୧୧୮ ଆପ୍‌ ବ୍ୟାନକୁ ଚାଇନାର ବିରୋଧ

ନୂଆଦିଲ୍ଲୀ,୪।୯: ଭାରତ ସରକାର ବୁଧବାର ୧୧୮ ଚାଇନା ଆପ୍‌ ବିରୋଧରେ କଟକଣା ଲଗାଇଛନ୍ତି। ଭାରତର ଏହି କାର୍ଯ୍ୟାନୁଷ୍ଠାନକୁ ଚାଇନା ବିରୋଧ କରିଛି। ଏହାକୁ ଚାଇନା ତୀବ୍ର ବିରୋଧ କରୁଥିବା ସେଠାକାର ବାଣିଜ୍ୟ ମନ୍ତ୍ରଣାଳୟ ମୁଖପାତ୍ର ଗାଓ ଫେଙ୍ଗ ଗୁରୁବାର ସୂଚନା ଦେଇଛନ୍ତି। ବିଶ୍ୱ ବାଣିଜ୍ୟ ସଙ୍ଗଠନ( ଡବ୍ଲ୍ୟୁଟିଓ) ନିୟମାବଳୀକୁ ଭାରତ ଉଲ୍ଲଂଘନ କରୁଥିବା ଚାଇନା ଅଭିଯୋଗ କରିଛି। ସୂଚନାଯୋଗ୍ୟ, ପୂର୍ବ ଲଦାଖର ଗଲଓ୍ବାନ ଉପତ୍ୟକାରେ ଚାଇନା ସେନା ଆକ୍ରମଣରେ ୨୦ ଭାରତୀୟ ଯବାନ ଶହୀଦ ହେବା ପରେ କେନ୍ଦ୍ର ସରକାର କଡ଼ା ଆଭିମୁଖ୍ୟ ଗ୍ରହଣ କରିଛନ୍ତି। ପ୍ରାଥମିକ ପର୍ଯ୍ୟାୟରେ ଶତାଧିକ ଚାଇନା ଆପ୍‌ ଉପରେ କଟକଣା ଜାରି କରିବା ପରେ ସରକାର ବୁଧବାର ପୁଣି ମୋଟ ୧୧୮ ମୋବାଇଲ ଆପ୍‌କୁ ବ୍ୟାନ କରିଦେଇଛନ୍ତି। ଏହା ମଧ୍ୟରେ ଲୋକପ୍ରିୟ ଗେମିଂ ଆପ୍ଲିକେଶନ ପବ୍‌ଜି (ପ୍ଲେୟର ଅନ୍‌ନୋନ୍ସ ବ୍ୟାଟେଲ ଗ୍ରାଉଣ୍ଡ୍‌ସ) ଏବଂ ଅନ୍ୟାନ୍ୟ ଆପ୍‌ ସାମିଲ ରହିଥିବା ଜଣାପଡିଛି। ଦେଶର ସାର୍ବଭୌମତ୍ୱ ଏବଂ ପ୍ରତିରକ୍ଷାକୁ ନଜରରେ ରଖି ସରକାର ଏଭଳି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଥିବା କହିଛନ୍ତି। ସୂଚନା ଏବଂ ପ୍ରଯୁକ୍ତିବିଦ୍ୟା ଆଇନ ଧାରା ୬୯ଏ ଅନୁସାରେ ଆପ୍ଲିକେଶନଗୁଡିକୁ ବ୍ୟାନ କରାଯାଇଥିବା ଇଲେକଟ୍ରୋନିକ୍ସ ଏବଂ ଆଇଟି ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି। କେନ୍ଦ୍ରର ଏହି ପଦକ୍ଷେପକୁ ଡିଜିଟାଲ ଷ୍ଟ୍ରାଇକ୍‌ କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଜାନୁଆରୀରେ ବଢ଼ିଲା ହୋଲସେଲ୍ ଦରଦାମ୍: ୧୦ ମାସର ସର୍ବୋଚ୍ଚ ସ୍ତରରେ…

ନୂଆଦିଲ୍ଲୀ,୧୬।୨: ଦେଶରେ ପୁଣି ଥରେ ମହଙ୍ଗା ମାଡ଼ର ଆଭାସ ମିଳିଛି। ଜାନୁଆରୀ ମାସରେ ଭାରତର ହୋଲସେଲ୍ ଦରଦାମ୍ (WPI) ୧୦ ମାସର ସର୍ବୋଚ୍ଚ ସ୍ତର ୧.୮୧% କୁ…

ଜାତୀୟ ରାଜପଥରେ ବଢ଼ିପାରେ ଟୋଲ୍ ଟ୍ୟାକ୍ସ: ବଡ଼ ଯୋଜନା କରୁଛନ୍ତି କେନ୍ଦ୍ର ସରକାର

ନୂଆଦିଲ୍ଲୀ,୧୬।୨: ଭାରତରେ ଆଗକୁ ବଢିପାରେ ଟୋଲ୍ ଟ୍ୟାକ୍ସ। ଦେଶରେ ଏକ୍ସପ୍ରେସ-ୱେ ଏବଂ ହାଇ-ସ୍ପିଡ୍ ରୋଡ୍ ନିର୍ମାଣ କାର୍ଯ୍ୟକୁ ତ୍ୱରାନ୍ୱିତ କରିବା ପାଇଁ କେନ୍ଦ୍ର ସରକାର ଏକ ବଡ଼…

ଚାଷୀଙ୍କ ପାଇଁ ଖୁସି ଖବର: କିଷାନ କ୍ରେଡିଟ କାର୍ଡ ନିୟମରେ ବଡ଼ ପରିବର୍ତ୍ତନ କରିବ RBI

ମୁମ୍ବାଇ,୧୫ା୨: ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) କିଶାନ କ୍ରେଡିଟ୍ କାର୍ଡ (KCC) ଯୋଜନାରେ ବ୍ୟାପକ ସଂସ୍କାର ଆଣିବା ପାଇଁ ଏକ ନୂତନ ଚିଠା ମାର୍ଗଦର୍ଶିକା ଜାରି କରିଛି।…

PM Kisan:  ଆସିଲା ବଡ଼ ଅପଡେଟ୍‌: ଏହି ଦିନ ଚାଷୀଙ୍କ ଖାତାକୁ ଆସିବ ୨୦୦୦ ଟଙ୍କା… 

ନୂଆଦିଲ୍ଲୀ,୧୫।୨: ଦେଶର କ୍ଷୁଦ୍ର ଓ ନାମମାତ୍ର ଚାଷୀଙ୍କୁ ଆର୍ଥିକ ସହାୟତା ଯୋଗାଇବା ପାଇଁ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଦ୍ୱାରା ଆରମ୍ଭ କରାଯାଇଥିବା ପିଏମ-କିଷାନ ଯୋଜନାର ପରବର୍ତ୍ତୀ କିସ୍ତି ଖୁବ୍‌ଶୀଘ୍ର…

ଏହି ୫ଟି ଦେଶରୁ ଭାରତକୁ ଆସୁଛି ବିପୁଳ ପରିମାଣରେ ସୁନା, ଜାଣନ୍ତୁ କେତେ ଟଙ୍କାର ହେଉଛି କାରବାର

ନୂଆଦିଲ୍ଲୀ,୧୪।୨:ଭାରତରେ ସୁନା ଆମଦାନୀକାରୀ: ଭାରତ ବିଶ୍ୱର ସବୁଠାରୁ ବଡ଼ ସୁନା ଆମଦାନୀକାରୀ ଦେଶମାନଙ୍କ ମଧ୍ୟରୁ ଗୋଟିଏ। ଦେଶରେ ସୁନା ଉତ୍ପାଦନ ବହୁତ କମ, ଯେତେବେଳେ ଚାହିଦା (ଅଳଙ୍କାର,…

ଯୁବପିଢିଙ୍କୁ ପ୍ରତି ମାସରେ ମିଳିବ ୧୫୦୦ଟଙ୍କା, ଜାଣନ୍ତୁ କେମିତି କରିବେ ଆବେଦନ…

କୋଲକାତା,୧୪।୨: ପଶ୍ଚିମବଙ୍ଗ ସରକାର ଘୋଷଣା କରିଛନ୍ତି ଯେ ତାଙ୍କର ନୂତନ ଯୋଜନା, “ବାଙ୍ଗଲାର ଯୁବ ସାଥୀ”, ଏପ୍ରିଲ 1 ରୁ ଆରମ୍ଭ ହେବ। ଏହି ଯୋଜନା ମୂଳତଃ…

ଘର କିଣିବା ପାଇଁ ‘ଜଏଣ୍ଟ ହୋମ୍‌ ଲୋନ୍‌’ ନେବାକୁ ଚାହୁଁଛନ୍ତି କି? ବୁଝିନିଅନ୍ତୁ ଏହାର ଲାଭ-କ୍ଷତିର ହିସାବ…

ନୂଆଦିଲ୍ଲୀ,୧୩।୨: ଘର କିଣିବା ପାଇଁ ଆଜିକାଲି ‘ଜଏଣ୍ଟ ହୋମ ଲୋନ୍‌’ (Joint Home Loan) ବା ଯୁଗ୍ମ ଗୃହ ଋଣ ଏକ ଲୋକପ୍ରିୟ ବିକଳ୍ପ ପାଲଟିଛି। ବିଶେଷ…

ଦେଶରେ ବୃଦ୍ଧି ପାଉଛି ବ୍ୟକ୍ତିଗତ ଆୟକର, ମଧ୍ୟବିତ୍ତଙ୍କ ପାଇଁ ଏପରି ପ୍ରତିକ୍ରିୟା ଦେଲେ ଅର୍ଥମନ୍ତ୍ରୀ

ନୂଆଦିଲ୍ଲୀ,୧୩।୨: ଦେଶରେ ବୃଦ୍ଧି ପାଉଥିବା ବ୍ୟକ୍ତିଗତ ଆୟକର ସଂଗ୍ରହର ଉପରେ ପ୍ରତିକ୍ରିୟା ରଖିଛନ୍ତି ଅର୍ଥମନ୍ତ୍ରୀ। ”ଆୟକର ସଂଗ୍ରହ ଅର୍ଥ ଏହା ନୁହେଁ ଯେ ମଧ୍ୟବିତ୍ତ ଶ୍ରେଣୀ ଚାପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri