୨୦୨୭ ସୁଦ୍ଧା ତାଇୱାନ ଉପରେ ଆକ୍ରମଣ କରିବାକୁ ପ୍ରସ୍ତୁତ ହେଉଛି ଚାଇନା: ଆମେରିକା…

ବେଜିଂ/ତାଇପେ/ଓ୍ବାଶିଂଟନ,୧।୩ : ଆମେରିକାର ସିଆଇଏ ନିର୍ଦ୍ଦେଶକ ୱିଲିୟମ ବର୍ନସ କହିଛନ୍ତି ଯେ ଚାଇନ ରାଷ୍ଟ୍ରପତି ଶି ଜିନପିଙ୍ଗ ୨୦୨୭ ସୁଦ୍ଧା ତାଇୱାନ ଉପରେ ଆକ୍ରମଣ କରିବାକୁ ପ୍ରସ୍ତୁତ ରହିବାକୁ ଚାଇନା ସୈନିକଙ୍କୁ କହିଛନ୍ତି। ତେବେ ଏହାର ଅର୍ଥ ନୁହେଁ ଯେ ଚାଇନା ୨୦୨୭ କିମ୍ବା ଅନ୍ୟ କୌଣସି ବର୍ଷରେ ତାଇୱାନ ଉପରେ ସାମରିକ ଆକ୍ରମଣ କରିବାକୁ ନିଷ୍ପତ୍ତି ନେଇଛି। ସେ କହିଛନ୍ତି ଯେ ୟୁକ୍ରେନରେ ରୁଷିଆର ସ୍ଥିତିକୁ ଦୃଷ୍ଟିରେ ରଖି ସେ ତାଇୱାନ ଉପରେ ଆକ୍ରମଣକୁ ସମ୍ପୂର୍ଣ୍ଣ କରିପାରିବେ କି ନାହିଁ ଚାଇନା ରାଷ୍ଟ୍ରପତି ସନ୍ଦେହ କରୁଛନ୍ତି।

ଏକ ଟେଲିଭିଜନ ସାକ୍ଷାତକାରରେ ସେ କହିଛନ୍ତି ତାଇୱାନକୁ ନିୟନ୍ତ୍ରଣ କରିବା ପାଇଁ ଆମେରିକା ଚାଇନା ଯୋଜନାକୁ ଗୁରୁତ୍ୱ ପ୍ରଦାନ କରି ସୁରକ୍ଷା ବ୍ୟବସ୍ଥା ଉପରେ ଧ୍ୟାନ ଦେଉଛି। ତେବେ ସେ ଏହା ମଧ୍ୟ ସ୍ପଷ୍ଟ କରିଛନ୍ତି ଯେ ଏହା ପ୍ରତ୍ୟକ୍ଷ ସାମରିକ ବିବାଦ ପାଇଁ ଉଦ୍ଦିଷ୍ଟ ନୁହେଁ।

ରୁଷିଆ ୟୁକ୍ରେନରେ ଯୁଦ୍ଧ ଆରମ୍ଭ କରିବା ଭୁଲ ହୋଇଥିବା ଚର୍ଚ୍ଚା ହେଉଛି। ଅନେକ ରିପୋର୍ଟରେ କୁହାଯାଇଛି ଯେ ରାଷ୍ଟ୍ରପତି ଭ୍ଳାଡିମିର ପୁଟିନ ନିଜେ ଜାଣି ନ ଥିଲେ ଯେ ଏହି ଯୁଦ୍ଧ ଏତେ ଦିନ ପର୍ଯ୍ୟନ୍ତ ଚାଲିବ ଏବଂ ରୁଷିଆକୁ ବହୁ କ୍ଷତି ସହିବାକୁ ପଡିବ। ଏହି ଯୁଦ୍ଧ ଚାଇନାକୁ ତାଇୱାନ ପ୍ରସଙ୍ଗରେ ମଧ୍ୟ ଚିନ୍ତା କରିବାକୁ ବାଧ୍ୟ କରିଛି। ୟୁକ୍ରେନରେ ରୁଷିଆର ଅଭିଜ୍ଞତା ପରେ ଚାଇନା ରାଷ୍ଟ୍ରପତି ଶି ଜିନପିଙ୍ଗ ଏବଂ ତାଙ୍କର ସାମରିକ ନେତୃତ୍ୱ ତାଇୱାନ ଉପରେ ଆକ୍ରମଣ କରିବାର କ୍ଷମତା ଉପରେ ସନ୍ଦେହ କରୁଛନ୍ତି। ତାଇଓ୍ବାନ ବିରୋଧରେ କାର୍ଯ୍ୟାନୁଷ୍ଠାନ ପାଇଁ ସେ ପଛଘୁଞ୍ଚା ଦେଉଥିବା ବର୍ନସ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରକ୍ଷାବନ୍ଧନ ପର୍ଯ୍ୟନ୍ତ ୩ ରାଶିଙ୍କୁ ବୁଧ ଦେବେ ଶୁଭ ଫଳ! ଅଚାନକ ଟଙ୍କା….

ଜ୍ୟୋତିଷ ଶାସ୍ତ୍ର ଅନୁସାରେ ବୁଧ ଗ୍ରହକୁ ବୁଦ୍ଧି, ବାଣିଜ୍ୟ ଓ ଆର୍ଥିକ କାରବାରର କାରକ ଗ୍ରହ ବୋଲି ମନାଯାଏ । ବୁଧ ଏବେ କେତୁଙ୍କ ମଘା ନକ୍ଷତ୍ରରେ…

ଉଛୁଳୁଛି ସମୁଦ୍ର, ପୃଥିବୀ ଆଡକୁ ମାଡି ଆସୁଛି ବଡ଼ ‘ବିପର୍ଯ୍ୟୟ’? ବର୍ଷା-ବନ୍ୟା ଦେଉଛି ବିପଦର ବଡ଼ ସଙ୍କେତ

ନୂଆଦିଲ୍ଲୀ,୨୫।୮: ବିଶ୍ୱ ପାଣିପାଗ ଧାରାରେ ଦ୍ରୁତ ପରିବର୍ତ୍ତନ ହେଉଛି। କିଛି ଅଞ୍ଚଳ ପ୍ରବଳ ଗରମ ଅନୁଭବ କରୁଥିବା ବେଳେ, ଅନ୍ୟ ଅଞ୍ଚଳରେ ଅଳ୍ପ ସମୟ ମଧ୍ୟରେ ଏତେ…

ଅବସର ନେବେ ଗଡ଼କରୀ! ଦେଲେ ଏମିତି ବୟାନହେଲାଣି ରାଜନୈତିକ ଚର୍ଚ୍ଚା

ନୂଆଦିଲ୍ଲୀ,୨୫।୮: ନାଗପୁର ଜିଲାର କାଟୋଲ ଅଞ୍ଚଳର ପାରାଡସିଙ୍ଗାରେ ଆୟୋଜିତ ଏକଲବ୍ୟ ଏକଲ ବିଦ୍ୟାଳୟର ଶିକ୍ଷକ ଏବଂ ପର୍ଯ୍ୟବେକ୍ଷକଙ୍କ ପାଇଁ ଏକ ତାଲିମ ଅଧିବେଶନରେ କେନ୍ଦ୍ରମନ୍ତ୍ରୀ ନୀତିନ ଗଡକରୀ…

ବୈଭବ ସୂର୍ଯ୍ୟବଂଶୀ ତାଙ୍କ ଜର୍ସିର ପ୍ରକୃତ ନମ୍ବର କାହିଁକି ଲୁଚାଇ ଦେଇଥିଲେ? ଯାହା ପାଲଟିଲାଣି ଆଲୋଚନାର ବିଷୟ

ନୂଆଦିଲ୍ଲୀ,୨୫।୮: ସମସ୍ତଙ୍କ ନଜର ଏବେ ଭାରତର ଯୁବ ତାରକା, 15 ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀଙ୍କ ଉପରେ। ଏହି ଯୁବ ବ୍ୟାଟସମ୍ୟାନ ତାଙ୍କର ବିସ୍ଫୋରକ ବ୍ୟାଟିଂ ଶୈଳୀ ମାଧ୍ୟମରେ…

ଏନସିସି ଆର୍ମି ୱିଙ୍ଗର କ୍ୟାଡେଟ ଚୟନ ଶିବିର: ଛାତ୍ରୀଛାତ୍ରଙ୍କ ମଧ୍ୟରେ ବୃଦ୍ଧି ପାଉଛି ଆଗ୍ରହ

ଭଞ୍ଜନଗର, ୨୫।୮ (ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ମଙ୍ଗଳବାର ଏନସିସି ଆର୍ମି ୱିଙ୍ଗର କ୍ୟାଡେଟ ଚୟନ ଶିବିର ଅନୁଷ୍ଠିତ…

ବ୍ୟବସାୟୀଙ୍କ ଘରୁ ଚୋରି ଘଟଣାରେ ୬ ଗିରଫ: ସୁନା-ରୁପା ଜବତ

କେସିଙ୍ଗା,୨୫।୮(ତୁମେଶ୍ୱର ସାହୁ) : କେସିଙ୍ଗା ସହର ୱାର୍ଡ ନଂ-୩ର ବ୍ୟବସାୟୀ ପୁନମ ଜୈନଙ୍କ ଘରୁ ଗତ ଜୁଲାଇ ୨୧ ତାରିଖରେ ତାଲା ଭାଙ୍ଗି ସୁନା, ରୁପା ଓ…

ସ୍ବାମୀଙ୍କ ଆଗରେ ଚାଲିଗଲା ସାବିତ୍ରୀଙ୍କ ଜୀବନ: ନାତୁଣୀ ଜନ୍ମଦିନ ସାରି ଫେରୁଥିବାବେଳେ ଘଟିଲା…

ତାଳଚେର,୨୫।୮(ମନୋଜ ନନ୍ଦ): ଅନୁଗୋଳ ଜିଲା ତାଳଚେର ଚାଇଁପାଳ ଓଭର ବ୍ରିଜ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଠାରେ ଏକ ସ୍କୁଟିକୁ ଧକ୍କା ଦେଇଛି ଟ୍ରକ।…

ଚମକିଲେ ବୈଭବ ସୂର୍ଯ୍ୟବଂଶୀ; ଗୋଟିଏ ଓଭରରେ କଲେ ଏମିତି କାମ, ଚାହିଁକି ରହିଗଲେ…

ନୂଆଦିଲ୍ଲୀ,୨୫।୮: ବେଙ୍ଗାଲୁରୁସ୍ଥିତ BCCI ସେଣ୍ଟର ଅଫ୍ ଏକ୍ସିଲେନ୍ସରେ ଚାଲିଥିବା ଦୁଲୀପ ଟ୍ରଫିର କ୍ୱାର୍ଟରଫାଇନାଲ୍ ମ୍ୟାଚ୍‌ରେ ଇଷ୍ଟ ଜୋନ୍ ପକ୍ଷରୁ ଦମଦାର ବୋଲିଂ କରିଛନ୍ତି ୧୫ ବର୍ଷୀୟ ବୈଭବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri