ସୁଧୁରୁନି ଚାଇନା: ପୁଣି ଅରୁଣାଚଳ ପ୍ରଦେଶକୁ ନିଜ ଅଞ୍ଚଳ ଭାବେ ଦର୍ଶାଇଲା

ବେଜିଂ,୨୯।୮: ଚାଇନା ମାନଚିତ୍ରର ଏକ ନୂତନ ସଂସ୍କରଣ ପ୍ରକାଶ କରିଛି। ଚାଇନା ମାନଚିତ୍ର ପ୍ରକାଶ କରିବା ମାତ୍ରେ ବିବାଦ ଉପୁଜିଥିଲା। ଚାଇନା ଭାରତର ଅରୁଣାଚଳ ପ୍ରଦେଶ, ଅକସାଇ ଚାଇନା, ତାଇୱାନ ଏବଂ ଦକ୍ଷିଣ ଚାଇନା ସାଗରକୁ ନିଜ ଅଞ୍ଚଳରେ ଦେଖାଇଥିଲା। ଏହା ପରେ ଭାରତ କହିଛି ଯେ, ଅରୁଣାଚଳ ପ୍ରଦେଶ ସର୍ବଦା ଭାରତର ଏକ ଅବିଚ୍ଛେଦ୍ୟ ଅଙ୍ଗ ହୋଇଆସୁଛି ଏବଂ ରହିବ।
ଚାଇନାର ଖବରକାଗଜ ଗ୍ଲୋବାଲ ଟାଇମ୍ସ ଏକ୍ସରେ ଟୁଇଟ୍‌ କରି କହିଛି ଯେ, ଚାଇନା ଅଗଷ୍ଟ ୨୮ରେ ୨୦୨୩ର ଏକ ନୂତନ ମାନଚିତ୍ର ପ୍ରକାଶ କରିଛି। ଚାଇନାର ଜାତୀୟ ସୀମା ତଥା ବିଶ୍ୱର ବିଭିନ୍ନ ଦେଶର ଚିତ୍ରାଙ୍କନ ପଦ୍ଧତି ଉପରେ ଆଧାର କରି ଏହି ମାନଚିତ୍ର ପ୍ରସ୍ତୁତ କରାଯାଇଛି। ଗ୍ଲୋବାଲ ଟାଇମ୍ସ ଦ୍ୱାରା ପ୍ରକାଶିତ ମାନଚିତ୍ରରେ ଅରୁଣାଚଳ ପ୍ରଦେଶ ଏବଂ ଅକସାଇ ଚାଇନା ମଧ୍ୟ ନିଜ ଅଞ୍ଚଳରେ ଦେଖାଯାଇଛି।
ସୂଚନାଯୋଗ୍ୟ, ଚାଇନା ଅରୁଣାଚଳ ପ୍ରଦେଶକୁ ଦକ୍ଷିଣ ତିବ୍ଦତର ଏକ ଅଂଶ ଭାବରେ ବିବେଚନା କରେ। ତେବେ ଚାଇନାର ଏହି ମାନଚିତ୍ରକୁ ଭାରତ ପ୍ରତ୍ୟାଖ୍ୟାନ କରିଛି। ଭାରତ କହିଛି ଯେ, ଅରୁଣାଚଳ ପ୍ରଦେଶ ଭାରତର ଏକ ଅବିଚ୍ଛେଦ୍ୟ ଅଙ୍ଗ ଏବଂ ଭବିଷ୍ୟତରେ ଏହା ମଧ୍ୟ ଭାରତର ଏକ ଅବିଚ୍ଛେଦ୍ୟ ଅଙ୍ଗ ହୋଇ ରହିବ।


Enter your email to get our daily news in your inbox.

All Right Reserved By Dharitri.Com

ସୂର୍ଯ୍ୟ-କେତୁଙ୍କ ‘ଗ୍ରହଣ ଯୋଗ’ରେ ଚମକିବ ଭାଗ୍ୟ: ୭ ଦିନ ପରେ ଏହି ୩ ରାଶିକୁ ହଠାତ୍‌ ମିଳିବ ଧନଲାଭ!

୭ ଦିନ ପରେ ଅର୍ଥାତ୍‌ ୧୭ ଅଗଷ୍ଟ, ୨୦୨୬ ଦିନଟି ଜ୍ୟୋତିଷ ଦୃଷ୍ଟିରୁ ଅତ୍ୟନ୍ତ ବିଶେଷ ରହିବାକୁ ଯାଉଛି। କାରଣ ଏହି ଦିନ ଗ୍ରହମାନଙ୍କ ରାଜା ସୂର୍ଯ୍ୟ…

୮ ଫୁଟ ଲମ୍ବର ଅଜଗର ଉଦ୍ଧାର: ଜମିରେ ଚାଷ କାମ କରୁଥିବାବେଳେ…

କେସିଙ୍ଗା,୧୦।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧିନସ୍ଥ ପଥର୍ଲା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ବାହାଦୁରପଦର ଗାଁସ୍ଥିତ ତେଳନଦୀ ଜମି ପାର୍ଶ୍ୱରୁ ସୋମବାର ୮ ଫୁଟ ଲମ୍ବର…

ଲଗାଣ ବର୍ଷାରେ ଭାଙ୍ଗିଲା ଘର, ପରିବାର ଲୋକ ବେସାହାରା

ଖଡ଼ିଆଳ,୧୦ା୮ (ସୁଜିତ କୁମାର ପ୍ରଧାନ)- ନୂଆପଡ଼ା ଜିଲା ଖଡ଼ିଆଳ ବ୍ଲକ ସାନମହେଶ୍ୱର ପଞ୍ଚାୟତ କୁଲିଗାଁ ଗ୍ରାମରେ ଲଗାଣ ବର୍ଷାରେ ଘର ଭାଙ୍ଗିବା ପରେ ଏକ ପରିବାର ବେସାହାରା…

ଦାଦନ ଖଟିବାକୁ ଯାଇ କେରଳରେ ଯୁବକ ମୃତ; ମୃତଦେହ ଗାଁକୁ ଆଣିବାକୁ ଜିଲାପାଳଙ୍କୁ ନିବେଦନ

ଜି.ଉଦୟଗିରି,୧୦।୮(ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲାରୁ ଦାଦନ ଖଟିବାକୁ କେରଳ ଯାଇଥିବା ଯୁବକଙ୍କ ମୃତ୍ୟୁ ଘଟଣା ନେଇ ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି । ସୂଚନା…

ଅମିତ ଶାହାଙ୍କୁ ଦେଖି ଦୌଡିଲେ କଲେକ୍ଟର: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ, ଦେଖନ୍ତୁ VIDEO

ଚେନ୍ନାଇ,୧୦।୮: ତାମିଲନାଡୁ ଏବଂ ପୁଡୁଚେରୀ ଗସ୍ତ ସମୟରେ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ତିରୁଭନ୍ନାମଲାଇର ପ୍ରସିଦ୍ଧ ଅନ୍ନାମଲାଇର ମନ୍ଦିର ପରିଦର୍ଶନ କରି ବିଶେଷ ପ୍ରାର୍ଥନା କରିଥିଲେ।…

ଏମିତି କଥା କହିଲେ ବକ୍ସର, ହସି ହସି ଗଡ଼ିଲେ ମୋଦି: ପଛରେ ପାକିସ୍ତାନ କନେକ୍ସନ

ନୂଆଦିଲ୍ଲୀ,୧୦।୬: ୨୦୨୬ ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଭାରତର ପ୍ରଦର୍ଶନ ଐତିହାସିକ ଥିଲା। ଦେଶ ୧୩ଟି ସ୍ବର୍ଣ୍ଣ ସହିତ ମୋଟ ୩୯ଟି ପଦକ ହାସଲ କରିଥିଲା। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି…

ମନ୍ଦିରର ଉନ୍ନୟନ କାର୍ଯ୍ୟ ପାଇଁ ସହଯୋଗର ହାତ ବଢ଼ାଇଲେ ଯୁବ ସମାଜସେବୀ ଦୀପକ ମୁଦୁଲି

ଛତ୍ରପୁର, ୧୦।୮ (ଦିଲ୍ଲୀପ ସାମଲ): ଛତ୍ରପୁର ପୌର ପରିଷଦ ଅନ୍ତର୍ଗତ ବ୍ୟାରେକସାହିସ୍ଥିତ ଶ୍ରୀ ସମ୍ପଦ ବିନାୟକ ମନ୍ଦିରର ଉନ୍ନୟନମୂଳକ କାର୍ଯ୍ୟ ପାଇଁ ସହଯୋଗର ହାତ ବଢ଼ାଇଛନ୍ତି ଯୁବ…

ଝାରସୁଗୁଡାରେ ଅଜବ ଘଟଣା: ନାଗସାପକୁ କାମୁଡ଼ି ମାରିଦେଲେ ଯୁବକ, ପୂରା ଘଟଣା ଜାଣିଲେ…

ଝାରସୁଗୁଡା,ଲାଇକେରା, ୧୦।୮(ଆଶିଷ ରଞ୍ଜନ ଦାଶ/ରଞ୍ଜନ କୁମାର ମେହେର):ଗୁଣିଆର ଅନ୍ଧବିଶ୍ୱାସୀ କଥାରେ ପଡ଼ି ଜଣେ ଯୁବକ ନାଗସାପର ଫଣାକୁ ଦାନ୍ତରେ କାମୁଡ଼ି ଛିଣ୍ଡାଇ ମାରିଦେବା ଭଳି ଏକ ଅଜବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri