Posted inଜାତୀୟ

ଅନ୍ନଦାତାଙ୍କ ଅନ୍ଦୋଳନ ପଛରେ ଚାଇନା-ପାକିସ୍ତାନ ହାତ: ଶୀଘ୍ର କରାଯାଉ ସର୍ଜିକାଲ ଷ୍ଟ୍ରାଇକ୍‌, କଟାକ୍ଷ କଲେ ସଞ୍ଜୟ

ମୁମ୍ବାଇ,୧୦।୧୨: କେନ୍ଦ୍ର ସରକାରଙ୍କ କୃଷି ଆଇନ ନେଇ ଦେଶବ୍ୟାପୀ ଅନ୍ନଦାତାଙ୍କ ଆନ୍ଦୋଳନ ଜାରି ରହିଛି। ଏପରି ସ୍ଥଳେ ଆନ୍ଦୋଳନ ନେଇ ଭାଜପାର ଉପଭୋକ୍ତା ବ୍ୟାପାର ରାଷ୍ଟ୍ରମନ୍ତ୍ରୀ ରାଓ ସାହେବ ଦାନଭେ ବିବାଦୀୟ ମନ୍ତବ୍ୟ ଦେଇଥିଲେ। ସେ କହିଥିଲେ ଯେ, ଭାରତରେ ହେଉଥିବା ଅନ୍ନଦାତାଙ୍କ ଆନ୍ଦୋଳନ ପଛରେ ଚାଇନା ଏବଂ ପାକିସ୍ତାନର ହାତ ରହିଛି। ଏହାକୁ ନେଇ ଏବେ ଶିବସେନା ଏମ୍‌ପି ସଞ୍ଜୟ ରାଉତ ଗୁରୁବାର କଟାକ୍ଷ କରିଛନ୍ତି। ସଞ୍ଜୟ କହିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋରଦି ସରକାର ଏହାର ଜବାବ ଦେଇ ଶୀଘ୍ର ଚାଇନା ଏବଂ ପାକିସ୍ତାନ ଉପରେ ସର୍ଜିକାଲ ଷ୍ଟ୍ରାଇକ୍‌ କରନ୍ତୁ। ଏହାକୁ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ , ସ୍ବରାଷ୍ଟ୍ରମନ୍ତ୍ରୀ ଏବଂ ୩ ସେନା ମୁଖ୍ୟ ଗୁରୁତର ସହିତ ବିଚାର କରନ୍ତୁ ବୋଲି ସଞ୍ଜୟ କହିଛନ୍ତି। ଭାଜପା ମନ୍ତ୍ରୀ ଏଭଳି ମନ୍ତବ୍ୟ ଦେଇ ନିଜର ଚେତନା ଶକ୍ତି ନ ଥିବା ଦର୍ଶାଇଛନ୍ତି ବୋଲି ଶିବସେନା ସଦସ୍ୟ ଅରବିନ୍ଦ ସାଓ୍ବନ୍ତ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

କ’ଣ ଭାରତରେ ଲିଭ୍‌ ଇନ୍‌ ରିଲେଶନସିପରେ ରହିବା ଅବୈଧ? ନିୟମ ଜାଣିଲେ ତାଜୁବ ହେବେ

ଭାରତୀୟ ସମାଜରେ ବିବାହକୁ ଏକ ପବିତ୍ର ଓ ଏକ ଜରୁରି ଉତ୍ସବ ଭାବେ ପରିଗଣିତ କରାଯାଇଥାଏ । କାରଣ ବିବାହ ପରେ ହିଁ ପୁରୁଷ ଓ...

ଫେସବୁକରେ ଭିଡିଓ କରି କମାଇ ପାରିବେ ମୋଟା ଅଙ୍କର ଟଙ୍କା! ଜାଣନ୍ତୁ ପୂରା ପ୍ରକ୍ରିୟା

ନୂଆଦିଲ୍ଲୀ,୨୬।୧୨: ଯଦି ଆପଣ ସୋସିଆଲ ମିଡିଆରେ କଣ୍ଟେଣ୍ଟ ତିଆରି କରୁଛନ୍ତି ତେବେ ଆପଣଙ୍କ ପାଇଁ ଭଲ ଖବର। ଇ-କମର୍ସ କମ୍ପାନୀ ମିଶୋ କଣ୍ଟେଣ୍ଟ କ୍ରିଏଟରଙ୍କ ପାଇଁ...

ନୂଆବର୍ଷରୁ ବଦଳିଯିବ ଏହି ୧୦ନିୟମ, ଜାନୁଆରୀରୁ ବଢିଯିବ ପେଟ୍ରୋଲ-ଗ୍ୟାସ ଦର!

ନୂଆଦିଲ୍ଲୀ,୨୬।୧୨: ନୂଆବଷର୍ର୍ ୨୦୨୬ କେବଳ କ୍ୟାଲେଣ୍ଡରରେ ପରିବର୍ତ୍ତନ ପର୍ଯ୍ୟନ୍ତ ସୀମିତ ରହିବ ନାହିଁ; ଏହା ସହିତ ଅନେକ ନିୟମ ମଧ୍ୟ ଆଣିବ ଯାହା ସିଧାସଳଖ ଆପଣଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri