ସାମୁଦ୍ରିକ କ୍ଷମତା ବଢ଼ାଉଛି ଚାଇନା

ବେଜିଂ,୩୦ା୧୨:ତାଇଓ୍ବାନକୁ ଚାଇନା ନିଜ ଅଞ୍ଚଳ ବୋଲି ଦାବି କରିଆସୁଥିବାବେଳେ ଏହାକୁ ନେଇ ଜାପାନ ସହ ବେଜିଂର କୂଟନୈତିକ ଉତ୍ତେଜନା ଦେଖାଦେଇଛି। ଏଭଳି ସମୟରେ ଚାଇନା ସେନା ସୋମବାର ତାଇଓ୍ବାନ ପ୍ରଣାଳୀର ମଧ୍ୟବର୍ତ୍ତୀ ଅଞ୍ଚଳରେ ବଡ଼ ଧରଣର ସମରାଭ୍ୟାସ ଆରମ୍ଭ କରିଛି। ଚାଇନା ପିପୁଲ୍ସ ଲିବରେଶନ ଆର୍ମି (ପିଏଲ୍‌ଏ)ର ଇଷ୍ଟର୍ନ ଥିଏଟର କମାଣ୍ଡ ତାଇଓ୍ବାନ ଷ୍ଟ୍ରେଟ୍‌ର ଜଳରାଶି ଏବଂ ଆକାଶମାର୍ଗରେ ଲଢ଼ୁଆ ଯୁଦ୍ଧବିମାନ, ବମ୍ବର ଏବଂ ଡ୍ରୋନ୍‌ ସମେତ ଦୀର୍ଘ ଲକ୍ଷ୍ୟଭେଦୀ ରକେଟ ମୁତୟନ କରିଛି। ଗୁରୁତ୍ୱପୂର୍ଣ୍ଣ ଟାର୍ଗେଟଗୁଡ଼ିକ ଉପରେ ସୈନ୍ୟମାନଙ୍କ ସଠିକ୍‌ ଆକ୍ରମଣ ସାମର୍ଥ୍ୟ ପରୀକ୍ଷା କରିବା ଏହାର ଉଦ୍ଦେଶ୍ୟ। ସ୍ବୟଂଶାସିତ ତାଇଓ୍ବାନକୁ ଚାଇନା ଏହାର ମୁଖ୍ୟ ଭୂଖଣ୍ଡର ଅଂଶବିଶେଷ ଭାବେ ଦାବି କରିବା ସହ ଏହାକୁ ଏକୀକୃତ କରିବା ପାଇଁ ପ୍ରତିଶ୍ରୁତିବଦ୍ଧ। ତାଇଓ୍ବାନ୍‌କୁ ଆମେରିକା ୧୧.୧ ବିଲିୟନ ଡଲାର ମୂଲ୍ୟର ଅସ୍ତ୍ରଶସ୍ତ୍ର ଯୋଗାଇବା ପାଇଁ ମଞ୍ଜୁରୀ ପ୍ରଦାନ କରିଥିବାବେଳେ ଚାଇନା ଏହାକୁ କଡ଼ା ସମାଲୋଚନା କରିଥିଲା। ବର୍ତ୍ତମାନ ତାଇଓ୍ବାନକୁ ନେଇ ଜାପାନ ସହ ଚାଇନାର କୂଟନୈତିକ ଉତ୍ତେଜନା ସୃଷ୍ଟି ହୋଇଥିବାରୁ ଆଗକୁ ଏହା ସାମରିକ ସଂଘର୍ଷର ରୂପ ନେଇପାରେ ବୋଲି ଆଶଙ୍କା କରାଯାଉଛି।
ଚାଇନା ଏହାର ସାମୁଦ୍ରିକ ତାକତ ବୃଦ୍ଧି ପାଇଁ ଏହାର ୯୭ ମିଟର ମାଲବାହୀ ଜାହାଜ ଝୋଙ୍ଗଦା୭୯କୁ ଏକ ଅସ୍ତ୍ରାଗାର ଜାହାଜରେ ପରିଣତ କରିଛି। ଉକ୍ତ ଜାହାଜରେ ୬୦ଟି ମିଶାଇଲ୍‌ ଲୋଡ଼ କରିଥିବା ଅନ୍‌ଲାଇନ ଚିତ୍ର ଏବଂ ଚାଇନା ଏଜେନ୍ସି ସୂତ୍ରରୁ ଜଣାପଡ଼ିଛି। ସାଂଘାଇସ୍ଥିତ ହୁଡୋଙ୍ଗ-ଝୋଙ୍ଘୁଆ ଶିପବିଲ୍ଡିଂ ଶିପ୍‌ୟାର୍ଡରେ ଉକ୍ତ ଜାହାଜରେ ଅସ୍ତ୍ର ଭର୍ତ୍ତି କରାଯାଉଛି।
ଜାହାଜ ବିଧ୍ୱଂସୀ ମିଶାଇଲ, କ୍ରୁଜ୍‌, ହାଇପରସୋନିକ ଏବଂ ବିମାନ ବିଧ୍ୱଂସୀ ମିଶାଇଲ ଲୋଡ଼ ହୋଇଛି। ଚାଇନା ନୌସେନା ଏହାର ଭର୍ଟିକାଲ ଲଞ୍ଚ୍‌ ସିଷ୍ଟମକୁ ଆମେରିକା ନୌସେନା ଭଳି ଶକ୍ତିଶାଳୀ କରିବାକୁ ଉଦ୍ୟମ ଚଳାଇଛି। ବ୍ରିଟେନ୍‌ ଥିଙ୍କ୍‌ଟ୍ୟାଙ୍କ୍‌ ଇଣ୍ଟରନ୍ୟାଶନାଲ ଇନ୍‌ଷ୍ଟିଚ୍ୟୁଟ୍‌ ଫର୍‌ ଷ୍ଟ୍ରାଟେଜିକ୍‌ ଷ୍ଟଡିଜ୍‌ ରିପୋର୍ଟ ଅନୁଯାୟୀ, ଚାଇନା ଅସ୍ତ୍ର କ୍ଷମତା ଏବେ ଆମେରିକା ନୌସେନା କ୍ଷମତାର ୫୦ ପ୍ରତିଶତ ଅତିକ୍ରମ କରିଛି।

 

Dharitri – The Largest & Most Trusted Odia Daily


Enter your email to get our daily news in your inbox.

All Right Reserved By Dharitri.Com

ଡେବ୍ୟୁ ମ୍ୟାଚରେ କମାଲ କଲେ କୁପର କନୋଲି; ଗୁଜରାଟ ମୁହଁରୁ ବିଜୟ ଛଡ଼ାଇ ଆଣିଲା ପଞ୍ଜାବ

ନୂଆଦିଲ୍ଲୀ,୩୧।୩: ଆଇପିଏଲ୍‌ ୨୦୨୫ର ଉପବିଜେତା ପଞ୍ଜାବ କିଙ୍ଗସ ନୂଆ ସିଜନ୍‌ରେ ନିଜର ବିଜୟ ଯାତ୍ରା ଆରମ୍ଭ କରିଛି। ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ପଞ୍ଜାବ ଟିମ ଏକ କଡ଼ା…

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

LIVE ମ୍ୟାଚ୍‌ରେ ଭୋ ଭୋ ହୋଇ କାନ୍ଦି ପକାଇଲେ ଜାଡେଜା, CSK ଲୋଗୋକୁ କଲେ ଚୁମ୍ବନ; ପ୍ରଶଂସକଙ୍କୁ ଭାବବିହ୍ବଳ କରୁଛି VIDEO 

ଅହମ୍ମଦାବାଦ,୩୧।୩: ଚେନ୍ନାଇ ସୁପର କିଙ୍ଗସ (CSK)  ସହ ରବୀନ୍ଦ୍ର ଜାଡେଜା ଦୀର୍ଘ ବର୍ଷ ଧରି ଜଡ଼ିତ ହୋଇ ରହିଥିଲେ। କିନ୍ତୁ ଆଇପିଏଲ ୨୦୨୬ରେ ଏହି ସମୀକରଣ ବଦଳି…

ବୈଭବ ସୂର୍ଯ୍ୟବଂଶୀ କାହିଁକି ତାଙ୍କ ଜନ୍ମଦିନର କେକ କାଟିଲେ ନାହିଁ? CSK ହାରିବା ପରେ କହିଲେ ପ୍ରକୃତ କାରଣ

ନୂଆଦିଲ୍ଲୀ,୩୧।୩: ୨୦୨୬ ଆଇପିଏଲ ସିଜିନରେ, ରାଜସ୍ଥାନ ରୟାଲ୍ସ CSK ବିପକ୍ଷରେ ସେମାନଙ୍କର ପ୍ରଥମ ମ୍ୟାଚ ୮ ୱିକେଟରେ ଜିତିଥିଲା। ଏହି ଖେଳରେ, RR ର ଯୁବ ସେନସେସନ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri