ଆକାଶମାର୍ଗରେ ଗୁଇନ୍ଦା ବେଲୁନକୁ ଫଟାଇଦେବା ପରେ ଆମେରିକାକୁ ଧମକ ଦେଲା ଚାଇନା

ବେଜିଂ,୫ ।୨: ଆମେରିକା ଚାଇନାର ଗୁଇନ୍ଦା ବେଲୁନ ବା ସ୍ପାଏ ବେଲୁନକୁ ଫଟାଇ ଦେଇଛି । ଇତିମଧ୍ୟରେ ବେଲୁନର ଶୁଟଡାଉନକୁ ନେଇ ଚାଇନାର ପ୍ରଥମ ପ୍ରତିକ୍ରିୟା ସାମ୍ନାକୁ ଆସିଛି । ଆମେରିକାର ଏହି କାର୍ଯ୍ୟକୁ ଚାଇନା କଡା ବିରୋଧ କରିଛି । ଗ୍ଲୋବାଲ ଟାଇମ୍ସର ରିପୋର୍ଟ ଅନୁଯାୟୀ, ଚାଇନାର ବୈଦେଶିକ ମନ୍ତ୍ରଣାଳୟ କହିଛି, ବେଲୁନକୁ ଟାର୍ଗେଟ କରି ଆମେରିକା ଆନ୍ତରାଷ୍ଟ୍ରୀୟ ନିୟମର ଉଲ୍ଲଂଘନ କରିଛି ।
ଆମେରିକା କ୍ୟାରୋଲିନା ଉପକୂଳରେ ଚାଇନାର ଗୁଇନ୍ଦା ବେଲୁନକୁ ମିଶାଇଲ ମାଧ୍ୟମରେ ନଷ୍ଟ କରିଦେଇଛି । ଗ୍ଲୋବାଲ ଟାଇମ୍ସର ରିପୋର୍ଟରେ କୁହାଯାଇଛି, ସିଭିଲ ବେଲୁନକୁ ନଷ୍ଟ କରିବାକୁ ଆମେରିକା ପକ୍ଷରୁ ସେନାର ବ୍ୟବହାର କରାଯାଇଥିଲା । ଏହା ବିରୋଧରେ ଚାଇନା ତା’ର କଡା ଅସନ୍ତୋଷ ଓ ବିରୋଧ ବ୍ୟକ୍ତ କରିଛି । ଚାଇନା ବୈଦେଶିକ ମନ୍ତ୍ରଣାଳୟ କହିଛି, ସେ ସ୍ପଷ୍ଟ ଭାବେ ଚାହୁଁଛି କି ଆମେରିକା ଏହି ଘଟଣାକୁ ଶାନ୍ତ, ବୃତ୍ତିଗତ ଏବଂ ସଂଯମ ଢଙ୍ଗରେ ପରିଚାଳନ କରିବ । ଚାଇନା ଆମେରିକାକୁ ଚେତାବନୀ ଦେଇ କହିଛି, ଚାଇନା ତା’ର ସ୍ୱାର୍ଥକୁ ଦୃଢତାର ସହ ରକ୍ଷା କରିବ ।
ଚାଇନାର ଗୁଇନ୍ଦା ବେଲୁନକୁ ଆମେରିକା ଫଟାଇଦେବା ପରେ ଏବେ ଚାଇନା ବିଚଳିତ ହୋଇଯାଇଛି । ଚାଇନାର ବୈଦେଶିକ ମନ୍ତ୍ରଣାଳୟର ସୂଚନା ମୁତାବକ ଗ୍ଲୋବାଲ ଟାଇମ୍ସ ତା’ର ରିପୋର୍ଟରେ କହିଛି କି ଆମେରିକା ଅନ୍ତରାଷ୍ଟ୍ରୀୟ ଆଇନର ଉଲ୍ଲଂଘନ କରିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ ହାଇକୋର୍ଟରେ ହାଜର ହେବେ ଅମିତାଭ, ବଢ଼ିଲା ଚର୍ଚ୍ଚା…

ନୂଆଦିଲ୍ଲୀ: ବଲିଉଡ଼ର ମହାନାୟକ ଅମିତାଭ ବଚ୍ଚନ ନିଜର ନାମ, ଫଟୋ ଏବଂ କଣ୍ଠସ୍ୱରର ଅନଧିକୃତ ବ୍ୟବହାରକୁ ରୋକିବା ପାଇଁ ଦୀର୍ଘ ଦିନ ହେବ ଆଇନଗତ ଲଢ଼େଇ ଜାରି…

ମୁମ୍ବାଇ ପୋଲିସ ଦ୍ୱାରା ବଲିଉଡ୍ ଅଭିନେତା ଇମ୍ରାନ୍ ଅଟକ; ଭିଡିଓ ଭାଇରାଲ୍

ମୁମ୍ବାଇ: ବଲିଉଡ୍ ଅଭିନେତା ଇମ୍ରାନ୍ ଖାନ୍‌ଙ୍କୁ ଶନିବାର ମୁମ୍ବାଇ ପୋଲିସ ହେପାଜତକୁ ନେଇଛି। ମୁଖ୍ୟ ନିର୍ବାଚନ ଆୟୋଗ (CEC) ଜ୍ଞାନେଶ କୁମାରଙ୍କ ବିରୋଧରେ ଦିଲ୍ଲୀରେ ହେବାକୁ ଥିବା…

ଫେରୁଛି ମୌସୁମୀ: କାଲି ଗୁଳୁଗୁଳି ସହ ଝଡ଼ବର୍ଷା ନେଇ ୧୩ ଜିଲାକୁ ଓ୍ବାର୍ନିଂ, ଉପକୂଳ ଜିଲାରେ…

ଭୁବନେଶ୍ୱର, ୧୦ା୧୦(ବନ୍ଦନା ସେଠୀ) – ରାଜ୍ୟରେ ଏବେ ମୌସୁମୀ ଫେରିବା ପ୍ରକ୍ରିୟା ଜାରି ରହିଥିବାବେଳେ ଓଡ଼ିଶା ଦେଇ ଏକ ଟ୍ରଫ୍‌ ଲାଇନ୍‌ (ମୌସୁମୀ ରେଖା) ବଙ୍ଗୋପସାଗର ପର୍ଯ୍ୟନ୍ତ…

ବଲାଙ୍ଗୀର ପାଇଁ ଗର୍ବ: କର୍ଣ୍ଣେଲ ସି.କେ. ନାଇଡୁ ଟ୍ରଫି ପାଇଁ ଓଡ଼ିଶା ଅଣ୍ଡର-୨୩ ଦଳରେ ସ୍ଥାନ ପାଇଲେ ଓମକାର ମହାନ୍ତି

ବଲାଙ୍ଗୀର,୧୦ା୧୦(ସୁନିଲ କୁମାର ମହାନ୍ତି) : ବଲାଙ୍ଗୀରର ଯୁବ କ୍ରିକେଟ ଖେଳାଳି ଓମକାର ମହାନ୍ତି କର୍ଣ୍ଣେଲ ସି.କେ. ନାଇଡୁ ଟ୍ରଫି ପାଇଁ ଓଡ଼ିଶାର ୨୩ ବର୍ଷରୁ କମ୍ ବାଳକ…

ମୃତ୍ୟୁର ଏକ ମାସ ପରେ ହତ୍ୟା ଅଭିଯୋଗ: ମାଟିତଳୁ ଗଳିତ ମୃତଦେହ ଉଦ୍ଧାର କଲା ସୋହେଲା ପୋଲିସ, ୩ ଗିରଫ

ସୋହେଲା,୧୦ା୧୦ (ଅଶ୍ୱିନୀ କୁମାର ପାତ୍ର): ବରଗଡ଼ ଜିଲା ସୋହେଲା ଥାନା ଅନ୍ତର୍ଗତ ପାଣ୍ଡକିପାଲି ଗ୍ରାମରେ ଜଣେ ଶ୍ରମିକଙ୍କ ମୃତ୍ୟୁର ଠିକ୍‌ ଏକ ମାସ ପରେ ଏକ ସାଂଘାତିକ…

ଭୁବନେଶ୍ୱର କୁମାରଙ୍କ ପ୍ରତ୍ୟାବର୍ତ୍ତନ ଉପରେ ମହମ୍ମଦ ସାମି ଦେଲେ ଏମିତି ବୟାନ ସମସସ୍ତେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୧୦।୧୦: ନ୍ୟୁଜିଲ୍ୟାଣ୍ଡ ବିପକ୍ଷ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ପାଇଁ ଭୁବନେଶ୍ୱର କୁମାର ଚାରି ବର୍ଷ ପରେ ଭାରତୀୟ ଦଳକୁ ଫେରିଛନ୍ତି। ଅନ୍ୟପକ୍ଷରେ, ମହମ୍ମଦ ସାମି…

CJP ବିକ୍ଷୋଭ ମଧ୍ୟରେ ୩ ପୂର୍ବତନ ମୁଖ୍ୟମନ୍ତ୍ରୀ ଅଟକ, ଭାଜପା କହିଲା…

ନୂଆଦିଲ୍ଲୀ,୧୦।୧୦: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ହୋଇଥିବା ଏକ ବିକ୍ଷୋଭ ସମୟରେ ମମତା ବାନାର୍ଜୀ, ଅରବିନ୍ଦ କେଜରିୱାଲ ଏବଂ ପି. ବିଜୟନଙ୍କ ସମେତ ଅନେକ…

‘ଯୋଗ୍ୟ ହିତାଧିକାରୀଙ୍କ ନିକଟରେ ପହଞ୍ଚିବ ସରକାରୀ ସେବା’

ଭଞ୍ଜନଗର,୧୦ା୧୦(ବାବୁଲା ପ୍ରଧାନ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଶାସନର ୨୫ ବର୍ଷ ପୂର୍ତ୍ତି ଅବସରରେ ଗତ ସେପ୍ଟେମ୍ବର ୧୭ରୁ ଏକ ମାସ ବ୍ୟାପୀ ସେବା ସଂକଳ୍ପ ଅଭିଯାନ ଆରମ୍ଭ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?