ଚାଇନା ଜାପାନର ସମ୍ବେଦନଶୀଳ ପ୍ରତିରକ୍ଷା ନେଟୱାର୍କକୁ ହ୍ୟାକ କରିଛି, ଆମେରିକୀୟ ଖବରକାଗଜ କଲା ପର୍ଦ୍ଦାଫାଶ…

ବେଜିଂ,୯।୮ : ଚାଇନା ଜାପାନର ସମ୍ବେଦନଶୀଳ ପ୍ରତିରକ୍ଷା ନେଟୱାର୍କକୁ ହ୍ୟାକ କରିଛି। ଏନେଈ ଆମେରିକୀୟ ଖବରକାଗଜ ରେ ତଥ୍ୟ ପ୍ରକାଶ ପାଇଛି।
୨୦୨୦ ଶେଷରେ ଚାଇନା ସୈନ୍ୟ ଜାପାନର ଗୁପ୍ତ ପ୍ରତିରକ୍ଷା ନେଟୱାର୍କକୁ ଅଦଳବଦଳ କରିଥିଲେ। ଆମେରିକୀୟ ଗଣମାଧ୍ୟମ ବୁଧବାର ଏହି ସୂଚନା ଦେଇଛି। ରିପୋର୍ଟ ଅନୁଯାୟୀ, ପିପୁଲ୍ସ ଲିବରେଶନ ଆର୍ମି (ପିପିଏ) ର ସାଇବର ଗୁପ୍ତଚରମାନେ ଜାପାନର ସବୁଠାରୁ ସମ୍ବେଦନଶୀଳ କମ୍ପ୍ୟୁଟର ସିଷ୍ଟମରେ ପ୍ରବେଶ କରିଥିଲେ।

ୱାଶିଂଟନ ପୋଷ୍ଟ ଅନୁଯାୟୀ, ଏକ ସାକ୍ଷାତକାରରେ ଜଣେ ବରିଷ୍ଠ ଅଧିକାରୀ ଏହା ପ୍ରକାଶ କରିଛନ୍ତି। ସେ କହିଛନ୍ତି ଆମେରିକାର ପୂର୍ବତନ ସୈନିକଙ୍କୁ ଏହି ଘଟଣା ବିଷୟରେ ସୂଚନା ଦିଆଯାଇଥିଲା ଯାହା ପୂର୍ବରୁ ରିପୋର୍ଟ କରାଯାଇ ନ ଥିଲା।

ୱାଶିଂଟନ ପୋଷ୍ଟ ଅନୁଯାୟୀ ଜାପାନ ଏହାର ନେଟୱାର୍କକୁ ମଜବୁତ କରିବାକୁ ଚେଷ୍ଟା କରୁଛି। କିନ୍ତୁ ତଥାପି ସେମାନଙ୍କୁ ବେଜିଂର ହ୍ୟାକରମାନଙ୍କଠାରୁ ନିଜର ନେଟଓ୍ବାର୍କକୁ ସୁରକ୍ଷିତ ରଖିବାରେ ଅସମର୍ଥ ହେଉଛନ୍ତି। ଅଧିକାରୀ କହିଛନ୍ତି ଏହା ପେଣ୍ଟାଗନ ଏବଂ ବେଜିଂର ପ୍ରତିରକ୍ଷା ମନ୍ତ୍ରଣାଳୟ ମଧ୍ୟରେ ଅଧିକ ଗୁପ୍ତ ତଥ୍ୟ ଆଦାନପ୍ରଦାନରେ ବାଧା ସୃଷ୍ଟି କରିପାରେ। ୱାଶିଂଟନ ପୋଷ୍ଟ ରିପୋର୍ଟରେ ଏହା ମଧ୍ୟ କୁହାଯାଇଛି ୨୦୨୦ ହ୍ୟାକ ଗୁରୁତ୍ୱପୂର୍ଣ୍ଣ ଥିଲା। ଏନଏସଏର ମୁଖ୍ୟ ତଥା ଆମେରିକାର ସାଇବର କମାଣ୍ଡର ଜେନେରାଲ ପଲ ନାକାସୋନ ଏବଂ ହ୍ବାଇଟ ହାଉସର ଡେପୁଟି ଜାତୀୟ ସୁରକ୍ଷା ପରାମର୍ଶଦାତା ଥିବା ମାଥ୍ୟୁ ପୋଟିଙ୍ଗର ଟୋକିଓ ଗସ୍ତ କରି ଜାପାନର ପ୍ରତିରକ୍ଷା ମନ୍ତ୍ରୀଙ୍କୁ ଏନେଇ ଜଣାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Mettle Meet 2026: Live Updates: ଆଜି ଗ୍ରାଣ୍ଡ୍‌ ଫିନାଲେ

ଭୁବନେଶ୍ୱର,୯।୮: ଦୈନିକ ଇଂଲିଶ ଖବରକାଗଜ ‘ଓଡ଼ିଶା ପୋଷ୍ଟ’ ପକ୍ଷରୁ ରାଜ୍ୟସ୍ତରୀୟ କୁଇଜ ପ୍ରତିଯୋଗିତାର ଦଶମ ସଂସ୍କରଣ ‘ମେଟଲ ମିଟ-୨୦୨୬’ ଆରମ୍ଭ ହୋଇଛି। ସ୍ୱସ୍ତି ପ୍ରିମିୟମ ହୋଟେଲ ଠାରେ…

୩୦୦ ଫୁଟ ତଳକୁ ବିମାନ ଖସିବା ଘଟଣା: ପାଇଲଟ୍‌ଙ୍କର ହେଲା ଡ୍ରଗ୍ସ ପରୀକ୍ଷା, ରିପୋର୍ଟରେ ଆସିଲା…

ନୂଆଦିଲ୍ଲୀ,୯ା୮: ଏୟାର ଇଣ୍ଡିଆର ଏକ ବିମାନରେ ସମ୍ପ୍ରତି ଘଟିଥିବା ସମସ୍ୟା ପରେ ଏକ ନୂଆ ଟ୍ବିଷ୍ଟ୍‌ ଆସିଛି। ଅଗଷ୍ଟ ୪ରେ ଫୁକେତରୁ ଦିଲ୍ଲୀ ଯାତ୍ରା କରୁଥିବା ଏୟାର…

ପେନ୍‌ସନ୍‌ଧାରୀମାନେ ସମ୍ମୁଖୀନ ହେଉଥିବା ବିଭିନ୍ନ ସମସ୍ୟାର ସମାଧାନ ପାଇଁ ସରକାରଙ୍କ ଦୃଷ୍ଟି ଆକର୍ଷଣ

ଛତ୍ରପୁର,୯ା୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଓଡ଼ିଶା ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘ, ଛତ୍ରପୁର ଶାଖାର ମାସିକ ବୈଠକ ସଭାପତି ସୁରେନ୍ଦ୍ରନାଥ ପାଢ଼ୀଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ…

ବିପଦସଙ୍କୁଳ ଅବସ୍ଥାରେ ବିଦ୍ୟୁତ୍‌ ଟ୍ରାନ୍ସଫର୍ମର, ମରଣକୁ ଡାକୁଛି ଆ’…

କର୍ଲାମୁଣ୍ଡା,୯ା୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସର୍ଗୁଲ ଗାଁରେ ଥିବା ବିଦ୍ୟୁତ୍‌ ଟ୍ରାନ୍ସଫର୍ମରଟି ଦୀର୍ଘଦିନ ଧରି ଜଙ୍ଗଲୀ ଲତାଗୁଳ୍ମରେ ଆଚ୍ଛାଦିତ ହୋଇ ରହିଥିବା ଦେଖିବାକୁ…

ଅଷ୍ଟମ ଶ୍ରେଣୀ ଛାତ୍ରଙ୍କୁ ଲୁହାରଡ୍‌ରେ ମାଡ଼ ମାରି ଲହୁଲୁହାଣ କରିଦେଲେ ୪ ଛାତ୍ର

ନୟାଗଡ଼,୯ା୮(ଲୋକନାଥ ମିଶ୍ର): ନୟାଗଡ଼ ଟାଉନ ଥାନା ସାଇ ସାହାରା ଆବାସିକ ସ୍କୁଲରେ ଜଣେ ଅଷ୍ଟମ ଶ୍ରେଣୀ ଛାତ୍ରଙ୍କୁ ସିନିୟର ଛାତ୍ରମାନେ ଲୁହାରଡ୍‌ରେ ମାଡ଼ ମାରି ଲହୁଲୁହାଣ କରିଦେଇଥିବା…

ହୀରାକୁଦ ଜଳଭଣ୍ଡାରରେ ବୃଦ୍ଧି ପାଉଛି ବନ୍ୟାଜଳ, ପୁଣି ଖୋଲିଲା ଗେଟ୍‌

ସମ୍ବଲପୁର,୯ା୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରର ଉପରମୁଣ୍ଡରେ ପ୍ରବଳ ବର୍ଷା ଯୋଗୁ ହୀରାକୁଦ ଜଳଭଣ୍ଡାରକୁ ରବିବାର ପୁଣିଥରେ ବିପୁଳ ପରିମାଣର ବନ୍ୟାଜଳ ପ୍ରବେଶ କରିବା ଆରମ୍ଭ କରିଛି। ଫଳରେ…

Mettle Meet 2026: ଆଜି ଗ୍ରାଣ୍ଡ୍‌ ଫିନାଲେ, ମୁହାଁମୁହିଁ ହେବେ ୮ ଲେଖାଏ ଟିମ୍‌

ଭୁବନେଶ୍ୱର,୯।୮(ବନ୍ଦନା ସେଠୀ/ସୁଚିସ୍ମିତା ସାହୁ): ଦୈନିକ ଇଂଲିଶ ଖବରକାଗଜ ‘ଓଡ଼ିଶା ପୋଷ୍ଟ’ ପକ୍ଷରୁ ଶନିବାର ରାଜ୍ୟସ୍ତରୀୟ କୁଇଜ୍‌ ପ୍ରତିଯୋଗିତାର ଦଶମ ସଂସ୍କରଣ ‘ମେଟଲ୍‌ ମିଟ୍‌-୨୦୨୬’ ଆରମ୍ଭ ହୋଇଛି। ସ୍ୱସ୍ତି…

୩୮ ଏମ୍‌ଓୟୁ ସ୍ବାକ୍ଷରିତ: ଓଡ଼ିଶାକୁ ୬୬,୩୯୨ କୋଟି ପୁଞ୍ଜିନିବେଶ ପ୍ରସ୍ତାବ

ଭୁବନେଶ୍ୱର,୯।୮(ସୁନିତ୍‌ ମିଶ୍ର): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନେତୃତ୍ୱରେ ନୂଆଦିଲ୍ଲୀଠାରେ ଅନୁଷ୍ଠିତ ଓଡ଼ିଶାର ଦୁଇ ଦିନିଆ ନିବେଶ ଅଭିଯାନ ଶନିବାର ବିପୁଳ ସମ୍ଭାବନା ସହିତ ସମାପ୍ତ ହୋଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri