Posted inଜାତୀୟ

ଷଡ଼ଯନ୍ତ୍ରକାରୀଙ୍କୁ ସୁରକ୍ଷା ଦେଉଛି ଚାଇନା

ମୁମ୍ବାଇ/ନୂଆଦିଲ୍ଲୀ,୨୬।୧୧(ପି.ଟି.): ୨୦୦୮ ନଭେମ୍ବର ୨୬ରେ ମୁମ୍ବାଇରେ ହୋଇଥିବା ଆତଙ୍କବାଦୀ ଆକ୍ରମଣର ଷଡ଼ଯନ୍ତ୍ରକାରୀ ଓ ପରିଚାଳକମାନଙ୍କୁ ଦଣ୍ଡ ଦେବା ଲାଗି ଭାରତ ଉଦ୍ୟମ ଜାରି ରଖିଥିଲେ ହେଁ ଚାଇନା କ୍ରମାଗତ ଭାବେ ଏହାକୁ ରୋକୁଥିବା ଜାତିସଂଘରେ ଭାରତର ସ୍ଥାୟୀ ପ୍ରତିନିଧି ରୁଚିରା କମ୍ବୋଜ୍‌ କହିଛନ୍ତି। ରାଜନୈତିକ କାରଣରୁ ଅପରାଧୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ହେଉନାହିଁ। ଜାତିସଂଘରେ ପାକିସ୍ତାନୀ ଆତଙ୍କବାଦୀ ସଂଗଠନକୁ କଳା ତାଲିକାଭୁକ୍ତ କରିବା ଲାଗି ନୂଆଦିଲ୍ଲୀର ବାରମ୍ବାର ଉଦ୍ୟମ କରିଛି। ଅନ୍ତର୍ଜାତୀୟ ଶାନ୍ତି ଓ ସୁରକ୍ଷା ପ୍ରତି ଆତଙ୍କବାଦ ଗମ୍ଭୀର ବିପଦ ଭାବେ ଉଭା ହୋଇଛି। ଏସୀୟ, ଆଫ୍ରିକା ସମେତ ବିଭିନ୍ନ ଦେଶରେ ଆଇଏସ୍‌ଆଇଏସ୍‌ ଏବଂ ଅଲ୍‌କାଏଦା ସ୍ବୀକୃତିପ୍ରାପ୍ତ ଆତଙ୍କବାଦୀ ସଂଗଠନ ନିର୍ଦ୍ଦିଷ୍ଟ ବ୍ୟକ୍ତି ଏବଂ ସୁରକ୍ଷା କର୍ମୀଙ୍କୁ ଟାର୍ଗେଟ କରି ଆକ୍ରମଣ ଜାରି ରଖିଛନ୍ତି। ୨୦୦୮ ନଭେମ୍ବରରେ ପାକିସ୍ତାନରୁ ୧୦ ଆତଙ୍କବାଦୀ ସମୁଦ୍ରପଥରେ ଆସି ମୁମ୍ବାଇରେ ଆକ୍ରମଣ କରିଥିଲେ। ସେମାନଙ୍କ ଆକ୍ରମଣରେ ୨୬ ବିଦେଶୀଙ୍କ ସମେତ ୧୬୬ ଜଣଙ୍କ ମୃତ୍ୟୁ ଘଟିଥିଲା। ପାକିସ୍ତାନୀ ଆତଙ୍କବାଦୀ ହଫିଜ୍‌ ତଲାହ ସୟିଦ, ଲଶ୍କର ନେତା ସହିଦ ମହମ୍ମଦ, ସାଜିଦ ମୀର, ଜୈଶ-ଇ-ମହମ୍ମଦ ନେତା ଅବଦୁଲ ରୌଫ ଆଝାର ଏବଂ ଅବଦୁଲ ରେହମନ ମକ୍କିଙ୍କୁ କଳା ତାଲିକାଭୁକ୍ତ କରିବା ଲାଗି ଭାରତ ପ୍ରସ୍ତାବ ଆଣିଥିଲେ ମଧ୍ୟ ପାକିସ୍ତାନର ସବୁଦିନିଆ ବନ୍ଧୁ ଚାଇନା ଏହାକୁ ରୋକୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଡାକ୍ତରଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନରେ କାର୍ଯ୍ୟାନୁଷ୍ଠାନ ପାଇଁ ବାଧ୍ୟ: ସ୍ବାସ୍ଥ୍ୟ ନିର୍ଦ୍ଦେଶକ

ଭୁବନେଶ୍ୱର,୩ା୭: ସରକାରଙ୍କ ନିର୍ଦ୍ଦେଶ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ନେବା ପାଇଁ ବାଧ୍ୟ ବୋଲି କହିଛନ୍ତି ରାଜ୍ୟ ସ୍ବାସ୍ଥ୍ୟ ନିର୍ଦ୍ଦେଶକ ମୋହନ ପଣ୍ଡା। ଡାକ୍ତରଙ୍କ କାର୍ଯ୍ୟ ବନ୍ଦ ଆନ୍ଦୋଳନ ସ୍ଥିତି…

ଚମତ୍କାର କଲେ ରାହୁଲ ଦ୍ରାବିଡଙ୍କ ପୁଅ: ମହାରାଜା ଟ୍ରଫିରେ…

ନୂଆଦିଲ୍ଲୀ,୩।୭: ଭାରତୀୟ କ୍ରିକେଟ କିମ୍ବଦନ୍ତୀ ରାହୁଲ ଦ୍ରାବିଡଙ୍କ ବଡ଼ ପୁଅ ସମିତ ଦ୍ରାବିଡ ପୁଣିଥରେ ତାଙ୍କ ବ୍ୟାଟିଂ ଦକ୍ଷତା ସହିତ ଚର୍ଚ୍ଚାର ପରିସରକୁ ଆସିଛନ୍ତି। ମହାରାଜା ଟ୍ରଫି…

କରୁର୍ ଦଳାଚକଟା; ରାଜ୍ୟ ସରକାରଙ୍କ ବଡ଼ ଘୋଷଣା, ୪୧ ମୃତକଙ୍କ ପରିବାରକୁ ମିଳିବ ସରକାରୀ ଚାକିରି!

ଚେନ୍ନାଇ,୩ା୭: କରୁରରେ ଟିଭିକେ ନେତା ବିଜୟଙ୍କ ପ୍ରଚାର ସମୟରେ ଦଳାଚକଟାରେ ୪୧ଜଣଙ୍କ ଜୀବନ ଯଆଇଥିଲେ । ଏହି ଘଟଣାରେ ଗୁରୁବାର ଦିନ ସି ଜୋସେଫ ବିଜୟଙ୍କ ନେତୃତ୍ୱାଧୀନ…

ମେଡିକାଲ ଆଗରେ ପଡ଼ିଛି ଯୁବକଙ୍କ ରକ୍ତାକ୍ତ ମୃତଦେହ, ହତ୍ୟା ଅଭିଯୋଗ

ବେଲପାହାଡ଼,୩ା୭(ସୁବାସ ପ୍ରଧାନ): ବେଲପାହାଡ଼ ପୌରାଞ୍ଚଳରେ ଶୁକ୍ରବାର ସକାଳୁ ଏକ ଅଭାବନୀୟ କାଣ୍ଡ ଘଟିଯାଇଥିବା ଅଭିଯୋଗ ହୋଇଛି। ଯାହାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଚାଞ୍ଚଲ୍ୟ ଏବଂ ଉତ୍ତେଜନା ପ୍ରକାଶ…

Cristiano Ronaldo Retirement Plans: ବିଶ୍ୱକପ ପରେ କ୍ରିଷ୍ଟିଆନୋ ରୋନାଲ୍ଡୋ ଅବସର ନେବେ? ଭଉଣୀ କହିଲେ ବଡ଼ କଥା

ଲିସବନ,.୩।୭: କ୍ରିଷ୍ଟିଆନୋ ରୋନାଲ୍ଡୋ ଗୁରୁବାର ଫିଫା ବିଶ୍ୱକପ ନକଆଉଟ ମ୍ୟାଚରେ ସବୁଠାରୁ ବୟସ୍କ ଖେଳାଳି ହୋଇ ଆଉ ଏକ ରେକର୍ଡ ସ୍ଥାପନ କରିଛନ୍ତି। ଗୁରୁବାର ରାଉଣ୍ଡ ଅଫ…

ମାଲାମାଲ ଅକ୍ଷୟ: ଗୋଟିଏ ମାସରେ ୪ ଫ୍ଲାଟ୍‌ ବିକି ଏତିକି ଟଙ୍କା କଲେ ଲାଭ

ବଲିଉଡ ଅଭିନେତା ଅକ୍ଷୟ କୁମାର କେବଳ ଚଳଚ୍ଚିତ୍ରରୁ ନୁହେଁ ବରଂ ରିଅଲ ଇଷ୍ଟେଟରୁ ମଧ୍ୟ ରୋଜଗାର କରୁଛନ୍ତି। ସାମ୍ପ୍ରତିକ ମାସ ଗୁଡ଼ିକରେ ତାଙ୍କର ପ୍ରୋଜେକ୍ଟ ‘ଭୂତ ବଙ୍ଗଳା’…

ଓଲଟିଲା ସିଆର୍‌ପିଏଫ୍‌ ଯବାନଙ୍କ ଗାଡ଼ି, ୬ ଆହତ

ଶ୍ରୀନଗର,୩ା୭: ଜମ୍ମୁ-କଶ୍ମୀରର ଗାଣ୍ଡେରବଲ ଜିଲାର ସୋନମାର୍ଗ ଅଟଳ ସୁଡ଼ଙ୍ଗ ନିକଟରେ କେନ୍ଦ୍ରୀୟ ରିଜର୍ଭ ପୋଲିସ ଫୋର୍ସ (CRPF) କର୍ମଚାରୀଙ୍କୁ ନେଇ ଯାଉଥିବା ଏକ ଗାଡ଼ି ଓଲଟି ପଡ଼ିଛି।…

ପେଟ୍ରୋଲରେ ଇଥାନଲ ମିଶାଇଲେ ଗାଡ଼ିର ମାଇଲେଜ କମିଯାଏ କି? କେନ୍ଦ୍ରମନ୍ତ୍ରୀ କହିଲେ…

ନୂଆଦିଲ୍ଲୀ,୩।୭: ପେଟ୍ରୋଲରେ ଇଥାନଲ ବ୍ୟବହାର ନେଇ ଦେଶରେ ବର୍ତ୍ତମାନ ଏକ ଉଷ୍ମ ବିତର୍କ ଚାଲିଛି। ଏହି ପ୍ରସଙ୍ଗକୁ ସମ୍ବୋଧିତ କରି ପେଟ୍ରୋଲିୟମ ମନ୍ତ୍ରୀ ହରଦୀପ ସିଂହ ପୁରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri