ସୀମାରେ ୫୦ ହଜାର ସେନା ମୁତୟନ କଲାଣି ଚାଇନା

ବେଜିଂ,୧୧ ।୯: ଗୋଟିଏ ପଟେ ଚାଇନା ଭାରତ ସହ ଶାନ୍ତି କଥାବାର୍ତ୍ତା ପାଇଁ ପ୍ରସ୍ତୁତ ହେଉଥିବା ବେଳେ ଅନ୍ୟପଟେ ବାସ୍ତବିକ ନିୟନ୍ତ୍ରଣ ରେଖା(ଏଲ୍‌ଏସି)ରେ ଯୁଦ୍ଧ ପାଇଁ ପ୍ରସ୍ତୁତ ହୋଇଥିବା ସୂଚନା ମଳିଛି । କିଛି ଗଣମାଧ୍ୟମ ସୂଚନାରୁ ଜଣାପଡିଛି ଚାଇନା ଏବେ ଏଲ୍‌ଏସିରେ ୫୦ ହଜାର ସେନା ମୁତୟନ କରି ସାରିଲାଣି । ଏହାପରେ ଭାରତ-ଚାଇନା ସୀମା ଉପରେ ନଜର ରଖିବାକୁ ଏଚ୍‌-୬ ବମ୍ବରକୁ ମଧ୍ୟ ଲଗାଇ ଦିଆଯାଇଛି । ଏକ ରିପୋର୍ଟରୁ ମିଳିଥିବା ସୂଚନା ଅନୁଯାୟୀ, ପୋଙ୍ଗୟାଙ୍ଗ ବିବାଦ ପରେ ଚାଇନା ଏଲ୍‌ଏସିରେ ୫୦ ହଜାର ସେନା ମୁତୟନ କରି ରଖିଛି । ଏହାସହ ଏୟାରକ୍ରାପ୍ଟ ଓ ଅଧିକ ରେଞ୍ଜ କ୍ଷମତା ଥିମା ମିଶାଇଲ ମଧ୍ୟ ପ୍ରସ୍ତୁତ ରହିଛି । ତେବେ ଭାରତୀୟ ସେନାଙ୍କୁ ଉସକାଇବାକୁ ଚାଇନା ଏଭଳି କରୁଛି ବୋଲି କୁହାଯାଉଛି । ସେହିପରି ଲଦ୍ଦାଖରେ ମଧ୍ୟ ଚାଇନା ବାୟୁରେ ଲକ୍ଷ୍ୟ ଭେଦ କରିପାରୁଥିବା ମିଶାଇଲ, ରକେଟ ଫୋର୍ସ ଓ ୧୫୦ ଫାଇଟର ଏୟାର କ୍ରାପ୍ଟ ମଧ୍ୟ ମୁତୟନ କରିଥିବା ଜଣାପଡିଛି । ସୀମାରେ କିଛିିଦିନ ତଳେ ଚାଇନା ସେନା ପଛକୁ ହଟିଯିବାକୁ ନେଇ ଚାଇନା ରାଷ୍ଟ୍ରପତି ଏକ ପ୍ରକାର ଯୁଦ୍ଧ ମନୋବୃତ୍ତି ନେଇ ଏଭଳି କରୁଥିବା କୁହାଯାଉଛି । ଚାଇନାର ସରକାରୀ ଗଣମାଧ୍ୟମ ଗ୍ଲୋବାଲ ଟାଇମ୍ସ କହିଛି ପ୍ରତିଦିନ ସୀମାରେ ଚାଇନା ପକ୍ଷରୁ ସେନା ମୁତନ କରାଯାଉଛି ।


Enter your email to get our daily news in your inbox.

All Right Reserved By Dharitri.Com

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

ବନ୍ତରେ କାଳବୈଶାଖୀର ତାଣ୍ଡବ; ଉଜୁଡ଼ିଲା ଫସଲ, ମୁଣ୍ଡରେ ହାତଦେଲେ ଚାଷୀ

ବନ୍ତ,୮।୪(କିଶୋର କୁମାର ସେଠୀ ): ଗତ ମଙ୍ଗଳବାର ଦିନ କାଳବୈଶାଖୀ ପ୍ରଭାବରେରେ ଭଦ୍ରକ ଜିଲା ବନ୍ତ ବ୍ଲକର ବିଭିନ୍ନ ପଞ୍ଚାୟତରେ ବ୍ୟାପକ ପନି ପରିବା ଏବଂ ଡାଲି…

ଇରାନକୁ ଅସ୍ତ୍ରଶସ୍ତ୍ର ଯୋଗାଉଥିବା ଦେଶ ଉପରେ ଲାଗିବ ୫୦% ଟାରିଫ, ଯୁଦ୍ଧବିରତି ପରେ ଟ୍ରମ୍ପଙ୍କ ଘୋଷଣା

ଓ୍ବାଶିଂଟନ୍‌,୮।୪:  ଯୁଦ୍ଧବିରତି ପରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି । ସେ ଦୃଢ଼ତାର ସହିତ କହିଛନ୍ତି ଯେ ଇରାନରେ ନେତୃତ୍ୱର ଏକ…

ଯୁଦ୍ଧବିରତିର ସତ କହିଦେଲା ରୁଷିଆ, ଟ୍ରମ୍ପ କରିଥିଲେ…

ନୂଆଦିଲ୍ଲୀ,୮।୪: ମଧ୍ୟପ୍ରାଚ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ପାଇଁ ଆମେରିକା ଏବଂ ଇରାନ ରାଜି ହୋଇଛନ୍ତି, ଯାହା ଉଭୟ ପକ୍ଷ ଦ୍ୱାରା ଘୋଷଣା କରାଯାଇଛି। ଡୋନାଲ୍ଡ ଟ୍ରମ୍ପଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri