Posted inଜାତୀୟ

ଭାରତ ବିରୋଧରେ ବଡ଼ ଷଡଯନ୍ତ୍ର ରଚୁଛି ଚାଇନା: ଏଲ୍‌ଏସିରେ କରୁଛି ଏମିତି କାମ

ନୂଆଦିଲ୍ଲୀ,୨୭ା୧୨:ଲଦାଖରୁ ସୈନ୍ୟ ପ୍ରତ୍ୟାହାର ଏବଂ ସୀମାରେ ଉତ୍ତେଜନା ହ୍ରାସକୁ ଭାରତ ଓ ଚାଇନା ପ୍ରାଥମିକତା ଦେଉଥିବା କହୁଛନ୍ତି। କିନ୍ତୁ ଏନେଇ ବେଜିଂ ଟାଳଟୁଳ ନୀତି ଅବଲମ୍ବନ କରୁଛି। ଉତ୍ତେଜନା ହ୍ରାସ ଦିଗରେ ଚାଇନା ପକ୍ଷରୁ ଏପର୍ଯ୍ୟନ୍ତ କିଛି କରାଯାଇ ନ ଥିବା ସାଟେଲାଇଟ୍‌ ଫଟୋରୁ ସ୍ପଷ୍ଟ ହୋଇଛି। ଲଦାଖର ଡେପସାଙ୍ଗ ଏବଂ ଡେମ୍‌ଚୋକରୁ ସୈନ୍ୟ ପ୍ରତ୍ୟାହାର ପରେ ଡେପ୍‌ସାଙ୍ଗରେ ଚାଇନାର ନୂଆ ପିଏଲ୍‌ଏ କ୍ୟାମ୍ପ୍‌ ଦେଖିବାକୁ ମିଳିଛି।
ପାର୍ଲାମେଣ୍ଟର ଶୀତ ଅଧିବେଶନରେ ବହିର୍ବ୍ୟାପାର ମନ୍ତ୍ରୀ ଏସ୍‌. ଜୟଶଙ୍କର କହିଥିଲେ, ସଂଘର୍ଷ କିମ୍ବା ଅପ୍ରୀତିକର ସ୍ଥିତି ଆଉ ଯେପରି ନ ଘଟେ, ସେଥିପାଇଁ ଫ୍ରିକ୍ସନ ପଏଣ୍ଟଗୁଡ଼ିକରୁ ସୈନ୍ୟ ପ୍ରତ୍ୟାହାର ଉପରେ ସର୍ବାଧିକ ପ୍ରାଥମିକତା ଦିଆଯାଇଥିଲା, ଯାହା ପୂରଣ ହୋଇଛି। ସୀମାରେ ଉତ୍ତେଜନା ହ୍ରାସ କରିବା ପରବର୍ତ୍ତୀ ପ୍ରାଥମିକତା ବୋଲି ଜୟଶଙ୍କର କହିଥିଲେ। ତେବେ ହାଇରିଜଲ୍ୟୁଶନ୍‌ ସାଟେଲାଇଟ୍‌ ଫଟୋରୁ ଚାଇନା ପକ୍ଷ ଉତ୍ତେଜନା ହ୍ରାସ କରିବା ଦିଗରେ କୌଣସି ସ୍ପଷ୍ଟ ସୂଚନା ଦେଉନାହିଁ। ପଙ୍ଗୋଙ୍ଗ ହ୍ରଦର ଉତ୍ତର ପାର୍ଶ୍ୱ ନିକଟବର୍ତ୍ତୀ ବିବାଦୀୟ ଅଞ୍ଚଳରେ ବେଜିଂ ଏହାର ସାମରିକ ଏବଂ ଦ୍ୱୈତ ବ୍ୟବହାରକ୍ଷମ ଭିତ୍ତିଭୂମିର
ବିକାଶ ଜାରି ରଖିଛି। ଡେପ୍‌ସାଙ୍ଗ ଏବଂ ଡେମ୍‌ଚୋକ୍‌ ସଂଘର୍ଷ ସ୍ଥଳରେ ୨୦୨୦ ମେ’ ସମୟର ସ୍ଥିତାବସ୍ଥା ବଜାୟ ରଖିବାକୁ ଉଭୟ ଦେଶ ରାଜି ହୋଇଥିଲେ। ସୈନ୍ୟ ପ୍ରତ୍ୟାହାର ପ୍ରକ୍ରିୟା ବେଳେ ଫରଓ୍ବାର୍ଡ ପୋଜିଶନଗୁଡ଼ିକୁ ଖାଲି କରାଯିବା ପରେ ଡେସ୍‌ପାଙ୍ଗ ନିକଟରେ ଚାଇନାର ପିପୁଲ୍‌ସ ଲିବରେଶନ ଆର୍ମି (ପିଏଲ୍‌ଏ) ନୂଆ କ୍ୟାମ୍ପ ନିର୍ମାଣ କରିଥିବା ମହାକାଶ ସଂସ୍ଥା ମାକ୍ସାର ଟେକ୍ନୋଲୋଜିଜ୍‌ର ଡିସେମ୍ବର ୧୯ ସାଟେଲାଇଟ୍‌ ଫଟୋରୁ ଦେଖିବାକୁ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଇଂଲଣ୍ଡ ଗସ୍ତ ପାଇଁ ଭାରତୀୟ ଦିନିକିଆ ଦଳ ଘୋଷଣା: ବିରାଟଙ୍କ ପ୍ରତ୍ୟାବର୍ତ୍ତନ, ଯଶସ୍ୱୀ ବାଦ୍

ନୂଆଦିଲ୍ଲୀ,୨୧।୬: ଇଂଲଣ୍ଡ ଗସ୍ତ ପାଇଁ ଭାରତୀୟ କ୍ରିକେଟ୍ କଣ୍ଟ୍ରୋଲ ବୋର୍ଡ (BCCI) ରବିବାର, ୨୧ ଜୁନ୍‌ରେ ୧୫ ଜଣିଆ ଭାରତୀୟ ଦିନିକିଆ (ODI) ଦଳ ଘୋଷଣା କରିଛି।…

ପୁଣି ବନ୍ଦ ହେଲା ହର୍ମୁଜ ପ୍ରଣାଳୀ, IRGC ଘୋଷଣା ପୂର୍ବରୁ କେତେ ଭାରତୀୟ ଜାହାଜ ବାହାରିଛି? ଚମକାଇ ଦେବ ସଂଖ୍ୟା

ତେହରାନ,୨୧।୬: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ଶନିବାର (ଜୁନ ୨୦, ୨୦୨୬) ତିନୋଟି ଭାରତୀୟ ଅଶୋଧିତ ତୈଳ ସୁପରଟ୍ୟାଙ୍କର୍‌ ସୁରକ୍ଷିତ ଭାବରେ ହର୍ମୁଜ ପ୍ରଣାଳୀ ପାର କରିଛନ୍ତି।…

କ୍ରିକେଟ ଇତିହାସରେ ଭାରତ ପାଇଁ ଦ୍ରୁତତମ ଅର୍ଦ୍ଧଶତକ: ଯୁବରାଜ ସିଂହଙ୍କୁ ପଛରେ ପକାଇଲେ ବୈଭବ ସୂର୍ଯ୍ୟବଂଶୀ

ନୂଆଦିଲ୍ଲୀ,୨୧।୬: ରବିବାର ତ୍ରି-ସିରିଜ ଫାଇନାଲରେ ବୈଭବ ସୂର୍ଯ୍ୟବଂଶୀ ୨୯ ବଲ ରୁ ୯୪ ରନ କରିଥିଲେ। ଯଦିଓ ଏହି ମ୍ୟାଚ ରେ ୧୫ ବର୍ଷୀୟ ଖେଳାଳି ଶତକରୁ…

ଛକା ଚୌକା ବର୍ଷା କରି ସଭିଙ୍କୁ ପୁଣି ଚକିତ କଲେ ବୈଭବ ସୂର୍ଯ୍ୟବଂଶୀ, କଲେ ବିଶ୍ୱ ରେକର୍ଡ

ନୂଆଦିଲ୍ଲୀ,୨୧।୬: ବୈଭବ ସୂର୍ଯ୍ୟବଂଶୀ ଲିଷ୍ଟ ଏ କ୍ରିକେଟର ଇତିହାସରେ ଦ୍ରୁତତମ ଅର୍ଦ୍ଧଶତକ ହାସଲ କରିଛନ୍ତି। ତ୍ରି-ସିରିଜ ଫାଇନାଲରେ ସେ ଶ୍ରୀଲଙ୍କା ଏ ବିପକ୍ଷରେ ମାତ୍ର ୧୧ ବଲରେ…

NDAରେ ସାମିଲ ହେବ DMK? ଶେଷ ପ୍ରତିବନ୍ଧକ ଦୂର, ମୋଦି ସରକାର ଖୁବ ଶୀଘ୍ର ଲୋକ ସଭାରେ ୩୬୦ ଆସନ ହାସଲ କରିବାକୁ ଯାଉଛି

ନୂଆଦିଲ୍ଲୀ,୨୧।୬: ତାମିଲନାଡୁ ରାଜନୀତିରେ ଏକ ଗୁରୁତ୍ୱପୂର୍ଣ୍ଣ ଘଟଣା ଘଟିଛି। ଦ୍ରାବିଡ଼ ମୁନ୍ନେତ୍ର କାଝଗମ (DMK)ର ଦୀର୍ଘକାଳୀନ ସହଯୋଗୀ ଇଣ୍ଡିଆନ ୟୁନିଅନ ମୁସଲିମ ଲିଗ (IUML) ଆନୁଷ୍ଠାନିକ ଭାବରେ…

‘୫୦ ବର୍ଷରେ ୩୦ ବର୍ଷ ଭଳି ଉର୍ଜାଶୀଳ ରୁହନ୍ତୁ’, ଅନ୍ତର୍ଜାତୀୟ ଯୋଗ ପ୍ରଧାନମନ୍ତ୍ରୀ ମୋଦିଙ୍କ ବାର୍ତ୍ତା

କୋଲକାତା,୨୧।୬: ଆଜି ସାରା ବିଶ୍ୱରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ କରାଯାଉଛି। ଏହି ଅବସରରେ କୋଲକାତାରେ ଏକ ଯୋଗ ଦିବସ କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା, ଯେଉଁଥିରେ ପ୍ରଧାନମନ୍ତ୍ରୀ…

ଇସ୍ତଫା ଦେବେକି ବ୍ରିଟେନ ପ୍ରଧାନମନ୍ତ୍ରୀ? ୧୦୦ ରୁ ଅଧିକ ଏମପିଙ୍କ ଚାପ….

ଲଣ୍ଡନ,୨୧।୬: ବ୍ରିଟେନ ପ୍ରଧାନମନ୍ତ୍ରୀ କାଇର ଷ୍ଟାରମରଙ୍କ ଇସ୍ତଫା ସମ୍ପର୍କରେ କଳ୍ପନାଜଳ୍ପନା ତୀବ୍ର ହୋଇଛି । ବ୍ରିଟେନ ଖବରକାଗଜର ଏକ ରିପୋର୍ଟରେ ଦାବି କରାଯାଇଛି ଯେ ଷ୍ଟାରମର ସୋମବାର…

‘ଇଟାଲୀର ଲୋକପ୍ରିୟତା ଆମେରିକା ସହିତ ସମ୍ପର୍କ ଉପରେ ନିର୍ଭର କରେ ନାହିଁ’: ଟ୍ରମ୍ପଙ୍କୁ ମେଲୋନିଙ୍କ କଡ଼ା ଜବାବ

ରୋମ,୨୧।୬: ଇଟାଲୀ ପ୍ରଧାନମନ୍ତ୍ରୀ ଜିଓର୍ଜିଆ ମେଲୋନି ଏବଂ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ମଧ୍ୟରେ ବିବାଦ ବଢ଼ିବାରେ ଲାଗିଛି। ଆଜି, ଶନିବାର, ଟ୍ରମ୍ପ ପୁଣି ଥରେ ମେଲୋନିଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri