Posted inଜାତୀୟ

ଚାଇନା ଶାନ୍ତି ଚୁକ୍ତିନାମା ଉଲ୍ଲଂଘନ କରିଛି-ପାକିସ୍ତାନରେ ଚାଲିଛି ଆତଙ୍କବାଦୀ ଶିବିର: ଜୟଶଙ୍କର…

ନୂଆଦିଲ୍ଲୀ/ଭିଏନା,୩।୧ : ଅଷ୍ଟ୍ରିଆ ଗସ୍ତରେ ଥିବା ଭାରତୀୟ ବହିର୍ବ୍ୟାପାର ମନ୍ତ୍ରୀ ଏସ.ଜୟଶଙ୍କର ସିଧାସଳଖ ଚାଇନ ଏବଂ ପାକିସ୍ତାନକୁ ଟାର୍ଗେଟ କରିଛନ୍ତି। ଉଭୟ ଦେଶ ଉଦ୍ଦେଶ୍ୟସେ କହିଛନ୍ତି ଯେ ଚାଇନା ଚୁକ୍ତିନାମା ଉଲ୍ଲଂଘନ କରିଛ। ଏଲଏସିର ସ୍ଥିତିକୁ ଏକପାଖିଆ ପରିବର୍ତ୍ତନ କରିବାକୁ ଚେଷ୍ଟା କରିଛି। ଚାଇନା ସହିତ ସୀମାରେ ଉତ୍ତେଜନା ଜାରି ରହିବାର ଏହା ମୁଖ୍ୟ କାରଣ। ଏଥି ସହିତ ପାକିସ୍ତାନ ଆତଙ୍କବାଦର ଶିବିର ପାଲଟିଛି। ସେଠାରେ ଆତଙ୍କବାଦୀଙ୍କୁ ତାଲିମ ଦିଆଯାଉଛି।

ଚାଇନା ସହିତ ଆମର ଏକ ଚୁକ୍ତିନାମା ଅଛି ଯେ ଆମେ ସୀମାନ୍ତ ଅଞ୍ଚଳରେ ବହୁ ପରିମାଣରେ ସୈନ୍ୟ ନିୟୋଜିତ କରିବୁ ନାହିଁ, କିନ୍ତୁ ଚାଇନା ଏହି ଚୁକ୍ତିନାମାକୁ ଅନୁସରଣ କରି ନାହିଁ। ଏହି କାରଣରୁ ବର୍ତ୍ତମାନ ଦୁଇ ଦେଶ ମଧ୍ୟରେ ତିକ୍ତ ପରିସ୍ଥିତି ସୃଷ୍ଟି ହୋଇଛି। ସେହିଭଳି, ଦୁଇ ଦେଶ ମଧ୍ୟରେ ଏଲଏସିକୁ ଏକପାଖିଆ ପରିବର୍ତ୍ତନ ନ କରିବାକୁ ଏକ ଚୁକ୍ତିନାମା ରହିଛି। ଏହା ପରେ ମଧ୍ୟ ଚାଇନା ସ୍ଥିତିରେ ପରିବର୍ତ୍ତନ କରିବାକୁ ଚେଷ୍ଟା କରିଛି। ଜୟଶଙ୍କର କହିଛନ୍ତି ଯେ ଏହା ହେଉଛି ଉପଗ୍ରହ ଯୁଗ ଯେଉଁଥିରେ ଭାରତ-ଚାଇନା ସୀମା ଅଞ୍ଚଳର ଚିତ୍ର ସ୍ପଷ୍ଟ ଦେଖାଯାଉଛି। ଏହାକୁ ଅସ୍ବୀକାର କରାଯାଇପାରିବ ନାହିଁ ।


Enter your email to get our daily news in your inbox.

All Right Reserved By Dharitri.Com

ପରୀକ୍ଷା ପାଇଁ ପ୍ରସ୍ତୁତି

ଚଳିତ ବର୍ଷ ଫେବୃଆରୀଠାରୁ ଆମ ରାଜ୍ୟରେ ବିଭିନ୍ନ ପରୀକ୍ଷା ଆରମ୍ଭ ହେଉଛି। ଏଥି ନିମନ୍ତେ ପ୍ରତ୍ୟେକ ପରୀକ୍ଷାର୍ଥୀ ଜୋର୍‌ସୋରରେ ପ୍ରସ୍ତୁତି ଚଳାଇଛନ୍ତି। ପରୀକ୍ଷାର୍ଥୀମାନେ ପରୀକ୍ଷା ପାଇଁ ଯେତିକି…

ଆଜିଠୁ ବିଧାନସଭା ବଜେଟ ଅଧିବେଶନ, ୨୦୨୬-୨୭ ବର୍ଷ ପାଇଁ ବଜେଟ ଆଗତ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୭।୨(ସୁନିତ୍‌ ମିଶ୍ର): ୧୭ଦଶ ବିଧାନସଭାର ଷଷ୍ଠ ଅଧିବେଶନ ମଙ୍ଗଳବାରଠାରୁ ଆରମ୍ଭ ହେବ। ଏହି ଅଧିବେଶନରେ ରାଜ୍ୟ ସରକାର ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ପୂର୍ଣ୍ଣକାଳୀନ ବଜେଟ ଗୃହରେ…

ଗାଈ ସଂଗ୍ରହାଳୟ

ଉତ୍ତର ପ୍ରଦେଶର ଏକ ସରକାରୀ ସଂସ୍ଥା ‘ଉତ୍ତର ପ୍ରଦେଶ ବ୍ରଜ ତୀର୍ଥ ବିକାଶ ପରିଷଦ’ ମଥୁରାଠାରେ ଭାରତର ପ୍ରଥମ ‘କାଓ କଲ୍‌ଚର ମ୍ୟୁଜିୟମ୍‌’ ବା ଗାଈ ସଂସ୍କୃତି…

‘କୃତ୍ରିମ ବୁଦ୍ଧିମତ୍ତା: ପରିବର୍ତ୍ତନ ଧାରାରେ ଭାରତ ଅଗ୍ରଣୀ’

ନୂଆଦିଲ୍ଲୀ,୧୭ା୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ନୂଆଦିଲ୍ଲୀର ଭାରତ ମଣ୍ଡପମ୍‌ଠାରେ ଇଣ୍ଡିଆ ଏଆଇ ଇମ୍ପାକ୍ଟ ଏକ୍ସପୋର ଉଦ୍‌ଘାଟନ କରିଛନ୍ତି। ଏହି ଅବସରରେ ସେ ବିଭିନ୍ନ ଷ୍ଟଲ୍‌ ବୁଲିବା…

ନ୍ୟୁଜ୍‌ କ୍ଲିକ୍‌ ପୋର୍ଟାଲକୁ ୧୨୦ କୋଟି ଜରିମାନା

ନୂଆଦିଲ୍ଲୀ,୧୭ା୨: ବହୁ ଚର୍ଚ୍ଚିତ ନ୍ୟୁଜ୍‌ କ୍ଲିକ୍‌ ପୋର୍ଟାଲ ଉପରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ୧୨୦ କୋଟି ଟଙ୍କା ଜରିମାନା କରିଛି। ଏଥିସହିତ ଏହି ପୋର୍ଟାଲର ପ୍ରତିଷ୍ଠାତା ପ୍ରବୀର…

ପ୍ରକାଶ ପାଇଲା ଜେଇଇ ମେନ୍‌ ରେଜଲ୍ଟ, ଭବେଶ ପାତ୍ର ଓଡ଼ିଶା ଟପ୍ପର

ଭୁବନେଶ୍ୱର,୧୭ା୨(ସୁଚିସ୍ମିତା ସାହୁ):  ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି ପକ୍ଷରୁ ଯୁଗ୍ମ ପ୍ରବେଶିକା ପରୀକ୍ଷା (ଜେଇଇ) ମେନ୍‌ ୨୦୨୬ ପ୍ରଥମ ସେସନର ପରୀକ୍ଷାଫଳ ସୋମବାର ପ୍ରକାଶ ପାଇଛି। ଜେଇଇ ପେପର-୧…

ଆଜି ଶପଥ ନେବେ ରହମାନ

ଢାକା,୧୭ା୨: ବାଂଲାଦେଶରେ ମଙ୍ଗଳବାର ବିଏନ୍‌ପି (ବାଂଲାଦେଶ ନ୍ୟାଶନାଲିଷ୍ଟ ପାର୍ଟି) ସରକାର ଶପଥ ନେବ। ଦଳୀୟ ଅଧ୍ୟକ୍ଷ ତାରିକ୍‌ ରହମାନ ପ୍ରଧାନମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବା ସହିତ…

ଜାନୁଆରୀରେ ବେରୋଜଗାରି ୫%କୁ ବଢ଼ିଛି

ନୂଆଦିଲ୍ଲୀ,୧୭ା୨(ପି.ଟି.): ଦେଶରେ ୧୫ ବର୍ଷ ଓ ତଦୂର୍ଦ୍ଧ୍ୱ ବୟସର ଲୋକଙ୍କ ମଧ୍ୟରେ ବେରୋଜଗାରି ହାର ଗତବର୍ଷ ଡିସେମ୍ବରରେ ୪.୮ ପ୍ରତିଶତ ଥିବାବେଳେ ଜାନୁଆରୀରେ ତାହା ୫ ପ୍ରତିଶତକୁ ବୃଦ୍ଧି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri