ଆମେରିକା ବିରୋଧରେ ଯୁଦ୍ଧ ପାଇଁ ପ୍ରସ୍ତୁତ ହେଉଛି ଚାଇନା…

ଓ୍ବାଶିଂଟନ,୩।୭ : ଆସନ୍ତା ବର୍ଷ ୨୦୨୪ ରେ ଆମେରିକାରେ ରାଷ୍ଟ୍ରପତି ନିର୍ବାଚନ ଅନୁଷ୍ଠିତ ହେବ। ନିକ୍କି ହାଲି ରିପବ୍ଲିକାନ ପାର୍ଟିର ରାଷ୍ଟ୍ରପତି ପ୍ରାର୍ଥୀ ଅଟନ୍ତି। ଆମେରିକାର ଫକ୍ସ ନ୍ୟୁଜରେ ଏକ ସାକ୍ଷାତକାର ଦେଇ ସେ ଚାଇନା ସୈବାହିନୀର ଦକ୍ଷତା ଏବଂ ସେନା ପ୍ରଯୁକ୍ତିବିଦ୍ୟାରେ ବିକାଶ ଆମେରିକା ପାଇଁ ଏକ ଗୁରୁତର ବିପଦ ବୋଲି ଦର୍ଶାଇଛନ୍ତି।

ଯଦି ସାମରିକ ପରିସ୍ଥିତିକୁ ଦେଖାଯାଏ ତେବେ ଚାଇନାରେ ବର୍ତ୍ତମାନ ବିଶ୍ୱର ସର୍ବବୃହତ ନୌସେନା ଜାହାଜ ଅଛି। ହାଲି ଚେତାବନୀ ଦେଇଛନ୍ତି ଚାଇନା ଆମ ସହ ଯୁଦ୍ଧ ପାଇଁ ଦଶନ୍ଧି ଧରି ପ୍ରସ୍ତୁତ ହେଉଛି। ଚାଇନା ସହିତ ଆମକୁ କିପରି ମୁକାବିଲା କରିବାକୁ ହେବ ତାହା ଚିନ୍ତା କରିବାକୁ ପଡ଼ିବ।

ଏକ ରିପୋର୍ଟକୁ ଦର୍ଶାଇ ରିପବ୍ଲିକାନ ପାର୍ଟି ସଦସ୍ୟା ହାଲି ଚାଇନାର ସେନା କ୍ଷମତାକୁ ଦର୍ଶାଇ ଛନ୍ତି। ଚାଇନା ପାଖରେ ୩୪୦ଟି ଜାହାଜ ଅଛି। ଆମେରିକାର ୨୯୩ ଜାହାଜ ଅଛି। ଆଗାମୀ ୨ ବର୍ଷରେ ଚାଇନାର ଜାହାଜ ସଂଖ୍ୟା ୪୦୦ ଛୁଇଁବ। ଦୁଇ ଦଶନ୍ଧିରେ ଆମର ଜାହାବ ସଂଖ୍ୟା ୩୫୦ ହେବ। ସେମାନେ ହାଇପରସୋନିକ କ୍ଷେପଣାସ୍ତ୍ର ବିକଶିତ କରିବା ଆରମ୍ଭ କରିଛନ୍ତି। ଆମେ ବର୍ତ୍ତମାନ ତାହା ଆରମ୍ଭ କରୁଛୁ ।

ସୁରକ୍ଷା ଦୃଷ୍ଟିରୁ ଚାଇନା ଅନେକ ଗୁରୁତ୍ୱପୂର୍ଣ୍ଣ କ୍ଷେତ୍ରରେ ଆମେରିକାଠାରୁ ଆଗରେ ରହିଛି। ଚାଇନା ନିଜର ସେନାକୁ ଆଧୁନିକୀକରଣ କରୁଛି। ଚାଇନା ସାଇବର, ଏଆଇ ଏବଂ ସ୍ପେସ ଉପରେ କାମ କରୁଛନ୍ତି । ଚାଇନା ଆମଠାରୁ ଆଗରେ ଅଛି।

ହାଲି କହିଛନ୍ତି, ଆମକୁ କିଛି କାମ କରିବାକୁ ପଡ଼ିବ ଏବଂ ଆମ ସେନାକୁ ମଜବୁତ କରିବାକୁ ପଡ଼ିବ।


Enter your email to get our daily news in your inbox.

All Right Reserved By Dharitri.Com

ଦେଶରେ ଲାଗିବ କି ଲକ୍‌ଡାଉନ? ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେବା ପରେ ମୋଦି କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୭।୩: ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶର ପ୍ରାୟ ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀ ଏବଂ ଉପରାଜ୍ୟପାଳମାନଙ୍କ ସହିତ ଏକ ଭର୍ଚୁଆଲ ବୈଠକର ଅଧ୍ୟକ୍ଷତା କରିଥିଲେ। ଏହି ବୈଠକର…

ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବଡ଼ ଘୋଷଣା, ଓଡ଼ିଶାକୁ ୧୦,୫୯୯ କୋଟିର…

ନୂଆଦିଲ୍ଲୀ,୨୭।୩: ଓଡ଼ିଶାର ରେଳ ଭିତ୍ତିଭୂମି ବିକାଶ କ୍ଷେତ୍ରରେ କେନ୍ଦ୍ର ସରକାର ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ ଓଡ଼ିଶାକୁ ରେଳବାଇ କ୍ଷେତ୍ରରେ…

ପଶ୍ଚିମ ଏସିଆ ସଂଘର୍ଷ: ମୁଖ୍ୟମନ୍ତ୍ରୀମାନଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ; ସାମିଲ ହେଲେ ନାହିଁ ଏସବୁ ରାଜ୍ୟର CM

ନୂଆଦିଲ୍ଲୀ,୨୭।୩: ପଶ୍ଚିମ ଏସିଆରେ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ବିଶ୍ୱସ୍ତରୀୟ ପ୍ରଭାବକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଭିଡିଓ କନଫରେନ୍ସିଂ ମାଧ୍ୟମରେ…

ରାସ୍ତାକଡ଼ ବୁଦା ଭିତରୁ ମିଳିଲା ପୁଳାପୁଳା ସରକାରୀ ଔଷଧ, ଏକ୍ସପାଏରୀ ଡେଟ୍‌ ଥିଲେ ସୁଦ୍ଧା କିଏ ଫିଙ୍ଗିଲା ସେ ନେଇ…

ସୁନ୍ଦରଗଡ଼, ୨୭।୩(ଜୟ ନାରାୟଣ ମେଣ୍ଡୁଳି): ସରକାର ଗରିବ ଲୋକଙ୍କୁ ମାଗଣାରେ ସ୍ବାସ୍ଥ୍ୟସେବା ଓ ଔଷଧ ଯୋଗାଇବା ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ, ସୁନ୍ଦରଗଡ଼ରେ…

୩ୟ ବିଶ୍ୱଯୁଦ୍ଧର ଭୟଙ୍କର ରୂପ! ଆମେରିକା ସହ ଯୁଦ୍ଧ କରିବେ ୧୨ବର୍ଷର ପିଲା

ତେହରାନ,୨୭।୩: ଇରାନ-ଇସ୍ରାଏଲ ବିବାଦ ମଧ୍ୟରେ, ଯେତେବେଳେ ଆମେରିକା ଗୋଟିଏ ମୋର୍ଚ୍ଚାରେ ଇରାନରେ ତାର ସୈନ୍ୟ ମୁତୟନ କରିବାକୁ ପ୍ରସ୍ତୁତ ହେଉଛି, ଅନ୍ୟପଟେ ଇରାନ ଏବେ ତାର ସୈନ୍ୟବାହିନୀକୁ…

ଓଡିଶାର ଶ୍ରେଷ୍ଠ ପୋଲିସ ଥାନା ଘୋଷଣା: ବାଜିମାରିଲା ଏହି ଥାନା

ଛତ୍ରପୁର, ୨୭/୩ (ଦିଲ୍ଲୀପ ସାମଲ): ଭାରତ ସରକାରଙ୍କ ଗୃହ ମନ୍ତ୍ରଣାଳୟ ଦ୍ୱାରା ଗଞ୍ଜାମ ପୋଲିସ ଜିଲାର ବଡ଼ଗଡ଼ ପୋଲିସ ଥାନା ୨୦୨୫ ବର୍ଷ ପାଇଁ ଓଡ଼ିଶାର ଶ୍ରେଷ୍ଠ…

ବୁଢ଼ୀ ଠାକୁରାଣୀ ଯାତ୍ରା ପାଇଁ ପାଟପୁର ଗାଁ ଉତ୍ସବମୁଖର: ଅସ୍ଥାୟୀ ପୀଠରେ ପୂଜା ପାଇଲେ ଦେବୀ

ଦିଗପହଣ୍ଡି,୨୭୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ପାଟପୁର ଗାଁର ଗ୍ରାମ ଦେବତୀ ମା’ ବୁଢ଼ୀ ଠାକୁରାଣୀଙ୍କ ଯାତ୍ରା ଦୁଇବର୍ଷ ବ୍ୟବଧାନରେ ଚୈତ୍ର ଶୁକ୍ଳ ନବମୀ ତିଥି…

ଯୁଦ୍ଧ ଭିତରେ ମିସାଇଲ କିଣିଲା ଭାରତ, ଥରିଲା ପାକିସ୍ତାନ!

ନୂଆଦିଲ୍ଲୀ,୨୭।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଭାରତ ରୁଷିଆଠାରୁ ‘ଟୁଙ୍ଗୁସ୍କା’ ଆଣ୍ଟି-ଏୟାରକ୍ରାଫ୍ଟ ଏବଂ ମିସାଇଲ ସିଷ୍ଟମ ହାସଲ କରିବାକୁ ଯୋଜନା କରିଛି। ଏଥିପାଇଁ, ଭାରତ ରୁଷିଆର ରୋସୋବୋରୋନେକ୍ସପୋର୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri