ଚାଇନାକୁ ପୁଣି ଫେରିଲା କରୋନା ମହାମାରୀ, ବିଶ୍ୱର ସବୁଠାରୁ ବଡ ଇଲେକ୍ଟ୍ରୋନିକ ମାର୍କେଟ ଅସ୍ଥାୟୀ ଭାବେ ବନ୍ଦ

ବେଜିଂ,୩୦ ।୮: ପୁଣିଥରେ ଚାଇନାରେ କରୋନା ମହାମାରୀ ସଂକ୍ରମଣ ବଢିବାରେ ଲାଗିଛି । ଏହାକୁ ଦୃଷ୍ଟିରେ ରଖି ସରକାର ଶେନଝେନର ହୁଆକିୟାଂଗବେଇ ସ୍ଥିତ ବିଶ୍ୱର ସବୁଠାରୁ ବଡ ଇଲେକ୍ଟ୍ରୋନିକ ରିଟେଲ ମାର୍କେଟକୁ ୪ ଦିନ ପାଇଁ ଲକଡାଉନ କରିବାକୁ ନିଷ୍ପତ୍ତି ନେଇଛନ୍ତି । ସାଇଥ ଚାଇନା ମର୍ନିଂ ପୋଷ୍ଟର ସୂଚନା ଅନୁଯାୟୀ, ହୁଆକିୟାଂଗବେଇରେ ଶେନଝନ ସରକାର ବ୍ୟବସାୟୀକ ଗତିବିଧି ସଂଚାଳନ କରୋନା ପ୍ରକୋପକୁ ଦୃଷ୍ଟିରେ ରଖି ବନ୍ଦ କରିବାକୁ ନିଷ୍ପତ୍ତି ନେଇଛନ୍ତି । କରୋନା ମହାମାରୀକୁ ରୋକିବାକୁ ସରକାରଙ୍କ ଦ୍ୱାରା କରାଯାଇଥିବା ବ୍ୟାପକ ଶୃଙ୍ଖଳାର ଏହା ଗୋଟିଏ ଅଂଶ ।

ଅନ୍ୟପଟେ ଇଲେକ୍ଟ୍ରୋନିକ ମାର୍କେଟ ୪ ଦିନ ବନ୍ଦ ହେବା ଯୋଗୁ ସାରା ବିଶ୍ୱରେ ଇଲେକ୍ଟ୍ରୋନିକ ଆଇଟମ ସପ୍ଲାଇ ବି ପ୍ରଭାବିତ ହେବ । ହୁଆକିୟାଂଗବେଇ ଜିଲା ଏକ ବଡ ଇଲେକ୍ଟ୍ରୋନିକ ସର୍ଭିିସ କେନ୍ଦ୍ର ଅଟେ । ସୋମବାରଠାରୁ ଏହାକୁ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି । ଏହା ଗୁରୁବାର ପର୍ଯ୍ୟନ୍ତ ବନ୍ଦ ରହିବ । ସରକାର ସୁପରମାର୍କେଟ, ରେସ୍ତୋରାଁ ଓ ମେଡିକାଲ କମ୍ପାନୀଙ୍କୁ ବାଦ ଦେଇ ଅନ୍ୟ ସମସ୍ତ ବ୍ୟବସାୟ ଓ ସଂସ୍ଥାକୁ ବନ୍ଦ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି । ରେସ୍ତୋରାଁରୁ ଖାଦ୍ୟ କେବଳ ପାର୍ସଲ କରାଯିବାକୁ କୁହାଯାଇଛି । ଏପଟେ ସମସ୍ତ ଡାଇନ-ଇନ ସେବାକୁ ନିଲମ୍ବିତ କରାଯାଇଛି । ଅନ୍ୟପଟେ ଲୁଓହୁରେ ଗୁଝୟୁଆନ, ନନ୍‌ହୁ ଓ ସୁଂଗଂଗ ଉପ ଜିଲାରେ ସମ୍ପୂର୍ଣ୍ଣଭାବେ ଲକଡାଉନ ଲଗାଇ ଦିଆଯାଇଛି । କେତେକ ଅଞ୍ଚଳରେ ସ୍କୁଲ ବନ୍ଦ କରାଯାଇ ଅନଲାଇନ କ୍ଲାସ ଆରମ୍ଭ କରାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଚା’ ପିଇ କଲେଜକୁ ଫେରୁଥିଲେ, ଧକ୍କା ଦେଲା ସ୍ପିଡ ବାଇକ୍‌; ଡାକ୍ତରୀ ଛାତ୍ରୀ ଗୁରୁତର

ବଲାଙ୍ଗୀର,୧୪।୨ -( ସୁନିଲ କୁମାର ମହାନ୍ତି) ବଲାଙ୍ଗୀର ସହର ଭିଆଇପି ରାସ୍ତା ତଥା ଭାଗିରଥି ଛକରୁ ସର୍କିଟ ହାଉସ୍ ରାସ୍ତାରେ ଜଣେ ସ୍ପିଡ ବାଇକ ଆରୋହୀଙ୍କ ଧକ୍କାରେ…

୩ ଦିନ ବ୍ୟବଧାନରେ ପୁଣି ବୁଲିଲା ଖଣ୍ଡା, ଫୁଟିଲା ଗୁଳି; ବୈଶିଙ୍ଗାରେ ବଢୁଛି ଅସମାଜିକ ବ୍ୟକ୍ତିଙ୍କ ଦୌରାତ୍ମ୍ୟ 

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲ୍ଲାର ବୈଶିଙ୍ଗା ଥାନା ଅଞ୍ଚଳ ଅଶାନ୍ତ ହୋଇଉଠିଛି। ଶୁକ୍ରବାର ୮  ଜଣ କୁଖ୍ୟାତ ଆନ୍ତଃରାଜ୍ୟ ଡ଼କାୟତଙ୍କୁ ବିଭିନ୍ନ ମାରଣାସ୍ତ୍ର ସହ ଧରି କୋର୍ଟ…

ବୁଲାଣି ରାସ୍ତାରେ ଅଘଟଣ: ଓଭରଟେକ୍‌ କରିବା ବେଳେ ଓଲଟି ପଡ଼ିଲା ବସ୍‌, ୧୪ ଯାତ୍ରୀ…

ଗଜପତି/ମୋହନା,୧୪।୨(ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର )): ଗଜପତି ଜିଲା ଚାନ୍ଦିପୁଟ କଲେଜ ନିକଟରେ ଥିବା ବୁଲାଣି ରାସ୍ତାରେ ଶନିବାର ବଡ଼ ଦୁର୍ଘଟଣା ଘଟିଛି। ରାସ୍ତାକଡ଼ରେ ଥିବା ମାଟି ଅତଡ଼ାରେ…

ଟ୍ରାକ୍‌ରୁ ଖସିଲା ଟ୍ରେନ୍‌, ଯୁଦ୍ଧକାଳୀନ ଭିତ୍ତିରେ ଚାଲିଛି…

କୋରାପୁଟ,୧୪ା୨(ଅମିତାଭ ବେହେରା): କୋରାପୁଟ ନିକଟରେ ଏକ ମାଲବାହୀ ଟ୍ରେନର ଗୋଟିଏ ଓ୍ବାଗନ ଲାଇନଚ୍ୟୁତ ହୋଇଥିବା ଜଣାଯାଇଛି। କେ କେ ଲାଇନର ଦୟାନିଧିଗୁଡ଼ା-ମାନବାର ମଧ୍ୟରେ ଏହି ଓ୍ବାଗନ ଲାଇନଚ୍ୟୁତ…

ପ୍ରେମ ସପ୍ତାହରେ ପଢ଼ାଉଥିଲେ ପ୍ରେମପାଠ, ଛାତ୍ରୀଙ୍କୁ ଗୁଲଗୁଲା-ସିଙ୍ଗଡ଼ା ଡାକି ବନ୍ଧାହେଲେ ବିଜ୍ଞାନ ଶିକ୍ଷକ

ଦେବଗଡ଼,୧୪ା୨(ଶଶାଙ୍କ ଶେଖର ଝାଙ୍କର): ପ୍ରେମ ସପ୍ତାହରେ ବିଜ୍ଞାନ ଶିକ୍ଷକ ସ୍କୁଲ ଛାତ୍ରୀଙ୍କୁ ପ୍ରେମର ପାଠ ପଢ଼ାଉଥିବା ଘଟଣାରେ ଶନିବାର ଗିରଫ ହେଇଥିବା ଜଣାପଡ଼ିଛି। ଖବର ମୁତାବକ କୁଣ୍ଢେଇଗୋଳା…

ବିଧାୟକଙ୍କ ବଡ଼ ବୟାନ: ଏଣିକି ତଡ଼ିପାର୍‌ ହେବେ ସହରର…

ବରଗଡ଼,୧୪ା୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ବିକାଶ ଆଡ଼କୁ ମୁହାଁଉଛି। ମାତ୍ର ଏଠାରେ ଆଇନଶୃଙ୍ଖଳା ତଥା ସୁରକ୍ଷା ବ୍ୟବସ୍ଥା ହୁଗୁଳା ହୋଇପଡ଼ିଛି। ସ୍ଥାନୀୟ ଯୁବପିଢ଼ି ନିଶାଖୋର୍‌ ହୋଇ ପଥଭ୍ରଷ୍ଟ…

ଜୀବିତ ବୃଦ୍ଧାଙ୍କୁ ମୃତ ସଜାଇ ୪ ବର୍ଷ ହେଲା ମୁହଁରୁ ଦାନା ଛଡ଼ାଇ ନେଇଛନ୍ତି, ଏଯାଏ ମିଳିନି ଆବାସ କି…

ଥୁଆମୂଳ ରାମପୁର,୧୪ା୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ଅଡ୍ରି ପଞ୍ଚାୟତସ୍ଥିତ ଦୋଲଗୁଡ଼ା (ଟଟା ପଡ଼ା) ଗ୍ରାମରେ ଯେଉଁ ଦୃଶ୍ୟ ଦେଖିବାକୁ ମିଳିଛି, ତାହା ବିକାଶର…

ମହାମୁକାବିଲା ପୂର୍ବରୁ ଭାରତକୁ ଖୋଲା ଚ୍ୟାଲେଞ୍ଜ୍‌ ଦେଲେ ପାକିସ୍ତାନ ଅଧିନାୟକ

କଲମ୍ବୋ,୧୪।୨:ଭାରତ-ପାକିସ୍ତାନ ମହାମୁକାବିଲା ପୂର୍ବରୁ ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଗା ଟିମ୍‌ଇଣ୍ଡିଆକୁ ଖୋଲା ଚ୍ୟାଲେଞ୍ଜ ଦେଇଛନ୍ତି। ଟି୨୦ ବିଶ୍ୱକପରେ ସମସ୍ତେ ଏହି ମ୍ୟାଚକୁ ଉତ୍ସାହର ସହିତ ଅପେକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri