଳିଛି। ଗୁରୁବାର…

ଘର ଉପରକୁ ବୋମାମାଡ଼ କରି ହତ୍ୟା ଉଦ୍ୟମ ଘଟଣା: ବିସ୍ଫୋରକ ସାମଗ୍ରୀ ବିକ୍ରେତା ଗିରଫ, ଗଲେ ଜେଲ୍

ଦିଗପହଣ୍ଡି, ୧୬।୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମର ଏସ. ଶିବ ରେଡ୍ଡୀଙ୍କ ଘର ଉପରକୁ ବୋମାମାଡ଼ କରି…

ଆମେରିକାକୁ ପୁଣି କଡ଼ା ଚେତାବନୀ ଦେଲା ଇରାନ

ତେହରାନ,୧୬।୭: ଇରାନର ଆହଭାଜ ସହରସ୍ଥିତ ଏକ କର୍କଟ ହସ୍ପିଟାଲକୁ ଅସ୍ଥାୟୀ ଭାବରେ ବନ୍ଦ କରିଦିଆଯାଇଛି। ଆମେରିକାର ବିମାନ ଆକ୍ରମଣ ଯୋଗୁ କର୍ତ୍ତୃପକ୍ଷଙ୍କୁ କେମୋଥେରାପି ନେଉଥିବା ପିଲାମାନଙ୍କ ସମେତ…

ସରିଲା ରଥ ଟଣା, ଅଳ୍ପବାଟ ଗଡ଼ି ଅଟକିଲା ନନ୍ଦିଘୋଷ

ପୁରୀ,୬।୭: ଭକ୍ତି, ହର୍ଷଉଲ୍ଲାସ ପରିବେଶରେ ଆରମ୍ଭ ହୋଇଛି ଚତୁର୍ଦ୍ଧାମୂର୍ତ୍ତୀଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରା। ସନ୍ଧ୍ୟା ପ୍ରାୟ ୫ଟାରେ ଶରଧାବାଲି ଅଭିମୁଖେ ପ୍ରଥମେ ଗଡ଼ିଥିଲା ତାଳଧ୍ବଜ ରଥ। ଘଣ୍ଟ, ଘଣ୍ଟା…

ଦ୍ୱିତୀୟ ଏକଦିବସୀୟ ମ୍ୟାଚରେ ଇତିହାସ ରଚିଲେ ବିରାଟ-ରୋହିତ, ଗାଙ୍ଗୁଲ-ଦ୍ରାବିଡଙ୍କୁ ପଛରେ ପକାଇଲେ…

ନୂଆଦିଲ୍ଲୀ,୧୬।୭: କାର୍ଡିଫରେ ଇଂଲଣ୍ଡ ବିପକ୍ଷ ଦ୍ୱିତୀୟ ଏକଦିବସୀୟ ମ୍ୟାଚରେ ବିରାଟ କୋହଲି ଏବଂ ରୋହିତ ଶର୍ମା ଏକ ଉଲ୍ଲେଖନୀୟ ପ୍ରଦର୍ଶନ ସହିତ ଇତିହାସ ସୃଷ୍ଟି କରିଥିଲେ। ସେମାନଙ୍କର…

ଦିନିକିଆରେ ସଚିନଙ୍କୁ ପଛରେ ପକାଇ ଐତିହାସିକ ରେକର୍ଡ କଲେ ବିରାଟ କୋହଲି

ନୂଆଦିଲ୍ଲୀ,୧୬।୭: ବିରାଟ କୋହଲି ଏକଦିବସୀୟ କ୍ରିକେଟରେ ଆଉ ଏକ ବଡ଼ ରେକର୍ଡ ହାସଲ କରିଛନ୍ତି। ସେ ବର୍ମିଂହାମରେ ତାଙ୍କ ଏକଦିବସୀୟ କ୍ୟାରିୟରର 300ତମ ଇନିଂସରେ ବ୍ୟାଟିଂ କରିଥିଲେ।…

Puri Rath Yatra, ଅଣନିଶ୍ବାସୀ ହୋଇ ଚାଲିଗଲା ୨ ଭକ୍ତଙ୍କ ଜୀବନ!

ପୁରୀ,୧୬।୭: ପୁରୀ ରଥଯାତ୍ରାରେ ଏକ ବଡ଼ ଅଘଟଣ ସାମ୍ନାକୁ ଆସିଛି। ଅଣନିଶ୍ବାସୀ ହୋଇ ୨ଜଣ ଭକ୍ତଙ୍କ ମୃତ୍ୟୁ ଘଟିଥିବା ବେଳେ ଶତାଧିକ ଆହତ ହୋଇଥିବା ଜଣାପଡିଛି। ମୃତାହତଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri