ଚାଇନା ଦେଲା ଶାନ୍ତି ପ୍ରସ୍ତାବ

ବେଜିଂ,୨୫ା୨: ୟୁକ୍ରେନ୍‌ରେ ଯୁଦ୍ଧର ଅନ୍ତ ଘଟାଇବା ପାଇଁ ଚାଇନା ଶୁକ୍ରବାର ଶାନ୍ତି ପ୍ରସ୍ତାବ ଦେଇଛି। କିନ୍ତୁ ପାଶ୍ଚାତ୍ୟ ଶକ୍ତିଗୁଡ଼ିକ ଏହାକୁ ତତ୍କାଳ ଅଗ୍ରାହ୍ୟ କରିବା ସଙ୍ଗେ ସଙ୍ଗେ ମସ୍କୋ ସହ ଘନିଷ୍ଠତା ନ ବଢ଼ାଇବାକୁ ବେଜିଂକୁ ଚେତାବନୀ ଦେଇଛନ୍ତି। ୟୁକ୍ରେନ୍‌ ରାଷ୍ଟ୍ରପତି ଭୋଲୋଡିମିର ଜେଲେନ୍‌ସ୍କି ଚାଇନାର ଶାନ୍ତି ପ୍ରସ୍ତାବକୁ ନେଇ ସମୀକ୍ଷା କରିବା ପୂର୍ବରୁ ବେଜିଂ ସହ ଆଲୋଚନା କରିବାକୁ ଚାହାନ୍ତି ବୋଲି କହିଛନ୍ତି। ଯୁଦ୍ଧର ବର୍ଷପୂର୍ତ୍ତି ଅବସରରେ ବେଜିଂ ୧୨ ପୃଷ୍ଠା ସମ୍ବଳିତ ଏକ ‘ପଲିଟିକାଲ୍‌ ସେଟଲମେଣ୍ଟ’ ଜାରି କରିଛି। ରୁଷିଆ ଓ ୟୁକ୍ରେନ୍‌କୁ ସମସ୍ତ ପକ୍ଷ ସମର୍ଥନ କରିବା ସହ ଯଥାଶୀଘ୍ର ଆଲୋଚନା ଆରମ୍ଭ କରନ୍ତୁ। ଯୁଦ୍ଧରେ ଆଣବିକ ଅସ୍ତ୍ର ବ୍ୟବହାର କଲେ କିମ୍ବା ଏହି ଉଦ୍ଦେଶ୍ୟରେ ମୁତୟନ କରାଗଲେ ସଙ୍କଟ ଆହୁରି ବଢ଼ିବ ବୋଲି ଏଥିରେ କୁହାଯାଇଛି। ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍‌ ଆଣବିକ ଅସ୍ତ୍ର ପ୍ରୟୋଗର ଧମକ ଦେଉଥିବାବେଳେ ବେଜିଂର ଏପରି ସତର୍କବାଣୀକୁ ଆମେରିକା ସମେତ ପାଶ୍ଚାତ୍ୟ ରାଷ୍ଟ୍ରଗୁଡ଼ିକ ସହଜରେ ଗ୍ରହଣ କରିପାରି ନାହାନ୍ତି। ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍‌ଙ୍କ ଜାତୀୟ ସୁରକ୍ଷା ପରାମର୍ଶଦାତା ଜେକ୍‌ ସୁଲିଭାନ୍‌ କହିଛନ୍ତି, ରୁଷିଆ ୟୁକ୍ରେନ୍‌ରୁ ନିଜ ସେନା ଅପସାରଣ ସହ ଆକ୍ରମଣ ବନ୍ଦ କଲେ ଆସନ୍ତାକାଲି ଯୁଦ୍ଧ ବନ୍ଦ ହୋଇଯିବ। ୟୁକ୍ରେନ୍‌, ଆମେରିକା କିମ୍ବା ନର୍ଥ ଆଟଲାଣ୍ଟିକ୍‌ ଟ୍ରିଟି ଅର୍ଗାନାଇଜେଶନ୍‌ (ନାଟୋ) ରୁଷିଆକୁ ଆକ୍ରମଣ କରୁନାହାନ୍ତି। ରୁଷିଆ ଯୁଦ୍ଧରେ ପରାଜିତ ହୋଇସାରିଛି। ବେଜିଂରେ ୟୁକ୍ରେନୀୟ ଏବଂ ୟୁରୋପୀୟ ସଂଘ (ଇୟୁ) କୂଟନୀତିଜ୍ଞମାନେ ଯୁଦ୍ଧାବସାନ ପାଇଁ ରୁଷିଆ ଉପରେ ଅଧିକ ଚାପ ପକାଇବାକୁ ଚାଇନାକୁ ପରାମର୍ଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁଟିନଙ୍କ ବାସଭବନକୁ ୟୁକ୍ରେନର ଡ୍ରୋନ୍ ମାଡ଼; ଏପରି ପ୍ରତିକ୍ରିୟା ଦେଲେ ଜେଲେନସ୍କି

ନୂଆଦିଲ୍ଲୀ,୨୯।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ବାସଭବନକୁ ୟୁକ୍ରେନ ଡ୍ରୋନ୍ ମାଧ୍ୟମରେ ଆକ୍ରମଣ କରିଥିବା ରୁଷିଆ ଦାବି କରିଛି। ତେବେ ଏହି ଅଭିଯୋଗକୁ ସମ୍ପୂର୍ଣ୍ଣ ମିଥ୍ୟା...

ଲୋକ ସଭା ସାଂସଦଙ୍କ ମହାନତା: ନିଜ ଦରମାରୁ ଜଳଖିଆ ଅନୁଷ୍ଠାନକୁ ଦାନକଲେ ଏକ ଲକ୍ଷ ଟଙ୍କା

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନା ନିକରେ ରହିଥିବା ମା ଏକଟଙ୍କିଆ ଜଳଖିଆ ଅନୁଷ୍ଠାନର ବାର୍ଷିକୋତ୍ସବରେ ସୋମବାର ଅନୁଷ୍ଠିତ ହୋଇଛି। ଅନୁଷ୍ଠାନର ମୁଖ୍ୟ ଉମେଶ ପ୍ରଧାନଙ୍କ...

ମଥୁରା ପରିଭ୍ରମଣରେ ବାହାରି ପୂର୍ତ୍ତ ବିଭାଗରେ ପହଞ୍ଚିଲେ କଂସ ମହାରାଜ, କହିଲେ ପି.ସି ଖାଉଛ, ରାସ୍ତାରେ ଚାଲିପାରୁନି…

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସୋମବାର ଥିଲା ଷଷ୍ଠ ଦିବସ। ଅନ୍ୟଦିନ ଭଳି ରାଜ ମହଲରୁ ମଥୁରା ପରିଭ୍ରମଣରେ ବାହାରିଥିଲେ...

ଦିଲ୍ଲୀ ସାଧାରଣତନ୍ତ୍ର ପରେଡ୍‌ରେ ଯୋଗଦେବେ ପିପୁଲ୍ସ କଲେଜର ୨ ଛାତ୍ରୀ, ପ୍ରଥମଥର ପାଇଁ ହେଲେ ମନୋନୀତ

ବୁଗୁଡା, ୨୯।୧୨(କାଳିଚରଣଦାଶ): ବୁଗୁଡ଼ା ପିପୁଲ୍ସ କଲେଜର ଅଧ୍ୟାପକ ତଥା ଲେଫ୍ଟନାଣ୍ଟ ଅଜୟ କୁମାର ସାହୁଙ୍କ ନିଷ୍ଠାପର ଉଦ୍ୟମ ଯୋଗୁ ବୁଗୁଡା ପିପୁଲ୍ସ କଲେଜର ଦୁଇଜଣ ଏନସିସି...

ଫୁଲ ତୋଳିବାକୁ ଯାଇଥିବାବେଳେ ଘରେ ପଶିଗଲା ଚୋର, ଧରାପଡିବା ପରେ…

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାଇପାସ ରୋଡ ଗିରିଧାରୀ ସ୍ବାଇଁଙ୍କ ଘରୁ ସୋମବାର ପ୍ରତ୍ୟୁଷରେ ଜଣେ ଦୁର୍ବୃତ୍ତ ପଶି ସୁନା ଅଳଙ୍କାର ଓ ନଗଦ...

ଘରକୁ ଫେରୁଥିବାବେଳେ ଭାରସାମ୍ୟ ହରାଇ ଗଛରେ ପିଟିହେଲା ବାଇକ, ତା’ପରେ…

ଲାଞ୍ଜିଗଡ଼,୨୯।୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଅନ୍ତର୍ଗତ ଲାଞ୍ଜିଗଡ ଆଶ୍ରମପଡା ନିକଟରେ ଏକ ବାଇକ ଗଛରେ ପିଟିହୋଇ ଦୁର୍ଘଟଣା ଘଟିଥିବାବେଳେ ଏଥିରେ ଜଣେ...

ନିର୍ଯାତିତ ମହିଳା ନୂତନ ଜୀବନର ଆଶା ପାଇବେ: ଭଞ୍ଜନଗର ମେଡ଼ିକାଲରେ ମହିଳା ସହାୟତା କେନ୍ଦ୍ର ଉଦ୍‌ଘାଟିତ

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ଚିକିତ୍ସାଳୟରେ ସୋମବାର ଅତିରିକ୍ତ ୱାନ ଷ୍ଟପ ସେଣ୍ଟର ବା ମହିଳା ସହାୟତା କେନ୍ଦ୍ର ଉଦ୍‌ଘାଟିତ ହୋଇଯାଇଛି। ଏହାକୁ...

ଜିଲାପାଳ, ଏସପିଙ୍କ ମିଳିତ ଅଭିଯୋଗ ଶୁଣାଣି: ସମସ୍ୟା ସମାଧାନ କଲେ…

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପ ଜିଲପାଳଙ୍କ ସମ୍ମିଳନୀ କକ୍ଷରେ ସୋମବାର ଗଞ୍ଜାମ ଜିଲାପାଳ ଭି. କିର୍ତ୍ତି ଭାସନ ଓ ଗଞ୍ଜାମ ଏସ୍‌ପି ଶୁଭେନ୍ଦୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri