Posted inଜାତୀୟ

୧୯୬୨ ଯୁଦ୍ଧରେ ଭାରତକୁ ହରାଇଥିଲା ଚାଇନା: ଏବେ ପାକିସ୍ତାନ ସହଯୋଗ କରିବା ଆଶଙ୍କା, ହେଲେ..

ନୂଆଦିଲ୍ଲୀ,୪।୯: ୧୯୬୨ରେ ଭାରତ ଏବଂ ଚୀନ ମଧ୍ୟରେ ଯୁଦ୍ଧ ହୋଇଥିଲା। ହେଲେ ସେତେବେଳେ ଉଭୟ ଦେଶ ପରମାଣୁଶକ୍ତି ସମ୍ପନ୍ନ ନ ଥିଲେ। ଏବେ ପରିସ୍ଥିତି ଓଲଟା। ୫୮ ବର୍ଷ ମଧ୍ୟରେ ପରମାଣୁ ହତିଆର ଭରପୂର ଉଭୟ ଦେଶ। ଏପରିକି ସୈନ୍ୟ ଶକ୍ତି ମାମଲାରେ ଭାରତ ଏବଂ ଚୀନ ବହୁ ଆଗରେ ଅଛନ୍ତି। ବିଶ୍ୱର ବଡ଼ ଏବଂ ମଜଭୂତ ସେନାରେ ଏମାନଙ୍କ ନାମ ଗଣାଯାଏ।

ଡୋକଲାମ ବିବାଦ ସମୟରେ ରକ୍ଷାମନ୍ତ୍ରୀ ଅରୁଣ ଜେଟଲୀ ଚାଇନାକୁ ଇଙ୍ଗୀତ କରି କହିଥିଲେ, ଭାରତ ୧୯୬୨ରୁ ଆଗକୁ ଚାଲିଆସିଛି। ଏଣୁ ଯଦି ଚାଇନା ସହ ଯୁଦ୍ଧ ପରିସ୍ଥିତି ସୃଷ୍ଟି ହୁଏ ତେବେ ଏହା ବେଶ୍‌ ଭୟାବହ ହେବ ବୋଲି କୁହାଯାଉଛି।
ଅପରପକ୍ଷେ ପାକିସ୍ତାନ ମଧ୍ୟ ଚାଇନାକୁ ସମର୍ଥନ କରିପାରେ। ଜମ୍ମୁ-କଶ୍ମୀରରୁ ୩୭୦ ଧାରା ଉଚ୍ଛେଦ ପରେ ନୂଆ ବିବାଦ ମୁଣ୍ଡଟେକିଛି। ଉଭୟ ଚାଇନା ଏବଂ ପାକିସ୍ତାନ ଏହାକୁ ନେଇ ଆପତ୍ତି ଉଠାଇଛନ୍ତି। ଏଣୁ ନିକଟରେ ଲଦାଖରେ ହୋଇଥିବା ପରିସ୍ଥିତିରେ ପାକିସ୍ତାନ ସାମିଲ ଥିବା କୁହାଯାଉଛି। ଏପରିକି ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମରାନ୍‌ ଖାନ ଦେଶର ଭବିଷ୍ୟତ ଚାଇନା ସହ ରହିଥିବା ନେଇ କହିସାରିଛନ୍ତି। ଏଣୁ ଭାରତ ସହ ଯୁଦ୍ଧ ହେଲେ ପାକିସ୍ତାନ ମଧ୍ୟ ଆଗକୁ ଆସିବ ତାହା ଅନୁମାନ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗ ରାଜନୀତିରେ ହଲଚଲ: ମିଥୁନ୍ ଚକ୍ରବର୍ତ୍ତୀଙ୍କୁ ମିଳିଲା ବଡ଼ ଦାୟିତ୍ବ, କ୍ୟାବିନେଟ୍….

କୋଲକାତା,୭।୧୦: ପଶ୍ଚିମବଙ୍ଗ ସରକାରରେ ଅଭିନେତା ତଥା ଭାଜପା ନେତା ମିଥୁନ ଚକ୍ରବର୍ତ୍ତୀଙ୍କୁ ବଡ଼ ଦାୟିତ୍ବ ମିଳିଛି । ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କ ସରକାର ମିଥୁନଙ୍କୁ ସୂଚନା ଓ…

ଭୟଙ୍କର ଦୁର୍ଘଟଣା; ଟ୍ରକ୍‌-ବାଇକ୍‌ ଧକ୍କାରେ ଆଖିବୁଜିଲେ ଉପେନ୍ଦ୍ର

ପାରଳାଖେମୁଣ୍ଡି, ୭।୧୦ (ଗିରିଧାରୀ ପରିଛା): ଗଜପତି ଜିଲା ଗୋଷାଣି ବ୍ଲକ୍‌ ଅନ୍ତର୍ଗତ ଗୁରାଣ୍ଡା ଥାନା ପାଟିକୋଟା ଗ୍ରାମ ନିକଟରେ ଟ୍ରକ୍‌-ବାଇକ୍‌ ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି…

ଆଡଭାନୀଙ୍କୁ ବାସଭବନରେ ସାକ୍ଷାତ କଲେ ମୋଦି, କହିଲେ….

ନୂଆଦିଲ୍ଲୀ,୭।୧୦: ଭାରତୀୟ ରାଜନୀତିରେ ନରେନ୍ଦ୍ର ମୋଦିଙ୍କ ଶାସନ ଯାତ୍ରାକୁ ୨୫ ବର୍ଷ ପୂରିଛି। ଏହି ଅବସରରେ ବୁଧବାର ଭାଜପାର ବରିଷ୍ଠ ନେତା ଲାଲକୃଷ୍ଣ ଆଡଭାନୀଙ୍କୁ ତାଙ୍କ ବାସଭବନରେ…

କେନ୍ଦ୍ରାପଡ଼ାରେ ଚାଞ୍ଚଲ୍ୟ, କଲେଜରେ ପଶି ଅଧ୍ୟାପିକାଙ୍କୁ ଅସଦାଚରଣ କଲେ….

କେନ୍ଦ୍ରାପଡା,୭।୧୦(ଜଗନ୍ନାଥ ଧଳ): କେନ୍ଦ୍ରାପଡା ସଦର ଥାନା ଅଧୀନ ଏକ କେଲଜ ଅଧ୍ୟାପିକାଙ୍କୁ ଅସଦାଚରଣ କରାଯାଇଥିବା ନେଇ ଅଭିଯୋଗ ହୋଇଛି । ଜଣେ ଅଭିଭାବକ କଲେଜରେ ପଶି ତାଙ୍କୁ…

ରଣଜୀ ଟିମ୍‌ରେ କଳାହାଣ୍ଡିର ଦିନେଶ ମାଝୀ, ଛୁଟୁଛି ଶୁଭେଚ୍ଛାର ସୁଅ

ଭବାନୀପାଟଣା,୭।୧୦(ଉତ୍ତମ କୁମାର ଦାଶ): ଓଡ଼ିଶା କ୍ରିକେଟ ଆସୋସିଏସନ୍ ପକ୍ଷରୁ ୨୦୨୬-୨୭ ସିଜନ ଡୋମେଷ୍ଟିକ୍ ବିସିସିଆଇ ଟୁର୍ନାମେଣ୍ଟର ପ୍ରଥମ ଦୁଇଟି ମ୍ୟାଚ୍ ପାଇଁ ଓଡ଼ିଶା ରଣଜୀ ଦଳର ୧୭…

ଜ୍ଞାନେଶ କୁମାରଙ୍କ ବିରୋଧରେ ବିରୋଧୀଙ୍କ ଆନ୍ଦୋଳନ ଜାରି, ରାହୁଲଙ୍କୁ ଉଠାଇ ନେଲା ପୋଲିସ

ନୂଆଦିଲ୍ଲୀ,୭।୧୦: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ବିରୋଧୀ ଦଳଗୁଡ଼ିକର ଆନ୍ଦୋଳନ ଥମିବାର ନାଁ ନେଉନାହିଁ । ମଙ୍ଗଳବାର ଦିନତମାମ ଧାରଣା ପରେ ଆଜି ‘ଇଣ୍ଡିଆ’…

ପାଟପୁରରେ ଦକ୍ଷିଣ ଓଡ଼ିଶା ବାଳିକା କବାଡ଼ି ପ୍ରତିଯୋଗିତା; ଗଜପତି ଜିଲାର ରାମଗିରି ଚାମ୍ପିୟନ, ମାଲକାନଗିରି ଉପ ବିଜେତା

ଦିଗପହଣ୍ଡି,୭।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଗ୍ରାମ ସ୍ଥିତ ବିଶ୍ୱାସରାୟ ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ କବାଡ଼ି ପ୍ରତିଯୋଗିତା ଜାରି ରହିଥିଲା…

ଛାତ୍ର ସଂସଦ ନିର୍ବାଚନକୁ ନେଇ ବଲାଙ୍ଗୀର କଲେଜରେ ଉତ୍ତେଜନା

ବଲାଙ୍ଗୀର,୭ା୧୦(ସୁନିଲ କୁମାର ମହାନ୍ତି): କଲେଜ ନିର୍ବାଚନକୁ ନେଇ ଏବେଠୁ ବଲାଙ୍ଗିର ଜିଲାରେ ଉତ୍ତେଜନା ଦେଖାଦେଲାଣି। ବଲାଙ୍ଗୀର ପୁଇଁନ୍ତଳା ନିକଟରେ ଥିବା ସରକାରୀ ବଲାଙ୍ଗୀର କଲେଜରେ ଉତ୍ତେଜନା ଦେଖାଦେବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?