କଶ୍ମୀରରେ ଜି -୨୦ ବୈଠକକୁ ବିରୋଧ କରୁଛି ଚାଇନା

ଶ୍ରୀନଗର/ବେଜିଂ,୨୦।୫: ଭାରତ ଏଥର ଜି -୨୦ର ଅଧ୍ୟକ୍ଷତା କରୁଛି। ଏହି କ୍ରମରେ ଭାରତ ୨୨ ମେ’ରୁ ଜୁନ ୧୪ ତାରିଖ ପର୍ଯ୍ୟନ୍ତ କଶ୍ମୀରର ଶ୍ରୀନଗରରେ ଜି -୨୦ ବୈଠକ ଆୟୋଜନ କରିବାକୁ ଯାଉଛି। ଭାରତର ଏହି ଆୟୋଜନକୁ ଚାଇନା ତୀବ୍ର ବିରୋଧ କରୁଛି। ଚାଇନା ବୈଦେଶିକ ମନ୍ତ୍ରଣାଳୟର ମୁଖପାତ୍ର ୱାଙ୍ଗ ୱେନବିନ କହିଛନ୍ତି, ବିବାଦୀୟ ଅଞ୍ଚଳରେ କୌଣସି ପ୍ରକାରର ଜି -୨୦ ବୈଠକ କରିବାକୁ ଚାଇନା ଦୃଢ ବିରୋଧ କରୁଛି। ଆମେ ଏଭଳି ବୈଠକରେ ସାମିଲ ହେବୁ ନାହିଁ।

ଏହାପୂର୍ବରୁ ପାକିସ୍ତାନ ମଧ୍ୟ ଶ୍ରୀନଗରରେ ଅନୁଷ୍ଠିତ ହେବାକୁ ଥିବା ଜି -୨୦ ବୈଠକ ଉପରେ କହିଛି, ଏହା ଅନ୍ତର୍ଜାତୀୟ ଆଇନର ନୀତି ଉଲ୍ଲଂଘନ। ଜମ୍ମୁ-କଶ୍ମୀରକୁ ବେଆଇନ ଦଖଲକୁ ବଜାୟ ରଖିବା ପାଇଁ ଭାରତର ଦାୟିିତ୍ୱ ହୀନ ପଦକ୍ଷେପ।

କେନ୍ଦ୍ର ମନ୍ତ୍ରୀ ଜିତେନ୍ଦ୍ର ସିଂ ବୁଧବାର କହିଛନ୍ତି, ଶ୍ରୀନଗରରେ ଜି -୨୦ ବୈଠକ ଜମ୍ମୁ-କଶ୍ମୀର ପାଇଁ ଏହାର ପ୍ରକୃତ ସମ୍ଭାବନା ଦେଖାଇବା ପାଇଁ ଏକ ବଡ଼ ସୁଯୋଗ। ଶ୍ରୀନଗରରେ ଏପରି ଏକ ଆନ୍ତର୍ଜାତୀୟ କାର୍ଯ୍ୟକ୍ରମ ଦେଶ ତଥା ବିଶ୍ୱକୁ ଏକ ସକରାତ୍ମକ ବାର୍ତ୍ତା ପଠାଇବ।


Enter your email to get our daily news in your inbox.

All Right Reserved By Dharitri.Com

ଘରେ ଶୋଇଥିବାବେଳେ ଭୁଶୁଡ଼ିଲା କାନ୍ଥ, ଚାଲିଗଲା ଆଈ-ନାତିଙ୍କ ଜୀବନ, ଶବ୍ଦ ଶୁଣି…

ଜଳେଶ୍ୱର,୧୭ା୮(ନବୀନ ସାହୁ): ବାଲେଶ୍ୱର ଜିଲା ଜଳେଶ୍ୱର ବ୍ଲକ ଅନ୍ତର୍ଗତ ନେତୁଆ ପଞ୍ଚାୟତର କପାସଦା ଗ୍ରାମରେ ଏକ ଅତ୍ୟନ୍ତ ଦୁଃଖଦ ଘଟଣା ଘଟିଚି। ଘରେ ଶୋଇଥିବା ଅବସ୍ଥାରେ ହଠାତ୍‌…

ତଳକୁ ଚାହିଁବା ହେଉ

ଭାରତରେ ଗଣତନ୍ତ୍ରର ଅର୍ଥ ଓ ବାସ୍ତବତା ମଧ୍ୟରେ ଥିବା ବ୍ୟବଧାନ ସାଧାରଣ ଜନତାଙ୍କୁ ବିସ୍ମିତ କରିଛି । ମୁଷ୍ଟିମେୟ ଶାସକ ଗୋଷ୍ଠୀ ପାଇଁ ଗଣତନ୍ତ୍ର ଆଜି ପାଲଟିଛି…

୧୩ ଲକ୍ଷ ଫଲୋଅର୍ସ ଥିବା TikTok ଷ୍ଟାରଙ୍କୁ ସର୍ବସାଧାରଣରେ ଗୁଳି କରି ହତ୍ୟା

ଇସଲାମାବାଦ,୧୭।୮: ପାକିସ୍ତାନର ଜଣେ ଲୋକପ୍ରିୟ ଟିକଟକ ଷ୍ଟାର ଶାମସୁ ବିବି (ଉରଫ ଆୟେଶା ଗିଲାମାନା)ଙ୍କୁ ତକ୍ଷଶିଳାରେ ଅଜ୍ଞାତ ବନ୍ଧୁକଧାରୀ ମୋଟରସାଇକେଲରେ ଆସି ଗୁଳି କରି ହତ୍ୟା କରିଛନ୍ତି।…

ଶ୍ରାବଣ ସୋମବାରରେ ବଡ଼ ଅଘଟଣ, ଦଳାଚକାଟାରେ ଗଲା ୭ ଶ୍ରଦ୍ଧାଳୁଙ୍କ ଜୀବନ, ଅନେକେ ଆହତ

ଲଖିସରାଇ,୧୭।୮: ବିହାରର ଲଖିସରାଇରୁ ଏକ ବଡ଼ ଖବର ଆସୁଛି। ପ୍ରସିଦ୍ଧ ଅଶୋକ ଧାମ ମନ୍ଦିରରେ ଭକ୍ତଙ୍କ ପ୍ରବଳ ଭିଡ଼ ମଧ୍ୟରେ ଏକ ବଡ଼ ଘଟଣା ଘଟିଛି। ଭକ୍ତମାନେ…

ପୁରସ୍କାର ବିତରଣ ଉତ୍ସବରୁ ବାଦ୍‌ ପଡ଼ିଲେ ଆଦର୍ଶ ବିଦ୍ୟାଳୟର ଦଶମ ଶ୍ରେଣୀ ଟପ୍ପର ଛାତ୍ର

ଦାରିଙ୍ଗବାଡ଼ି,୧୭ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ହେଲିପ୍ୟାଡ୍‌ ପଡ଼ିଆଠାରେ ବ୍ଲକସ୍ତରୀୟ ୮୦ତମ ସ୍ବାଧୀନତା ଦିବସ ପାଳନ ପରିପ୍ରେକ୍ଷୀରେ ବ୍ଲକ ଅଞ୍ଚଳରେ ରହିଥିବା ବିଭିନ୍ନ ବିଦ୍ୟାଳୟ, ଉଚ୍ଚ ବିଦ୍ୟାଳୟ,…

ହମାସ ସହ ଏକ ଚୁକ୍ତି କରିବାକୁ ଜ୍ୱାଇଁଙ୍କୁ ପଠାଇଥିଲେ ଟ୍ରମ୍ପ; ଗାଜା ସମ୍ପର୍କରେ କ’ଣ ଆଲୋଚନା ହେଲା ଜାଣନ୍ତୁ

ଓ୍ବାଶିଂଟନ,୧୭।୮: ଗାଜାରେ ଦୀର୍ଘକାଳୀନ ସଂଘର୍ଷର ଅନ୍ତ ଘଟାଇବା ପାଇଁ ପ୍ରୟାସ ମଧ୍ୟରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଜ୍ୱାଇଁ ଏବଂ ମଧ୍ୟପ୍ରାଚ୍ୟ ରାଷ୍ଟ୍ରଦୂତ ଜାରେଡ କୁଶନର ଇଜିପ୍ଟରେ…

ୟୁକ୍ରେନ୍‌-ରୁଷିଆ ଯୁଦ୍ଧ: ୟୁକ୍ରେନ୍‌ର ଡ୍ରୋନ ଆକ୍ରମଣରେ ଜଳିଗଲା ରୁଷିଆର ବଡ଼ ଗୋଦାମ ଘର

ମସ୍କୋ,୧୬ା୮: ରୁଷିଆ ୟୁକ୍ରେନ୍‌ ଉପରେ ଜୋର୍‌ଦାର ଏୟାରଷ୍ଟ୍ରାଇକ୍‌ କରିଥିବା ବେଳେ କିଭ୍‌ ମଧ୍ୟ ଏହାର କଡ଼ା ଜବାବ ଦେଇଛି। ମସ୍କୋ ଅଞ୍ଚଳରେ ୟୁକ୍ରେନ୍‌ ଓଜନଦାର ଡ୍ରୋନ୍‌ ଯୋଗେ…

ଗାଲେ ଟେଷ୍ଟରେ ପଡିକଲଙ୍କ ଦମ୍‌ଦାର ଶତକ, ଭାରତ ୪୬୦/୯

ଗାଲେ, ୧୬ା୮: ଶ୍ରୀଲଙ୍କା ବିପକ୍ଷରେ ଚାଲିଥିବା ପ୍ରଥମ ଟେଷ୍ଟ କ୍ରିକେଟ ମ୍ୟାଚ୍‌ରେ ଭାରତୀୟ ବ୍ୟାଟର ଦମ୍‌ଦାର ପ୍ରଦର୍ଶନ କରିଛନ୍ତି। ବ୍ୟାଟର ଦେବଦତ୍ତ ପଡିକଲଙ୍କ ଶତକ ବଳରେ ଭାରତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri