ପ୍ରତିରକ୍ଷା ମନ୍ତ୍ରୀଙ୍କ ବିରୋଧରେ ଦୁର୍ନୀତି ଅଭିଯୋଗ ଆଣିଲା ଚାଇନା

ବେଜିଂ,୧୬।୯: ଚାଇନା ପ୍ରତିରକ୍ଷା ମନ୍ତ୍ରୀ ଲି ଶାଙ୍ଗଫୁ ଦୀର୍ଘ ଦିନ ଧରି ନିଖୋଜ ଅଛନ୍ତି। ତେବେ ତାଙ୍କୁ ଗୃହବନ୍ଦୀ କରାଯାଇଥିବା ନେଇ ଚର୍ଚ୍ଚା ଜୋର ଧରିଛି। ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ ଏହି ପ୍ରସଙ୍ଗରେ ନୀରବ ଅଛନ୍ତି। ଏକ ଅନ୍ତର୍ଜାତୀୟ ଗଣମାଧ୍ୟମର ସୂଚନା ଅନୁଯାୟୀ, ଚାଇନା ଲି’ଙ୍କ ବିରୋଧରେ ଦୁର୍ନୀତି ଅଭିଯୋଗ ଆଣିଛି ଓ ତାଙ୍କ ବିରୋଧରେ ସିପିସିର ଉଚ୍ଚ ସ୍ତରୀୟ ତଦନ୍ତ ଆରମ୍ଭ କରିଛି। ଏହାପୂର୍ବରୁ ଚାଇନାର ବୈଦେଶିକ ମନ୍ତ୍ରୀ କିନ ଗ୍ୟାଙ୍ଗ ମଧ୍ୟ କିଛି ଦିନ ହେବ ନିଖୋଜ ଥିଲେ। ପରେ ତାଙ୍କୁ ଏହି ପଦରୁ ହଟାଇ ଦିଆଯାଇଥିଲା। ସେହିପରି ଲି’ଙ୍କ ବିରୋଧରେ ତଦନ୍ତ ଚାଲିଛି ଏବଂ ତାଙ୍କୁ ଯେକୌଣସି ସମୟରେ ପଦରୁ ହଟାଇ ଦିଆଯିବ ବୋଲି ଦାବି କରାଯାଉଛି।

ଫାଇନାନ୍ସ ଟାଇମ୍ସର ରିପୋର୍ଟ ଅନୁଯାୟୀ ଆମେରିକାର ଗୁଇନ୍ଦା ବିଭାଗ ଦାବି କରିଛି ଯେ ଦୁଇ ସପ୍ତାହ ଧରି ନିଖୋଜ ଲି’ଙ୍କୁ ପ୍ରତିରକ୍ଷା ମନ୍ତ୍ରୀ ପଦରୁ ହଟାଇ ଦିଆଯାଇଛି। ଏହି କାର୍ଯ୍ୟାନୁଷ୍ଠାନ ଏପରି ସମୟରେ ନିଆଯାଇଛି ଯେଉଁ ସମୟରେ ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ ନିକଟରେ ପିଏଲଏ ରକେଟ ଫୋର୍ସର ଦୁଇଜଣ ବରିଷ୍ଠ ଜେନେରାଲଙ୍କୁ ହଟାଇ ଦେଇଛନ୍ତି। ଏହି ତିନିଜଣ ଅଧିକାରୀଙ୍କୁ ସ୍ଥାନୀୟ ସେନା ପିଏଲଏରେ ଗୁରୁତ୍ୱପୂର୍ଣ୍ଣ ବିବେଚନା କରାଯାଉଥିଲା କାରଣ ସେମାନଙ୍କୁ ଚାଇନାର କ୍ଷେପଣାସ୍ତ୍ର ଏବଂ ଆଣବିକ ଅସ୍ତ୍ର କାର୍ଯ୍ୟକ୍ରମ ଉପରେ ନଜର ରଖୁଥିଲେ।

ରଏଟର୍ସର ସୂଚନା ଅନୁଯାୟୀ, ନିଖୋଜ ହେବା ପୂର୍ବରୁ ପ୍ରତିରକ୍ଷା ମନ୍ତ୍ରୀ ଲି’ଙ୍କ ପ୍ରତି ଖରାପ ବ୍ୟବହାର କରାଯାଇଥିଲା। ଯେତେବେଳେ ଲି ଭିଏତନାମ ପ୍ରତିରକ୍ଷା ମନ୍ତ୍ରଣାଳୟର ନେତାଙ୍କ ସହ ସାକ୍ଷାତ କରୁଥିଲେ, ତାଙ୍କୁ ବଳପୂର୍ବକ ବୈଠକରୁ ଟାଣି ନିଆଯାଇଥିଲା। ତେବେ ସେତେବେଳେ ସ୍ବାସ୍ଥ୍ୟଗତ କାରଣରୁ ତାଙ୍କୁ ବାହାର କରାଯାଇଥିବା ଚାଇନା ସୂଚନା ଦେଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ ଯୁଦ୍ଧରେ ରୁଷିଆର ଏଣ୍ଟ୍ରି? ଟ୍ରମ୍ପଙ୍କ ହଜିଲା ନିଦ, ଭୟଙ୍କର ହୋଇପାରେ…

ନୂଆଦିଲ୍ଲୀ/ତେହେରାନ, ୨୬।୩: ପଶ୍ଚିମ ଏସିଆରେ ଜାରି ରହିଥିବା ଯୁଦ୍ଧ ମଧ୍ୟରେ ରୁଷିଆ ଏବଂ ଇରାନର ବଢୁଥିବା ନିକଟତରତା ବିଶ୍ୱ ପାଇଁ ଚିନ୍ତାର କାରଣ ପାଲଟିଛି। ପଶ୍ଚିମା ଗୋଇନ୍ଦା…

ନଦୀକୁ ଖସିଲା ବସ୍‌: ୨୪ ମୃତ, ଏବେ ବି ଅନେକ ନିଖୋଜ

ଢାକା,୨୬ା୩: ବାଂଲାଦେଶରେ ଏକ ବସ୍‌ ନଦୀ ମଧ୍ୟକୁ ଖସିପଡ଼ିବାରୁ ଅନୂ୍ୟନ ୨୪ ଜଣଙ୍କ ମୃତ୍ୟୁ ଘଟିବା ସହ ଅନେକ ନିଖୋଜ ଅଛନ୍ତି। ସେମାନଙ୍କୁ ଉଦ୍ଧାର ପାଇଁ ଉଦ୍ୟମ…

ବସଷ୍ଟାଣ୍ଡରେ OSRTC ବସ୍‌ରେ ଲାଗିଲା ନିଆଁ: ଜୀବନ ବଞ୍ଚାଇବାକୁ କିଏ ଝରକା ପଟେ ଡେଇଁଲେ ତ କିଏ… VIDEO 

କୋରାପୁଟ, ୨୬।୩ (ଅମିତାଭ ବେହେରା): କୋରାପୁଟ ବସଷ୍ଟାଣ୍ଡରେ ଏକ ବଡ଼ ଧରଣର ଅଘଟଣ ଟଳିଯାଇଛି। ଗୁରୁବାର ସଂନ୍ଧ୍ୟାରେ ଏକ ସରକାରୀ (OSRTC) ବସ୍‌ରେ ହଠାତ ନିଆଁ ଲାଗିଯିବା…

ଏମିତି ପ୍ରଶ୍ନରେ ରାଗିଗଲେ ଶୁବମନ ଗିଲ, T20 ଟିମରୁ…

ନୂଆଦିଲ୍ଲୀ,୨୬।୩: ଭାରତୀୟ ଦିନିକିଆ ଏବଂ ଟେଷ୍ଟ ଅଧିନାୟକ ଶୁବମନ ଗିଲ ଗୁରୁବାର କହିଛନ୍ତି ଯେ ୨୦୨୬ ଟି୨୦ ବିଶ୍ୱକପ ପୂର୍ବରୁ ଭାରତୀୟ ଦଳରୁ ବାଦ ପଡ଼ିବା ପରେ…

ଚକ୍‌ମା ଦେଉଛନ୍ତି ଟ୍ରମ୍ପ! ପୁଣି ଓଲଟିଲେ, କହିଲେ ‘ଡିଲ ପାଇଁ ଭିକ୍ଷା କରୁଥିଲା ଇରାନ, ମୁଁ ନୁହେଁ’, ସାରା ବିଶ୍ୱ ଆଶ୍ଚର୍ଯ୍ୟ

ଓ୍ବାଶିଂଟନ,୨୬।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଇରାନ ସହିତ ଶାନ୍ତି ଚୁକ୍ତିର ସମ୍ଭାବନା ଉପରେ ସନ୍ଦେହ ପ୍ରକାଶ କରି କହିଛନ୍ତି ଯେ ଇରାନ ଯୁଦ୍ଧ…

ଗଜପତିରେ ଗଞ୍ଜେଇ କାରବାର ଉପରେ ପୋଲିସର ଶକ୍ତ ପ୍ରହାର: ୪.୦୬ ଟନ୍‌ର ଗଞ୍ଜେଇ ଜବତ, ମୂଲ୍ୟ…

ପାରଳାଖେମୁଣ୍ଡି/ମୋହନା, ୨୬।୩ (ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର): ଗଜପତି ଜିଲାରେ ଅବାଧ ଗଞ୍ଜେଇ ଚାଷ ଓ ଚାଲାଣକୁ ରୋକିବା ପାଇଁ ପୋଲିସ ପ୍ରଶାସନ ପକ୍ଷରୁ ଚଢାଉକୁ ଜୋରଦାର କରାଯାଇଛି।…

West Asia Conflict: ‘ପରିସ୍ଥିତି କରୋନା ପରି ହେବାକୁ ଯାଉଛି’ – ଯୁଦ୍ଧ ଲଢୁଥିବା ଦେଶଗୁଡ଼ିକ ଏହାର ପ୍ରଭାବକୁ ଅନୁଭବ କରୁନାହାଁନ୍ତି

ମସ୍କୋ,୨୬।୩: ରୁଷିଆ ରାଷ୍ଟ୍ରପତି ପୁଟିନ ପଶ୍ଚିମ ଏସିଆରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଦେଇଛନ୍ତି। ସେ କହିଛନ୍ତି ଯେ ଏହି ସଂଘର୍ଷର ପ୍ରଭାବ ପୂର୍ବାନୁମାନ…

ଦୁଃସାହସ! ଯୁଦ୍ଧ ଭିତରେ ଟ୍ରମ୍ପଙ୍କ ଭାଷା କହିଲାଣି ପାକିସ୍ତାନ! ଇସାକ ଦାରଙ୍କ ବୟାନକୁ ନେଇ ନିଆଁବାଣ ଇରାନ

ଇସଲାମାବାଦ,୨୬।୩: ପାକିସ୍ତାନର ବୈଦେଶିକ ମନ୍ତ୍ରୀ ଇସାକ ଦାର ଗୁରୁବାର (୨୬ ମାର୍ଚ୍ଚ, ୨୦୨୬) କହିଛନ୍ତି ଯେ ଆମେରିକା ଏବଂ ଇରାନ ମଧ୍ୟରେ ପରୋକ୍ଷ ଶାନ୍ତି ଆଲୋଚନା ଚାଲିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri