Posted inଜାତୀୟ

ଷଡ଼ଯନ୍ତ୍ରକାରୀଙ୍କୁ ସୁରକ୍ଷା ଦେଉଛି ଚାଇନା

ମୁମ୍ବାଇ/ନୂଆଦିଲ୍ଲୀ,୨୬।୧୧(ପି.ଟି.): ୨୦୦୮ ନଭେମ୍ବର ୨୬ରେ ମୁମ୍ବାଇରେ ହୋଇଥିବା ଆତଙ୍କବାଦୀ ଆକ୍ରମଣର ଷଡ଼ଯନ୍ତ୍ରକାରୀ ଓ ପରିଚାଳକମାନଙ୍କୁ ଦଣ୍ଡ ଦେବା ଲାଗି ଭାରତ ଉଦ୍ୟମ ଜାରି ରଖିଥିଲେ ହେଁ ଚାଇନା କ୍ରମାଗତ ଭାବେ ଏହାକୁ ରୋକୁଥିବା ଜାତିସଂଘରେ ଭାରତର ସ୍ଥାୟୀ ପ୍ରତିନିଧି ରୁଚିରା କମ୍ବୋଜ୍‌ କହିଛନ୍ତି। ରାଜନୈତିକ କାରଣରୁ ଅପରାଧୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ହେଉନାହିଁ। ଜାତିସଂଘରେ ପାକିସ୍ତାନୀ ଆତଙ୍କବାଦୀ ସଂଗଠନକୁ କଳା ତାଲିକାଭୁକ୍ତ କରିବା ଲାଗି ନୂଆଦିଲ୍ଲୀର ବାରମ୍ବାର ଉଦ୍ୟମ କରିଛି। ଅନ୍ତର୍ଜାତୀୟ ଶାନ୍ତି ଓ ସୁରକ୍ଷା ପ୍ରତି ଆତଙ୍କବାଦ ଗମ୍ଭୀର ବିପଦ ଭାବେ ଉଭା ହୋଇଛି। ଏସୀୟ, ଆଫ୍ରିକା ସମେତ ବିଭିନ୍ନ ଦେଶରେ ଆଇଏସ୍‌ଆଇଏସ୍‌ ଏବଂ ଅଲ୍‌କାଏଦା ସ୍ବୀକୃତିପ୍ରାପ୍ତ ଆତଙ୍କବାଦୀ ସଂଗଠନ ନିର୍ଦ୍ଦିଷ୍ଟ ବ୍ୟକ୍ତି ଏବଂ ସୁରକ୍ଷା କର୍ମୀଙ୍କୁ ଟାର୍ଗେଟ କରି ଆକ୍ରମଣ ଜାରି ରଖିଛନ୍ତି। ୨୦୦୮ ନଭେମ୍ବରରେ ପାକିସ୍ତାନରୁ ୧୦ ଆତଙ୍କବାଦୀ ସମୁଦ୍ରପଥରେ ଆସି ମୁମ୍ବାଇରେ ଆକ୍ରମଣ କରିଥିଲେ। ସେମାନଙ୍କ ଆକ୍ରମଣରେ ୨୬ ବିଦେଶୀଙ୍କ ସମେତ ୧୬୬ ଜଣଙ୍କ ମୃତ୍ୟୁ ଘଟିଥିଲା। ପାକିସ୍ତାନୀ ଆତଙ୍କବାଦୀ ହଫିଜ୍‌ ତଲାହ ସୟିଦ, ଲଶ୍କର ନେତା ସହିଦ ମହମ୍ମଦ, ସାଜିଦ ମୀର, ଜୈଶ-ଇ-ମହମ୍ମଦ ନେତା ଅବଦୁଲ ରୌଫ ଆଝାର ଏବଂ ଅବଦୁଲ ରେହମନ ମକ୍କିଙ୍କୁ କଳା ତାଲିକାଭୁକ୍ତ କରିବା ଲାଗି ଭାରତ ପ୍ରସ୍ତାବ ଆଣିଥିଲେ ମଧ୍ୟ ପାକିସ୍ତାନର ସବୁଦିନିଆ ବନ୍ଧୁ ଚାଇନା ଏହାକୁ ରୋକୁଛି।


Enter your email to get our daily news in your inbox.

All Right Reserved By Dharitri.Com

ମହାରାଷ୍ଟ୍ର ପୌର ନିର୍ବାଚନ: ମହାମେଣ୍ଟର ବଡ଼ ବିଜୟ

ମୁମ୍ବାଇ,୨୧ା୧୨: ମହାରାଷ୍ଟ୍ର ନଗର ପରିଷଦ ଓ ପଞ୍ଚାୟତ ନିର୍ବାଚନରେ ଶାସକ ମହାମେଣ୍ଟ ବିପୁଳ ବିଜୟ ଲାଭ କରିଥିବା ବେଳେ ଭାଜପା ଏକକ ସଂଖ୍ୟାଗରିଷ୍ଠ ଦଳ ହୋଇଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

ମୁହାଁମୁହିଁ ଧକ୍କା ହେଲା ବୋଲେରୋ-କାର୍, ରାସ୍ତାରେ ଦେଖାଗଲା…

ବଲାଙ୍ଗିର,୨୧/୧୨ (ସୁନିଲ ମହାନ୍ତି): ବଲାଙ୍ଗିର ସହର ସଦର ବ୍ଳକ ଛକ ନିକଟରେ ଏକ ବୋଲେରୋ ଓ କାର୍ ମୁହାଁ ମୁହଁ ଧକ୍କା ହୋଇଥଲା । ଦୁଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri