ଚାଇନା ମତ୍ସ୍ୟଜୀବୀ ବୋଟ୍‌ ବୁଡ଼ିବା ଘଟଣା: ୧୪ ମୃତଦେହ ଉଦ୍ଧାର

କଲମ୍ବୋ,୨୪ା୫: ଶ୍ରୀଲଙ୍କାର ନୌସେନା ସର୍ଚ୍ଚ ଆଣ୍ଡ୍‌ ରେସ୍‌କ୍ୟୁ(ଏସ୍‌ଏଆର୍‌) ସର୍ଚ୍ଚ ଅଭିଯାନ ଆରମ୍ଭ କରିବା ପରେ ବୁଡ଼ିଯାଇଥିବା ଚାଇନା ବୋଟ୍‌ରୁ ୧୪ଟି ମୃତଦେହ ଉଦ୍ଧାର କରାଯାଇଥିବା ଜଣେ ଅଧକାରୀ କହିଛନ୍ତି।

ଶ୍ରୀଲଙ୍କା ନୌସେନା ପକ୍ଷରୁ କୁହାଯାଇଛି, ଏହାର ନିର୍ଦ୍ଦିଷ୍ଟ ଅଞ୍ଚଳରେ ଉଦ୍ଧାର କାର୍ଯ୍ୟକୁ ସମନ୍ବୟ ତଥା ସହଜ କରିବା ପାଇଁ ଏମ୍‌ଆର୍‌ସିସି କାର୍ଯ୍ୟ କରିଛି।

ସୂଚନାନୁସାରେ, ଚାଇନାର ବୋଟ୍‌ରେ ୩୯ ଜଣ ମତ୍ସ୍ୟଜୀବୀ ଥିଲେ। ସେମାନଙ୍କ ମଧ୍ୟରୁ ୧୭ଜଣ ଚାଇନିଜ, ୧୭ ଜଣ ଇଣ୍ଡୋନେସିଆ ଏବଂ ୫ ଜଣ ଫିଲିପାଇନ୍‌ ନାବିକ ଥିଲେ। ଏହି ଜାହାଜଟି ୧୬ ମେ’ରେ ମଧ୍ୟ ଭାରତ ମହାସାଗରରେ ବୁଡ଼ି ଯାଇଥିଲା।

ଶ୍ରୀଲଙ୍କା ନୌସେନା ଚାଳକମାନେ ବୁଡ଼ିଯାଇଥିବା ଜାହାଜର ଭିତର ଅଂଶକୁ ଯତ୍ନର ସହ ଅନୁସନ୍ଧାନ କରି ଜାହାଜ ଭିତରୁ କ୍ୟାପଟେନଙ୍କ କ୍ୟାବିନ ଏବଂ ଦୁଇଟି ମୃତଦେହ ଉଦ୍ଧାର କରିଥିଲେ। ମୃତଦେହଗୁଡ଼ିକୁ ଚାଇନା କର୍ତ୍ତୃପକ୍ଷଙ୍କୁ ହସ୍ତାନ୍ତର କରାଯାଇଥିଲା। ତେବେ ଅବଶିଷ୍ଟ ଲୋକଙ୍କ ବିଷୟରେ ସୂଚନା ଏପର୍ଯ୍ୟନ୍ତ ମିଳିପାରିନାହିଁ।

ଅନେକ ଦେଶ ଏହି ସର୍ଚ୍ଚ ଅପରେଶନରେ ସାହାଯ୍ୟ ହାତ ବଢ଼ାଇଥିଲେ। ଏଥିସହ ନୌସେନା ଡାଇଭର୍ସ ବୋଟ୍‌ର ବିଭିନ୍ନ କୋଚରୁ କର୍ମଚାରୀଙ୍କ ୧୨ଟି ମୃତଦେହ ଉଦ୍ଧାର କରିଛନ୍ତି ବୋଲି ନୌସେନା ବିବୃତ୍ତିରେ କୁହାଯାଇଛି। ବର୍ତ୍ତମାନ ସୁଦ୍ଧା ମୋଟ୍‌ ୧୪ଟି ମୃତଦେହ ଉଦ୍ଧାର କରାଯାଇଛି। ଏଥିରୁ ଜଣାପଡ଼େ ଯେ ଅଷ୍ଟ୍ରେଲିଆ, ଭାରତ, ଇଣ୍ଡୋନେସିଆ, ମାଲଦ୍ୱୀପ ଏବଂ ଫିଲିପାଇନ୍ସ ସମେତ ଅନେକ ଦେଶ ଏହି ଅଭିଯାନରେ ଚାଇନାକୁ ଜରୁରୀକାଳିନ ସହାୟତା ପ୍ରଦାନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ଲଗାଣ ବର୍ଷା: ଘୋଡ଼ାହାଡ଼ ନଦୀକୂଳିଆ ଗ୍ରାମବାସୀଙ୍କୁ ଆଲର୍ଟ, ଯେକୌଣସି ମୁହୂର୍ତ୍ତରେ ଖୋଲିପାରେ ଡ୍ୟାମ୍ ଗେଟ୍

ଦିଗପହଣ୍ଡି,୨୨।୯(ଅଶେଷ ନାଥ ମିଶ୍ର): ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଅଧିକ ଘନୀଭୂତ ହୋଇ ଘୂର୍ଣ୍ଣିବଳୟରେ ପରିଣତ ହେବା ଫଳରେ ଦିଗପହଣ୍ଡି ଅଞ୍ଚଳରେ ମଙ୍ଗଳବାର ସକାଳୁ ଅବିଶ୍ରାନ୍ତ ବର୍ଷା…

ରାଜ୍ୟ IPS ସ୍ତରରେ ବଡ଼ ଧରଣର ଅଦଳବଦଳ: ସର୍ବଣା ବିବେକ ହେଲେ ଭୁବନେଶ୍ୱର ଡିସିପି, ଅଭିନବ ସୋନକର ବ୍ରହ୍ମପୁର ଏସ୍‌ପି

ଭୁବନେଶ୍ୱର, ୨୨।୯: ରାଜ୍ୟ ପୋଲିସ ପ୍ରଶାସନକୁ ଅଧିକ କ୍ରିୟାଶୀଳ ଓ ସୁଦୃଢ଼ କରିବା ପାଇଁ ରାଜ୍ୟ ସରକାର ଆଇପିଏସ୍ (IPS) ସ୍ତରରେ ଏକ ବଡ଼ ଧରଣର ଅଦଳବଦଳ…

ନୂଆପଡ଼ାରେ ଲଜ୍ଜା, ନାବାଳିକାଙ୍କୁ ଟେକି ନେଇ ବଳାତ୍କାର

ନୂଆପଡ଼ା,୨୨ା୯(ମକାରୁ ବେମାଲ): ନୂଆପଡ଼ା ଜିଲା ବେଲଟୁକୁରି ଥାନା ଅଞ୍ଚଳରେ ନାବାଳିକାଙ୍କୁ ବଳାତ୍କାର ଅଭିଯୋଗରେ ପୋଲିସ ମଙ୍ଗଳବାର ସମ୍ପୃକ୍ତ ଯୁବକଙ୍କୁ ଗିରଫ କରିଛି। ସେ ହେଲେ ଭାଲେଶ୍ୱର ପଞ୍ଚାୟତ…

IMD ଡିଜିଙ୍କ ବଡ଼ ସୂଚନା, ୨୩ ରାତିରେ ଉପକୂଳ ଅତିକ୍ରମ କରିବ ବାତ୍ୟା

ଭୁବନେଶ୍ୱର,୨୨।୯: ବଙ୍ଗୋପସାଗରରେ ଧୀରେ ଧୀରେ ତୀବ୍ର ହେଉଛି ଅବପାତ। ମଙ୍ଗଳବାର ସାରୁ ରାତି ଭିତରେ ଅବପାତ ଗଭୀର ଅବପାତର ରୂପ ନେବ। ଏହା ପଶ୍ଚିମ ଉତ୍ତରପଶ୍ଚିମ ଦିଗକୁ…

ସମ୍ଭାବ୍ୟ ବାତ୍ୟା ପ୍ରଭାବରେ କୋରାପୁଟରେ ପ୍ରବଳ ବର୍ଷା: ଜିଲାରେ ସବୁ ସ୍କୁଲ୍ ୨ ଦିନ ବନ୍ଦ, ସେମିଳିଗୁଡ଼ାରେ…

କୋରାପୁଟ,୨୨।୯(ଅମିତାଭ ବେହେରା): ସମ୍ଭାବ୍ୟ ବାତ୍ୟା ପ୍ରଭାବରେ କୋରାପୁଟ ଜିଲାରେ ମଙ୍ଗଳବାର ଦିନତମାମ ପ୍ରବଳ ବର୍ଷା ଜାରି ରହିଛି। ସକାଳ ୮ଟାରୁ ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ଜିଲାର ୧୪ଟି…

ଓଡ଼ିଶା ଆସିବେ ରାଷ୍ଟ୍ରପତି

ଭୁବନେଶ୍ୱର,୨୨।୯: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି। ରାଷ୍ଟ୍ରପତିଙ୍କ ଓଡ଼ିଶା ଗସ୍ତକୁ ନେଇ ସାଂସଦ ନବ ଚରଣ ମାଝୀ ମଙ୍ଗଳବାର…

ହଠାତ୍‌ ଅବସର ନେଇ ସମସ୍ତଙ୍କୁ ଚମକାଇଦେଲେ ଏହି ଖେଳାଳି: କ୍ରିକେଟ୍‌ ଜଗତ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୨।୯: ଦକ୍ଷିଣ ଆଫ୍ରିକା ପାଇଁ ପ୍ରାୟ ଏକ ଦଶନ୍ଧି ପୂର୍ବେ ନିଜର ଶେଷ ଅନ୍ତର୍ଜାତୀୟ ମ୍ୟାଚ ଖେଳିଥିବା ବ୍ୟାଟର କୋଲିନ ଇଙ୍ଗ୍ରାମ ୪୧ ବର୍ଷ ବୟସରେ ବୃତ୍ତିଗତ…

ଭାରତ ପୁଣି ହେଲା ବିଶ୍ୱର ନମ୍ବର-୧ ଟିମ୍‌: ଇଂଲଣ୍ଡକୁ ହଟାଇ…

ନୂଆଦିଲ୍ଲୀ,୨୨।୯: ଶ୍ରେୟସ ଆୟରଙ୍କ ଅଧିନାୟକତ୍ୱରେ ଭାରତୀୟ କ୍ରିକେଟ ଦଳ ପୁଣିଥରେ ICC T20 ମାନ୍ୟତାରେ ପ୍ରଥମ ସ୍ଥାନ ହାସଲ କରିଛି। ନିକଟରେ ଇଂଲଣ୍ଡ ଏହି ସ୍ଥାନ ଅକ୍ତିଆର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?