ଚାଇନା ଚିନ୍ତା ବଢ଼ାଇଛି ଡେଲ୍ଟା

ବେଜିଂ, ୧୬ା୧୧: କରୋନାର ସବୁଠୁ ମାରାତ୍ମକ ଡେଲ୍ଟା ଭାରିଆଣ୍ଟ ଚାଇନାର ଚିନ୍ତା ବଢ଼ାଇଛି। ଅକ୍ଟୋବର ୧୭ରୁ ନଭେମ୍ବର ୧୪ ମଧ୍ୟରେ ୧୩୦୮ ମାମଲା ଚିହ୍ନଟ କରାଯାଇଛି। ସଂକ୍ରମଣ ବୃଦ୍ଧିକୁ ଦୃଷ୍ଟିରେ ରଖି ଉତ୍ତରପୂର୍ବର କେତେକ ସହରରେ ଲକ୍‌ଡାଉନ ଭଳି କଟକଣା ଲଗାଯାଇଛି। ଗତ ସପ୍ତାହଠାରୁ ସଂକ୍ରମଣ ସାରା ଦେଶରେ ବୃଦ୍ଧି ପାଇବାରେ ଲାଗିଛି। ଚଳିତ ବର୍ଷ ଗ୍ରୀଷ୍ମ ଋତୁରେ ମୋଟ ୧,୨୮୦ ମାମଲା ସାମ୍‌ନାକୁ ଆସିଥିବାବେଳେ ଏବେ କମ୍‌ ସମୟ ମଧ୍ୟରେ ସଂକ୍ରମଣ ଏହି ସଂଖ୍ୟାକୁ ଅତିକ୍ରମ କରିଛି। ଏ ପର୍ଯ୍ୟନ୍ତ ଚାଇନାରେ ୯୮,୩୧୫ ମାମଲା ଚିହ୍ନଟ ହୋଇଛି। ଏଥିସହ ମୋଟ ୪,୬୩୬ ମୃତ୍ୟୁ ରେକର୍ଡ କରାଯାଇଛି।
ଟି ପ୍ରଦେଶରେ ଡେଲ୍ଟା ଭାରିଆଣ୍ଟ କେସ୍‌ ସାମ୍‌ନାକୁ ଆସିଛି। ଚାଇନା ସରକାର ଏହାକୁ ଗମ୍ଭୀରତାର ସହ ନେଇ ସଂକ୍ରମିତଙ୍କ ନମୁନା ପରୀକ୍ଷା ଏବଂ ସେମାନଙ୍କ ସଂସ୍ପର୍ଶରେ ଆସିଥିବା ବ୍ୟକ୍ତିଙ୍କୁ ଚିହ୍ନଟ କରିବାକୁ ଗୁରୁତ୍ୱ ଦେଇଛନ୍ତି। ଏଥିସହ ବିଭିନ୍ନ ସ୍ଥାନରେ କଣ୍ଟେନମେଣ୍ଟ ଜୋନ କରିବା ସହ ସେଠାରେ ସମସ୍ତ ପ୍ରକାର କାର୍ଯ୍ୟକ୍ରମ, ଜନଗହଳି, ଅତ୍ୟାବଶ୍ୟକ ନ ଥିଲେ ଲୋକଙ୍କୁ ଘରୁ ବାହାରିବା ଉପରେ କଟକଣା ଲଗାଯାଇଛି। ସମ୍ପୃକ୍ତ ଅଞ୍ଚଳରେ ପର୍ଯ୍ୟଟନ ସମ୍ପୂର୍ଣ୍ଣ ବନ୍ଦ କରିବା ସହ ସାଧାରଣ ପରିବହନକୁ ମଧ୍ୟ ବାରଣ କରାଯାଇଛି। ଉତ୍ତରପୂର୍ବ ସହର ଡାଲିଆନ୍‌ରେ ଗତ ୪ ତାରିଖରେ ପ୍ରଥମେ ଡେଲ୍ଟା ଭାରିଆଣ୍ଟ ଚିହ୍ନଟ ହେବା ପରେ ସେଠାରେ କଟକଣା କଡ଼ାକଡ଼ି କରାଯାଇଛି। ସେଠାରୁ ଦିନକୁ ପ୍ରାୟ ୨୪ ସଂକ୍ରମିତ ଚିହ୍ନଟ ହେଉଛନ୍ତି। ଡାଲିଆନ ନିକଟ ସହର ଡାନ୍‌ଡୋଙ୍ଗ୍‌, ଅନ୍‌ସାନ୍‌, ଶେନ୍‌ୟାଙ୍ଗ ଆଦିରେ ମଧ୍ୟ ସଂକ୍ରମଣ ବଢ଼ିବା ଆଶଙ୍କା ରହିଛି। ଡାଲିଆନ୍‌ରୁ ବାହାରକୁ ଯାଉଥିବା ଲୋକଙ୍କ ପାଇଁ ୧୪ ଦିନିଆ କ୍ୱାରାଣ୍ଟାଇନ ବାଧ୍ୟତାମୂଳକ କରାଯାଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନର ପ୍ରଶଂସାରେ ଶତମୁଖ ମେହବୁବା ମୁଫତି: କହୁ କହୁ କହିଦେଲେ…

ଶ୍ରୀନଗର,୮।୪: ଜମ୍ମୁ କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ଏବଂ ପିଡିପି ମୁଖ୍ୟ ମେହବୁବା ମୁଫତି ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଉପରେ ଖୁସି ପ୍ରକାଶ କରିଛନ୍ତି। ସେ…

ବଡ଼ ରେକର୍ଡ ଭାଙ୍ଗିଲେ ବୈଭବ ସୂର୍ଯ୍ୟବଂଶୀ: ପ୍ରଥମ ୩ ବଲ୍‌ରେ କଲେ ଆଶ୍ଚର୍ଯ୍ୟଜନକ କାରନାମା

ମୁମ୍ବାଇ,୮।୪: ଭାରତୀୟ ଷ୍ଟାର ବ୍ୟାଟ୍ସମ୍ୟାନ୍‌ ବୈଭବ ସୂର୍ଯ୍ୟବଂଶୀ ଯେତେବେଳେ କ୍ରିଜରେ ଥାଆନ୍ତି ସେତେବେଳେ ଝଡ଼ ପରି ଲାଗେ। IPL 2026ର ୧୩ତମ ମ୍ୟାଚରେ ମଧ୍ୟ ସମାନ କିଛି…

ଯୁଦ୍ଧବିରତି ପରେ ଭାରତୀୟଙ୍କୁ ତୁରନ୍ତ ଇରାନ ଛାଡ଼ିବାକୁ ନିର୍ଦ୍ଦେଶ, ହେଲ୍‌ପଲାଇନ ନମ୍ବର ଜାରି କରି…

ତେହରାନ,୮ା୪: ଇରାନରେ ବଢ଼ୁଥିବା ସଂଘର୍ଷ ମଧ୍ୟରେ ତେହରାନର ଭାରତୀୟ ଦୂତାବାସ ବୁଧବାର ଏକ ନୂଆ ସୁରକ୍ଷା ପରାମର୍ଶ ଜାରି କରିଛି। ଏଥିରେ ଇରାନରେ ରହୁଥିବା ଭାରତୀୟ ନାଗରିକମାନଙ୍କୁ…

କାଳବୈଶାଖୀ କ୍ଷତିପୂରଣ ସହ ଘର, ପଲିଥିନ ଦାବି: ମଝି ରାସ୍ତାରେ ଟାୟାର ଜାଳିଲେ ଲୋକେ

ପାଟଣା,୮।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅଞ୍ଚଳରେ ମଙ୍ଗଳବାର କାଳବୈଶାଖୀ ପ୍ରଭାବରେ ବର୍ଷା କୁଆପଥର ମାଡରେ ବ୍ୟାପକ କ୍ଷୟକ୍ଷତି ହେବା ସହ ଶହ ଶହ…

ଯୁଦ୍ଧବିରତି ଭିତରେ ହଠାତ୍‌ ଖସିଲା ତେଲଦର, ଜାଣନ୍ତୁ ନୂଆ ପେଟ୍ରୋଲ ରେଟ୍‌

ନୂଆଦିଲ୍ଲୀ,୮ା୪: ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ଘୋଷଣା ପରେ ବୁଧବାର (୮ ଏପ୍ରିଲ) ସେୟାର ମାର୍କେଟ୍‌ରେ ବଡ଼ ବୃଦ୍ଧି ଦେଖିବାକୁ ମିଳିଛି।…

ଯୁଦ୍ଧବିରତି ଭିତରେ ପୁଣି ହାଇ ଆଲର୍ଟ, ମିସାଇଲ ମାଡ଼ କଲା ଇରାନ୍‌…

ତେହରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଘୋଷଣା ସତ୍ତ୍ୱେ, ଇସ୍ରାଏଲ ଏବଂ ଇରାନ ଉଭୟ ଯୁଦ୍ଧକ୍ଷେତ୍ରରେ ସକ୍ରିୟ ଅଛନ୍ତି। ଏହା କାତାର ଏବଂ କୁୱେତ ସମେତ…

କାଳବୈଶାଖୀରେ ଭାଙ୍ଗିବା ଘର କ୍ଷତିଗ୍ରସ୍ତ ପରିବାରଙ୍କୁ ଭେଟିଲା ବ୍ଲକ୍‌ ପ୍ରଶାସନ

ଗୁଡାରି,୮।୪ (ପ୍ରମୋଦ କୁମାର ପତି ):ରାୟଗଡା ଜିଲା ଗୁଡାରି ବ୍ଲକର ବିଭିନ୍ନ ସ୍ଥାନରେ ସୋମବାର ଅପରାହ୍ନରେ କାଳବୈଶାଖୀ ପ୍ରଭାବରେ ଜୋରରେ ପନ ବୋହିବା ସହ କୁଆପଥର ବର୍ଷା…

ଇରାନ-ଆମେରିକା ଯୁଦ୍ଧବିରତିକୁ ଇସ୍ରାଏଲର ଝଟକା: ବଡ଼ ଘୋଷଣା କରିଦେଲେ ନେତାନ୍ୟାହୁ, ଭୟରେ ଥରିଲା…

ଓ୍ବାଶିଂଟନ୍‌,୮।୪: ମଧ୍ୟପ୍ରାଚ୍ୟରେ ଯୁଦ୍ଧବିରତି ଘୋଷଣା ଅନେକ ଦେଶକୁ ଆଶ୍ୱସ୍ତି ଦେଇଛି। ଏହି ସମୟରେ ଇସ୍ରାଏଲ ଏକ ଆଶ୍ଚର୍ଯ୍ୟଜନକ ବିବୃତ୍ତି ଦେଇଛି। ଇସ୍ରାଏଲ ସ୍ପଷ୍ଟ କରିଛି ଯେ ଲେବନାନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri