ବେଲ୍ଟ ଆଣ୍ଡ ରୋଡ୍‌ର ରିବ୍ରାଣ୍ଡିଂ କରୁଛି ଚାଇନା

ବେଜିଂ, ୧୪ା୧୧: ଆମେରିକାର ‘ବିଲ୍ଡ ବ୍ୟାକ୍‌ ବେଟର ଓ୍ବାଲର୍‌ଡ’ (ବି୩ଡବ୍ଲ୍ୟୁ) ପଦକ୍ଷେପକୁ ପ୍ରତିହତ କରିବା ପାଇଁ ଚାଇନା ଏହାର ମଲ୍ଟି-ବିଲିୟନ-ଡଲାର ପ୍ରୋଜେକ୍ଟ ବେଲ୍ଟ ଆଣ୍ଡ୍‌ ରୋଡ୍‌ ଇନିସିଏଟିଭ୍‌(ବିଆର୍‌ଆଇ)କୁ ନୂଆ ରୂପ ଦେବାକୁ ଉଦ୍ୟମ କରୁଛି। ଗତ ଜୁନରେ ଜି-୭ ଶିଖର ସମ୍ମିଳନୀରେ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍‌ ବି୩ଡବ୍ଲ୍ୟୁର ବ୍ଲୁ ପ୍ରିଣ୍ଟ ଉପସ୍ଥାପନ କରିଥିଲେ। ସ୍ବଚ୍ଛତା ଏବଂ ଗଣତାନ୍ତ୍ରିକ ମୂଲ୍ୟବୋଧକୁ ଗୁରୁତ୍ୱ ଦେଇ ଉଚ୍ଚମାନକ ଏବଂ ସ୍ବଚ୍ଛ ଭିତ୍ତିଭୂମି ସହଯୋଗିତା ଗଠନ ଲକ୍ଷ୍ୟରେ ଆର୍ଥିକ ସହାୟତା କରିବା ଏହାର ଲକ୍ଷ୍ୟ ବୋଲି ବାଇଡେନ୍‌ କହିଥିଲେ। ତେବେ ଆମେରିକାର ଉକ୍ତ ଯୋଜନା ସହ ପ୍ରତିଦ୍ୱନ୍ଦ୍ୱିତା କରୁ ନ ଥିବା ଚାଇନା କହିଛି। ବିଭିନ୍ନ ଦେଶକୁ ବିଆର୍‌ଆଇରେ ଯୋଗଦେବାକୁ ଚାଇନା ସ୍ବାଗତ କରେ ଏବଂ ସମ୍ପର୍କ ବୃଦ୍ଧି ଉଦ୍ଦେଶ୍ୟରେ ଏହି ଅଭିଯାନ ଅନ୍ତର୍ଜାତୀୟ ସହଯୋଗ ପାଇଁ ସର୍ବଦା ଖୋଲା ବୋଲି ଚାଇନା ପକ୍ଷରୁ କୁହାଯାଇଛି। ଚାଇନା କମ୍ୟୁନିଷ୍ଟ ପାର୍ଟିର ବରିଷ୍ଠ ଅଧିକାରୀ ହାନ୍‌ ଓ୍ବେନ୍‌ଶିୟୁ ଏକ ଖବରଦାତା ସମ୍ମିଳନୀ କହିଛନ୍ତି, ବିଆର୍‌ଆଇ କେବଳ ଚାଇନାର କାମ ନୁହେଁ। ସମସ୍ତ ଦେଶ ଏଥିରେ ସାମିଲ ହୋଇପାରିବେ। ୨୦୨୦ ରେ ଚାଇନା ଏବଂ ବିଆର୍‌ଆଇ ସହଭାଗୀ ଦେଶ ମଧ୍ୟରେ ବାଣିଜ୍ୟ କାରବାର ୯.୨ ଟ୍ରିଲିୟନ ଡଲାର ଟପିଥିବାବେଳେ ଏହି ପଦକ୍ଷେପ ସହିତ ଜଡିତ ଦେଶଗୁଡ଼ିକରେ ଚାଇନା କମ୍ପାନୀଗୁଡିକର ପ୍ରତ୍ୟକ୍ଷ ବିନିଯୋଗ ପ୍ରାୟ ୧୪୦ ବିଲିୟନ ଡଲାରରେ ପହଞ୍ଚିଛି ବୋଲି ହାନ୍‌ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୧୦ ମାସ ତଳେ ବିବାହ କରିଥିଲେ ଅନୁପମା, ବେକରେ ଦାଗ ଦେଖି ବାପଘର ଲୋକେ ଆଣିଲେ ହତ୍ୟା ଅଭିଯୋଗ

ବଲାଙ୍ଗୀର,୨୮ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷୁରା ଥାନା ମହିପୁର ଗାଁରେ ଜଣେ ନବବଧୂକୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ୧୦ ମାସ ତଳେ ବାହା ହୋଇଥିବା…

ଉପଖଣ୍ଡ ମାନ୍ୟତା ପ୍ରଦାନ ନେଇ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର

ରିଷିଡ଼ା,୨୮ା୩ (ସୁଶାନ୍ତ ମଲ୍ଲିକ)କଳାହାଣ୍ଡି ଜିଲାର ମଦନପୁର ରାମପୁରକୁ ଉପଖଣ୍ଡ ମାନ୍ୟତା ଦେବା ପାଇଁ ଯୁବ ନେତା ତଥା ରାଜ ପରିବାର ସଦସ୍ୟ ନୀଳମାଧବ ସିଂଦେଓ ମୁଖ୍ୟମନ୍ତ୍ରୀ ମୋହନ…

ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହେଲେ ହିମାଂଶୁ-ଦେବେନ୍ଦ୍ର, କାର୍ଯ୍ୟଭାର ନେବା ପରେ…

ବରପାଲି,୨୮ା୩(ଚିତ୍ତରଞ୍ଜନ ସାହୁ): ଶନିବାର ବରପାଲି ଓକିଲ ସଂଘର ନୂତନ କର୍ମକର୍ତ୍ତା ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି। ଚଳିତ ବର୍ଷ ପାଇଁ ସଭାପତି ହିମାଂଶୁ ଶେଖର ସାହୁ ଓ ସମ୍ପାଦକ…

ବାଣଫୁଟାଇ ମିଠାଖୁଆଇ ବିଜୟ ଉତ୍ସବ ପାଳିଲେ ପ୍ରକାଶ-ରବୀନ୍ଦ୍ର

ପୁରୁଷୋତ୍ତମପୁର,୨୮ା୩(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଓକିଲ ସଂଘ ନିର୍ବାଚନ ଶାନ୍ତିଶୃଙ୍ଖଳାର ସହ ଶେଷ ହୋଇଛି। ଏଥିରେ ସଭାପତି ଭାବେ ପ୍ରକାଶ ଚନ୍ଦ୍ର ତ୍ରିପାଠୀ ତାଙ୍କ ପ୍ରତିଦ୍ୱନ୍ଦ୍ୱୀ…

ମଧ୍ୟପ୍ରାଚ୍ୟରେ ଅଶାନ୍ତି ମଧ୍ୟରେ, ଆମେରିକାକୁ କଡ଼ା ଚେତାବନୀ ଦେଲେ ଇରାନ ରାଷ୍ଟ୍ରପତି, କହିଲେ ଏଥର…

ତେହରନ୍‌,୨୮।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ଆରମ୍ଭ ହେବାର ଏକ ମାସ ବିତିଗଲାଣି। ଇରାନ ଏବଂ ଇସ୍ରାଏଲ ମଧ୍ୟରେ ନିରନ୍ତର କ୍ଷେପଣାସ୍ତ୍ର ଆକ୍ରମଣ ବିନିମୟ ହୋଇଛି। ଇରାନ ରାଷ୍ଟ୍ରପତି…

ସରିଲା ଓକିଲ ସଂଘ ନିର୍ବାଚନ: ବାଜି ମାରିଲେ ହୃଦୟରଞ୍ଜନ-ସନ୍ତୋଷ

ଦିଗପହଣ୍ଡି,୨୮ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦଗିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର ନିର୍ବାଚନ ଶନିବାର ଶାନ୍ତିପୂର୍ଣ୍ଣ ଭାବେ ସରିଛି। ଓକିଲ ସଂଘର ସଭାପତି ଭାବେ ହୃଦୟରଞ୍ଜନ ମେକାପ…

ପେଟ୍ରୋଲ ପମ୍ପର ମାଟିତଳେ କେତେ ତେଲ ଥାଏ? କେବଳ ଏତିକି ଦିନ ପାଇଁ ରୁହେ ଷ୍ଟକ୍‌…

ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ଯୋଗୁଁ, ଏକ ବିଶ୍ୱ ଶକ୍ତି ସଙ୍କଟ ଦେଖାଦେଉଛି। ଏହି ଅସ୍ଥିରତାର ପ୍ରଭାବ ଘରୋଇ ସ୍ତରରେ ମଧ୍ୟ ଅନୁଭୂତ ହେଉଛି, ବିଶେଷକରି ଗ୍ୟାସ ଯୋଗାଣ…

ହର୍ମୁଜ ଷ୍ଟ୍ରେଟରେ ଇରାନର ମାୟାବି ଜାଲ, ଏନର୍ଜି କରିଡର ଏବେ ‘ମୃତ୍ୟୁର କୂଅ’! ସୁପରପାଓ୍ବାରକୁ ଦେଖାଇଦେଲା ଅସଲ ସ୍ଥିତି

ତେହରାନ୍‌,୨୮।୩: ପଶ୍ଚିମ ଏସିଆରେ ଉତ୍ତେଜନା ବୃଦ୍ଧି ପାଇବା ପରେ, ପରିସ୍ଥିତି ଧୀରେ ଧୀରେ ନିୟନ୍ତ୍ରଣ ବାହାରକୁ ଚାଲିଯାଉଛି। ହର୍ମୁଜ ପ୍ରଣାଳୀ ଦେଇ ଜାହାଜ ଚଳାଚଳ ବନ୍ଦ ହେବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri