ଭାରତୀୟ ଇଞ୍ଜିନିୟର୍ସଙ୍କୁ ଚାଇନାର ଅଫର୍‌, କହିଲା- ଚାଇନା ଆସ 

ନୂଆଦିଲ୍ଲୀ/ବେଜିଂ,୨୩।୯: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଭାରତ  ଉପରେ ୫୦% ଟାରିଫ ପରେ H-୧B ଭିଜାକୁ ନେଇ ନୂଆ ନିୟମ ଲଗାଇ ଆଉ ଏକ ବଡ଼ ଝଟ୍‌କା ଦେଇଛନ୍ତି। ଫଳରେ ଅନେକ ଭାରତୀୟଙ୍କ ଆମେରିକା ଯିବାର ସ୍ବପ୍ନ ମଉଳି ଯାଇଛି। ଏହି ସୁଯୋଗର ଫାଇଦା ଉଠାଇବା ଲାଗି ଚାଇନା ବଡ଼ ଘୋଷଣା କରିଛି। ଚାଇନାର ବୈଦେଶିକ ମନ୍ତ୍ରଣାଳୟର ମୁଖପାତ୍ର କହିଛନ୍ତି ଯେ ଭାରତୀୟ ଇଞ୍ଜିନିୟର୍ସମାନଙ୍କୁ ଚାଇନାକୁ ସ୍ବାଗତ। କ୍ୟାରିୟରରେ ପ୍ରଗତି ସହ ମାନବିକତାର ପ୍ରଗତି ଲାଗି ଚାଇନା ଆସନ୍ତୁ ବୋଲି ସେ କହିଛନ୍ତି।
ଭାରତରେ ଥିବା ଚାଇନା ଦୂତାବାସର ମୁଖପାତ୍ର ୟୁ ଜିଙ୍ଗ୍‌ ସୋସିଆଲ ମିଡିଆ ପ୍ଲାଟଫର୍ମ ଏକ୍ସରେ ଏକ ପୋଷ୍ଟ ଶେୟାର କରିଛନ୍ତି, ଯେଉଁଥିରେ ଚାଇନା ବୈଦେଶିକ ମନ୍ତ୍ରଣାଳୟର ମୁଖପାତ୍ର କହିଛନ୍ତି ଯେ ଆଜିର ଗ୍ଲୋବାଲ ଦୁନିଆରେ ପ୍ରଯୁକ୍ତିବିଦ୍ୟା ଏବଂ ଅର୍ଥନୀତିର ବିକାଶ ଲାଗି ପ୍ରତିଭାଙ୍କର ସୀମା ଡେଇଁବା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ।  ଚାଇନା ବିଶ୍ୱର ପ୍ରତିଟି କ୍ଷେତ୍ର ସହ ଜଡ଼ିତ ପ୍ରତିଭାଶାଳୀ ବ୍ୟକ୍ତିମାନଙ୍କୁ ସ୍ବାଗତ କରେ। ଏଠାକୁ ଆସି ସେମାନେ କେବଳ ମାନବିକତାର ପ୍ରଗତିରେ ଯୋଗଦେବେ ତାହା ନୁହେଁ ବରଂ କ୍ୟାରିୟରରେ ମଧ୍ୟ ସଫଳତାର ଶିଢ଼ୀ ଚଢ଼ିପାରିବେ। ଚାଇନା ସେମାନଙ୍କୁ ସେମାନଙ୍କର ଦକ୍ଷତା ପ୍ରଦର୍ଶନ କରିବା ଏବଂ ଗ୍ଲୋବାଲ୍‌ ଡେଭଲପ୍‌ମେଣ୍ଟର ଅଂଶ ହେବାର ସୁଯୋଗ ପ୍ରଦାନ କରେ।

ଗତ ଶୁକ୍ରବାର ଆମେରିକା H-୧B ଭିଜା ଆବେଦନ ଫି’କୁ ବୃଦ୍ଧି କରିଛି। ଏହା ଏବେ ୬ ଲକ୍ଷରୁ ବଢ଼ି ୮୮ ଲକ୍ଷ ଟଙ୍କା ହୋଇଯାଇଛି। ଫଳରେ ଭାରତୀୟ ଇଞ୍ଜିନିୟର୍ସମାନଙ୍କ ଲାଗି ଆମେରିକାରେ ନିଯୁକ୍ତି ପାଇବା ଅଧିକ କଷ୍ଟକର ହୋଇଯାଇଛି। ତେବେ ନୂଆ ନିୟମ ନେଇ ଟ୍ରମ୍ପ ପ୍ରଶାସନ କହିଛି ଯେ ଏଭଳି ପଦକ୍ଷେପର ଲକ୍ଷ୍ୟ ହେଉଛି ଯେ ଆବେଦନକାରୀ  ଉଚ୍ଚ କୂାଳୀ ହେବେ ଏବଂ ସେମାନେ ଆବେଦନକାରୀଙ୍କ ସ୍ଥାନ ନେବେ ନାହିଁ।

Enter your email to get our daily news in your inbox.

All Right Reserved By Dharitri.Com

‘ଆମେ ଯାହା କରିଛୁ ଠିକ୍‌ କରିଛୁ’, କାହିଁକି ଏମିତି କହିଲେ ଜୟଶଙ୍କର? ଜାଣନ୍ତୁ ଇରାନ ଯୁଦ୍ଧ ସହ କ’ଣ ରହିଛି ସମ୍ପର୍କ

ନୂଆଦିଲ୍ଲୀ,୭।୩: ରାଇସିନା ଡାଏଲଗ ୨୦୨୬ରେ ମଧ୍ୟପ୍ରାଚ୍ୟ ଉତ୍ତେଜନା ମଧ୍ୟରେ ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର କୋଚିରେ ଏକ ଇରାନୀ ନୌସେନା ଜାହାଜକୁ ଡକିଂ କରିବାକୁ ଅନୁମତି…

ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ: ସମୀକ୍ଷା କଲେ ଆସିକା ଏମ୍‌ପି

ଛତ୍ରପୁର,୭ା୩(ଦିଲ୍ଲୀପ ସାମଲ): ସ୍ଥାନୀୟ ଋଷିକୂଲ୍ୟା ସମ୍ମିଳନୀ କକ୍ଷରେ ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ(ଦିଶା) ଅନୁଷ୍ଠିତ ହୋଇଥିଲା। ବୈଠକରେ କମିଟିର ଅଧ୍ୟକ୍ଷା ତଥା ଆସିକା…

ଯୁଦ୍ଧ ଭିତରେ ପାକିସ୍ତାନକୁ ଶକ୍ତ ଝଟ୍‌କା, ବରବାଦ୍‌ ହୋଇଯିବ ପାକ୍‌

ଇସଲାମବାଦ,୭।୩: ପାକିସ୍ତାନ ଏବେ ମଧ୍ୟପ୍ରାଚ୍ୟରେ ଯୁଦ୍ଧର ପରିଣାମ ମଧ୍ୟ ଭୋଗୁଛି। କାତାର ପାକିସ୍ତାନକୁ ଏକ ଫୋର୍ସ ମ୍ୟାଜିଅର ନୋଟିସ ଜାରି କରିଛି। ଏହାର ଅର୍ଥ ହେଉଛି ଯେ…

ପଡ଼ୋଶୀ ଦେଶକୁ କ୍ଷମା ମାଗିବା ସହ ଧମକ ଦେଲେ ଇରାନ ରାଷ୍ଟ୍ରପତି! କହିଲେ, ‘ ଆମେ ସେ ପର୍ଯ୍ୟନ୍ତ ଆକ୍ରମଣ କରିବୁ ନାହିଁ ଯେପର୍ଯ୍ୟନ୍ତ…’

ତେହରାନ,୭।୩: ଇରାନ ରାଷ୍ଟ୍ରପତି ମାସୁଦ ପେଜେସ୍କିଆନ ପଡ଼ୋଶୀ ଦେଶ ଉପରେ ଆକ୍ରମଣ କରିବାକୁ ନେଇ କ୍ଷମା ପ୍ରାର୍ଥନା କରିଛନ୍ତି। ରାଷ୍ଟ୍ରପତି ସରକାରୀ ଟେଲିଭିଜନରେ ପୂର୍ବରୁ ରେକର୍ଡ ହୋଇଥିବା…

ପଙ୍ଖାରେ ଝୁଲୁଥିଲା ବୃଦ୍ଧଙ୍କ ମୃତଦେହ, ଘର ଆଗରେ ପଡ଼ିଛି କୁରାଢ଼ି, ବୋହୂଙ୍କ ମୁଣ୍ଡ ଫାଟିଛି, କହିଲେ ଶ୍ୱଶୁର…

ପାରାଦୀପ,୭ା୩(ଶରତ ରାଉତ): ଜଗତସିଂହପୁର ଜିଲା ପାରାଦୀପ ଲକ୍‌ ଥାନା ଅନ୍ତର୍ଗତ ଭୁତମୁଣ୍ଡାଇ ଗ୍ରାମରେ ଶନିବାର ସକାଳୁ ଜଣେ ଶତାୟୁ ବୃଦ୍ଧଙ୍କ ଝୁଲନ୍ତା ମୃତଦେହ ଦେଖିବାକୁ ମିଳିଥିଲା। ମୃତକ…

ଫାଇନାଲ ମ୍ୟାଚ ପୂର୍ବରୁ ଟିମ ଇଣ୍ଡିଆକୁ ଖୋଲା ଚ୍ୟାଲେଞ୍ଜ ଦେଲେ Mitchell Santner, କହିଲେ…

ନୂଆଦିଲ୍ଲୀ,୭।୩: ରବିବାର ଭାରତ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ୨୦୨୬ ଟି୨୦ ବିଶ୍ୱକପର ଫାଇନାଲ ଖେଳାଯିବ। ଏହି ଦୁଇ ଦଳ ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ମୁହାଁମୁହିଁ ହେବେ।…

ସିଭିଲ ସର୍ଭିସ ପରୀକ୍ଷାରେ ଓଡ଼ିଶା ଟପ୍ପର ସାତ୍ତ୍ୱିକ ସତ୍ୟକାମ: ସମ୍ବର୍ଦ୍ଧିତ କରି ମୁଖ୍ୟମନ୍ତ୍ରୀ କହିଲେ କେନ୍ଦୁଝରର ପୁଅ…

ଭୁବନେଶ୍ୱର,୭ା୩: ସର୍ବ ଭାରତୀୟ ସିଭିଲ ସର୍ଭିସ୍‌ ପରୀକ୍ଷା (UPSC)ରେ ଅଲ୍‌ ଇଣ୍ଡିଆ ର଼୍ୟାଙ୍କରେ ୧୦୦ତମ ସ୍ଥାନ ହାସଲ କରିଥିବା କେନ୍ଦୁଝର ଜିଲା ହାଟଡିହୀ ବ୍ଲକର ମେଧାବୀ ଛାତ୍ର…

କମାଲ୍‌ କଲେ ସାରା ଅର୍ଜୁନ: ଧୂରନ୍ଧର: ଦି ରିଭେଞ୍ଜରେ…

‘ଧୂରନ୍ଧର: ଦି ରିଭେଞ୍ଜ’ର ଟ୍ରେଲର ରିଲିଜ ହୋଇଛି। ଦର୍ଶକ ଏହାକୁ ବେଶ୍‌ ପସନ୍ଦ କରିଛନ୍ତି। ଏହି ଟ୍ରେଲର ଏବେ ସୋସିଆଲ ମିଡିଆରେ ଟ୍ରେଣ୍ଡ କରୁଛି। ଦର୍ଶକ ପୁଣି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri