ଶେଷରେ ନରମିଲା ଚାଇନା: ଭାରତ ସହ ମିଳାଇଲା ହାତ

ନୂଆଦିଲ୍ଲୀ/ବେଜିଂ,୧୧।୭: ଭାରତ ଏବଂ ଚାଇନା ମଧ୍ୟରେ ଦୀର୍ଘ ଦିନ ଧରି ଚାଲିଆସୁଥିବା ତିକ୍ତତା ମଧ୍ୟରେ ବୈଦେଶିକ ମନ୍ତ୍ରୀ ୱାଙ୍ଗ ୟି ଭାରତର ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲଙ୍କ ସହ କାମ କରିବାକୁ ଇଚ୍ଛା ପ୍ରକାଶ କରିଛନ୍ତି। ଚାଇନା ବୈଦେଶିକ ମନ୍ତ୍ରୀ ପୂର୍ବ ଲଦାଖର ସୀମାନ୍ତ ଅଞ୍ଚଳରେ ପରିସ୍ଥିତି ସହ ଜଡିତ ସମସ୍ୟାର ସମାଧାନ ସମ୍ପର୍କରେ ଆଲୋଚନା କରିଛନ୍ତି। ଏହା ସହିତ ଅଜିତ ଡୋଭାଲଙ୍କୁ ପୁଣିଥରେ ଭାରତର ଜାତୀୟ ସୁରକ୍ଷା ପରାମର୍ଶଦାତା ତଥା ଭାରତ-ଚାଇନା ସୀମା ପ୍ରଶ୍ନର ସ୍ବତନ୍ତ୍ର ପ୍ରତିନିଧୀ ଭାବରେ ପୁନଃନିଯୁକ୍ତି ପାଇଁ ଅଭିନନ୍ଦନ ଜଣାଇଛନ୍ତି। ୱାଙ୍ଗ ୟି କହିଛନ୍ତି, ଚାଇନା ଏବଂ ଭାରତ ମଧ୍ୟରେ ସମ୍ପର୍କ ଦ୍ୱିପାକ୍ଷିକ ସୀମା ଅତିକ୍ରମ କରି ବିଶ୍ୱସ୍ତରୀୟ ମହତ୍ତ୍ୱକୁ ପ୍ରୋତ୍ସାହିତ କରିଥାଏ।
ୱାଙ୍ଗ ୟି ଚାଇନାର ବୈଦେଶିକ ମନ୍ତ୍ରୀ ହେବା ବ୍ୟତୀତ ଭାରତ-ଚାଇନା ସୀମା କଥାବର୍ତ୍ତାର ସ୍ବତନ୍ତ୍ର ପ୍ରତିନିଧୀ ଅଟନ୍ତି। ଏହା ବ୍ୟତୀତ ୱାଙ୍ଗ ୟି ଚାଇନାର ଶାସକ କମ୍ୟୁନିଷ୍ଟ ପାର୍ଟିର ରାଜନୈତିକ ବ୍ୟୁରୋର ସଦସ୍ୟ ମଧ୍ୟ ଅଛନ୍ତି। ଅଜିତ ଡୋଭାଲଙ୍କୁ ଅଭିନନ୍ଦନ ବାର୍ତ୍ତା ଦେବାବେଳେ ୱାଙ୍ଗ ଲେଖିଛନ୍ତି, ଚାଇନା ଏବଂ ଭାରତ ପୃଥିବୀର ବହୁ ଜନସଂଖ୍ୟା ବିଶିଷ୍ଟ ଦେଶ, ବିଶ୍ୱର ଉଦୀୟମାନ ଅର୍ଥନୀତି। ଚାଇନା ଏବଂ ଭାରତ ମଧ୍ୟରେ ସମ୍ପର୍କ ଦ୍ୱିପାକ୍ଷିକ ସୀମା ଅତିକ୍ରମ କରି ବିଶ୍ୱର ମହତ୍ତ୍ୱ ରହିଛି।
ୱାଙ୍ଗ କହିଛନ୍ତି, ଦୁଇ ଦେଶ ଦ୍ୱାରା ହୋଇଥିବା ଗୁରୁତ୍ୱପୂର୍ଣ୍ଣ ଚୁକ୍ତିନାମାକୁ କାର୍ଯ୍ୟକାରୀ କରିବା ଏବଂ ସୀମାନ୍ତବର୍ତ୍ତୀ ଅଞ୍ଚଳରେ ଜମି ସମ୍ବନ୍ଧୀୟ ସମସ୍ୟାର ସଠିକ ସମାଧାନ ପାଇଁ ସେ ଡୋଭାଲଙ୍କ ସହ ହାତ ମିଳାଇବାକୁ ପ୍ରସ୍ତୁତ। ଯାହାଫଳରେ ସୀମା ଅଞ୍ଚଳରେ ଶାନ୍ତି ଏବଂ ସୌହାର୍ଦ୍ଦ୍ୟ ରକ୍ଷା କରାଯାଇପାରିବ। ୱାଙ୍ଗ ୟି ନିକଟରେ କାଜାଖସ୍ତାନର ଆସ୍ଥାନାଠାରେ ଅନୁଷ୍ଠିତ ସାଂଘାଇ ସହଯୋଗ ସଂଗଠନ (ଏସସିଓ) ସମ୍ମିଳନୀରେ ବୈଦେଶିକ ମନ୍ତ୍ରୀ ଏସ ଜୟଶଙ୍କରଙ୍କୁ ଭେଟିଥିଲେ ଏବଂ ଏହା ପରେ ସେ ଏପରି ବିବୃତ୍ତି ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଧର୍ମେନ୍ଦ୍ରଙ୍କ ୯୦ତମ ଜନ୍ମବାର୍ଷିକୀ ପାଇଁ ଦେଓଲ ପରିବାର ନେଲେ ବଡ଼ ନିଷ୍ପତ୍ତି, ପ୍ରଶଂସକଙ୍କୁ ମିଳିବ…

ମୁମ୍ବାଇ,୬।୧୨: ବଲିଉଡର ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କ ଜନ୍ମଦିନର ମାତ୍ର ୧୫ ଦିନ ପୂର୍ବରୁ ଦେହାନ୍ତ ହୋଇଗଲା। ଏବେ, ସନି ଦେଓଲ ଏବଂ ବବି ଦେଓଲ ସମେତ...

ସୋଲାର ଲାଇଟ ଅଚଳ:ଠିକା ସଂସ୍ଥାକୁ ତାଗିଦ୍‌ କଲେ ବିଡିଓ, ଦେଖନ୍ତୁ VIDEO

ଦାରିଙ୍ଗବାଡି,୬/୧୨(ଅରୁଣ ସାହୁ ): ଓଡିଶାର କଶ୍ମୀର ଦାରିଙ୍ଗବାଡିରେ ସନ୍ଧ୍ୟା ହେଲେ ରାସ୍ତାଘାଟ ଅନ୍ଧାର ହୋଇପଡୁଛି। ପଞ୍ଚାୟତ ଏବଂ ଜାତୀୟ ରାଜପଥ ବିଭାଗ ପକ୍ଷରୁ ଷ୍ଟ୍ରିଟ ଆଲୁଅର...

କଣ୍ଟେନରରେ ୩୦ରୁ ଅଧିକ ଗୋରୁଙ୍କୁ ପଶ୍ଚିମବଙ୍ଗକୁ କରାଯାଉଥିଲା ଚାଲାଣ, ମାଡିବସିଲା ପୋଲିସ, ତା’ପରେ…

ନୀଳଗିରି,୬।୧୨(ପ୍ରଶାନ୍ତ କୁମାର ବିଶ୍ବାଳ): ଭଦ୍ରକରୁ ପାଖାପାଖି ୩୦ରୁ ଊର୍ଦ୍ଧ୍ୱ ଗୋରୁଙ୍କୁ କଣ୍ଟେନରରେ ନେଇ ପଶ୍ଚିମବଙ୍ଗକୁ ଚାଲାଣ ହେଉଥିବା ବେଳେ ବାଲେଶ୍ୱର ଜିଲା ନୀଳଗିରି ପୋଲିସ ଇଶ୍ୱରପୁର...

ସାରଥିଙ୍କ ବିରୋଧରେ ଚାଲିବ ମାମଲା: ଚାର୍ଜଫ୍ରେମ୍‌ କଲେ ଅଦାଲତ

କଟକ,୬।୧୨(କାର୍ତ୍ତିକ ସାହୁ):ବହୁଚର୍ଚ୍ଚିତ ଆତ୍ମଘୋଷିତ ବାବା ସାରଥି ଓରଫ ସନ୍ତୋଷ ରାଉଳ, ତାଙ୍କ ପୁଅ ସତ୍ୟମ ଶେଖର ଓ ଅନ୍ୟ ୪ ଜଣଙ୍କ ବିରୋଧରେ କଟକ ସ୍ବତନ୍ତ୍ର...

ଇଣ୍ଡିଗୋ ସଙ୍କଟ ମଧ୍ୟରେ ବଡ଼ ପଦକ୍ଷେପ ନେଲାେ ରେଲଓ୍ବେ, ଅତିରିକ୍ତ କୋଚ ବୃଦ୍ଧି ସହ ସ୍ବତନ୍ତ୍ର ଟ୍ରେନ ସେବା ଘୋଷଣା

ନୂଆଦିଲ୍ଲୀ,୬।୧୨: ଦେଶବ୍ୟାପୀ ଇଣ୍ଡିଗୋ ଏବଂ ଅନ୍ୟ ଅନେକ ଏୟାରଲାଇନ୍ସର ଉଡ଼ାଣ ବାତିଲ ହେବା ପରେ, ଲକ୍ଷ ଲକ୍ଷ ଯାତ୍ରୀ ହଠାତ୍‌ ରେଳବାଇକୁ ଭିଡ଼ ଜମାଇଥିଲେ। ଟିକେଟର...

ପୁଣି ଆନ୍ଦୋଳନକୁ ଓହ୍ଲାଇଲେ ପ୍ରାଥମିକ ଶିକ୍ଷକ: ଦାବି ପୂରଣ ନ ହେବା ଯାଏ ସମୂହ ଛୁଟିରେ ରହିବାକୁ ନିଷ୍ପତ୍ତି

ଭୁବନେଶ୍ୱର,୬ା୧୨(ସୁଚିସ୍ମିତା ସାହୁ):ପୁଣି ଆନ୍ଦୋଳନକୁ ଓହ୍ଲାଇଲେ ପ୍ରାଥମିକ ଶିକ୍ଷକ। ଛାତ୍ରୀଛାତ୍ରଙ୍କ ପରୀକ୍ଷା ପାଖେଇ ଆସିଥିବା ବେଳେ ବିଦ୍ୟାଳୟରେ ପାଠ ପଢ଼ାଇବା ବଦଳରେ ଦାବି ପୂରଣ ପାଇଁ ଶିକ୍ଷକମାନେ...

ଏଇ ଭାରତରେ

ପ୍ରବେଶିକାର ଲିଖିତ ଓ ଶାରୀରିକ ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବା ପରେ ପୋଲିସରେ ନିଯୁକ୍ତି ମିଳିଥାଏ। ଏଥିପାଇଁ ଅଶାୟୀମାନେ ବୟସ ସୀମା ମଧ୍ୟରେ ନିଜକୁ ପ୍ରସ୍ତୁତ କରିଥାନ୍ତି।...

ସ୍ମାର୍ଟ ସିଟି ଲୋକର ବ୍ୟଥା

ପ୍ରବଳ ଶୀତରେ କିଛି ବେସାହାରା ଲୋକ ପୋଲ ତଳେ, ଦୋକାନ ପିଣ୍ଡାରେ, ପାର୍କ ବେଞ୍ଚ ଉପରେ କଟାଉଥିବା ଦେଖାଯାଏ। ସେମାନଙ୍କ ମଧ୍ୟରୁ କୌଣସି ବୃଦ୍ଧାବୃଦ୍ଧ ରୋଗୀଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri